ଦୈନିକ ରାଶିଫଳ: 10 ଫେବୃୟାରି 2024, ଶନିବାର, ଶନିଦେବଙ୍କ କୃପା ରହିବ ଏହି 3ଟି ରାଶି ଉପରେ, ମିଳିବ କିଛି ବଡ ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବା ସହ ଶିକ୍ଷା କ୍ଷେତ୍ରରେ ସଫଳ ହେବେ। ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବାସହ ନୂତନ ଗୃହସୁଖ ଓ ଯାନବାହନ ସୁଖ ମିଳିବ। ସଠିକ୍ ଚିନ୍ତା ଓ ଧୈର୍ଯ୍ୟ ସାହସ ଦ୍ଵାରା ହୋଇପାରୁ ନଥିବା କାମକୁ କରି ପାରିବେ। ଉଚ୍ଚଶିକ୍ଷା ନିମିତ୍ତ ବିଦେଶ ଯାତ୍ରା ଫଳରେ ଅତ୍ୟନ୍ତ ଲାଭବାନ ହେବେ। ଆର୍ଥିକ ଉନ୍ନତି ଫଳରେ ଉତ୍ସାହ ଉଲ୍ଲାସରେ ସମୟ ଅତିବାହିତ କରିବେ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବା ଫଳରେ କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ। ସମସ୍ତ କାର୍ଯ୍ୟ ମନଇଛା ଅନୁସାରେ ସମ୍ପନ୍ନ ହେବ ଓ ଦାମ୍ପତ୍ୟ ସୁଖରେ ସୁଖୀ ହେବେ। ଅଧସ୍ତନ କର୍ମୀ ଓ ସାଧାରଣ ବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ଯୌଥ ପରିବାର ସମ୍ପର୍କୀୟ ଜମିବାଡି ନେଇ କେତେକ ସମସ୍ୟା ସହଜରେ ସମାଧାନ ହେବ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-ନିଜର କ୍ଷମତା ଓ ଯୋଗ୍ୟତାକୁ ବହୁତ ଉପଯୋଗ କରିବେ। ରାଜନୀତି କ୍ଷେତ୍ରରେ ପଦ ପଦବୀ ଲାଭ ହେବା ସହ ମାନସମ୍ମାନ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। ଯାନବାହନ ତଥା ଖଣି ଓ ଜଙ୍ଗଲ କ୍ଷେତ୍ରରେ କର୍ମରତ ବ୍ୟକ୍ତିମାନେ ସତର୍କତା ଅବଲମ୍ବନ କରିବା ଉଚିତ୍। ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିବ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-ସ୍ଵାସ୍ଥ୍ୟକ୍ଷେତ୍ରରେ ପରିବର୍ତ୍ତନ ଆସିବାସହ ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ। ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯାଇ ମାନସିକ ଏକାଗ୍ରତା ବଜାୟ ରହିବ। ଉଚ୍ଚପଦାଧିକାରୀଙ୍କ ଠାରୁ ସାହାଯ୍ୟ ସହଯୋଗ ମିଳିବାସହ ଶୁଭ ସମ୍ବାଦ ପାଇବେ। ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ। ଜନ ସେବାକୁ ଗ୍ରହଣ କରି ଯଶ ମାନ ବୃଦ୍ଧି ସହିତ ଉତ୍ତମ ଆୟର ପଥ ପରିଷ୍କାର କରିବେ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

ସିଂହ:-ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ। ବ୍ୟବସାୟରେ ଉନ୍ନତି ସହିତ ଶୁଭଫଳ ପ୍ରାପ୍ତି ହେବ। କଳା, ସାହିତ୍ୟ ଚଳଚ୍ଚିତ୍ର ଓ ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇ ଯିବ। କୌଣସି ଗୁରୁତ୍ୱପୂର୍ଣ୍ଣ ନିସ୍ପତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଉଚିତ୍। ଶତୃଙ୍କଠାରୁ ଦୂରେଇ ରହିବା ଉଚିତ୍। ସ୍ୱାସ୍ଥ୍ୟ ପାଇଁ ସତର୍କ ରହିବା ଉଚିତ୍। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବା ସହ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ଵ ଦେଇ କର୍ମକ୍ଷେତ୍ରରେ ଉନ୍ନତି କରି ପାରିବେ। ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ। ବିଦ୍ୟାର୍ଥୀମାନେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ। ସନ୍ତାନର ସୁ-ଖବର ଶୁଣି ଖୁସି ହେବେ କିନ୍ତୁ ଦୂରଯାତ୍ରା କଲେ ହଇରାଣ ହରକତ ହେବାକୁ ପଡିପାରେ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ତୁଳା:-ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବାସହ ନୂତନ ଯୋଜନାରେ ସଫଳହେବେ। ଆକସ୍ମିକ ଧନପ୍ରାପ୍ତି ହୋଇ କାର୍ଯ୍ୟ ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ। ସମସ୍ତଙ୍କର ପୂର୍ଣ୍ଣ ସହଯୋଗ ଯୋଗେ ଦୂରଯାତ୍ରାର ସୁଯୋଗ ପାଇ ଆଶାତୀତ ଲାଭ ମିଳିବ। ସହାବସ୍ଥାନର ନିରାପଦ ବଳୟ ଭିତରେ ଆପଣା ଲୋକଙ୍କ ସାହାଯ୍ୟ ପାଇ ପାରିବାରିକ ଜୀବନ ସୁଧାରୀ ନେବେ। ସାମ୍ବାଦିକ ମାନେ ପ୍ରଶଂସିତ ହେବେ। ପ୍ରତିକାର- ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।

ବିଚ୍ଛା:-ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହୋଇ ସ୍ୱାସ୍ଥ୍ୟ ଭଲ ରହିବ। ବ୍ୟବସାୟ କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି କାରବାର ବଢେଇ ପାରିବେ। ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ଠିକ୍ ସମୟରେ ପୂରଣ ହୋଇପାରିବ। ସ୍ୱାସ୍ଥ୍ୟଗତ ସମସ୍ୟା ଦୂର ହେବାସହ କର୍ମକ୍ଷେତ୍ରରେ ପଦୋନ୍ନତିର ସୂଚନା ପାଇବେ। ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତାରେ କୃତକାର୍ଯ୍ୟ ହେବେ। ପ୍ରତିକାର- ନାଲି ରୁମାଲ ଟିଏ ପାଖରେ ରଖନ୍ତୁ।

ଧନୁ:-ସାଧାରଣ ବର୍ଗଙ୍କ ଯୋଗେ ପରିସ୍ଥିକୁ ନିଜ ତରଫରେ ନେଇ, ସ୍ଵାର୍ଥସିଦ୍ଧିର ପଥକୁ ପ୍ରଶସ୍ତ କରିବେ। ରାଜନୀତି କ୍ଷେତ୍ରରେ ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବ। ଛାତ୍ରତ୍ରୀମାନେ ଉତ୍ତମ ଆଚରଣ ଓ ମଧୁର ସ୍ୱଭାବ ଯୋଗୁ ଖ୍ୟାତି ଅର୍ଜନ କରିବେ। ଭ୍ରମଣ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ। ଆପଣା ଲୋକଙ୍କ ମଧ୍ୟରୁ କେହି କ୍ଷୟକ୍ଷତି ଘଟାଇବାର ଉଦ୍ୟମ କରି ପାରନ୍ତି। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ମକର:-ସ୍ୱାସ୍ଥ୍ୟରେ ଉନ୍ନତି ହୋଇ ଅର୍ଥ କିଛି ମିଳିବା ଫଳରେ ଗୃହସ୍ଥ ଜୀବନ ସୁଖମୟ ହେବ। ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନରେ ଉନ୍ନତି ହେବ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରିବେ। ବ୍ୟବସାୟରେ ଶତୃମାନେ ପରାଜିତ ହୋଇ ବାକିଥିବା ଅର୍ଥପାଇଯିବେ। ସବୁଦିଗରୁ ଶୁଭ ସମାଚାର ପାଇ ଖୁସି ହେବେ ଓ ନୂତନ କର୍ମ ନିଯୁକ୍ତି ପାଇପାରନ୍ତି। ପ୍ରତିକାର- ନୀଳ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ

କୁମ୍ଭ:-ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବା ସହ ଶୁଭ ସୂଚନା ମଧ୍ୟ ପାଇବେ। ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବାସହ ନୂତନ ଯୋଜନାରେ ସଫଳହେବେ। ସମସ୍ତଙ୍କର ପୂର୍ଣ୍ଣ ସହଯୋଗ ଯୋଗେ ଦୂରଯାତ୍ରାର ସୁଯୋଗ ପାଇ ଆଶାତୀତ ଲାଭ ମିଳିବ। ଶିକ୍ଷାକ୍ଷେତ୍ରରେ ରୁଚି ବୃଦ୍ଧି ପାଇବା ସହ ପରୀକ୍ଷା ପରିଣାମ ଅନୁକୂଳ ହେବ। ସାହିତ୍ୟ, କଳା, ଚଳଚ୍ଚିତ୍ର ଓ ସଂଗୀତାଦି କ୍ଷେତ୍ରରେ ଜୟଯୁକ୍ତ ହେବେ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।

ମୀନ:-ଆକସ୍ମିକ ଧନପ୍ରାପ୍ତି ହୋଇ କାର୍ଯ୍ୟ ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ। ସହଯୋଗୀ ମାନଙ୍କ ଯୋଗୁ ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବାର ରାସ୍ତା ପରିଷ୍କାର କରିବେ। ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ। କେତେକ କ୍ଷେତ୍ରରେ ବନ୍ଧୁମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ। ପାରିବାରିକ ଅଶାନ୍ତି ଦୂରେଇ ଯାଇ ପରିବାରରେ ସୁସ୍ଥ ବାତାବରଣ ଜାରିରହିବ। ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!