ମେଷ:-ସାମାଜିକ ପତିଆରା ଅମଳିନ ରହିବ। କର୍ମକ୍ଷେତ୍ରରେ ସହକର୍ମୀ ମାନଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇବେ।ଧାର୍ମିକ କାର୍ଯ୍ୟରେ ମନ ଲାଗିବ ଓ ପିଲାମାନଙ୍କ ସଫଳତାରେ ଖୁସିହେବେ। ପାରିବାରିକ ସମସ୍ୟା ଗୁଡ଼ିକୁ ସୁଧାରି ନେବା ଉଚିତ୍। ରାଜନୀତି କ୍ଷେତ୍ରରେ ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ। ଅଧ୍ୟୟନ ଓ ଅଧ୍ୟାପନା ତଥା ସାମାଜିକ କ୍ଷେତ୍ରରେ ପ୍ରତିଷ୍ଠା ବଢିବ। କଳା ଓ ସଙ୍ଗୀତରେ ସୁନାମ ଅର୍ଜନ କରିବେ। ପ୍ରତିକାର- ମାଦକଦ୍ରବ୍ୟ ସେବନ କରନ୍ତୁ ନାହିଁ।
ବୃଷ:-ଅଧିକ କାର୍ଯ୍ୟର ଦାୟିତ୍ଵ ନେଇ ଧାଦୌଡ କରିବା ଫଳରେ କଷ୍ଟ ସ୍ଵୀକାର କରିବେ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ। ମାଆ ବାପାଙ୍କ ଠାରୁ ସହଯୋଗ ମିଳିବ। କୃତକର୍ମ ନିମନ୍ତେ ଅନୁଶୋଚନା, କୌଣସି ଦିଗରୁ ଉତ୍ତରଦାୟୀ ହୋଇ କ୍ଷୋଭ ଓ ଅବଶୋଷ ଅନ୍ତରରେ କୁହୁଳି ପାରେ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
ମିଥୁନ:- ଅଧିକ ପରିଶ୍ରମ ବଳରେ ଜୀବନ ଶୈଳିରେ ସୁଖସମୃଦ୍ଧି ଓ ପ୍ରତିଷ୍ଠାଲାଭ କରିବେ। ପ୍ରେମିକ ପ୍ରେମିକା ମାନେ ବେଶ୍ ଆନନ୍ଦ ପାଇବେ। ରାଜନୀତି କ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବେ। ଅଧିକ ରୋଜଗାର କରି ଗୃହୋପକରଣ କ୍ରୟ କରି ପାରନ୍ତି। ଘରୋଇ ସଂସ୍ଥାର କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ। ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
କର୍କଟ:-ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ। ବିବାହ ଯୋଗ୍ୟ ଯୁବକ ଯୁବତୀ ମାନେ ବିବାହ କରିବାର ସୁବିଧା ସୁଯୋଗ ପାଇ ଖୁସିହେବେ। କର୍ମକ୍ଷେତ୍ରରେ କଠିନ ପରିଶ୍ରମ କରି ପଦୋନ୍ନତିର ସୂଚନା ପାଇବେ। ବ୍ୟବସାୟ କ୍ଷେତ୍ରରୁ ମନ ମୁତାବକ ଲାଭ ପ୍ରାପ୍ତି ହେବ। ଅଚାନକ ଧନପ୍ରାପ୍ତି, ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ କ୍ରୟ କରି ପାରିବେ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ପ୍ରଶଂସିତ ହେବେ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।
ସିଂହ:-କୌଣସି ଶୁଭ ସମାଚାର ଶୁଣିବାକୁ ମିଳିବ। ବିବାହ ଯୋଗ୍ୟ ଯୁବକ ଯୁବତୀ ମାନେ ବିବାହ କରିବାର ସୁବିଧା ସୁଯୋଗ ପାଇ ଖୁସି ହେବେ। ନୂତନ ଯୋଜନା ପ୍ରସ୍ତୁତ କରି ବ୍ୟବସାୟରେ ଆୟ ଉପାର୍ଜ୍ଜନର ବୃଦ୍ଧି ହେବ। ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ। ପିଲାମାନଙ୍କ ପ୍ରତି ସତର୍କ ରହି ଆନନ୍ଦିତ ହେବେ ଓ ସାମାଜିକ ପ୍ରତିଷ୍ଠା. ମାନସମ୍ମାନ ବୃଦ୍ଧି ହେବ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।
କନ୍ୟା:-ବନ୍ଧୁଙ୍କୁ ଆପ୍ୟାୟିତ କରିବାରେ ସମର୍ଥ ହେବେ। ବ୍ୟବସାୟ ଦିଗରୁ ପ୍ରାୟତଃ ଅନୁକୂଳ ରହିବା ଫଳରେ ଆଶାତୀତ ଲାଭ ପାଇବାର ରାସ୍ତା ପରିସ୍କାର ହୋଇଯିବ। ରାଜନୀତି କ୍ଷେତ୍ରରେ ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବା ଫଳରେ ଶତୃମାନଙ୍କୁ ମୁକାବିଲା କରି ପାରିବେ। ମିତ୍ରଙ୍କ ସାହାଯ୍ୟ ସହଯୋଗ ଅବିସ୍ମରଣୀୟ ରହିବ। ବିଦ୍ୟାକ୍ଷେତ୍ରରେ ମନଯୋଗ ଦେଇ ପରୀକ୍ଷାରେ କୃତକାର୍ଯ୍ୟ ହେବେ। ହସଖୁସିରେ ସମୟ ବିତାଇବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
ତୁଳା:-ରାଜନୀତି କ୍ଷେତ୍ରରେ ସ୍ୱାର୍ଥରକ୍ଷା କରିବା ପାଇଁ କଠିନ ପରିଶ୍ରମ କରିବେ। ଭୋଗ ବିଳାସକୁ ତୁଚ୍ଛ ମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାଭଳି ମାନ୍ୟତା ଦେବେ। ସତର୍କରେ ନ ଚାଲିଲେ ଦାମ୍ପତ୍ୟ ସୁଖରେ ଅପ୍ରିତିକର ପରିସ୍ଥିତି ଦେଖାଦେଇ ପାରେ। ସାମାଜିକ ପ୍ରତିଷ୍ଠା ଓ ମାନସମ୍ମାନରେ ବାଧା ଉପୁଜି ପାରେ। ଆଚାର ବ୍ୟବହାର କଥାବାର୍ତ୍ତାରେ ନିୟନ୍ତ୍ରଣ ନ ରହିଲେ କୌଣସି ଭୁଲ୍ କାମ କରି ଅନୁତାପ କରି ପାରନ୍ତି। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
ବିଚ୍ଛା:-ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ। ପୂର୍ବରୁ ଲାଗି ରହିଥିବା ଅଫିସରେ ଟେନସନ୍ ଦୂର ହୋଇ ସୁସମ୍ବାଦ ପ୍ରାପ୍ତି ହେବ। ପାରିବାରିକ ସମସ୍ୟା ସହଜ ସରଳରେ ସମାଧାନ ହୋଇଯିବା ଫଳରେ ମନ ଶାନ୍ତିହେବ। ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ମିଳିବ। ପରୋକ୍ଷ ଶତୃଙ୍କୁ ପ୍ରତିହତ କରି ବହୁତ ଦିନରୁ ବାକି ରହିଥିବା ଟଙ୍କା ମିଳିଯିବା ଫଳରେ ଆଶା କରିଥିବା କାମଟି ସମ୍ପନ୍ନ କରି ପାରିବେ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।
ଧନୁ:-ସାମାଜିକ ଉତ୍ସବରେ ଯୋଗ ଦେଲେ ସଫଳତା ମିଳିବ। ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବା ଯୋଗେ ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ। ବ୍ୟବସାୟ କ୍ଷେତ୍ରରେ ପୁରୁଣା ଧନଲାଭ ହେବାରୁ ଖୁସି ହେବେ। ନିଜ ଆତ୍ମୀୟ ଲୋକଙ୍କ ସହ ସାକ୍ଷାତ ହେବା ସହ ଶୁଭ ସମ୍ବାଦ ପାଇବେ। ବିରୋଧୀ ମାନେ ହଇରାଣ ହୋଇ ମଥାନତ କରିବେ। ଆର୍ଥିକ ଚିନ୍ତା ଦୁରହେବା ସହ ସ୍ୱାସ୍ଥ୍ୟ ରେ ଉନ୍ନତି ଦେଖାଦେବ। ପ୍ରତିକାର- ହଳଦୀ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।
ମକର:-ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବ। ପାରିବାରରେ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ। ବ୍ୟବସାୟିକ ଗତିବିଧି ସାମାନ୍ୟ ରୂପରେ ଚଳିବ। କର୍ମଚରୀମାନେ ନିଜର କର୍ତ୍ତବ୍ୟ ପ୍ରତିପାଦିତ କରିବା ଫଳରେ ପ୍ରଶଂସିତ ହେବେ। କର୍ମକ୍ଷେତ୍ରରେ ଯୋଗାଯୋଗ କଲେ ଆଶା କରୁଥିବା ସ୍ଥାନକୁ ସ୍ଥାନାନ୍ତରଣ ହୋଇ ପାରିବେ। ବିଦ୍ୟାର୍ଥି ମାନଙ୍କର ମନଅନୁକୂଳ ଫଳପ୍ରାପ୍ତି ହେବା ସହ ବିଦ୍ୟାରେ ଉନ୍ନତି ଘଟିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
କୁମ୍ଭ:-ରାଜନୀତି କ୍ଷେତ୍ରରେ ସୁଯୋଗ ହାତ ପାହାନ୍ତାରେ ପାଇ ପାରିବେ। ବନ୍ଧୁ ମିତ୍ରଙ୍କର ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ଅତ୍ୟଧିକ କାର୍ଯ୍ୟ ଚାପ ଯୋଗୁ ଓ କଠିନ ପରିଶ୍ରମ ହେତୁ ଶାରିରୀକ ଓ ମାନସିକ କଷ୍ଟ ଭୋଗିବେ। କୋର୍ଟ, କଚେରୀ, ମାଲିମକଦ୍ଦମା, ବାଦବିବାଦ ଆଗକୁ ବଢ଼ିବ। ବନ୍ଧୁବାନ୍ଧବଙ୍କ ଆଗମନରେ ଅତ୍ୟଧିକ ଖର୍ଚ୍ଚ ହେବ। ବନ୍ଧୁ ମିତ୍ର ଓ ପରିବାରଜନଙ୍କ ସହ ଯାତ୍ରା ନକରିଲେ ଭଲ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।
ମୀନ:-ଶରୀର ସୁସ୍ଥ ରହିବା ସହ ଆର୍ଥିକ ସ୍ଥିତିରେ ବୃଦ୍ଧି ହେବ। କର୍ମ କ୍ଷେତ୍ରରେ ଗଠନମୂଳକ ପ୍ରସ୍ତାବ ଦେଇ ପ୍ରଶଂସିତ ହେବେ।ବ୍ୟବସାୟ ପାଇଁ ଯୋଗାଯୋଗ କରିଥିବା କ୍ଷେତ୍ରରୁ କୃତକାର୍ଯ୍ୟ ହେବେ। ନୂତନ ବ୍ୟବସାୟ ଆରମ୍ଭ, ବ୍ୟବସାୟ ବିସ୍ତାର କଲେ ଆଶାତିତ ଲାଭବାନ୍ ହେବେ। ସାମାଜିକ ସ୍ତରରେ ନିକଟ ସମ୍ପର୍କୀୟଙ୍କଠାରୁ ପ୍ରଶଂସିତ ହେବେ। ହାତ ପାହାନ୍ତାରେ ଥିବା ସୁଯୋଗ ଆପେ ଆପେ ଆସିଯିବ। ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।
