ଦୈନିକ ରାଶିଫଳ: 11 ଜୁନ୍ 2023, ରବିବାର, ସୂର୍ଯ୍ୟଦେବଙ୍କ କୃପା ରହିବ ଏହି 4ଟି ରାଶି ଉପରେ, ମିଳିବ ଆର୍ଥିକ ସଙ୍କଟରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ସମସ୍ତ କାର୍ଯ୍ୟ ମନଇଛା ଅନୁସାରେ ସମ୍ପନ୍ନ ହେବାସହ ନୂଆ ଲୋକଙ୍କ ସହ ସମ୍ପର୍କ ହେବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳହେବେ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଆର୍ଥିକ ସ୍ଥିତିରେ ପରିବର୍ତ୍ତନ ହେବ।ନିଜର ଚତୁରତା ଓ ବିବେକ ହେତୁ ସମସ୍ତ ବିପରୀତ ପରିସ୍ଥିତିର ସାମ୍ନା କରି ପାରିବେ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ସ୍ୱାସ୍ଥ୍ୟସମସ୍ୟା ଦୂରହୋଇ ନିର୍ମାଣ ମୂଳକ ଯୋଜନାରେ ଆଗେଇପାରିବେ। ବହୁତ ଦିନରୁ ଯେଉଁ କାମ ପାଇଁ ଚିନ୍ତା କରୁଥିଲେ ତାହା ଅଳ୍ପ ପ୍ରୟାସରେ ପୂର୍ଣ୍ଣ ହୋଇଯିବ। ବ୍ୟବସାୟ ପ୍ରସାର ପ୍ରଚାର ଫଳରେ ବିଶେଷ ଲାଭବାନ୍ ହେବେ। ବନ୍ଧୁବାନ୍ଧବ ମାନେ ଆର୍ଥିକ କ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ। ଶତୃ ଓ ବିରୋଧୀ ମାନେ ପରାସ୍ତ ହେବା ଫଳରେ ରାଜନୀତି କ୍ଷେତ୍ରରେ ସମ୍ମାନ ପାଇବେ। ପ୍ରତିକାର- ଶ୍ଵେତଚନ୍ଦନ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ।

ମିଥୁନ:-ସ୍ଵାସ୍ଥ୍ୟରେ ସୁଧାର ଆସିବ। କୌଣସି ଦୂର ସ୍ଥାନକୁ ଯାତ୍ରା କରି ପାରନ୍ତି। ଉଚିତ୍ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇବେ। ଆଶା କରୁଥିବା କାମଟି ବନ୍ଧୁଙ୍କ ଦ୍ଵାରା ସହଜ ସୁବିଧାରେ ହୋଇଯିବ। ସାମାଜିକ କ୍ଷେତ୍ରରେ ନିଜର ପ୍ରଭାବ ବଢିବା ଫଳରେ କର୍ମକ୍ଷେତ୍ରରେ ପଦୋନ୍ନତିର ସଙ୍କେତ ପାଇବେ। ପ୍ରତିଦ୍ଵନ୍ଦିତାରେ ସଫଳ, ବିଦ୍ୟାକ୍ଷେତ୍ରରେ ଶୁଭଯୋଗ, ସନ୍ତାନମାନେ ଶ୍ରେଷ୍ଠସ୍ଥାନ ଲାଭ କରିବେ। ପ୍ରତିକାର- ସବୁଜ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।

କର୍କଟ:-ବ୍ୟବସାୟରେ ଯଥେଷ୍ଟ ଅଗ୍ରଗତି ଘଟିବ। ଅସହାୟ ମାନଙ୍କୁ ସାହାଯ୍ୟ କରିବା ଦ୍ଵାରା ସାଧାରଣ ଲୋକମାନେ ସମ୍ମାନ ଦେବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳହେବେ। ଅର୍ଥକୁ ଭଗବାନ ଜ୍ଞାନ କରି ବିବାଦମାନ ପରିସ୍ଥିତିର ବି ସମ୍ମୁଖୀନ ହେବାକୁ ପଡିପାରେ। ପରିଶ୍ରମ ଓ ମେହନତର ପରିଣାମ ମିଳିବ କିନ୍ତୁ ଆୟ ବ୍ୟୟରେ ତାଳମେଳ ରହିବ ନାହିଁ।ଖାଦ୍ୟପେୟରେ ଅବହେଳା ସ୍ଵାସ୍ଥ୍ୟହାନିର କାରଣ ହେବ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ସିଂହ:-ସଭାସମିତି, ସାହିତ୍ୟ ଓ କଳାକ୍ଷେତ୍ରରେ ସମ୍ମାନ ପାଇବାସହ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ବ୍ୟବସାୟିମାନେ ନୂତନ ଯୋଜନା ପ୍ରସ୍ତୁତ କରିବେ ଓ ପରୀକ୍ଷା ପ୍ରତିଯୋଗିତାରେ ଶୁଭଫଳ ମିଳିବ। ଅନାବଶ୍ୟକ ଖର୍ଚ୍ଚ ଅଧିକରୁ ଅଧିକ ହେବା ଫଳରେ ମାନସିକ ଦୁଃଶ୍ଚିନ୍ତା ବଢ଼ିଯିବ। ବନ୍ଧୁଙ୍କ ଆଚରଣ ମନରେ ସନ୍ଦେହ ସୃଷ୍ଟି କରିବାସହ ପାଖ ପଡୋଶୀମାନେ କଟୁବଚନ ଶୁଣେଇ ପାରନ୍ତି। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

କନ୍ୟା:-ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ ଓ ଆଶାତୀତ ଲାଭ ପାଇବେ। ଧନଲାଭ ହେବା ଯୋଗୁ ଅଧା ଅଧୁରାଥିବା କାର୍ଯ୍ୟ ପୂରଣ ହୋଇଯିବ। ସମସ୍ତ କ୍ଷେତ୍ରରେ ସଫଳତା ମିଳିବାସହ ସମ୍ପତ୍ତି ସମ୍ବନ୍ଧିୟ ମାମଲାରେ ବିଜୟୀ ହେବେ। ମନରେ ଭୟ ଆଶଙ୍କା ଦୂରେଇ ଯାଇ ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ। ଅଧ୍ୟୟନ-ଅଧ୍ୟାପନା କାର୍ଯ୍ୟରେ ବ୍ୟସ୍ତ ରହି ବିଦ୍ୟାରେ ଉନ୍ନତି ହେବାରୁ ମନ ଖୁସି ରହିବ। ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ।

ତୁଳା:-ସ୍ୱାସ୍ଥ୍ୟରେ ପରିବର୍ତ୍ତନ ଦେଖାଦେବାସହ ଗୃହରେ କଲ୍ୟାଣକର କର୍ମସମ୍ପାଦନ କରି ପ୍ରଶଂସିତ ହେବେ। କାରବାର ଓ କାର୍ଯ୍ୟ ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧି ହେବ। ଅଚାନକ ଧନ ପ୍ରାପ୍ତି ହେବା ସହ ମାନ ସମ୍ମାନ ବୃଦ୍ଧି ହେବ। କାର୍ଯ୍ୟକ୍ଷେତ୍ରରେ ଗଠନ ମୂଳକ ପ୍ରସ୍ତାବ ନେଇ ପ୍ରଶଂସିତ ହେବେ।ଶିକ୍ଷାକ୍ଷେତ୍ରରେ ପରିଶ୍ରମ ଫଳରେ ସଫଳ ହେବେ। ପ୍ରତିକାର- ଧଳା ରୁମାଲଟିଏ ପାଖରେ ରଖନ୍ତୁ।

ବିଚ୍ଛା:-ମାନସିକ ବୌଦ୍ଧିକ ଓ ଭାବନାତ୍ମକ ରୂପରେ ଅଧିକ ସକ୍ଷମ ହେବେ। ରାଜନୀତିରେ ବାକ୍ୟ ସଂଯମତା ରଖିଲେ ଉଚ୍ଚପ୍ରଶଂସିତ ହେବେ। ବନ୍ଧୁଙ୍କ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିପାରିବେ। ଗୁରୁଜନ ଓ ବୃଦ୍ଧଜନଙ୍କ ସେବା କଲେ ଅନେକ ଆଶୀର୍ବାଦ ପାଇବେ। ଭୋଗ ବିଳାସକୁ ତୁଚ୍ଛ ମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାଭଳି ମାନ୍ୟତା ଦେବେ। ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିବ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:-କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ପ୍ରଶଂସିତ ହେବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳ ହେବେ। କୌଣସି କାମପ୍ରତି ମନ ଲାଗିବ ନାହିଁ ତେଣୁ ସମାଲୋଚିତ ହୋଇ ଭାବମୂର୍ତ୍ତି କ୍ଷୁର୍ଣ୍ଣ ହେବ। କର୍ମମୁଖରତା ଯୋଗେ ଇଛାକରି କେତେକକାର୍ଯ୍ୟ ଅଧାରେ ଅଟକି ଯାଇପାରେ। ଦୂରଯାତ୍ରା କଲେ ହଇରାଣ ହରକତ ହେବାକୁ ପଡିପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-ସ୍ଥଗିତଥିବା କର୍ମଟି ପୂରଣ ହେବାପାଇଁ ଆର୍ଥିକ ସଙ୍କଟ ଦୂରେଇ ଯାଇ ପାରେ। କର୍ମକ୍ଷେତ୍ରରେ ଉନ୍ନତିମୂଳକ ପଦକ୍ଷେପ ନେବା ଫଳରେ ଆର୍ଥିକସ୍ଥିତି ସନ୍ତୋଷପ୍ରଦ ହେବ। ବ୍ୟବସାୟିକ କ୍ଷେତ୍ରରେ ଋଣ ପରିଶୋଧ କରିବାର ସୁଯୋଗ ପାଇବେ। ବନ୍ଧୁଙ୍କ ପ୍ରତିଶ୍ରୁତି ପାଇ ଆଶ୍ଵସ୍ତି ଅନୁଭବ କରିବେ ଓ ପରିବାରରେ ସୁଖଶାନ୍ତି ଫେରି ଆସିବ। ସ୍ୱାର୍ଥ ପ୍ରବୃତ୍ତିର ଶୀକାର ହୋଇ ସମ୍ପର୍କର ମଧୁର ସ୍ୱାଦ ଅନୁଭବ କରିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କୁମ୍ଭ:-ସମାଜ କଲ୍ୟାଣ ପାଇଁ ନିଜକୁ ଉତ୍ସର୍ଗୀକୃତ କରିବା ଫଳରେ ପ୍ରଶଂସିତ ହେବେ। ସହଯୋଗୀମାନେ ସହଯୋଗ କରିବା ଫଳରେ କୌଣସି ବଡ ସମସ୍ୟାର ସମାଧାନ ହୋଇଯିବ। ଗୃହୋପକରଣ କ୍ରୟ କରିବା ଯୋଗେ କିଛି ବ୍ୟୟ ହୋଇ ପାରେ। ଦୁଃଖୀ ଲୋକଙ୍କୁ ସାହାରା ହେବେ ଓ ବ୍ୟବସାୟ କ୍ଷେତ୍ରରେ ଅନେକ ପ୍ରକାର ସୁବିଧା ପାଇବେ। ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ କୌଶଳକ୍ରମେ ସମାଧାନ କରିବେ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ମୀନ:-ଦୂରଯାତ୍ରାର ସୁଯୋଗ ପାଇବେ ଓ ଆକସ୍ମିକ ଧନ ପ୍ରାପ୍ତି ହେବ। ଯେଉଁ ଜିନିଷ ପାଇବା ପାଇଁ ଚିନ୍ତା କରୁଥିଲେ ତାହା ନିଶ୍ଚିତ ଭାବେ ପାଇବେ। ନୂତନକର୍ମ ପ୍ରାପ୍ତିର ସୁଯୋଗ ପାଇବେ ଓ ପ୍ରମୋଶନର ସୂଚନାପାଇ ଖୁସି ହେବେ। ଆୟରସ୍ରୋତ ଖୋଲିଯିବାସହ ଆୟ ଉପାର୍ଜ୍ଜନର ବୃଦ୍ଧି ଯୋଗେ ଋଣରୁ ମୁକ୍ତି ମିଳିବ। ଅଧିକାରୀଙ୍କଠାରୁ ସହଯୋଗ ପାଇ କର୍ମକ୍ଷେତ୍ରରେ ଜବରଦସ୍ତି ଉନ୍ନତି ଓ ନ୍ୟାୟମିଳିବ। ବିଦ୍ୟା କ୍ଷେତ୍ରରେ ସଫଳ ହେବେ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!