ଦୈନିକ ରାଶିଫଳ: 10 ସେପ୍ଟେମ୍ବର 2024, ମଙ୍ଗଳବାର, ମା’ ମଙ୍ଗଳାଙ୍କ କୃପା ରହିବ ଏହି 3ଟି ରାଶି ଉପରେ, ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଆୟ ଅପରିବର୍ତ୍ତିତ ରହି ମାନସିକ ସ୍ଥିରତା ଦେଖାଦେବ। ରାଜନୀତିରେ ସ୍ଵାର୍ଥରକ୍ଷା କରି କଠିନ ପରିଶ୍ରମ କରିବାକୁ ପଡିବ। ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ବରିଷ୍ଠ ବ୍ୟକ୍ତିମାନେ ସନ୍ତୋଷ ହେବେ। ପରିବାରରେ ମାନ ମନାନ୍ତର ଦୂର ହେବ। ଆନୁଷ୍ଠାନିକ କାମ ଓ ବନ୍ଧୁମିଳନ ହେତୁ ମନ ଖୁସୀ ରହିବ। ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମ ପ୍ରସଙ୍ଗରେ ସଫଳତା ମିଳିବ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ଶୁଭ ସମାଚାର ପ୍ରାପ୍ତି ହେବ। କୌଣସି ବନ୍ଧୁଙ୍କ ସାହାଯ୍ୟରେ ବିଗିଡିଥିବା କାର୍ଯ୍ୟ ସୁଧାରୀ ପାରିବେ। ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି, କର୍ମୋନ୍ନତି ହେବ। ନୂତନ ବାହନ, ଜାଗା, ଜମି, ଗୃହ ଆଦି କ୍ରୟ କରିବାର ଯୋଜନା କରିବେ। ସମୟକୁ ହାତ ଛଡ଼ା ନ କରିବା ଉଚିତ୍। କାରଣ ସମସ୍ତ କାର୍ଯ୍ୟରେ ଶୁଭଫଳ ପ୍ରାପ୍ତି ହେବ। ଉଚ୍ଚାଧିକାରୀ ଓ ବରିଷ୍ଠବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ଆତ୍ମନିର୍ଭର ଶୀଳ ହେବେ। ପ୍ରତିକାର- ଶ୍ଵେତଚନ୍ଦନରେ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ।

ମିଥୁନ:-ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ଭାଗ୍ୟୋନ୍ନତି, ଯଶମାନ ପ୍ରତିଷ୍ଠା ଲାଭର ଯୋଗ ଅଛି। ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ କ୍ରୟ କରି ପାରନ୍ତି। କାର୍ଯ୍ୟକ୍ଷେତ୍ରରେ ସୁଯୋଗ ପାଇ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ବ୍ୟବସାୟୀ ମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ ଓ ଖାଦ୍ୟ ବ୍ୟବସାୟୀମାନେ ପ୍ରଚୁର ଲାଭ କରିବେ। ପିଲାମାନେ ପରୀକ୍ଷାରେ ସଫଳତା ଲାଭ କରିବା ଫଳରେ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-ବିଭାଗୀୟ ଅଧିକାରୀଙ୍କ ସାନ୍ନିଧ୍ୟଲାଭ, ଇଚ୍ଛିତସ୍ଥାନରେ ସ୍ଥାନାନ୍ତର ସହଜ ସରଳରେ ହୋଇ ପାରିବ। ଇଲୋକଟ୍ରୋନିକ୍ସମିଡିଆ ଓ ପ୍ରିଣ୍ଟ ମିଡିଆର ସାମ୍ବାଦିକ ମାନେ ଜନ ସମର୍ଥନ ପାଇ ସଫଳ ହେବେ। ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧିହେବ। ପାରିବାରିକ ସ୍ତରରେ ବିବାଦୀୟ ପରିସ୍ଥିତିର ସମାଧାନ ହେବ। ପିଲାମାନଙ୍କ କାର୍ଯ୍ୟରେ ଖୁସି ହେବେ। ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ସିଂହ:-ସ୍ଵାର୍ଥକୁ କେନ୍ଦ୍ରକରି ସବୁଥିରେ ପଶିବାର ସୁଯୋଗ ପାଇବେ। ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯାଇ କର୍ମ କ୍ଷେତ୍ରରେ ଉଚ୍ଚ ଭୂମିକା ଗ୍ରହଣ କରିବେ। ଆର୍ଥିକ ଦିଗର ଅଭିବୃଦ୍ଧି ପାଇଁ ଚେଷ୍ଟିତ ହେବେ। ପ୍ରତିଦ୍ଵନ୍ଦିତାରେ ବିଜୟୀ ହେବେ। ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ। ଗଠନମୂଳକ ତଥା ସେବାସମ୍ବନ୍ଧିତ କାର୍ଯ୍ୟ ଯୋଗେ ସମ୍ମାନ ପାଇବେ। ପରୋପକାର କର୍ମରେ ନିଜକୁ ନିଯୋଜିତ କରିବେ। ଆୟ ଅପେକ୍ଷା ବ୍ୟୟ ବୃଦ୍ଧି ହେବ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

କନ୍ୟା:-ସଭାସମିତି, ସାହିତ୍ୟ ଓ କଳାକ୍ଷେତ୍ରରେ ସମ୍ମାନ ପାଇବେ। କେତେକ କ୍ଷେତ୍ରରେ ଗଠନମୂଳକ ପ୍ରସ୍ତାବ ଦେଇ ପ୍ରଶଂସିତ ହେବେ। ରାଜନୀତି କ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ। ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ। ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ। ଅଟକି ଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବ। ଗଚ୍ଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ତୁଳା:-ସାମାଜିକ ସ୍ତରରେ ପ୍ରଶଂସିତ ହେବେ। କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ। ସ୍ଵାସ୍ଥ୍ୟରେ ପରିବର୍ତ୍ତନ ହେବ। ଜନସମ୍ପର୍କ ସୁଦୃଢ ହେବ। ଯାହା ଚିନ୍ତା କରିଛନ୍ତି ଆଜି ତାହା ପୂରଣ କରିବାକୁ ଚେଷ୍ଟା କରିବେ। କାରବାର ଓ କାମ କାର୍ଯ୍ୟ ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ। ରାଜନୀତି କ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ପ୍ରସଙ୍ଗରେ ମଧୁରତା ଆସିବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ବିଚ୍ଛା:-ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ। ସନ୍ତାନର କାର୍ଯ୍ୟରେ ଉନ୍ନତି ଖବର ପାଇ ଖୁସି ହେବେ। ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ବାଣିଜ୍ୟ, ନିର୍ମାଣ ଓ ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ଦୂରଯାତ୍ରାର ସୁଯୋଗ ପାଇବେ। ଜାଗା, ଜମି, ଗୃହପୋକରଣ କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରନ୍ତି। ପଦସ୍ଥ ବ୍ୟକ୍ତିଙ୍କ ସହ ମନୋମାଳିନ୍ୟ ମେଣ୍ଟିଯିବ। ପ୍ରତିକାର- ନିମ୍ବକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।

ଧନୁ:-ସମ୍ପତ୍ତି ସମ୍ବନ୍ଧିତ ଶୁଭ ସମାଚାର ଶୁଣିବାକୁ ମିଳିବ। ପରୀକ୍ଷା ଓ ପ୍ରତିଯୋଗିତାରେ ସଫଳ ହେବେ। କର୍ମକ୍ଷେତ୍ରରେ ଦାଇତ୍ଵ ବଢିବ। କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ। ଆଧ୍ୟାତ୍ମିକ ଓ ଧର୍ମ କାର୍ଯ୍ୟରେ ଲିପ୍ତ ରହିବେ। ନୂତନ ବସ୍ତୁ କ୍ରୟ କରିପାରିବେ। ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ପରିଶ୍ରମ ଓ ମେହନତର ପରିଣାମ ମିଳିବ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ। ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତାପରୀକ୍ଷା ଓ ସାକ୍ଷାତକାରରେ ଉଚ୍ଚ ପ୍ରଶଂସିତ ହେବେ। ଉଚ୍ଚ ଶିକ୍ଷା ହାସିଲ କରିବା ପାଇଁ ପ୍ରୟାସରତ ରହିବେ। ଭାବନାର ବଶୀଭୂତ ହୋଇ ଅମିନୀ, ଜାମିନି, ମଧ୍ୟସ୍ଥତା ଠିକ୍ ହେବ ନାହିଁ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:-ଜମି ଜମା ସଙ୍କ୍ରାନ୍ତିୟ ପଟ୍ଟା, ଦସ୍ତାବେଜ ଏବଂ ଅନୁବନ୍ଧନ ଆଦିରେ ସଫଳତା ମିଳିବ। ବ୍ୟବସାୟ କ୍ଷେତ୍ରରେ ବନ୍ଧୁ, ମିତ୍ରଙ୍କର ସାହାଯ୍ୟ ସହଯୋଗ ପାଇ ପୁରୁଣାପ୍ରାପ୍ୟ ଆଦାୟ ହୋଇ ପାରିବ। ରାଜନୈତିକ କ୍ଷେତ୍ରରେ ପ୍ରତିଷ୍ଠିତ ହେବାପାଇଁ କରିଥିବା ଯୋଜନା ସଫଳ ହୋଇପାରିବ। କଳା, ସଙ୍ଗୀତ, ସାହିତ୍ୟ ପ୍ରତି ରୁଚି ବୃଦ୍ଧି ହେବ। ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ମୀନ:-ହସ ଖୁସିରେ ସମୟ ବିତିବ। ସୁଖ ସମୃଦ୍ଧି ବୃଦ୍ଧି ହେବା ସହ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ଶିକ୍ଷା କ୍ଷେତ୍ରରେ ସଫଳତା ଅର୍ଜନ କରିବେ। ବ୍ୟବସାୟରେ ଆକସ୍ମିକ ଅର୍ଥ ପ୍ରାପ୍ତିର ସୁଯୋଗ ଆସିବ। ପୂର୍ବରୁ ଆରମ୍ଭ ହୋଇଥିବା କାର୍ଯ୍ୟ ପୁରଣରେ ସହଜ ହେବ। ରାଜନୀତି କ୍ଷେତ୍ରରେ ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ। ପ୍ରେମିକ ପ୍ରେମିକା ମାନଙ୍କର ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!