ଦୈନିକ ରାଶିଫଳ: 10 ସେପ୍ଟେମ୍ବର 2023, ରବିବାର, ସୂର୍ଯ୍ୟଦେବଙ୍କ କୃପା ରହିବ ଏହି 3ଟି ରାଶି ଉପରେ, ମିଳିବ ଆର୍ଥିକ ସଙ୍କଟରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବ। ଆର୍ଥିକ କ୍ଷେତ୍ରରେ ଉନ୍ନତିହେବ। ରାଜନୀତି କ୍ଷେତ୍ରରେ ଅଧିକରୁ ଅଧିକ ଲୋକ ସମର୍ଥନ ପାଇ ସଫଳ ହେବେ। ବ୍ୟବସାୟ ଦିଗରୁ ପ୍ରାୟତଃ ଅନୁକୂଳ ରହିବା ଫଳରେ ଆଶାତୀତ ଲାଭ ପାଇବାର ରାସ୍ତା ପରିସ୍କାର ହୋଇଯିବ। ପୂର୍ବରୁ ଲାଗିରହିଥିବା କାର୍ଯ୍ୟାଳୟରେ ସମସ୍ୟାଦୂର ହୋଇ ସୁସମ୍ବାଦ ପ୍ରାପ୍ତି ହେବ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-କର୍ମଜୀବି ମାନଙ୍କ ପାଇଁ ସହକର୍ମୀ ଓ ପଦାଧିକାରୀ ମାନଙ୍କର ସହଯୋଗ ବୃଦ୍ଧି ପାଇବ। ପ୍ରତିଯୋଗୀ ପରୀକ୍ଷା ଅଥବା ବିଭାଗୀୟ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ। ରାଜନୈତିକ କ୍ଷେତ୍ରରେ ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବା ଫଳରେ ପ୍ରବଳ ଶତୃମାନେ ଦୁର୍ବଳ ହେବେ। ପାରିବାରିକ ସମ୍ପର୍କରେ ଉନ୍ନତି ହେବ। ଦୃଢ଼ ଆତ୍ମବିଶ୍ୱାସ ଦ୍ୱାରା ସମସ୍ତବାଧା ବିଘ୍ନକୁ ଅତିକ୍ରମକରି ଆଗକୁ ବଢ଼ିବାର ଯୋଜନା ସଫଳ ହେବ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ମିଥୁନ:-ଆର୍ଥିକ ଦିଗରୁ ଉନ୍ନତି ଓ ନୂତନ ପଦାର୍ଥ ସଂଗ୍ରହ କରିବା ପାଇଁ ଆଗ୍ରହ ବଢିବ। ପେଶା, ବ୍ୟବସାୟ, ଭାଗୀଦାରୀ ଓ ବନ୍ଧୁମିତ୍ରଙ୍କଦ୍ଵାରା ଲାଭବାନ ହେବେ। ପଦସ୍ଥ ବ୍ୟକ୍ତିଙ୍କ ସହ ମନୋମାଳିନ୍ୟ ମେଣ୍ଟିଯିବ। ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ପାରିବାରିକ ସମସ୍ୟା ସହଜ ସରଳରେ ସମାଧାନ ହୋଇଯିବା ଫଳରେ ମନ ଶାନ୍ତି ହେବ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

କର୍କଟ:-ସଭାସମିତି, ସାହିତ୍ୟ ଓ କଳାକ୍ଷେତ୍ରରେ ସମ୍ମାନ ପାଇବେ। କର୍ମ କ୍ଷେତ୍ରରେ ଗଠନମୂଳକ ପ୍ରସ୍ତାବ ନେଇ ପ୍ରଶଂସିତ ହେବେ। ବ୍ୟବସାୟ କ୍ଷେତ୍ରରେ ଚେଷ୍ଟା କଲେ ବହୁତ ଦିନରୁ ରହିଥିବା ବାକିଟଙ୍କା ମିଳିଯିବ। ପରିବହନ ବ୍ୟବସାୟିକସ୍ଥିତି ସୁଦୃଢ ହେବ। ଧାର୍ମିକ କାର୍ଯ୍ୟରେ ମନ ବଳାଇ ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ମିଳିବ। ରାଜନୈତିକ ଜୀବନରେ ଶତୃମାନେ ଦୁର୍ବଳ ହେବେ। ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ସିଂହ:-ନିର୍ମାଣଧୀନ କାର୍ଯ୍ୟ ସମ୍ପନ୍ନ କରିବାକୁ ଚେଷ୍ଟିତ ହେବେ। ପରୀକ୍ଷା ପ୍ରତିଯୋଗିତାରେ ସଫଳତା ମିଳିବ। ସ୍ୱାସ୍ଥ୍ୟ ଉତ୍ତମ ରହିବାସହ ମାନସିକ ଶାନ୍ତି ପାଇବେ। ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ। ପାରିବାରିକ ଜୀବନ ଆନନ୍ଦମୟ ହେବ। ରାଜନୈତିକ କ୍ଷେତ୍ରରେ ବିପଦ ସଙ୍କୁଳ ଟଳିଯିବ। ଦୂରଯାତ୍ରାରେ ସଫଳତା ମିଳିବ। କର୍ମ କ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ ଓ ଆୟ ବୃଦ୍ଧି ହେବ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

କନ୍ୟା:-ସହକର୍ମୀ ମାନଙ୍କର ସମର୍ଥନ ଏବଂ ଅଧସ୍ତନଙ୍କର ସହଯୋଗ ଯୋଗୁ କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧି ଏବଂ ସୁନାମ ଅର୍ଜନ କରିବେ। ବନ୍ଧୁ, ମିତ୍ର ଏବଂ ଉଚ୍ଚପଦାଧି କାରୀଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇବେ। ବ୍ୟବସାୟରେ ଆକସ୍ମିକ ଧନ ପ୍ରାପ୍ତି ହେବା ଫଳରେ ବଢେଇବାର ପ୍ରୟାସ କରିବେ। କୋର୍ଟ କଚେରୀ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-ପରିବାରର ସଦସ୍ୟଙ୍କ ସହିତ ସୌହାର୍ଦ୍ଦ୍ୟ ପୂର୍ଣ୍ଣ ସଂପର୍କ ରହିବ। ପରୀକ୍ଷା ପ୍ରତିଯୋଗିତା ଓ ମାଲିମୋକଦ୍ଦମାରେ ସଫଳତା ମିଳିବ। ଅନେକ କ୍ଷେତ୍ରରେ ପୂର୍ବ ଯୋଜନା ସଫଳତା ଏବଂ ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ରାଜନୈତିକ କ୍ଷେତ୍ରରେ ଶତୃ ମାନେ ମିତ୍ରତାର ହାତ ବଢେଇବେ। ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। ବୁଝି ବିଚାରି କାର୍ଯ୍ୟ କଲେ ସମସ୍ତ କାର୍ଯ୍ୟରେ ସଫଳତା ମିଳିବ। ବାଦ ବିବାଦଠାରୁ ଦୂରେଇ ରହିବା ଉଚିତ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ବିଚ୍ଛା:-ଶିକ୍ଷା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ। ବ୍ୟବସାୟରେ ସାହାଯ୍ୟ ସହଯୋଗ ମିଳିବା ଫଳରେ ପ୍ରସାର ପ୍ରଚାର କରି ଅତ୍ୟଧିକ ଲାଭ ପାଇବେ। ପାରିବାରିକ ସମସ୍ୟା ସତ୍ତ୍ୱେ ଶାନ୍ତି ବିରାଜମାନ କରିବ। ରାଜନୈତିକ କ୍ଷେତ୍ରରେ ପ୍ରତିଷ୍ଠିତ ହେବାପାଇଁ କରିଥିବା ଯୋଜନା ସଫଳ ହୋଇ ପାରିବ। ଅନାବଶ୍ୟକ ଖର୍ଚ୍ଚ ଓ ଭ୍ରମଣ ଯୋଗେ ବ୍ୟଥିତ ହେବେ। ନୂତନ କାର୍ଯ୍ୟକରିବା ପୂର୍ବରୁ ସତର୍କତା ଅବଲମ୍ବନ କରିବା ଆବଶ୍ୟକ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:-ରୋଜଗାର ସମସ୍ୟା ସୁଧୁରି ଯାଇ ଧନ ଲାଭ ହେବାରୁ ମନ ଖୁସି ରହିବ। ଜମି ଜମା ସଙ୍କ୍ରାନ୍ତିୟ ସମସ୍ୟା ଆଦିରେ ସଫଳତା ମିଳିବ। କର୍ମକ୍ଷେତ୍ରରେ ସହକର୍ମୀ ମାନଙ୍କ ଦ୍ଵାରା ଲାଭବାନ ହେବାସହ ଉଚ୍ଚ କର୍ମକର୍ତ୍ତାଙ୍କର ସୁଦୃଷ୍ଟି ପ୍ରାପ୍ତି ହେବ। କଳା, ସଙ୍ଗୀତ, ସାହିତ୍ୟ ପ୍ରତି ରୁଚି ବୃଦ୍ଧି ହେବ। ନିଜର ସାମୁଦାୟିକ ମାମଲା ବା ଜନ କଲ୍ୟାଣ କାର୍ଯ୍ୟ ଇଛା ଅନୁସାରେ ସମ୍ପନ୍ନ କରିବେ। ରାଜନୈତିକ କ୍ଷେତ୍ରରେ କୀର୍ତ୍ତୀ ଓ ମାନ-ପ୍ରତିଷ୍ଠାରେ ବୃଦ୍ଧି ହେବ। ପ୍ରତିକାର:- ହଳଦୀ ଟିକେ ପାଣିରେ ମିଶେଇ ଗାଧାନ୍ତୁ।

ମକର:-ସମସ୍ତଙ୍କ ପ୍ରତି ସକରାତ୍ମକ ଚିନ୍ତା ଆଗକୁ ବଢିବାରେ ସାହାଯ୍ୟ କରିବ। ନୂତନ ରୋଜଗାର ପ୍ରାପ୍ତି ହେବାର ସମ୍ଭାବନା ଅଛି ବା ନୂଆ ନିଯୁକ୍ତି ଯୋଗ ଅଛି। କର୍ମକ୍ଷେତ୍ରରେ ରାଜକୀୟ ସମ୍ମାନ ମିଳିବାସହ ଉଚ୍ଚପଦସ୍ଥ ଅଫିସରମାନେ ସନ୍ତୋଷ ହେବେ। ଜାଗା, ଜମି, ସମ୍ପତ୍ତି ଓ ଯାନବାହାନ ସମ୍ବନ୍ଧୀୟ କେତେ ସମସ୍ୟା ସମାଧାନ ହୋଇଯିବ। ଏମିତି କାର୍ଯ୍ୟ କରିବେ ଯାହାକି ଭବିଷ୍ୟତ ଆକାଂକ୍ଷାକୁ ପୂର୍ଣ୍ଣ କରିବ। ପ୍ରତିକାର- ପାଣିରେ ଟିକେ ଗୋମୁତ୍ର ପକାଇ ଘରକୁ ପୋଛନ୍ତୁ।

କୁମ୍ଭ:-ଘର ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ। ପ୍ରେମରେ ପ୍ରସନ୍ନତାର ଅନୁଭୂତି ହେବ। ପଢିବା, ପଢେଇବା ବା ଅଧ୍ୟାପନା ମାମଲାରେ ପ୍ରଶଂସା ପାଇବେ। ଆତ୍ମବିଶ୍ଵାସ ବୃଦ୍ଧି ପାଇବ। ବ୍ୟବସାୟ କ୍ଷେତ୍ରରେ ପୁରୁଣାପ୍ରାପ୍ୟ ମଧ୍ୟ ଆଦାୟ ହୋଇ ପାରିବ। ପାଖରେ ଥିବା ସାଥୀ ଓ ପ୍ରିୟଜନଙ୍କୁ ଆର୍ଥିକ ଏବଂ ଭାବନାତ୍ମକ ସାହାଯ୍ୟ ସହଯୋଗ କରିବାକୁ ବାଧ୍ୟ ହେବେ। ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ମୀନ:-ସେବାକାରୀ ମାନଙ୍କ ସହଯୋଗରେ ଜନସେବାଦ୍ଵାରା ସମ୍ମାନଜନକ ସ୍ଥିତି ପରିଲକ୍ଷିତ ହେବ। ପରିବାର ମଧ୍ୟରେ ମୁଖ୍ୟତା ଲାଭକରି ବୁଦ୍ଧି ବିବେକ ଖେଳାଇ ପ୍ରତିକୂଳ ସ୍ରୋତକୁ ଅନୁକୂଳ ଦିଗରେ ମୁହାଁଇ ଦେବାକୁ ସାମର୍ଥ୍ୟ ଯୁଟିବ। ରାଜନୈତିକ କ୍ଷେତ୍ରରେ ସାମାଜିକ ସ୍ଥିତି ଓ ମାନସମ୍ମ।ନ ବଜାୟ ରହିବ। ଅଟକିଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବ। ଯଥା ସମ୍ଭବ ପ୍ରକୃତିସ୍ଥ ରହି ଅଳ୍ପ ପରିଶ୍ରମରେ ଅଧିକ ଲାଭର ଉପଭୋକ୍ତା ହେବେ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!