ଦୈନିକ ରାଶିଫଳ: 10 ନଭେମ୍ବର 2023, ଶୁକ୍ରବାର, ମା’ ସନ୍ତୋଷୀଙ୍କ କୃପା ରହିବ ଏହି 4ଟି ରାଶି ଉପରେ, ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ବ୍ୟବସାୟ ସମ୍ବନ୍ଧୀୟ ଜରୁରୀ କାର୍ଯ୍ୟ ପାଇଁ ଯାତ୍ରା କରିବାକୁ ପଡିବ। ନୂତନ ବନ୍ଧୁ ମିତ୍ରଙ୍କ ମିଳନ ହେବ। ପ୍ରେମପ୍ରସଙ୍ଗରେ ମଧ୍ୟ ସଫଳତା ମିଳିବ। ଅଧାଅଧୁରାଥିବା କାର୍ଯ୍ୟ ପୂରଣ ହୋଇଯିବ। ନିଜର ଚତୁରତା ଓ ବିବେକ ହେତୁ ସମସ୍ତ ବିପରୀତ ପରିସ୍ଥିତିର ସାମ୍ନା କରିପାରିବେ। ଶିକ୍ଷା କ୍ଷେତ୍ରରେ ପରୀକ୍ଷା, ପରିଣାମ ଅନୁକୂଳ ହେବ। ଉଚ୍ଚ ଶିକ୍ଷା ହାସିଲ କରିବା ପାଇଁ ପ୍ରୟାସରତ ରହିବେ।ଜନ ସେବାରେ ନିଜକୁ ନିୟୋଜିତ କରିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ରାଜନୀତି କ୍ଷେତ୍ରରେ କୂଟନୀତିର ପ୍ଲାନ୍ ଚଳାଇ ସ୍ଥାନ ଓ ସ୍ଥିତି ଅଟଳ ରଖି ପାରିବେ। ନୂତନ କାର୍ଯ୍ୟ ଆରମ୍ଭ କରିବା ପୂର୍ବରୁ ହାତେ ମାପି ଚାଖଣ୍ଡେ ଚାଲିବା ଆବଶ୍ୟକ। ପରିବାରରେ କ୍ରୋଧ ନିୟନ୍ତ୍ରଣ ନ ରଖିଲେ କ୍ଷତି ସହିବେ। ସ୍ୱାସ୍ଥ୍ୟ ପାଇଁ ସତର୍କ ରହିବା ଉଚିତ୍। କିଛି କାରଣ ନଥାଇ ବଦନାମ୍ ବା ମିଛ କେଶ୍ ରେ ଫଶିଯିବେ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-ପ୍ରତିଯୋଗୀତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ। କଠିନ କାର୍ଯ୍ୟ ସହଜରେ ସମାଧାନ କରିବେ। ବାଦବିବାଦ, ମାଲିମୋକଦ୍ଦମା, ପରୀକ୍ଷା, ପ୍ରତିଯୋଗିତାରେ ସଫଳତା ମିଳିବ। ମିତ୍ରଙ୍କ ସହାୟତା ଦ୍ଵାରା ଉନ୍ନତି ହେବ। ସମାଜିକ କାର୍ଯ୍ୟରେ ପ୍ରେରଣା ଓ ଉତ୍ସାହ ପ୍ରାପ୍ତି ହେବ। ସ୍ଵାସ୍ଥ୍ୟର କିଛି ପରିବର୍ତ୍ତନ ଘଟିବ। ବାଣିଜ୍ୟ, ନିର୍ମାଣ ଓ ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ବନ୍ଧୁଙ୍କ ନିମନ୍ତ୍ରଣ ପାଇ ଦୂରଯାତ୍ରା କରିବାକୁ ବାଧ୍ୟ ହେବେ। ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ।

କର୍କଟ:-ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ। ବାଦବିବାଦ, ମାଲିମୋକଦ୍ଦମାରେ ବିଜୟୀ ହେବେ। ବୃତ୍ତିଗତ ଦୃଷ୍ଟିରୁ ସମୟ ଅତ୍ୟନ୍ତ ଶୁଭ। ଆୟର ସ୍ରୋତ ବୃଦ୍ଧି ହେବ। ଛାତ୍ରଛାତ୍ରୀମାନେ ଉଚ୍ଚଶିକ୍ଷା କ୍ଷେତ୍ରରେ ସଫଳ ହେବେ। ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ। ସନ୍ତାନ ପକ୍ଷର ଚିନ୍ତା ଦୂର ହୋଇଯିବ। କର୍ମପ୍ରତି ଉତ୍ସାହ ଓ ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ସିଂହ:-ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। ପ୍ରେମୀପ୍ରେମିକାଙ୍କ ମିଳନ ହେବ ଓ ସଫଳତା ମିଳିବ। ଦାମ୍ପତ୍ୟ ଓ ପାରିବାରିକ ସ୍ତରରେ ଶାନ୍ତି ଶୃଙ୍ଖଳା ବଜାୟ ରହିବ। ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ପ୍ରତେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ।

କନ୍ୟା:-ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ। କୋର୍ଟ କଚେରୀ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ। ପଡୋଶୀମାନେ ସ୍ଵାର୍ଥ ହାସଲ କରିବା ପାଇଁ ବାକ୍ ଚାତୁରୀ କଥାକହି କାର୍ଯ୍ୟ ପୂରଣ କରିବେ। ବ୍ୟବସାୟରେ ଉଧାର ଦେଲେ ଫେରି ପାଇବା ପାଇଁ ଅନାବଶ୍ୟକ ଧାଁଦୌଡ଼ କରିବାକୁ ପଡିବ। ବିଦ୍ୟାର୍ଥୀମାନେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ। କର୍ମକ୍ଷେତ୍ରରେ ମିଥ୍ୟା ଅଭିଯୋଗ ଶୁଣି ଅନ୍ୟ ଉପରେ ବିରକ୍ତ ହେବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-ଉପରିସ୍ଥ କର୍ମଚାରୀ ଦେଇଥିବା ପ୍ରତିଶୃତି ରକ୍ଷା କରିବା ଫଳରେ ମାନପ୍ରତିଷ୍ଠା ବଢିବ। ପ୍ରେମ କ୍ଷେତ୍ରରେ ସଫଳତା ପାଇବେ। ନୂତନ କାର୍ଯ୍ୟଆରମ୍ଭ କରିପାରିବେ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ। ରାଜନୀତି, ସଂଗଠନ, ସଭାସମିତି କ୍ଷେତ୍ରରେ ଲୋକ ସମ୍ପର୍କ ବଢିବ। ପାଠପଢ଼ାରେ ମନଯୋଗ ଦେବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। କର୍ମକ୍ଷେତ୍ରରେ ରାଜକୀୟ ସମ୍ମାନ ମିଳିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବିଚ୍ଛା:-ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବ ନାହିଁ। ଟଙ୍କ। ପଇସା ପ୍ରତି ଅତ୍ୟନ୍ତ ସତର୍କ ରହିବାକୁ ପଡିବ। ଛାତ୍ର ଛାତ୍ରୀମାନେ ପରୀକ୍ଷା, ପ୍ରତି ଯୋଗୀତା, ସାକ୍ଷାତକାରରେ ବିଜୟୀ ହେବେ। ପ୍ରଶାସନ, ପ୍ରକାଶନ, ଅଧ୍ୟୟନ ଓ ଅଧ୍ୟାପନା, ସାହିତ୍ୟ ଚର୍ଚ୍ଚା କ୍ଷେତ୍ରରୁ ଶୁଭଫଳ ମିଳିବ। ରାଜନୀତି କ୍ଷେତ୍ରରେ ସାବଧାନରେ ଚଳିବା ଦରକାର ନତୁବା ପ୍ରତ୍ୟେକ କ୍ଷେତ୍ରରେ ପରିହାସ ମୂଳକ ହେବେ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ଧନୁ:-କଳକାରଖାନାରେ କାର୍ଯ୍ୟ କରୁଥିବା ବ୍ୟକ୍ତିମାନେ ଅଧିକ ପରିଶ୍ରମ କରି ପ୍ରଶଂସା ପାଇବେ। ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। ଛାତ୍ରଛାତ୍ରୀମାନେ ଯାନ ବାହନ ଇତ୍ୟାଦି କ୍ରୟ କରିବା ପାଇଁ ଜିଦ୍ ଧରି ପାରନ୍ତି। କଠିନ ପରିଶ୍ରମ କରିବା ଯୋଗୁଁ ଶାରରୀକ ଅସୁସ୍ଥତା ଦେଖା ଦେଇ ପାରେ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ। ସହକର୍ମୀ କେହି ଇର୍ଷାତୁର ହେଲେବି କ୍ଷତିକାରୀ ହେବେ ନାହିଁ। ଛାତ୍ର-ଛାତ୍ରୀମାନେ ପରୀକ୍ଷା ଓ ପ୍ରତିଯୋଗିତାରେ ସଫଳ ହେବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରି ପାରନ୍ତି। ପାରିବାରିକ ଜୀବନ ସୁଖମୟ ହେବ। ଆୟ ଅପେକ୍ଷା ବ୍ୟୟ ବୃଦ୍ଧିପାଇବ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

କୁମ୍ଭ:-କର୍ମଚାରୀମାନେ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ। ଲୋକଙ୍କ ପ୍ରତି ଉଦାର ଓ ଦୟାଳୁ ପ୍ରବୃତି ଜାଗ୍ରତ ହେବ। କଥା ବାର୍ତ୍ତାରେ ନିୟନ୍ତ୍ରଣ ନ ରହିଲେ ବିପଦର ସମ୍ମୁଖୀନ ହେବେ। ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ସମସ୍ୟାକୁ ସୁଧାରିବା ପାଇଁ ଚେଷ୍ଟା କରି କୌଶଳକ୍ରମେ ସମାଧାନ କରିବେ। ବ୍ୟବସାୟ କ୍ଷେତ୍ରରେ ଚେଷ୍ଟା କଲେ ବହୁତ ଦିନରୁ ରହିଥିବା ବାକିଟଙ୍କା ମିଳିଯିବ। ରାଜନୀତିରେ ଉନ୍ନତି ହେବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-ଭବିଷ୍ୟତ ଚିନ୍ତାକରି ପରିଶ୍ରମକଲେ ଚେଷ୍ଟା ସାର୍ଥକହେବ। ପରିବାରରେ ସୁସ୍ଥ ବାତାବରଣ ଜାରିରହିବ। ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ। ପୁରାତନ ବନ୍ଧୁ ଓ ଅଚିହ୍ନା ଲୋକଙ୍କଠାରୁ ନିନ୍ଦା ଶୁଣି ପାରନ୍ତି। ଅଧିକ ରୋଜଗାର ହେଲେ ମଧ୍ୟ ଗୃହୋପକରଣ କ୍ରୟ କରିବା ଯୋଗେ କିଛି ବ୍ୟୟ ହେବ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!