ମେଷ:-ଉଚ୍ଚଆଶା ସଫଳ ହେବ। ବିଚାର ବିଭାଗ ରାୟ ସପକ୍ଷରେ ଯିବ। ବ୍ୟବସାୟରେ ଆକସ୍ମିକ ଧନପ୍ରାପ୍ତି ହୋଇ ଆର୍ଥିକ କ୍ଷେତ୍ରରେ ଉନ୍ନତିହେବ। ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ। ପରୀକ୍ଷା ପ୍ରତିଯୋଗିତା କ୍ଷେତ୍ରରେ ବିଜୟୀ ହେବେ। ପରିବାରରେ ଯେତେ ସମସ୍ୟା ଥିଲେ ମଧ୍ୟ ଶାନ୍ତି ଅନୁଭବ କରିବେ। ପୈତୃକ ସମ୍ପତ୍ତି, ପାରିବାରିକ ଦ୍ଵନ୍ଦର ସମାଧାନ ହେବ। ବିଭିନ୍ନ ପ୍ରକାରର ସମସ୍ୟା ସମାଧାନ ହେବ। ପ୍ରତିକାର:- ଆମ୍ବଗଛ ମୂଳରେ ଗୁଡ଼ଟିକେ ଥୋଇ ଦିଅନ୍ତୁ।
ବୃଷ:-ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ କଠିନ କାର୍ଯ୍ୟ ସହଜରେ ସମାଧାନ କରି ପାରିବେ। ବ୍ୟବସାୟରେ କଠିନ ପରିଶ୍ରମର ସକରାତ୍ମକ ଫଳାଫଳ ପାଇବେ ଓ ବକେୟା ଅର୍ଥ କିଛି ମିଳିବ। କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ଉଚ୍ଚଆଶା ସଫଳ ହେବ। ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବାସହ ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ। ଅଧିନସ୍ଥ କର୍ମଚାରୀ ଓ ସହକର୍ମୀଙ୍କ କାମ କାର୍ଯ୍ୟରେ ସନ୍ତୁଷ୍ଟ ରହିବେ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।
ମିଥୁନ:-ପରିବାରରେ ମାନ ମନାନ୍ତର ଦୂର ହେବ। ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ। ଉଚ୍ଚାଧିକାରୀ, ସହକର୍ମୀ, ଭାଇ ବନ୍ଧୁ ବା କୌଣସି ବିଶିଷ୍ଟ ବ୍ୟକ୍ତିଙ୍କର ସହଯୋଗ ମନବଳକୁ ବଢେଇଦେବ। କାର୍ଯ୍ୟ କ୍ଷେତ୍ରରେ ଅବହେଳା କରନ୍ତୁ ନାହିଁ କି ଛୋଟ ଛୋଟ ଜିନିଷକୁ ଅବହେଳା କରନ୍ତୁ ନାହିଁ। ପୁରୁଣା ଭୁଲ ଯୋଗୁ ମାନସିକ ଚାପ ବୃଦ୍ଧି ପାଇବ ଓ ଲୋକମାନେ ଆପଣଙ୍କ ବିରୁଦ୍ଧରେ ମିଥ୍ୟା ଅଭିଯୋଗ କରିପାରନ୍ତି। ପ୍ରତିକାର-ଦିବ୍ୟାଙ୍ଗ, ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।
କର୍କଟ:-ସରକାରୀ ସାହାଯ୍ୟ ମିଳିପାରେ। ଦୂରଯାତ୍ରାର ସୁଯୋଗ ପାଇବେ। ଆକସ୍ମିକ ଧନ ପ୍ରାପ୍ତି ହୋଇ ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ। ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ। ରାଜନୈତିକ କ୍ଷେତ୍ରରେ ଜଟିଳ ପରିସ୍ଥିତିକୁ ସରଳ କରିବେ। ପରହାତରେ ଥିବା ଧନ ପ୍ରାପ୍ତି ହେବ। କ୍ରୀଡ଼ାବିଦ୍ ମାନେ ପ୍ରଶଂସିତ ହେବେ। ନୂତନ କାର୍ଯ୍ୟରେ ଉନ୍ନତି ହେବା ସହ ଶାନ୍ତିପାଇବେ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।
ସିଂହ:-ଆକସ୍ମିକ ଧନ ପ୍ରାପ୍ତି ହେବ। ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ ହେଲେ ଆଗେଇ ନବା ଉଚିତ୍। କର୍ମକ୍ଷେତ୍ରରେ ପରିବର୍ତ୍ତନ ଆସିବ ଓ କର୍ମ ସମ୍ବନ୍ଧିତ ଯାତ୍ରା କରିବାକୁ ପଡିପାରେ। ରାଜନୀତି କ୍ଷେତ୍ରରେ ଆପଣାଲୋକ ଭାବେ ଗଣତି ହେଉଥିବା ବ୍ୟକ୍ତି ମାନଙ୍କ ଠାରୁ ଆଶ୍ଵାସନା ପାଇବେ। ବାଣିଜ୍ୟ କ୍ଷେତ୍ରରେ ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବ ଓ ସାହାଯ୍ୟ ସହଯୋଗ ମିଳିବ। ପ୍ରତିକାର- ପାଣିରେ କିଛି ଫିଟିକିରି ପକାଇ ଘରକୁ ପୋଛନ୍ତୁ।
କନ୍ୟା:-ସ୍ଵାସ୍ଥ୍ୟରେ ସୁଧାର ଆସିବା ସହିତ ମାନସିକ ଏକାଗ୍ରତା ବଜାୟ ରହିବ। ଅଧିକ ଭାଗ୍ୟବାଦି ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ। ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ। ସନ୍ତାନଙ୍କ ଖୁସି ଖବର ପାଇ ମାନସିକ ଶାନ୍ତି ପାଇବେ। ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହୋଇପାରେ ଓ ସ୍ଥଗିତଥିବା କର୍ମଟି ପୂରଣ ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
ତୁଳା:-ପାରିବାରିକ ସମସ୍ୟା ସତ୍ତ୍ୱେ ଶାନ୍ତି ବିରାଜମାନ କରିବ। ଅଫିସରେ ଅଟକି ରହିଥିବା କାମ ଗୁଡିକ ସୁରୁଖୁରୁରେ ସମ୍ପନ୍ନ ହେବ। ପରିବହନ ବ୍ୟବସାୟରେ ଆଶାଜନକ ସଫଳତା ହାସଲ କରିବେ। ନିଜ ଚେଷ୍ଟାରେ କାର୍ଯ୍ୟରେ ସଫଳତା ମିଳିବା ସହ ସନ୍ତାନ ସୁଖ ମିଳିବ। କର୍ମକ୍ଷେତ୍ରରେ ଉତ୍ତମ ରୋଜଗାର କରି ପାରିବେ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।
ବିଚ୍ଛା:-ସାଙ୍ଗସାଥିମାନେ ସାହାଯ୍ୟ କରିବେ। ପ୍ରିୟଜନ ଓ ପରିବାର ସଦସ୍ୟ ଆପଣଙ୍କ ନିକଟତର ହେବେ। ଦୃଢସଂକଲ୍ପ ଓ ଆତ୍ମବିଶ୍ଵାସରେ ଭରପୁର ହେବ। କୌଣସି ଗୋପନୀୟ କଥା ଉଜାଗର ହେବାର ସମ୍ଭାବାନା ଅଛି। ସମସ୍ତ ଦାୟିତ୍ଵ ଏକାସାଙ୍ଗରେ ନିଜ ଉପରେ ନିଅନ୍ତୁ ନାହିଁ। ଆପଣଙ୍କ ବିଚାର କ୍ଷମତାକୁ ସାଧାରଣ ଲୋକେ ପ୍ରଶଂସା କରିବେ। ଦୂରଯାତ୍ରା କରି ହଇରାଣ ହରକତ ହେବାକୁ ପଡିବ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।
ଧନୁ:-ନିଜର ଚତୁରତା ଓ ବିବେକ ହେତୁ ସମସ୍ତ ବିପରୀତ ପରିସ୍ଥିତିର ସାମ୍ନା କରିପାରିବେ। ଦୁଃଖୀ ଲୋକଙ୍କୁ ସାହାରା ହେବେ। ପରିବାର ବା ଘର ସମ୍ବନ୍ଧୀୟ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ। ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ। ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
ମକର:-ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ପ୍ରବାସ ଯାତ୍ରାରେ ଲାଭବାନ ହେବେ। ବରିଷ୍ଠବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବ। ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରି ପାରିବେ। ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣାରେ ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।
କୁମ୍ଭ:-ସରକାରୀ ଚାପ ପଡିଲେ ମଧ୍ୟ ରାଜନୀତିରେ ସଫଳତା ମିଳିବ। ବ୍ୟବସାୟ କ୍ଷେତ୍ରରେ ସାମାନ୍ୟ ଲାଭବାନ୍ ହେବେ। ପାରିବାରିକ ଜୀବନରେ ଆନନ୍ଦିତ ହେବେ। ଅନ୍ୟମାନଙ୍କୁ ସାହାଯ୍ୟ କରିବେ, ତେଣୁ ଲୋକମାନେ ଆପଣଙ୍କୁ ସମ୍ମାନ ଦେବେ।ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ଧର୍ମକାର୍ଯ୍ୟ ପ୍ରତି ମନବଳାଇ ବହୁତ ଶାନ୍ତି ପାଇବେ। ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣତାକୁ ମୁଖ୍ୟକରି ଚାଲିବା ହିତକର। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
ମୀନ:-ସନ୍ତାନ ସମ୍ବନ୍ଧିୟ କୌଣସି ମହତ୍ଵପୂର୍ଣ୍ଣ କାମ ଆପଣଙ୍କ ଦ୍ଵାରା ହୋଇପାରେ। ଗୁରୁଜନ ଓ ବୃଦ୍ଧଜନଙ୍କ ସେବା କଲେ ଅନେକ ଆଶୀର୍ବାଦ ପାଇବେ। ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ମିତ୍ରମାନଙ୍କ ଦ୍ଵାରା ଲାଭ ପାଇବେ। ବନ୍ଧୁଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।