ଦୈନିକ ରାଶିଫଳ: 11 ଜାନୁୟାରୀ 2024, ଗୁରୁବାର, ମା’ ଲକ୍ଷ୍ମୀଙ୍କ କୃପା ରହିବ ଏହି 4ଟି ରାଶି ଉପରେ, ମିଳିବ କିଛି ବଡ ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ସମ୍ପର୍କୀୟ ବନ୍ଧୁଙ୍କ ସାହାଯ୍ୟ ସହଯୋଗରେ ସ୍ଥଗିତ ଥିବା କର୍ମ ସହଜ ସରଳରେ ପୂର୍ଣ୍ଣ ହେବ। ନୂତନବନ୍ଧୁଙ୍କ ଆଗମନ ହେବ। ଘରୁ ବାହାରକୁ ବାହାରିବା ଦ୍ଵାରା ଅସୁସ୍ଥତା ଅନୁଭବ କରି ପାରନ୍ତି। ସତର୍କତା ଅବଲମ୍ବନ କରିବା ଉଚିତ୍। ସାମାଜିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ। ନିଜ ଲୋକମାନେ ହିଁ କାମରେ ଆସିବେ। କର୍ତ୍ତବ୍ୟ ନିଷ୍ଠା ରକ୍ଷାକରି ସାଧୁ ଓ ସଚ୍ଚୋଟ ଭାବେ ଦାୟିତ୍ୱ ତୁଲାଇବା ସହ ଉପରିସ୍ଥଙ୍କ କୃପାଭାଜନ ହେବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ସାମାଜିକ ସ୍ତରରେ କମ୍ ପରିଶ୍ରମରେ ଆଶାଜନକ ଫଳ ପାଇବେ। ନିଜ ଚେଷ୍ଟାରେ ବହୁତ କଷ୍ଟକଲେ ବାକିଥିବା ଅର୍ଥ ପାଇବେ। ପାଖ ପଡୋଶୀଙ୍କ ସହିତ ସମ୍ପର୍କ ବୃଦ୍ଧି ହେବ। ନୂଆଲକ୍ଷ ନିର୍ଦ୍ଧାରିତ କରି ତାହାର ଫଳପ୍ରାପ୍ତି ପାଇଁ ପ୍ରଯତ୍ନ ଶୀଳ ରହିବେ। ପାରିବାରିକ କ୍ଷେତ୍ରରେ ଶୁଭ ସୂଚନା ପାଇ ମନ ଖୁସି ରହିବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। କିଛି କାରଣ ନଥାଇ ବଦନାମ୍ ବା ମିଛ କେଶ୍ ରେ ଫଶିଯିବେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-ଧନ ଲାଭହେବା ସହିତ କର୍ତ୍ତବ୍ୟ ଦାଇତ୍ଵ ବଢିଯିବ। ମାନସିକ ଶାନ୍ତି ଅନୁଭବ କରିବେ। ବ୍ୟବସାୟୀମାନଙ୍କର ବକେୟା ପ୍ରାପ୍ୟ ହାତକୁ ଆଣିବାରେ ସଫଳ ହେବେ। ସ୍ୱାସ୍ଥ୍ୟରେ ପରିବର୍ତ୍ତନ ହେତୁ ମନ ଓ ଚିତ୍ତ ପ୍ରସନ୍ନ ରହିବ। ଆତ୍ମୀୟ ମିତ୍ରଙ୍କ ସାହାଯ୍ୟରେ ବନ୍ଦ ଥିବା କାର୍ଯ୍ୟ ଚାଲୁ କରିବାକୁ ସକ୍ଷମ ହେବେ। କାର୍ଯ୍ୟ କ୍ଷେତ୍ରରେ ନୂତନ ଯୋଜନା ପାଇଁ ସହଯୋଗ ମିଳିବ। କାର୍ଯ୍ୟ ଦକ୍ଷତା ପ୍ରଦର୍ଶନ କରି, ତଳୁ ଉପର ସ୍ତରଯାଏ ଆଦର୍ଶ ସ୍ଥାନ ଗ୍ରହଣ କରିବେ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

କର୍କଟ:-ସନ୍ତାନମାନଙ୍କ ଉନ୍ନତି ପାଇଁ ଆନନ୍ଦିତ ହେବେ। ସରକାରୀ ସାହାଯ୍ୟ ସହଯୋଗ ହାତଛଡା ହେବାର ନାହିଁ। ବ୍ୟବସାୟୀ ମାନଙ୍କର କାରବାର ବୃଦ୍ଧି ହେବା ଫଳରେ ଆଶାତୀତ ଲାଭାପାଇବେ। ଛାତ୍ରଛାତ୍ରୀମାନଙ୍କର ଦକ୍ଷତାକୁ କେନ୍ଦ୍ରକରି ଉଚ୍ଚମାନ୍ୟତାରେ ବୃଦ୍ଧି ହେବ। କର୍ମକ୍ଷେତ୍ରରେ ଆଶା କରୁଥିବା ଘଟଣା ଘଟିବା ଫଳରେ ପ୍ରଶାସନ କ୍ଷେତ୍ରରେ ଦ୍ଵନ୍ଦ ଦୂର ହେବ। ବନ୍ଧୁ, ମିତ୍ର ଓ ସହକର୍ମୀ ମାନଙ୍କ ଦ୍ଵାରା ଲାଭବାନ ହେବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ସିଂହ:-ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଯୋଗେ ନିମ୍ନବର୍ଗ ଲୋକଙ୍କ ଠାରୁ ସମ୍ମାନ ପାଇବା ସମ୍ଭବ ହେବ। ଇନ୍ଦ୍ରିୟପରାୟଣତା ଓ ବିଷୟବାସନା ଉପରେ ଅଧିକ ଗୁରୁତ୍ଵ ଦେଇ ପାରନ୍ତି। ଯୁକ୍ତି ତର୍କରେ ଦକ୍ଷତା ସହ ବ୍ୟବହାରିକ ବିଜ୍ଞାନ ଓ ଦର୍ଶନର ଗଭୀରତା ଭିତରକୁ ଟାଣିହୋଇ ଯିବେ। କର୍ମକ୍ଷେତ୍ରରେ ସୁଯୋଗ ହାତଛଡା ହେବାର ନାହିଁ। ରାଜନୀତି କ୍ଷେତ୍ରରେ ବିରୋଧୀ ମାନଙ୍କୁ ପରାସ୍ତ କରି ବିଜୟୀ ହେବେ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-ସରକାରୀ କ୍ଷେତ୍ରରେ ସଫଳତା ମିଳିବ। ବ୍ୟବସାୟରେ ସାହାଯ୍ୟ ସହଯୋଗ ମିଳିବା ସହ ପୁରୁଣାପ୍ରାପ୍ୟ ମଧ୍ୟ ଆଦାୟ ହୋଇ ପାରିବ। ପାରିବାରିକ ସମସ୍ୟା ସତ୍ତ୍ୱେ ଶାନ୍ତି ବିରାଜମାନ କରିବ। ରାଜନୈତିକ କ୍ଷେତ୍ରରେ ପ୍ରତିଷ୍ଠିତ ହେବାପାଇଁ କରିଥିବା ଯୋଜନା ସଫଳ ହୋଇ ପାରିବ। କଳା, ସଙ୍ଗୀତ, ସାହିତ୍ୟ ପ୍ରତି ରୁଚି ବୃଦ୍ଧି ହେବ। ସତର୍କତାର ସହ କାର୍ଯ୍ୟ କରିଲେ ସମସ୍ତ ପରିସ୍ଥିତି ଆପଣଙ୍କ ସପକ୍ଷରେ ଯିବ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ତୁଳା:-ଶିଳ୍ପୀ, ସାହିତ୍ୟିକ, ସଂଗୀତଜ୍ଞ, ଯାନ୍ତ୍ରିକ ମାନେ କର୍ମ ଯୋଗକୁ ଅଧିକ ମହତ୍ତ୍ୱ ଦେଇ ତଳୁ ଉପର ସ୍ତର ଯାଏଁ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ। ଅଧିକ ଭାଗ୍ୟବାଦି ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ। ରାଜନୀତିରେ ସ୍ଵାର୍ଥରକ୍ଷା କରି କଠିନ ପରିଶ୍ରମ କରିବାକୁ ପଡିବ। ଶିକ୍ଷାର୍ଥୀମାନଙ୍କ ପାଇଁ ଅଧ୍ୟୟନରେ ବାଧା ଉପୁଯି ପାରେ। ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଅତ୍ୟନ୍ତ ଜରୁରୀ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-କର୍ମକ୍ଷେତ୍ରରେ ନିଜର ପ୍ରତିପତ୍ତି ବିସ୍ତାର କରି ପାରିବେ। ପଢିବା, ପଢେଇବା ମାମଲାରେ ଆଗକୁ ଗତି କରିବେ। ନିଜର କ୍ଷମତା ଓ ଯୋଗ୍ୟତାକୁ ବହୁତ ଉପଯୋଗ କରିବେ। କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ। ବ୍ୟବସାୟ କ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ। କୌଣସି ନୂତନ କାର୍ଯ୍ୟ ଆରମ୍ଭକଲେ ବିପଦରେ ପଡି ପାରନ୍ତି। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ଧନୁ:-ଧନର ଆଗମନ ହୋଇପାରେ। ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ। ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ। ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ। କମିଶନ କାର୍ଯ୍ୟରେ ଲାଭ ହେବାର ସମ୍ଭାବନା ଅଛି। ନିଜ ଲୋକମାନେ ହିଁ କାମରେ ଆସିବେ। ଶତୃମାନଙ୍କ ସହ ଆପୋଷ ସମାଧାନର ରାସ୍ତା ଖୋଲିଯିବ। ରାଜନୀତି ମାମଲାରେ ସଫଳତା ମିଳିବ। ପ୍ରତିକାର- ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମକର:-କର୍ମକ୍ଷେତ୍ରରେ ଉତ୍ସାହ ବୃଦ୍ଧି ପାଇବା ଫଳରେ ମାନସମ୍ମାନ ବଜାୟ ରହିବ। ଉପରିସ୍ଥ କର୍ମଚାରୀ ଆପଣଙ୍କର ସହଯୋଗ ଲୋଡିବେ। ଅର୍ଥ ସଂପର୍କିତ ଚୁକ୍ତିପତ୍ର କଲେ ଲାଭବାନ ହେବେ। ବ୍ୟବସାୟ କ୍ଷେତ୍ରରେ କରଜ ଭାରରୁ ମୁକ୍ତି ମିଳିବା ସହ ଖୁବ ଅଗ୍ରଗତି ଘଟିବ। ଶିକ୍ଷାକ୍ଷେତ୍ରରେ ଉଚ୍ଚାକାଂକ୍ଷା ପୁର୍ତ୍ତିର ଫଳ ସ୍ୱରୂପ ନିଜ କ୍ଷେତ୍ରରେ ଅଗ୍ରଣୀ ଭୂମିକା ଗ୍ରହଣ କରି ପାରିବେ। ସାମ୍ବାଦିକ ମାନେ ପ୍ରଶଂସିତ ହେବେ। ପ୍ରତିକାର- ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।

କୁମ୍ଭ:-ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଗଲେ ମଧ୍ୟ ତାହା କୌଶଳ କ୍ରମେ ସମାଧାନ କରି ପ୍ରଶଂସିତ ହେବେ। ଘର ପରିବାରକୁ ପ୍ରାଥମିକତା ଦେବେ। ଜୀବନସାଥିଙ୍କ ସ୍ୱାସ୍ଥ୍ୟ ଉତ୍ତମ ରହିବ। ରାଜନୀତି କ୍ଷେତ୍ରରେ ସଠିକ୍ ଚିନ୍ତା ଓ ଧୈର୍ଯ୍ୟ ସାହସ ଦ୍ଵାରା ହୋଇପାରୁ ନଥିବା କାମକୁ କରି ପାରିବେ। ଶତୃଙ୍କଠାରୁ ଦୂରେଇ ରହିବା ଉଚିତ୍। ରାସ୍ତା ଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଅତ୍ୟନ୍ତ ଜରୁରୀ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-ଆକସ୍ମିକ ଅର୍ଥଲାଭ, ସୁନାମପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ। ସମସ୍ତଙ୍କ ପ୍ରତି ସକରାତ୍ମକ ଚିନ୍ତା ଆଗକୁ ବଢିବାରେ ସାହାଯ୍ୟ କରିବ। ବ୍ୟବସାୟରେ ଅଧିକ ଲାଭ ହେବା ଫଳରେ ମାନସିକ ଶାନ୍ତି ଓ ଋଣଭାର ଲାଘବ ହେବ। ରାଜନୀତି କ୍ଷେତ୍ରରେ ସୁ ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ଵଳତର କରିବାର ସାମର୍ଥ୍ୟ ବଢିବ। କର୍ମକ୍ଷେତ୍ରରେ ଉଚ୍ଚାଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ପ୍ରଶଂସା ପାଇବେ। ପ୍ରତିକାର- ହଳଦୀ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!