ଦୈନିକ ରାଶିଫଳ: 10 ମଇ 2023, ବୁଧବାର, ଶ୍ରୀ ଗଣେଶଙ୍କ କୃପା ରହିବ ଏହି 4ଟି ରାଶି ଉପରେ, ମିଳିବ ଆର୍ଥିକ ସଙ୍କଟରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଶିକ୍ଷା କ୍ଷେତ୍ରରେ ସ୍ଵନାମ ଅର୍ଜନ କରିବେ ଓ ସାମାଜିକ ପତିଆରା ଅମଳିନ ରହିବ। ରାଜନୀତି କ୍ଷେତ୍ରରେ ସମସ୍ୟା ସମାଧାନ ହେବା ଫଳରେ ଆସ୍ୱସ୍ତି ଲାଭ କରିବେ। ପାରିବାରିକ ଜୀବନରେ ଶାନ୍ତି ମିଳିବାସହ ଭାଇ ଭଉଣୀ ମାନଙ୍କ ସହିତ ଉତ୍ତମ ସମ୍ପର୍କ ରହିବ। ଭାବନାର ବଶୀଭୂତ ହୋଇ ଅମିନୀ, ଜାମିନି, ମଧ୍ୟସ୍ଥତା ଠିକ୍ ହେବ ନାହିଁ। ବଡପଣିଆ ଦେଖାଇଲେ ଭଲ ବଦଳରେ ମନ୍ଦଫଳ ଭୋଗିବାକୁ ପଡିବ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ପାରିବାରିକ କ୍ଷେତ୍ରରେ ଶ୍ଣେହ ଶ୍ରଦ୍ଧାର ସ୍ରୋତ ଛୁଟିବ ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ଗୃହ ସମସ୍ୟା ସଜାଡିବାକୁ ଯାଇ ସୁବିଧା ସୁଯୋଗ ପାଇବେ। ଧୈର୍ଯ୍ୟ, ସାହସ ଓ ବୁଦ୍ଧିମତା ଯୋଗେ ପ୍ରଶଂସା ପାଇବେ। ବିଦ୍ୟାର୍ଥୀ ମାନଙ୍କର ଅଧ୍ୟୟନ ପ୍ରତି ଆଗ୍ରହ ବଢିବ। କୋର୍ଟ କଚେରୀ ମାମଲାରେ ଜିଦରୁ ନିବୃତ ହେବା ଶ୍ରେୟସ୍କର ହେବ। ନିଜ ଲୋକମାନେ ବିଶ୍ୱାସଘାତକତା କରି ପାରନ୍ତି। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ। ବନ୍ଧୁ ମିତ୍ରମାନଙ୍କର ସହଯୋଗରେ ଆର୍ଥିକ ଦିଗରୁ ସୁବିଧା ପାଇବେ। ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରି ପ୍ରଚୁର ଲାଭ କରିବେ। ସାମାଜିକ କ୍ଷେତ୍ରରେ ନିଜର ପ୍ରଭାବ ଓ ପରାକ୍ରମ ବଢିବ। ସମୟକୁ ହାତ ଛଡ଼ା ନ କରିବା ଉଚିତ୍। କାରଣ ସମସ୍ତ କାର୍ଯ୍ୟରେ ଶୁଭଫଳ ପ୍ରାପ୍ତି ହେବ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

କର୍କଟ:-ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହୋଇ ମନଭଲ ରହିବ। ବହୁତ ଦିନରୁ ଯେଉଁ କାମ ପାଇଁ ଚିନ୍ତା କରୁଥିଲେ ତାହା ଆଜି ଅଳ୍ପ ପ୍ରୟାସରେ ପୂର୍ଣ୍ଣ ହୋଇଯିବ। ନୂତନ ବାହନ, ଜାଗା, ଜମି, ଗୃହଆଦି କ୍ରୟ କରିବାର ଯୋଜନା କରିବେ। ନୂତନ ଗୃହ ନିର୍ମାଣ କରିବାର ଯୋଜନା ପ୍ରସ୍ତୁତ କରିପାରନ୍ତି। ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇ ଉନ୍ନତିହେବ। ଶତୃମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

ସିଂହ:-ବ୍ୟବସାୟରେ ଉନ୍ନତି ହେବାସହ ସୁ-ସମ୍ବାଦ ପାଇ ଖୁସିହେବେ। ପାରିବାରିକ ଜୀବନରେ କୌଣସି ବିଶୃଙ୍ଖଳା ଦେଖାଦେବନାହିଁ। ପ୍ରେମିକ-ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। କିନ୍ତୁ ପୈତୃକ ସମ୍ପତ୍ତିକୁ ନେଇ ପରିବାରରେ ଅଶାନ୍ତି ଦେଖା ଦେବ। ସାମାଜିକ ପ୍ରତିଷ୍ଠା ମାନ ସମ୍ମାନରେ ବାଧା ଆସିବ। ରୋଗ ଓ ଋଣର ଶୀକାର ହେବେ। ବନ୍ଧୁ ବାନ୍ଧବଙ୍କ ସହ ମନୋମାଳିନ୍ୟ ସୃଷ୍ଟି ହୋଇପାରେ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

କନ୍ୟା:-ସାମାଜିକ ପତିଆରା ଅମଳିନ ରହିବା ସହ ଉପରିସ୍ଥଙ୍କ ଶ୍ରଦ୍ଧା ବା କୃପାଭାଜନ ହେବେ। ବ୍ୟବସାୟୀକ ସଫଳତା ଆତ୍ମସନ୍ତୋଷ ବଢେଇବ। ରାଜନୀତି କ୍ଷେତ୍ରରେ ନିଜର ପ୍ରତିଷ୍ଠା ଫଳରେ ଜନସାଧାରଣଙ୍କ ମନକିଣି ପାରିବେ। ବିଦ୍ୟାର୍ଥୀମାନେ ଉଚ୍ଚ ଶିକ୍ଷା ପାଇଁ ବିଦେଶ ଯାତ୍ରାର ସୁଯୋାଗ ପାଇବେ। କାର୍ଯ୍ୟକ୍ଷେତ୍ରରେ ସଫଳତା ଲାଭ କରିବା ସହ ପଦୋନ୍ନତି ପାଇବେ। ନୂତନ ଯୋଜନା ପ୍ରସ୍ତୁତ କରିବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ତୁଳା:-ଆକସ୍ମିକ ଧନ ପ୍ରାପ୍ତି ହେବା ଫଳରେ ବ୍ୟବସାୟ ବଢେଇବାର ପ୍ରୟାସ କରିବେ ଓ ଉଚିତ୍ ପନ୍ଥା ଗ୍ରହଣ କରି ବ୍ୟବସାୟରେ ସଫଳତା ଅର୍ଜନ କରିବେ। ଅଧିକାରୀଙ୍କଠାରୁ ସହଯୋଗ ମିଳିବା ଫଳରେ ସହକର୍ମୀ ମାନେ କାମର ପ୍ରଶଂସା କରିବେ। କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-ପରୀକ୍ଷା, ପ୍ରତିଯୋଗୀତା, ସାକ୍ଷାତକାରରେ ବିଜୟୀ ହେବେ। ପରିବାରରେ ସନ୍ତାନଙ୍କ ଚିନ୍ତାରେ ମାନସିକ ଚିନ୍ତା ବୃଦ୍ଧି ହେବ।କିଛି ଅସୁବିଧା ନଥିଲେ ମଧ୍ୟ କୌଣସି କାରଣକୁ ନେଇ ଟେନସନ୍ ଲାଗିବ। କୌଣସିକାର୍ଯ୍ୟ ଆରମ୍ଭ କଲେ ପୁରଣରେ ବିଳମ୍ବ ହେବ। ପ୍ରଗତିର ପାଦକୁ ସାଧାରଣ ଲୋକେ ଭିଡି ଧରିବେ ଯାହାଫଳରେ ଭାବମୂର୍ତ୍ତି ରକ୍ଷା କରି ଚାଲିବା କଠିନ ହୋଇ ପଡିବ। କୌଣସି କାରଣରୁ କାମଧନ୍ଦାରେ ମନ ଲାଗିବ ନାହିଁ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ଧନୁ:-ରୋଜଗାର ସମସ୍ୟା ସୁଧୁରି ଯାଇ ଧନ ଲାଭ ହେବାରୁ ମନ ଖୁସି ରହିବ। ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ପାଇ ଉଚ୍ଚ ଆଶାରେ ଆଗେଇବେ। ପାରିବାରିକ ମାମଲା ବହୁତ ଶାନ୍ତି ପୂର୍ଣ୍ଣ ରହିବ ଓ ବ୍ୟବସାୟ ବଢ଼ାଇବାରେ ସମର୍ଥ ହେବେ। ପୈତୃକ ସମ୍ପତ୍ତିପାଇଁ ପାରିବାରିକ ଦ୍ଵନ୍ଦର ସମାଧାନ ହେବ। ଅଫିସର ଓ ଅଧିକାରୀ କାମରେ ପ୍ରସନ୍ନ ରହିବେ। ବିଦେଶ ଯାତ୍ରାରେ ଲାଭବାନ ହେବେ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।

ମକର:-ସମସ୍ତ କାର୍ଯ୍ୟରେ ଶୁଭଫଳ ପ୍ରାପ୍ତି ହେବା ଫଳରେ ମାନସିକ ସ୍ଥିରତା ଦେଖାଦେବ। କିନ୍ତୁ ଧୈର୍ଯ୍ୟର ସହ ଅପେକ୍ଷା କରିବାକୁ ପଡ଼ିବ। କର୍ମକ୍ଷେତ୍ରରେ ସୁଖ ସମୃଦ୍ଧି ବୃଦ୍ଧି ହେବା ସହ ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ। ଅଚାନକ ଧନ ପ୍ରାପ୍ତି ହେବା ଫଳରେ ଆର୍ଥିକ କ୍ଷେତ୍ରରେ ପ୍ରବଳ ଉନ୍ନତି ହେବ। ରାଜନୀତିରେ ସମ୍ମାନର ସହିତ କୃତକାର୍ଯ୍ୟ ହେବେ। ଅଫିସ୍ ପରିସ୍ଥିତି ଯେତେ ଜଟିଳ ଥିଲେ ମଧ୍ୟ ସମାଧାନ କରି ପ୍ରଶଂସିତ ହେବେ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

କୁମ୍ଭ:-କର୍ମକ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। କର୍ତ୍ତବ୍ୟ ପରାୟଣ ପ୍ରଦର୍ଶନ କରି ନିଜର ପାରିଲା ପଣିଆ ଜାହିର କରିବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳ ହେବେ। କିନ୍ତୁ ଶତୃ ବୃଦ୍ଧି ହୋଇ କର୍ମ କ୍ଷେତ୍ରରେ ବହୁ ଅସୁବିଧାର ସମ୍ମୁଖୀନ ହେବେ। ସଂଘର୍ଷ ଦ୍ଵାରା ସଫଳତା ମିଳିବ ଓ ପାରିବାରିକ ଜୀବନ ସୁଖମୟ ହେବ। ରାସ୍ତା ଘାଟରେ ଯଥେଷ୍ଠ ସତର୍କ ହୋଇ ଚଳିବା ଉଚିତ୍। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ ଓ ଉଚ୍ଚ ସମ୍ମାନ ମିଳିବା ସହ ଶୁଭ ସମ୍ବାଦପାଇ ଖୁସିହେବେ। ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବା ଫଳରେ ମାନସିକ ଶାନ୍ତି ଅନୁଭବ କରିବେ। ରାଜନୀତି କ୍ଷେତ୍ରରେ ମାନସମ୍ମାନ ଓ ପ୍ରତିଷ୍ଠା ପ୍ରତ୍ତିପତି ଅକ୍ଷୁର୍ଣ୍ଣ ରହିବ। ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବାସହ ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇ ଉନ୍ନତିହେବ। ବ୍ୟବସାୟରେ ଅଳ୍ପ ପରିଶ୍ରମ କରି ଅଧିକ ଲାଭ ପାଇବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!