ଦୈନିକ ରାଶିଫଳ: 10 ଜୁନ୍ 2023, ଶନିବାର, ଶନିଦେବଙ୍କ କୃପା ରହିବ ଏହି 5ଟି ରାଶି ଉପରେ, ମିଳିବ କିଛି ବଡ ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ସ୍ୱାସ୍ଥ୍ୟ ସମସ୍ୟା ସମାଧାନ ହୋଇ ବହୁତ ଭଲ ରହିବ। ସନ୍ତାନର ବିଦ୍ୟାରେ ଉନ୍ନତି ଖବର ପାଇ ଖୁସି ହେବେ। ମାନସିକ ଦୁଶ୍ଚିନ୍ତା, ଋଣଭାର, ଶତ୍ରୁବାଧା ଦୂରେଇ ଯିବ। ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନଆଦି କ୍ରୟ କରି ପାରିବେ। ରାଜନୈତିକ କ୍ଷେତ୍ରରେ ପ୍ରତିଷ୍ଠିତ ହେବାପାଇଁ କରିଥିବା ଯୋଜନା ସଫଳ ହୋଇପାରିବ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସୁସମ୍ପର୍କ ରହିବ। ସହଯୋଗୀ ମାନଙ୍କର ପୂର୍ଣ୍ଣ ସହଯୋଗ ପାଇବେ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ଅଚାନକ ଧନପ୍ରାପ୍ତି, ହେବାସହ ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ। ବୁଦ୍ଧିମତା କାରଣରୁ ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ କ୍ଷାତି ବଢ଼ିବ। ଅତ୍ୟଧିକ ଅର୍ଥ ଆୟ କରିବାଦ୍ୱାରା ଆର୍ଥିକ ସଙ୍କଟ ଦୂରେଇ ଯିବ। ପିଲାମାନଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ। ଅନ୍ୟମାନଙ୍କ ପରାମର୍ଶ ଅପେକ୍ଷା ନିଜ ନିଷ୍ପତ୍ତି ଉପରେ ଅଧିକ ପ୍ରାଧାନ୍ୟ ଦିଅନ୍ତୁ। ଦୂରଯାତ୍ରା କଲେ ହଇରାଣ ହରକତ ହେବାକୁ ପଡିପାରେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଆପଣଙ୍କର ଭୂଷଣହେବ। ବ୍ୟବସାୟ କ୍ଷେତ୍ରରେ ପୁରୁଣାପ୍ରାପ୍ୟ କିଛି ଆଦାୟ ହୋଇ ପାରେ। ଛାତ୍ରଛାତ୍ରୀ ମାନେ ଉଚ୍ଚଶିକ୍ଷା ହାସଲ କରିବା ପାଇଁ ପ୍ରୟାସରତ ରହିବେ। ସାମାଜିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରି ପାରନ୍ତି। କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି ହେବ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ଧାର୍ମିକ ଅନୁଷ୍ଠାନରେ କ୍ଷତି ସହିବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-ରାଜନେତା ମାନଙ୍କର ପ୍ରତିଷ୍ଠା, ପ୍ରତିପତ୍ତି, ମାନସମ୍ମାନ ଓ କ୍ଷାତି ବଢ଼ିବ। ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ରାଜନୀତି କ୍ଷେତ୍ରରେ ଧାର୍ମିକ କାର୍ଯ୍ୟରେ ଅଂଶ ଗ୍ରହଣ କରିବେ। ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ।ଅତ୍ୟଧିକ କାର୍ଯ୍ୟ ଚାପ ଯୋଗୁ ଓ କଠିନ ପରିଶ୍ରମ ହେତୁ ଶାରିରୀକ ଓ ମାନସିକ କଷ୍ଟ ଭୋଗିବେ। ଆୟ ତୁଳନାରେ ବ୍ୟୟ ଅଧିକ ହୋଇପାରେ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ସିଂହ:-ମାଆବାପା ଓ ଗୁରୁଜନଙ୍କ ଆଶୀର୍ବାଦ ପ୍ରାପ୍ତ ହେବ। ବ୍ୟବସାୟ କ୍ଷେତ୍ରରେ ସୁଖ-ସୌଭାଗ୍ୟ ତଥା ଯଶ-ପ୍ରସିଦ୍ଧି ଆଶା କରି ହେବ। ପରିବାର ଲୋକଙ୍କର ସମର୍ଥନ ଓ ବନ୍ଧୁ ମିତ୍ରମାନଙ୍କ ସାହାଯ୍ୟ ସହଯୋଗ ହେତୁ ଖୁସି ହେବେ। କର୍ମକ୍ଷେତ୍ରରେ ମନୋମାଳିନ୍ୟ ଦୂରେଇ ଯାଇ ଆଶା କରିଥିବା କାର୍ଯ୍ୟଟି ପୂରଣ କରିପାରିବେ। ପଇସା ଅଭାବରୁ ମାନସିକ ଅଶାନ୍ତି ବୃଦ୍ଧି ପାଇ ପାରେ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

କନ୍ୟା:-କର୍ମକ୍ଷେତ୍ରରେ ଶତୃମାନେ ଦୂରେଇ ଯିବା ଫଳରେ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ। ପାରିବାରିକ ମାମଲା ବହୁତ ଶାନ୍ତି ପୂର୍ଣ୍ଣ ରହିବ ଓ ଦାମ୍ପତ୍ୟସୁଖ ବୃଦ୍ଧି ପାଇବ। ବନ୍ଧୁ ମିତ୍ର ଓ ନିକଟ ସମ୍ପର୍କୀୟ ବ୍ୟକ୍ତି ଆର୍ଥିକ ସାହାଯ୍ୟ କରିବା ସହ ଶୁଭ ସମାଚାର ମିଳିପାରେ। ଆର୍ଥିକ ସ୍ଥିତି ସୁଦୃଢ଼ ହେବା ଫଳରେ ଋଣ ପରିଶୋଧ କରିବାର ସୁଯୋଗ ପାଇବେ। ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଆବଶ୍ୟକ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-ସହକର୍ମୀମାନେ ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ। ନିର୍ମାଣ, ଯୋଗାଯୋଗ, ସଭାସମିତି ପାଇଁ ଅଧିକ ସମୟ ଦେବାକୁ ପଡିବ। ସାଧୁ, ସତ୍ୟବାଦୀ, ଧର୍ମାତ୍ମା, ଗୁରୁବ୍ରାହ୍ମଣଙ୍କ ସହ ସମ୍ପର୍କ ସ୍ଥାପନ ହୋଇପାରେ। ପ୍ରେମିକ ପ୍ରେମିକା ମାନଙ୍କର କ୍ରୋଧ ନିୟନ୍ତ୍ରଣ ନ ରଖିଲେ କ୍ଷତି ସହିବେ। ଆପଣା ଲୋକଙ୍କ ମଧ୍ୟରୁ କେହି କ୍ଷୟକ୍ଷତି ଘଟାଇବାର ଉଦ୍ୟମ କରି ପାରନ୍ତି। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ବିଚ୍ଛା:-ଆତ୍ମୀୟ ଲୋକଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ। ଜାଗା ଜମିବାଡ଼ି ନେଇ ସମସ୍ୟାର ସ୍ଥିତି ଆପଣଙ୍କ ସପକ୍ଷରେ ରହିବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ। ରାଜନୀତି କ୍ଷେତ୍ରରେ ଉତ୍ସାହ ଉଲ୍ଲାସରେ ସମୟ ଅତିବାହିତ କରିବେ। ସାହିତ୍ୟ, କଳା କ୍ଷେତ୍ରରେ ଆକର୍ଷିତ ହେବେ। ଛାତ୍ରଛାତ୍ରୀମାନଙ୍କର ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବ ନାହିଁ। ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ।

ଧନୁ:-ସ୍ୱାସ୍ଥ୍ୟସମସ୍ୟା ସୁଧୁରିଯିବା ଫଳରେ ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ। ସରକାରୀ କାର୍ଯ୍ୟରେ ସଫଳତା ହାସଲ କରିବେ। ନୂତନ ବନ୍ଧୁମିତ୍ରଙ୍କ ମିଳନରେ ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ ଓ ପରିଶ୍ରମର ସୁଫଳ ଭୋଗ କରିବେ। କାରବାର ଓ କାର୍ଯ୍ୟ ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ। ବିଦ୍ୟା କ୍ଷେତ୍ରରେ ଉତ୍ସାହ ଉଦ୍ଦିପନା ବୃଦ୍ଧିହୋଇ ବୀଜୟ ପ୍ରାପ୍ତ ହେବ। ପ୍ରତିକାର- ହଳଦୀ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।

ମକର:-ସକଳ କାର୍ଯ୍ୟରେ ସଫଳ, ସୁଖ, ସମ୍ପତ୍ତି ଲାଭ, ମିଷ୍ଠାନ୍ନ ଭୋଜନପ୍ରାପ୍ତି, ଉଚ୍ଚଆଶା ପୂରଣ ହେବାସହ ବନ୍ଧୁମିତ୍ରଙ୍କର ସାହାଯ୍ୟ ପ୍ରାପ୍ତି ହେବ। ବିଦ୍ୟାକ୍ଷେତ୍ରରେ ପ୍ରଶଂସା ପାଇବେ। ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ। କର୍ମକ୍ଷେତ୍ରରେ ରାଜକୀୟ ସମ୍ମାନ ମିଳିବ। ମାଲିମୋକଦ୍ଦମାରେ ସଫଳତା ମିଳିବ। ସାମାଜିକ କ୍ଷେତ୍ରରେ ତଳୁ ଉପର ସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ। ଅଧିକାରୀ କାମରେ ପ୍ରସନ୍ନ ରହିବେ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

କୁମ୍ଭ:-ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାସହ ବାହନ ଆଦି କ୍ରୟ କରିପାରିବେ। ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନହେବ ଓ ଆୟରସ୍ରୋତ ବୃଦ୍ଧିହେବ। ଭୂଜାତଦ୍ରବ୍ୟ, ଖଣିଜ ପଦାର୍ଥ, ଯାନବାହନ ଓ ଯାତାୟତ ବ୍ୟବସାୟରେ ଅତ୍ୟଧିକ ଲାଭପାଇବେ। ଆର୍ଥିକସ୍ଥିତିରେ ସୁଧାର ଆସିବ। ଶାରୀରିକ ପୀଡ଼ା, ମନରେ ଦୁଶ୍ଚିନ୍ତା ଦୂରେଇ ଯିବାସହ ଶତ୍ରୁନାଶ, ଧନପ୍ରାପ୍ତି, ମିତ୍ରଲାଭ, ଉଚ୍ଚ ସମ୍ମାନ ପାଇବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମୀନ:-କର୍ମକ୍ଷେତ୍ରରେ ନୂତନ ଦାୟିତ୍ୱ ନେଇ ଧାଁ ଦଉଡ଼ କରିବାକୁ ପଡ଼ିପାରେ। ଗୃହସମସ୍ୟା ସମାଧାନ ହୋଇ ପାରିବାରିକ ଜୀବନ ସୁଖଶାନ୍ତିରେ କଟିବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ଭୋଗ ବିଳାସକୁ ତୁଚ୍ଛମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାଭଳି ମାନ୍ୟତା ଦେବେ। ଆପଣା ଲୋକଙ୍କ ମଧ୍ୟରୁ କେହି କ୍ଷୟକ୍ଷତି ଘଟାଇବାର ଉଦ୍ୟମ କରି ପାରନ୍ତି। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!