ଦୈନିକ ରାଶିଫଳ: 10 ଜୁନ୍ 2024, ସୋମବାର, ମହାଦେବଙ୍କ କୃପା ରହିବ ଏହି 2ଟି ରାଶି ଉପରେ, ମିଳିବ ଆର୍ଥିକ ସଙ୍କଟରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ସାଧାରଣ ଭାବରେ ଜୀବନଚର୍ଯ୍ୟା କରି ଚାଲିବେ। ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ। ପରିବାରରେ ସୁଖ-ଶାନ୍ତି ଯୋଗେ ସମସ୍ତ ଚିନ୍ତା ଦୂର ହେବ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଅନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ବନ୍ଧୁବାନ୍ଧବଙ୍କ ଦିଗରୁ ହସଖୁଶିର ବାତାବରଣ ସୃଷ୍ଟି ହେବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ଆନନ୍ଦିତ ହେବେ। ଟଙ୍କାପଇସା ପ୍ରତି ଅତ୍ୟନ୍ତ ସତର୍କ ରହିବାକୁ ପଡିବ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ସମ୍ମାନର ସହ ଦିନଚର୍ଯ୍ୟା ସମ୍ପାଦନ କରିବେ। କର୍ମକ୍ଷେତ୍ରରେ ଉନ୍ନତି କରି ପାରିବେ। ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଯୋଗେ କେତେକ କ୍ଷେତ୍ରରେ ପ୍ରଶଂସା ପାଇବେ। ପରିବାରରେ ଆଦରଣୀୟ ହୋଇ ସୁଖଭୋଗ କରିବେ। ବ୍ୟବସାୟରେ ସଫଳତା ଅର୍ଜନ କରିବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ପୁରାତନ ରୋଗରୁ ଉପସମ ପାଇ ଶରୀର ସୁସ୍ଥ ରହିବ। ରାଜନୀତିରେ ଉନ୍ନତି ହେବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ମିଥୁନ:-କର୍ମ କ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ। ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତିଶୃଙ୍ଖଳା ବଜାୟ ରଖି ପାରିବେ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରି ପାରିବେ। ନୂତନ କାର୍ଯ୍ୟଆରମ୍ଭ କରିପାରିବେ। ଅର୍ଥ ଉପାର୍ଜନରେ ଏକନିଷ୍ଠ ହେବେ। ଧନ ପାଇବାର ରାସ୍ତା ଖୋଲିଯିବ। ଋଣମୁକ୍ତି ହେବାପାଇଁ ଯୋଜନା ପ୍ରସ୍ତୁତ କରି ପାରିବେ। ରାଜନୀତିରେ ସମ୍ମାନର ସହିତ କୃତକାର୍ଯ୍ୟ ହେବେ। ପାରିବାରିକ କ୍ଷେତ୍ରରେ ସ୍ନେହସଦ୍ଭାବର ବୃଦ୍ଧିହେବ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ସିଂହ:-ଆନୁଷ୍ଠାନିକ କାମରେ ଠିକ୍ ପରାମର୍ଶ ଦେଇ ଆଦର, ସମ୍ମାନ ଓ ପ୍ରଶଂସା ମିଳିବ। ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ। ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ। ଭାଗିଦାରୀଙ୍କ ପାଇଁ କ୍ଷତିରୁ ବଞ୍ଚିଯିବେ। ଗୃହରେ ଭାତୃବିବାଦ, ପଡ଼ୋଶୀକଳହ, ଜମିପାଇଁ ମାଲିମକଦ୍ଦମାର ସମାଧାନ ହେବ। ରାଜନୀତି କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ଵଳତର କରିବାର ସାମର୍ଥ୍ୟ ବଢିବ। ପ୍ରତିକାର- ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।

କନ୍ୟା:-ମାନସିକସ୍ଥିତି ଭଲ ରହିବ। ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ। ଉତ୍ସାହ ଉଲ୍ଲାସରେ ସମୟ ଅତିବାହିତ କରିବେ। ପ୍ରତିଦ୍ଵନ୍ଦିତାରେ ଉନ୍ନତମାନର ଫଳପାଇବେ। ପରିବାରରେ ବିବେକ ବୁଦ୍ଧି ଖଟେଇ ଆର୍ଥିକସ୍ଥିତି ସୁଧାରିବାକୁ ଚେଷ୍ଟା କରିବେ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ। ଯେକୌଣସି ପ୍ରତିଯୋଗୀତାକୁ ସ୍ଵୀକାର କରିବା ପାଇଁ ପ୍ରସ୍ତୁତ ରହିବେ। ପ୍ରତିକାର- ସବୁଜ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।

ତୁଳା:-ବ୍ୟକ୍ତିଗତ ଓ ସାର୍ବଜନୀନ ସମ୍ପର୍କରେ ବିକଶିତ ହେବ। ଗୃହରେ ଧର୍ମକାର୍ଯ୍ୟ ଓ ଧର୍ମାନୁଷ୍ଠାନରେ ଯୋଗଦାନ କରି ପ୍ରଶଂସା ପାଇବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। ବୁଝି ବିଚାରି କାର୍ଯ୍ୟ କଲେ ସମସ୍ତ କାର୍ଯ୍ୟରେ ସଫଳତା ମିଳିବ। ଉଚ୍ଚପଦସ୍ଥ ଅଫିସରମାନେ ସନ୍ତୋଷ ହେବେ। ଶତୃ ଓ ବିରୋଧୀମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବିଚ୍ଛା:-ସହକର୍ମୀ ମାନଙ୍କଠାରୁ ସାହାଯ୍ୟ ସହଯୋଗ ପାଇ ତଳୁ ଉପରସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜନ କରିବେ। ଛାତ୍ରଛାତ୍ରୀମାନେ ପରିଶ୍ରମ କରିବା ଫଳରେ ପ୍ରଶଂସା ପାଇବେ। ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଯଶ ମାନ ବୃଦ୍ଧି ସହିତ ଉତ୍ତମ ଆୟର ପଥ ପରିଷ୍କାର କରିବେ। ଗୃହରେ ଭାତୃବିବାଦ, ପଡ଼ୋଶୀକଳହ, ଜମିପାଇଁ ମାଲିମକଦ୍ଦମାର ସମାଧାନ ହେବ। ରାଜନୈତିକ କ୍ଷେତ୍ରରେ ଯଶ, ମାନ ପ୍ରତିଷ୍ଠାବୃଦ୍ଧି ହେବ। ପ୍ରତିକାର- ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ।

ଧନୁ:-ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ଶତୃମୁକ୍ତ ନିରୁପଦ୍ରବ ଜୀବନ ଚର୍ଯ୍ୟା କାଏମ୍ ରଖି ପାରିଲେ ଲାଭ ପାଇବେ। ପାରିବାରିକ ଜୀବନରେ ଶାନ୍ତି, ଭାଇଭଉଣୀ ମାନଙ୍କ ସହିତ ଉତ୍ତମ ସମ୍ପର୍କ ରହିବ। ବନ୍ଧୁବାନ୍ଧବଙ୍କ ଦିଗରୁ ସ୍ଵାର୍ଥ ପ୍ରବଣତାର ଅଭିବୃଦ୍ଧି ଘଟିବ। ଆୟ ଅପରିବର୍ତ୍ତିତ ରହିବ। ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ। ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ଅଧିକ ଘନିଷ୍ଠତା ହେବ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ମକର:-ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ। ଶ୍ରମିକ ଓ କର୍ମଚାରୀମାନେ ଦୂର ଓ ନିକଟ କାର୍ଯ୍ୟରେ ତିଷ୍ଠି ରହିପାରିବେ। ଉପରିସ୍ଥଙ୍କୁ ଆପଣାର କରି କୃପାଭାଜନ ହେବେ। କର୍ମକ୍ଷେତ୍ରରେ ଯଶ ମାନକୁ ଅଧିକ ମହତ୍ତ୍ଵ ଦେବେ। ନିକଟସ୍ଥ ବ୍ୟକ୍ତି ସାହାର୍ଯ୍ୟ କରିବା ଦ୍ଵାରା ବ୍ୟବସାୟରେ ସଫଳତା ମିଳିବ ଓ ବ୍ୟବସାୟ ବଢାଇବାରେ ସମର୍ଥ ହେବେ। ଆରମ୍ଭ କରିଥିବା କାର୍ଯ୍ୟ ଶେଷ କରି ପାରିବେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

କୁମ୍ଭ:-ସ୍ୱାସ୍ଥ୍ୟ ଠିକ୍ ରହିବ। ଶତୃନାଶ, ଋଣନାଶ ଓ ପୁରାତନ ରୋଗପୀଡ଼ାର ଉପଶମ ହେବ। ପରିବାରରେ ମନୋମାଳିନ୍ୟ ଓ ଆର୍ଥିକ ସଙ୍କଟ ଦୂରେଇଯିବ। ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ବିଜୟୀ ହେବେ। ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ। କର୍ମ କ୍ଷେତ୍ରରେ ସମ୍ମାନୀତ ହେବେ। ସହକର୍ମୀ ଓ ଅଧସ୍ତନ କର୍ମଚାରୀଙ୍କ ଦ୍ଵାରା ଆଶା କରିଥିବା କାର୍ଯ୍ୟଟି ପୂରଣ ହେବ। ରାଜନୀତି କ୍ଷେତ୍ରରେ ଜନ ସେବାରେ ପ୍ରଶଂସା ମିଳିବ। ପ୍ରତିକାର- ନିମ୍ବକାଠରେ ଚନ୍ଦନ ଘୋରି ମସ୍ତକରେ ଧାରଣ କରନ୍ତୁ।

ମୀନ:-ଶୁଭ ସମାଚାର ପାଇ ମନ ଖୁସି ହେବ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ। ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ। ଦୂରଯାତ୍ରାକରି ଲାଭ ପାଇବେ ଓ ଅଭିଷ୍ଟ ପ୍ରାପ୍ତି ହେବ। ବିଦ୍ୟା ଓ ଖେଳରେ ଉନ୍ନତି ହେବ। ଆଶା କରିଥିବା କାର୍ଯ୍ୟଟି ପୂରଣ ହେବ। ପରିବାରରେ ମନୋମାଳିନ୍ୟ ଓ ଆର୍ଥିକ ସଙ୍କଟ ଦୂରେଇଯିବ। ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ବିଜୟୀ ହେବେ। ବ୍ୟବସାୟରେ ଅଚଳାବସ୍ଥା ସୁଧୁରିଯିବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!