ମେଷ:-ବ୍ୟବସାୟ କ୍ଷେତ୍ରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ ଓ ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ। ସରକାରୀ କର୍ମଚାରୀ ମାନେ କର୍ମକ୍ଷେତ୍ରରେ କଠିନ ପରିଶ୍ରମ କରି ସନ୍ତୋଷ ଲାଭ କରିବେ। କାର୍ଯ୍ୟକ୍ଷେତ୍ରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। କୋର୍ଟ କଚେରୀ ମାମଲାରେ ସଫଳ ହେବା ସହ ଆତ୍ମବିଶ୍ଵାସ ବୃଦ୍ଧି ପାଇବ ଓ ବନ୍ଧୁ ବାନ୍ଧବ ମାନଙ୍କର ସମାଗମ ହେବ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।
ବୃଷ:-ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। ପ୍ରତିଦ୍ଵନ୍ଦିତାରେ ସଫଳ, ବିଦ୍ୟା କ୍ଷେତ୍ରରେ ଶୁଭଯୋଗ, ରାଜନୀତିରେ ଉଚ୍ଚପ୍ରଶଂସିତ ହେବେ। ପଢାପଢିରେ ମାନସିକ ଶାନ୍ତି ପାଇବେ। ଅପେକ୍ଷା କରିଥିବା କାର୍ଯ୍ୟଟି ପୂରଣ କରିବା ପାଇଁ କଷ୍ଟକର ହେବ। ଗୁରୁ ଗୁରୁଜନ ଆପଣଙ୍କ ବୁଦ୍ଧିକୁ ପ୍ରଶଂସା କରିବେ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
ମିଥୁନ:-ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ। ଇନ୍ଦ୍ରିୟପରାୟଣତା ଓ ବିଷୟବାସନା ଉପରେ ଅଧିକ ଗୁରୁତ୍ଵ ଦେବେ। ସାମ୍ବାଦିକ ମାନେ ପ୍ରଶଂସିତ ହେବେ। ପିଲାଙ୍କ ସହ ଖୁସିଗପ କରିବାରେ ମଉକା ଜୁଟିବ। ପ୍ରେମପ୍ରସଙ୍ଗରେ ସଫଳତା ମିଳିବ। ମାନସିକ ଦୁର୍ବଳତା ସହିତ ସାମୟିକ ବିଭ୍ରାନ୍ତି ଜନିତ ଆଳସ୍ୟଭାବ ଦେଖାଦେଇ ପାରେ। ଘରୋଇ କର୍ମଚାରୀମାନେ ବିବାଦୀୟ ଦୁଃସ୍ଥିତିରେ ଜଡ଼ିତ ହୋଇପାରନ୍ତି। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
କର୍କଟ:-ସ୍ୱାସ୍ଥ୍ୟରେ ପରିବର୍ତ୍ତନ ଦେଖାଦେବ। ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ। ଜମିବାଡି ନେଇ କେତେକ ସମସ୍ୟା ସମାଧାନ ହୋଇଯିବ। କର୍ମକ୍ଷେତ୍ରରେ ପଦୋନ୍ନତି ସହ ପଦସ୍ଥ ବ୍ୟକ୍ତିଙ୍କର ଆସ୍ଥାଭାଜନ ହେବେ। ନୂତନ ଯାନବାହନ, ଗୃହ, ଜାଗା ଜମି ଆଦି କ୍ରୟ କରି ପାରିବେ। ଦୂରଯାତ୍ରାର ସୁଯୋଗ ପାଇ ସଫଳତା ଅର୍ଜନ କରିବେ। ପରିବାରରେ ସୁଖସମୃଦ୍ଧି ବୃଦ୍ଧି ହେବା ସହ ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।
ସିଂହ:-ଛାତ୍ରଛାତ୍ରୀ ମାନଙ୍କର ଉଚ୍ଚଶିକ୍ଷା ପାଇଁ ଆଗ୍ରହ ବୃଦ୍ଧି ପାଇବା ସହ ପଢାପଢିରେ ମନଯୋଗ ଦେବେ। ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବ। ରାଜନୀତିରେ ପୂର୍ଣ୍ଣ ସଫଳତା ପ୍ରାପ୍ତି, ବ୍ୟବସାୟରେ ସଫଳତା ଅର୍ଜନ କରିବେ। ଧର୍ମକାର୍ଯ୍ୟ ପ୍ରତି ମନବଳାଇ ବହୁତ ଶାନ୍ତି ଲଭିବେ। ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ। ଆତ୍ମବିଶ୍ଵାସ ବୃଦ୍ଧି ପାଇବ। ଦୂରଯାତ୍ରା କରି ହଇରାଣ ହରକତ ହେବାକୁ ପଡିବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
କନ୍ୟା:-ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି। ବୈଷୟିକ କ୍ଷେତ୍ରରେ ଧାଁଦୌଡ ଯୋଗୁ ଆଶାତୀତ ଧନ ଲାଭହେବ। କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ। ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀ ହୋଇ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହୀ ହେବେ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।
ତୁଳା:-ସନ୍ତାନ ସନ୍ତତିଙ୍କ ତରଫରୁ ଆଶାବାଦୀ ହେବେ। ଖାଦ୍ୟପେୟ ପ୍ରତି ବିଶେଷ ଧ୍ୟାନଦେଇ ବ୍ୟାୟାମ କରିବା ଆବଶ୍ୟକ। କର୍ମକ୍ଷେତ୍ରରେ ଭାରସାମ୍ୟ ରକ୍ଷାକରି ନିମ୍ନବର୍ଗଙ୍କ ଯୋଗେ ପରିସ୍ଥିତିକୁ ନିଜ ତରଫରେ ନେଇ ପ୍ରଶଂସା ପାଇବେ। ବ୍ୟବସାୟ କ୍ଷେତ୍ରରେ ଖୁବ ଅଗ୍ରଗତି ଘଟି ଆଶାଜନକ ଫଳପ୍ରାପ୍ତି ହେବ। ପ୍ରେମସମ୍ବନ୍ଧ ଓ ଦାମ୍ପତ୍ୟ ଜୀବନରେ ମଧୂରତା ସୃଷ୍ଟି ହେବ। ସ୍ୱାସ୍ଥ୍ୟ ପାଇଁ ସତର୍କ ରହିବା ଉଚିତ୍। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।
ବିଚ୍ଛା:-ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ। ବହୁ ଲୋକଙ୍କର ପ୍ରଶଂସା ପାଇବା ଫଳରେ ଶତୃପକ୍ଷ ଦୁର୍ବଳ ହୋଇ ଗୋଡ ଟାଣିବାର ପ୍ରଚେଷ୍ଠା ଆରମ୍ଭ କରିପାରନ୍ତି। ରାଜନୀତିରେ ସହକର୍ମୀ ମାନଙ୍କଠାରୁ ସାହାଯ୍ୟ ସହଯୋଗ ପାଇ ଲୋକପ୍ରିୟତା ହାସଲ କରିପାରିବେ। ଅସନ୍ତୋଷ, ଭ୍ରମଣକାଳରେ କ୍ଲେଶ, ସହକର୍ମୀଙ୍କ ସହ ବିବାଦ ଦେଖାଦେଇ ପାରେ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
ଧନୁ:-ପୁରାତନ ରୋଗରୁ ଉପସମ ପାଇ ଶରୀର ସୁସ୍ଥ ରହିବ। କର୍ମକ୍ଷେତ୍ରରେ ପରିବର୍ତ୍ତନ ହେଲେ ମଧ୍ୟ କ୍ଷୟକ୍ଷତି ଘଟିବାର ଆଶଙ୍କା ନାହିଁ। ଛାତ୍ର ଛାତ୍ରୀମାନେ ସାକ୍ଷାତକାର ପାଇଁ ଦୂରଯାତ୍ରା କରିପାରନ୍ତି। ରାଜନୈତିକ କ୍ଷେତ୍ରରେ ଲୋକମାନଙ୍କୁ ଆପଣେଇ ନବା ଫଳରେ ସମ୍ମାନିତ ହୋଇ ପାରନ୍ତି। କୌଣସି ନୂତନ ଗୃହୋପକରଣ କିଣିବା ପାଇଁ ଯୋଜନା କରିବେ। ପେଶା, ବ୍ୟବସାୟ, ଭାଗୀଦାରୀ ଓ ବନ୍ଧୁମିତ୍ରଙ୍କଦ୍ଵାରା ଲାଭବାନ ହେବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।
ମକର:-ବିଦ୍ୟାର୍ଥିମାନଙ୍କର ମନୋଅନୁକୂଳ ଫଳପ୍ରାପ୍ତି ହେବ। ବିତିଯାଇଥିବା ମାମଲାରେ ମଧ୍ୟ ସଫଳତା ମିଳିବ। ସମ୍ପତ୍ତି ସମ୍ବନ୍ଧିୟ ମାମଲାରେ ବିଜୟ ହେବ। ଗୁରୁଜନ ଓ ବୃଦ୍ଧଜନଙ୍କ ସେବା କଲେ ଅନେକ ଆଶୀର୍ବାଦ ପାଇବେ। ବନ୍ଧୁଙ୍କ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିପାରିବେ। ପ୍ରେମପ୍ରସଙ୍ଗରେ ମଧ୍ୟ ସଫଳତା ମିଳିବ। ରାଜନୀତି କ୍ଷେତ୍ରରେ ଅଧିକ ଲୋକସମ୍ପର୍କ ଫଳରେ ଆତ୍ମସନ୍ତୋଷ ମିଳିବ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।
କୁମ୍ଭ:-ଶ୍ରମିକ ଓ କର୍ମଚାରୀମାନେ ଉପରିସ୍ଥଙ୍କୁ ଆପଣାର କରି କୃପା ଭାଜନ ହେବେ ଓ ସୁଖଶାନ୍ତିରେ ଦିନଟି କଟାଇ ପାରିବେ। ରାଜନୀତି କ୍ଷେତ୍ରରେ ମାନ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ। ବ୍ୟବସାୟରେ ଉନ୍ନତି ହେବା ସହ ଋଣ ପରିଶୋଧର ସୁଯୋଗ ପାଇବେ। ବାଦବିବାଦ, ମାଲିମୋକଦ୍ଦମା, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳ ହେବେ। ଛାତ୍ରଛାତ୍ରୀମାନେ ପଢ଼ାପଢ଼ିରେ ମନ ଯୋଗ ଦେବେ। ଭାବି ଚିନ୍ତି କାର୍ଯ୍ୟ ନ କଲେ ଠକାମିରେ ପଡିବେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
ମୀନ:-ଚାକିରି କ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କ ସାହାଯ୍ୟ ସହଯୋଗ ପାଇବେ। ସନ୍ତାନମାନଙ୍କ ଉନ୍ନତି ପାଇଁ ଖୁସି ରହିବେ। ବାଦବିବାଦ, ପରୀକ୍ଷା, ପ୍ରତିଯୋଗୀତା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ପଡାପଡୋଶୀ ବନ୍ଧୁ ମିତ୍ରଙ୍କ ବ୍ୟବହାରରେ ମନ ଶାନ୍ତ ହେବ। କୌଣସି ଗୁରୁତ୍ୱପୂର୍ଣ୍ଣ ନିସ୍ପତି ନେଇ ପାରନ୍ତି। ମାଲିମୋକଦ୍ଦମାରେ ସଫଳତା ମିଳିବ। ପ୍ରତେକ କ୍ଷେତ୍ରରେ ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।