ମେଷ:-ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ଅଧିକାରୀଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ। ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବ ନାହିଁ। ସନ୍ତାନଙ୍କ ଶୁଭ ସମାଚାର ଶୁଣି ଆନନ୍ଦିତ ହେବେ। ଅଧିକାରୀଙ୍କଠାରୁ ସହଯୋଗ ମିଳିବ। ନୂଆ ନୂଆ ବ୍ୟବସାୟିକ ସଂପର୍କସ୍ଥାପନ, ଭାଗିଦାର ବ୍ୟବସାୟ ପାଇଁ ସାହାଯ୍ୟ ସହଯୋଗ ଅଚାନକ ମିଳିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
ବୃଷ:-ସନ୍ତାନଙ୍କ ସହଯୋଗ ପାଇ ସୁଖପ୍ରାପ୍ତି ହେବ। ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ଲୋକପ୍ରିୟତା ହାସଲ କରି କର୍ମକ୍ଷେତ୍ରରେ ସମ୍ମାନ ଲାଭ କରିବେ। ବାସସ୍ଥାନ ବା ଯାନବାହାନ ପାଇଁ ଖର୍ଚାନ୍ତ ହୋଇ ପାରନ୍ତି। ଆପଣା ଲୋକଙ୍କ ମଧ୍ୟରୁ କେହି କ୍ଷୟକ୍ଷତି ଘଟାଇବାର ଉଦ୍ୟମ କରି ପାରନ୍ତି। ସ୍ୱାସ୍ଥ୍ୟ ପାଇଁ ସତର୍କ ରହିବା ଉଚିତ୍। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
ମିଥୁନ:-ବ୍ୟବହାରିକ ବିଜ୍ଞାନ ଓ ଦର୍ଶନର ଗଭୀରତା ଭିତରକୁ ଟାଣିହୋଇ ଯିବେ। ସାଙ୍ଗସାଥିମାନେ ସାହାଯ୍ୟ କରିବେ। ଛାତ୍ର ଛାତ୍ରୀ ମାନଙ୍କର ପ୍ରତିଯୋଗିତା ପରୀକ୍ଷାରେ ସଫଳତା ମିଳିବ। ରାଜନୀତି କ୍ଷେତ୍ରରେ ବ୍ୟସ୍ତତା ଭିତରେ କାର୍ଯ୍ୟ ସାଧନ କରି ଆଶାତୀତ ଲାଭ ପାଇବେ। ନୂତନ କାର୍ଯ୍ୟ ଆରମ୍ଭ କରିବା ପୂର୍ବରୁ ହାତେ ମାପି ଚାଖଣ୍ଡେ ଚାଲିବା ଆବଶ୍ୟକ। ଅନ୍ୟର ଉପକାର କରି ନିଜେ କ୍ଷତିରେ ପଡିବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
କର୍କଟ:-ଭାତୃ ବିବାଦ, ଜାଗାଜମି ଓ ଘରବାଡିନେଇ ଥିବା ଦ୍ଵନ୍ଦର ସମାଧାନ ହେବ। ଅଟକି ଯାଇଥିବା ଧନ, ଉଧାର ଦେଇଥିବା ଟଙ୍କା, ଋଣ କରିଥିବା ଅର୍ଥ ସହଜରେ ହସ୍ତଗତ ହେବ। କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ରାଜନୀତିରେ କୃତକାର୍ଯ୍ୟ ହେବେ। ବୃତ୍ତିଗତ ଦୃଷ୍ଟିରୁ ପରିଶ୍ରମ ବୃଦ୍ଧି ପାଇବା ଫଳରେ ସୁଖ ଶାନ୍ତି ବର୍ଦ୍ଧିତ ହେବ। ମିତ୍ରଙ୍କ ଦ୍ଵାରା ସହାୟତା ମିଳିବା ଫଳରେ ସାମାଜିକ ପତିଆରା ଅମଳିନ ରହିବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।
ସିଂହ:-କଳା, ସାହିତ୍ୟ, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ପ୍ରେମିକ ପ୍ରେମିକା ମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ଯେତେ ଜଟିଳ ସମସ୍ୟା ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ପ୍ରତେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ କରନ୍ତୁ। ପ୍ରତିକାର- ଗୋମାତାକୁ ଖାଇବାକୁ ଦିଅନ୍ତୁ।
କନ୍ୟା:-ଆୟ ଉପାର୍ଜନ ବୃଦ୍ଧି ହେବ। ବନ୍ଧୁ ଓ ସହକର୍ମୀ ମାନଙ୍କ ଦ୍ଵାରା ଲାଭବାନ ହେବେ। ବ୍ୟବସାୟ କ୍ଷେତ୍ରରେ ପୁରୁଣାପ୍ରାପ୍ୟ ମଧ୍ୟ ଆଦାୟ ହୋଇ ପାରିବ। ରାଜନୈତିକ କ୍ଷେତ୍ରରେ ଦୂରଯାତ୍ରା କରି ପରିଶ୍ରମର ଉଚିତ୍ ମୂଲ୍ୟ ପାଇବେ। ଗୁରୁଜନ ଓ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ। ପରିବାରରେ ଯେତେ ସମସ୍ୟା ଥିଲେ ମଧ୍ୟ ଶାନ୍ତି ଅନୁଭବ କରିବେ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
ତୁଳା:-ରାଜନୀତି କ୍ଷେତ୍ରରେ ପରିଶ୍ରମ କରି ପ୍ରତ୍ୟେକ କ୍ଷେତ୍ରରେ ଉଚ୍ଚସ୍ଥିତି ରକ୍ଷା କରି ପାରିବେ। ବ୍ୟବସାୟୀମାନେ ଧନଲାଭ କରିବାର ସୁଯୋଗ ପାଇବେ। ସହକର୍ମୀମାନଙ୍କ ସହ ବାଦବିବାଦର ଅବସାନ ଘଟିବ। ବିଭିନ୍ନଦିଗରୁ ସାହାଯ୍ୟ ସହଯୋଗ ମିଳିବ। ନୂତନ ବନ୍ଧୁଙ୍କୁ ପାଇ ଖୁସୀହେବେ। ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବନାହିଁ। ପରିବାରରରେ ମନୋମାଳିନ୍ୟକୁ ଏଡ଼େଇ ପାରିଲେ ଶାନ୍ତି ମିଳିବ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।
ବିଚ୍ଛା:-ସ୍ୱାସ୍ଥ୍ୟ ଦିଗରୁ ଆଶ୍ଵସ୍ତି ଲାଭ କରିବା ସହ ନୂଆ ଯୋଜନାରେ ସଫଳହେବେ। ଯଶକୀର୍ତ୍ତୀ, ମାନସମ୍ମାନ, ପ୍ରତିଷ୍ଠା ପ୍ରତିପତ୍ତିରେ ବୃଦ୍ଧି ହେବ। ଜମି ଜମା ସଙ୍କ୍ରାନ୍ତିୟ ପଟ୍ଟା, ଦସ୍ତାବେଜ ଏବଂ ଅନୁବନ୍ଧନ ଆଦିରେ ସଫଳତା ମିଳିବ। ପାରିବାରିକ କ୍ଷେତ୍ରରେ ସ୍ନେହସଦ୍ଭାବର ବୃଦ୍ଧି ହେବ। କର୍ମକ୍ଷେତ୍ରରେ ଉଚ୍ଚାଧିକାରୀଙ୍କ ସହଯୋଗରେ ଉନ୍ନତି ହେବ। ଖେଳ, କୁଦ ପ୍ରତିଯୋଗିତାରେ ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।
ଧନୁ:-ଶତୃମାନେ ଦୂରେଇ ଯିବେ। ମନରେଥିବା କାମନା ପୂର୍ଣ୍ଣ ହେବ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର କରିବାର ସୁଯୋଗ ପାଇ ଖୁସି ହେବେ। ଦୂରଯାତ୍ରାରେ ସଫଳତା ପ୍ରାପ୍ତି ହେବା ସହ ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ। ବନ୍ଧୁ ମିତ୍ରଙ୍କର ସହଯୋଗରେ ନୂତନ କାର୍ଯ୍ୟଆରମ୍ଭ କରି ପାରିବେ। ବିଗିଡି ଯାଇଥିବା କାର୍ଯ୍ୟ ବା ଅଟକିଥିବା କାର୍ଯ୍ୟ ସହଜ ସରଳରେ ସମ୍ପନ୍ନ ହେବ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।
ମକର:-ମାନସିକ ଶାନ୍ତି ଅନୁଭବ କରିବେ। ଦୂରଯାତ୍ରାରେ ସଫଳ ହେବେ। ମାନସିକ ବିଷାଦ, ଦାମ୍ପତ୍ୟ କଳହ ଓ ଭୟ ଆଶଙ୍କା ଦୂରେଇ ଯିବ। ବକେୟା ଅର୍ଥ କିଛି ମିଳିବ। ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ। ରାଜନୀତିରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେବେ। ଜାଗା, ଜମି, ବାସଗୃହ ଓ ଯାନବାହାନ ଆଦି କ୍ରୟକରି ପାରନ୍ତି। ପୁଞ୍ଜି ଲଗାଣ, ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।
କୁମ୍ଭ:-ସାମାଜିକ ପତିଆରା ଅମଳିନ ରହିବ। ଉଚ୍ଚାଧିକାରୀ, ସହକର୍ମୀ, ଭାଇ ବନ୍ଧୁ ବା କୌଣସି ବିଶିଷ୍ଟ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢେଇଦେବ। ଉଚିତ୍ ପନ୍ଥା ଗ୍ରହଣ କରି ବ୍ୟବସାୟରେ ସଫଳତା ଅର୍ଜନ କରିବେ। ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ। ବ୍ୟବସାୟ କ୍ଷେତ୍ରରେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ। ସ୍ୱାସ୍ଥ୍ୟ ପାଇଁ ସତର୍କ ରହିବା ଉଚିତ୍। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
ମୀନ:-ବ୍ୟବସାୟୀ ମାନେ ସ୍ଥଳ ବିଶେଷରେ ବିନା ପରିଶ୍ରମରେ ଅଧିକ ଲାଭବାନ ହେବେ। ଧନ ସମ୍ବନ୍ଧୀୟ ମାମଲାରେ ବିବେକ ଦ୍ଵାରା ବିଚାର କଲେ ଲାଭ ମିଳିବ। ଦୂରଯାତ୍ରାର ସୁଯୋଗ ପାଇ ସଫଳତା ମିଳିବ। ରାଜନୀତି କ୍ଷେତ୍ରରେ ସମ୍ମାନ ଓ ପ୍ରତିଷ୍ଠା ପାଇ ଅସ୍ଥିରତା ସମ୍ପୂର୍ଣ୍ଣ ଦୂର ହେବ। ଛାତ୍ରଛାତ୍ରୀ ମାନେ ଅଧ୍ୟୟନ କ୍ଷେତ୍ରରେ ସୁନାମ ଅର୍ଜନ କରିବେ। ଭାଗୀଦାର ବା ମିତ୍ରଙ୍କ ସହିତ ଲାଗିଥିବା ବିବାଦ ଦୂର ହେବ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।