ଦୈନିକ ରାଶିଫଳ: 11 ଅକ୍ଟୋବର 2024, ଗୁରୁବାର, ମା’ ସନ୍ତୋଷୀଙ୍କ କୃପା ରହିବ ଏହି 3ଟି ରାଶି ଉପରେ, ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ସାମାଜିକ କ୍ଷେତ୍ରରେ ପ୍ରତିଷ୍ଠା ବଢିବ। ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ ଏବଂ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପରୀକ୍ଷା, ପ୍ରତିଯୋଗୀତା, ସାକ୍ଷାତକାରରେ ବିଜୟୀ ହେବେ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ବାଦବିବାଦ, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ବ୍ୟବସାୟର ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ପ୍ରତିକାର- ନାଲି ରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ବାଦବିବାଦ, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ଜୟଯୁକ୍ତ ହେବେ। ବ୍ୟବସାୟରେ କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି ହେବ। ରାଜନୀତିରେ ଉଚିତ୍ ପରାମର୍ଶ ପାଇ ହରେଇଥିବା ସମ୍ମାନ ଫେରି ପାଇବେ। ତରବରିଆ ଭାବରେ କୌଣସି କାମ ନକରି ପରିସ୍ଥିତିକୁ ଆଖିଆଗରେ ରଖି କାମ କରିଲେ କୃତକାର୍ଯ୍ୟ ହେବେ। ନୂତନ କାର୍ଯ୍ୟକରିବା ପୂର୍ବରୁ ସତର୍କତା ଆବଶ୍ୟକ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ମିଥୁନ:-ଶତ୍ରୁବାଧା ଦୂରେଇ ଯିବ। ଅର୍ଥ ସମ୍ପର୍କିତ ଚୁକ୍ତିପତ୍ର କଲେ ଲାଭବାନ୍ ହେବେ। ନିର୍ମାଣମୂଳକ ଯୋଜନାରେ ଆଗେଇବେ। ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ। ପାରିବାରିକ କ୍ଷେତ୍ରରେ ସ୍ନେହସଦ୍ଭାବର ବୃଦ୍ଧି ହେବ। ନୂତନ ଯୋଜନା ପ୍ରସ୍ତୁତ କଲେ ବ୍ୟବସାୟରେ ଆୟ ଉପାର୍ଜ୍ଜନ ବୃଦ୍ଧି ହେବ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ସୁନାମ ଅର୍ଜନ କରିବେ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।

କର୍କଟ:-ଶୁଭ ବା ମଙ୍ଗଳ କାମର ଆୟୋଜନ କରିପାରିବେ। ଛାତ୍ରଛାତ୍ରୀମାନେ ଭ୍ରମଣପ୍ରିୟ ହେବେ। ବନ୍ଧୁଙ୍କ ସାହାଯ୍ୟ ଏବଂ ଅବଦାନ ଅବିସ୍ମରଣୀୟ ରହିବ। ବ୍ୟବସାୟରେ ଆଦୌଫୁରୁସତ୍ ପାଇବେ ନାହିଁ। ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ। ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହୀ ହେବେ। ପୁରାତନ ରୋଗରୁ ଉପସମ ପାଇ ଶରୀର ସୁସ୍ଥ ରହିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ସିଂହ:-ସୁଖ ସମୃଦ୍ଧି ବୃଦ୍ଧିହେବାସହ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ। ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ଧନଲାଭ ହେବା ଯୋଗୁ ଅଧା ଅଧୁରାଥିବା କାର୍ଯ୍ୟ ପୂରଣ ହୋଇଯିବ। ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ। ପ୍ରତିକାର- କମଳା ରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ।

କନ୍ୟା:-ପୁରାତନରୋଗରୁ ଉପଶମ ମିଳିବ। କର୍ମ କ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ। ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ରାଜନୀତିରେ ପ୍ରଶଂସିତ ହେବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ପ୍ରତିକାର- ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।

ତୁଳା:-ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ପ୍ରଶଂସା ପାଇବେ। ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ପ୍ରେମିକ ପ୍ରେମିକା ମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। ପ୍ରତିକାର- ଗୋମାତାକୁ ଖାଇବାକୁ ଦିଅନ୍ତୁ।

ବିଚ୍ଛା:-ସୁଖ ସମୃଦ୍ଧି ବୃଦ୍ଧି ହେବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ଜୀବନରେ ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ। ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ। ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ। ଧୈର୍ଯ୍ୟ ସାହସ ଦ୍ଵାରା ହୋଇପାରୁ ନଥିବା କାମକୁ କରି ଦେଖାଇବେ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର:- ଅସହାୟା ମାନଙ୍କୁ ସାହାଯ୍ୟ କରନ୍ତୁ।

ଧନୁ:-ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତିଶୃଙ୍ଖଳା ବଜାୟ ରଖି ପାରିବେ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରି ପାରିବେ। ନୂତନ କାର୍ଯ୍ୟଆରମ୍ଭ କରିପାରିବେ। ଅର୍ଥ ଉପାର୍ଜନରେ ଏକନିଷ୍ଠ ହେବେ। ଧନ ପାଇବାର ରାସ୍ତା ଖୋଲିଯିବ। ଋଣମୁକ୍ତି ହେବାପାଇଁ ଯୋଜନା ପ୍ରସ୍ତୁତ କରି ପାରିବେ। ରାଜନୀତିରେ ସମ୍ମାନର ସହିତ କୃତକାର୍ଯ୍ୟ ହେବେ। ପାରିବାରିକ କ୍ଷେତ୍ରରେ ସ୍ନେହସଦ୍ଭାବର ବୃଦ୍ଧିହେବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-ସହକର୍ମୀ ଓ ଅଧସ୍ତନ କର୍ମଚାରୀଙ୍କ ସହ ସମ୍ପର୍କ ଭଲ ରହିବ। ବିଦ୍ୟା କ୍ଷେତ୍ରରେ ଉତ୍ସାହ ଉଲ୍ଲାସରେ ସମୟ ଅତିବାହିତ କରିବେ। ଆର୍ଥିକସ୍ଥିତି ପୂର୍ବପରି ରହିବ। ପରିବାରରେ ଆନନ୍ଦ ଲହରୀ ଖେଳିଯିବ। ମିତ୍ର, ଭାଇ ବନ୍ଧୁମାନେ ସହଯୋଗ କରିବେ। ପରିଶ୍ରମଦ୍ୱାରା କାର୍ଯ୍ୟ ସଫଳ ହେବ। ରାଜନୀତି କ୍ଷେତ୍ରରେ ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ। ଆଲୋଚନା କ୍ଷେତ୍ରରେ ଠିକ୍ ନିସ୍ପତି ନେବେ। ଦାମ୍ପତ୍ୟଜୀବନ ସୁଖମୟ ହେବ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

କୁମ୍ଭ:-ବନ୍ଧୁବାନ୍ଧବଙ୍କ ଚେଷ୍ଟାରେ ଅତି ସହଜରେ ବାକିଥିବା ଅର୍ଥ ପାଇବେ। ସୁଯୋଗ ହାତପାହାନ୍ତାରେ ପହଞ୍ଚିବ। ପରୀକ୍ଷା ପ୍ରତିଯୋଗିତାରେ ବିଜୟୀ ହେବେ। ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ। ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବ ନାହିଁ। ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣତାକୁ ମୁଖ୍ୟକରି ଚାଲିବା ହିତକର। ଦକ୍ଷତାକୁ କେନ୍ଦ୍ରକରି ଉଚ୍ଚମାନ୍ୟତାରେ ହ୍ରାସ ହେବ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-ସମାଜ କଲ୍ୟାଣ ପାଇଁ ନିଜକୁ ଉତ୍ସର୍ଗୀକୃତ କରିବେ। ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ବାସସ୍ଥାନ ବା ଯାନବାହାନର ନବୀକରଣ କରିବାର ସୁଯୋଗ ପାଇବେ। ବନ୍ଧୁ ମିତ୍ରମାନଙ୍କର ସହଯୋଗରେ ଧନସମ୍ପଦ, ବସ୍ତ୍ରଆଭୂଷଣ ଆଦି ଲାଭହେବ। ଆର୍ଥିକ ସଙ୍କଟ ଦୂର ହେବ। ଅଟକିଥିବା କାର୍ଯ୍ୟ କୌଣସି ଏକ ପ୍ରଭାବଶାଳୀ ବ୍ୟକ୍ତିଙ୍କ ସାହାଯ୍ୟରେ ପୂରଣ ହେବ। କୋର୍ଟ କଚେରୀରେ ସଫଳତା ମିଳିବ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!