ଦୈନିକ ରାଶିଫଳ: 11 ଅକ୍ଟୋବର 2023, ବୁଧବାର, ମା’ ସନ୍ତୋଷୀଙ୍କ କୃପା ରହିବ ଏହି 3ରାଶି ଉପରେ, ମିଳିବ ସମସ୍ତ ସଙ୍କଟରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-କୌଣସି ନୂତନ ବ୍ୟକ୍ତିଙ୍କ ସହିତ ଭେଟ ହେବାଫଳରେ ସୁଖ ସମୃଦ୍ଧି ବୃଦ୍ଧି ହେବ। ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। ରାଜନୀତିରେ ଉନ୍ନତି ହେବାସହ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ। ସାମ୍ବାଦିକତାରୁ ଲାଭ ଓ ଶୁଭ ସମାଚାର ମିଳିବ। ଦୃଢସଂକଲ୍ପ ଓ ଆତ୍ମବିଶ୍ଵାସରେ ଭରପୁର ହେବ। ଅପ୍ରାକୃତିକ ନିଷ୍ପତ୍ତି ନେବା ଠାରୁ ଦୂରେଇ ରୁହନ୍ତୁ, ଆପଣ କଠିନ ପରିଶ୍ରମର ଅର୍ଥପୂର୍ଣ୍ଣ ଫଳାଫଳ ପାଇବେ। ପ୍ରତିକାର:-ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ପ୍ରବାସ ଯାତ୍ରାରେ ଲାଭବାନ ହେବେ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦିର ସମସ୍ୟା ସମାଧାନ କରିବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତିହେବ। ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀହେବେ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ। ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ମିଥୁନ:-ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରି ପାରନ୍ତି। ଘର ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ। ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀହେବେ। ରାଜନୀତି କ୍ଷେତ୍ରରେ ନିଜର ଲୋକମାନେ ସାହାଯ୍ୟ ସହଯୋଗର ହାତ ବଢେଇବେ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ। ଛାତ୍ରଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍‌ ମନେକରି ପାଠ ପଢାରେ ମନଯୋଗ ଦେବେ। ପ୍ରତିକାର- ସବୁଜ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।

କର୍କଟ:-ଆଧ୍ୟାତ୍ମିକ ଭାବଧାରରେ ଉଦବୁଦ୍ଧ ହୋଇ ସତସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳେଇବେ। ବ୍ୟବସାୟରେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ। ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ। ନୂତନ ବନ୍ଧୁ ମିତ୍ରଙ୍କ ମିଳନ ହେବ। କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ। ପଇସା ଅଭାବରୁ ମାନସିକ ଅଶାନ୍ତି ବୃଦ୍ଧି ପାଇ ପାରେ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର-କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:-ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବାସହ ଭୌତିକ ଓ ଆଧ୍ୟାତ୍ମିକ ମାମଲାରେ ବ୍ୟସ୍ତ ରହିବେ। ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ ହେବ। କମ୍ ପରିଶ୍ରମରେ ଆଶାଜନକ ଫଳ ପାଇବେ। ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ କୃତକାର୍ଯ୍ୟ ହେବେ। ପ୍ରେମ କ୍ଷେତ୍ରରେ ସଫଳତା ପାଇବେ। ଲକ୍ଷ୍ୟ ହାସଲ କରିବାରେ ସମର୍ଥ ହେବେ। ଦାମ୍ପତ୍ୟ ସୁଖରେ ମଧୁରତା ଆସିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କନ୍ୟା:-ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ। ଶତୃମାନେ ଦୂରେଇ ଯିବେ। କମିଶନ କାର୍ଯ୍ୟରେ ଲାଭ ହେବାର ସମ୍ଭାବନା ଅଛି। କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତ କାରରେ କୃତକାର୍ଯ୍ୟ ହେବେ। ବନ୍ଧୁଙ୍କ ନିମନ୍ତ୍ରଣ ପାଇ ଦୂରଯାତ୍ରା କରିବାକୁ ବାଧ୍ୟ ହେବେ। ଘନିଷ୍ଠ ବ୍ୟକ୍ତିଙ୍କ ସହିତ ଭେଟ ହେବ। କେତେକ କ୍ଷେତ୍ରରେ ଉଚ୍ଚାକାଂକ୍ଷ। ପୂର୍ତ୍ତି ନିମନ୍ତେ କଠିନ ପରିଶ୍ରମ କରିବାକୁ ପଡିବ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ତୁଳା:-ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ମାନସିକ ଏକାଗ୍ରତା ବଜାୟ ରହିବ। ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ ହେଲେ ଆଗେଇ ନବା ଉଚିତ୍। ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇ ନୂତନ ଦ୍ରବ୍ୟ କ୍ରୟ କରିବେ। ଖେଳ, କୁଦ, ପ୍ରତିଯୋଗିତା କ୍ଷେତ୍ରରେ ପ୍ରଶଂସା ପାଇବେ। ପ୍ରେମପ୍ରସଙ୍ଗରେ ମଧ୍ୟ ସଫଳତା ମିଳିବ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

ବିଚ୍ଛା:-ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବା ଫଳରେମାନସିକ ଶାନ୍ତି ମିଳିବ। ବ୍ୟବସାୟରେ ଉଧାର ଦେଇ ଫେରି ପାଇବା ସହଜ ହେବ। ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। ପରୀକ୍ଷା, ପ୍ରତିଯୋଗୀତା ଓ ସାକ୍ଷାତକାରରେ ବିଜୟୀ ହେବେ। ବକେୟା ଅର୍ଥ ପ୍ରାପ୍ତି ହେବା ଫଳରେ ଆର୍ଥିକ ସ୍ଥିତି ସୁଧୁରିଯିବ ଏବଂ ନୂତନ କାର୍ଯ୍ୟ କରିବାର ସୁଯୋଗ ପାଇବେ। ନୂତନ କର୍ମପ୍ରାପ୍ତିର ସୁଯୋଗ ମିଳିବ। ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ।

ଧନୁ:-ସାହିତ୍ୟ, କଳା କ୍ଷେତ୍ରରେ ଆକର୍ଷିତ ହେବେ ଓ କର୍ମକ୍ଷେତ୍ରରେ ପ୍ରଶଂସିତହେବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ। ଅଧାଅଧୁରାଥିବା କାର୍ଯ୍ୟ ପୂରଣ କରିବାକୁ ଚେଷ୍ଟା କରିବେ। ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେଲେ ମଧ୍ୟ ଆୟ ତୁଳନାରେ ବ୍ୟୟ ଅଧିକ ହେବ। ଆପଣା ଲୋକଙ୍କ ମଧ୍ୟରୁ କେହି କ୍ଷୟକ୍ଷତି ଘଟାଇବାର ଉଦ୍ୟମ କରି ପାରନ୍ତି। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ମକର:-କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ। ପରୀକ୍ଷା, ପ୍ରତିଯୋଗୀତା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଆଗ୍ରହ ବଢିବ। ରାଜନୀତିରେ ପ୍ରଶଂସିତ ହେବେ। ବନ୍ଧୁ ମିତ୍ରମାନେ ଶତ୍ରୁତା ଆଚରଣ କରିବେ। ସ୍ୱାସ୍ଥ୍ୟ ପାଇଁ ସତର୍କ ରହିବା ଉଚିତ୍। ସତର୍କତା ଅବଲମ୍ବନ ନକଲେ ଆକସ୍ମିକ ଦୁର୍ଘଟଣାର ସମ୍ମୁଖୀନ ହୋଇ ପାରନ୍ତି। ପ୍ରତିକାର:-ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:-ସ୍ୱାସ୍ଥ୍ୟସମସ୍ୟା ସୁଧୁରିଯିବା ଫଳରେ ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ। ଆର୍ଥିକ ସ୍ଥିତି ସୁଦୃଢ଼ ହେବା ଫଳରେ ଋଣ ପରିଶୋଧ କରିବାର ସୁଯୋଗ ପାଇବେ। ବ୍ୟବସାୟ ଶୁଭାରମ୍ଭ କରିବାର ସୁଯୋଗ ପାଇବେ। ପାରିବାରିକ ଅଶାନ୍ତି ଦୂରେଇଯାଇ ଦାମ୍ପତ୍ୟ ସୁଖରେ ସୁଖୀ ହେବେ। ଶୁଭ ସମ୍ବାଦ ପାଇ ଆମୋଦ-ପ୍ରମୋଦ, କ୍ରିଡା, ଆଡମ୍ବରରେ ଆଗ୍ରହ ବଢିବ। କର୍ମନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ମୀନ:-ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବାସହ ସାମାଜିକ ପ୍ରତିଷ୍ଠା ମାନ-ସମ୍ମାନ ବୃଦ୍ଧି ହେବ। ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବାସହ ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ରାଜନୀତି କ୍ଷେତ୍ରରେ ଅଧିକରୁ ଅଧିକ ଲୋକ ସମର୍ଥନ ପାଇ ସଫଳ ହେବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!