ଦୈନିକ ରାଶିଫଳ: 11 ଜୁନ୍ 2024, ମଙ୍ଗଳବାର, ମା’ ମଙ୍ଗଳାଙ୍କ କୃପା ରହିବ ଏହି 3ଟି ରାଶି ଉପରେ, ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଶିକ୍ଷାକ୍ଷେତ୍ରରେ ହସ ଖୁସିରେ ସମୟ କଟାଇବେ। ରାଜନୀତି ସହ ଜଡିତ ଲୋକମାନେ ଜନସାଧାରଣଙ୍କ ମଧ୍ୟରେ ବହୁତ ଭଲ ସମର୍ଥନ ପାଇବେ। ଟେକ୍ନୋଲୋଜି ସହ ଜଡିତ କାର୍ଯ୍ୟରେ ସୁବିଧା ହେବ। ବ୍ୟବସାୟ କ୍ଷେତ୍ରରେ ଆଶା କରାଯାଉଥିବା ଲାଭ ମିଳିବ। ଗୁପ୍ତ ଶତ୍ରୁମାନେ ଆପଣଙ୍କ ବିରୁଦ୍ଧରେ ସକ୍ରିୟ ହୋଇପାରନ୍ତି। ଅନାବଶ୍ୟକ ଟଙ୍କା ଖର୍ଚ୍ଚ କରିବାକୁ ଆପଣ ଟିକେ ଚିନ୍ତିତ ହେବେ। ସାଙ୍ଗମାନଙ୍କ ସହିତ ପାର୍ଟି କରିପାରିବେ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ସହକର୍ମୀ ଓ ଅଧସ୍ତନ କର୍ମଚାରୀଙ୍କ ସହ ସମ୍ପର୍କ ଭଲ ରହିବ। ବିଦ୍ୟା କ୍ଷେତ୍ରରେ ଉତ୍ସାହ ଉଲ୍ଲାସରେ ସମୟ ଅତିବାହିତ କରିବେ। ଆର୍ଥିକସ୍ଥିତି ପୂର୍ବପରି ରହିବ। ପରିବାରରେ ଆନନ୍ଦ ଲହରୀ ଖେଳିଯିବ। ମିତ୍ର, ଭାଇ ବନ୍ଧୁମାନେ ସହଯୋଗ କରିବେ। ପରିଶ୍ରମଦ୍ୱାରା କାର୍ଯ୍ୟ ସଫଳ ହେବ। ରାଜନୀତି କ୍ଷେତ୍ରରେ ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ। ଆଲୋଚନା କ୍ଷେତ୍ରରେ ଠିକ୍ ନିସ୍ପତି ନେବେ। ଦାମ୍ପତ୍ୟଜୀବନ ସୁଖମୟ ହେବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ମିଥୁନ:-ଭାଗ୍ୟ ଆପଣଙ୍କ ସପକ୍ଷରେ ରହିବା ଯୋଗେ ଅଧିକାରୀମାନେ ଆପଣଙ୍କ ପ୍ରତି ପ୍ରସନ୍ନ ରହିବେ। କର୍ମକ୍ଷେତ୍ରରେ ସମସ୍ତ ଚିନ୍ତା ଦୂର ହେବ। କିଛି ଧନ ପାଇବାର ଯୋଗ ଅଛି। ଆର୍ଥିକ ସମସ୍ୟାର ସମାଧାନ ହୋଇଯିବ। ମାଲିମୋକଦ୍ଦମାରେ ଶୁଭ ଫଳ ପାଇବେ। ସ୍ୱାସ୍ଥ୍ୟ ଭଲ ରହିବା ସହ ପାରିବାରିକ କ୍ଷେତ୍ରରେ ମାନସିକ ଶାନ୍ତି ଦେଖାଦେବ। ଗୃହାରମ୍ଭ, ଦୁରଯାତ୍ରା, ନୂତନ ବ୍ୟବସାୟ ଆରମ୍ଭ ଓ ଯାନବାହାନ କିଣି ପାରିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-କର୍ମକ୍ଷେତ୍ରରେ ଉତ୍ସାହ ବୃଦ୍ଧି ଯୋଗେ ମାନସମ୍ମାନ ବଜାୟ ରହିବ। ପାରିବାରିକ କ୍ଷେତ୍ରରେ ବିବହୋତ୍ସବର ସଂକେତ ପାଇ ଆନନ୍ଦ ଉତ୍ସାହ ବୃଦ୍ଧି ପାଇବ। ପୁରୁଣା ଅନୁଭୂତି ଆଜି ଉପଯୋଗୀ ହେବ ଓ ପ୍ରତିକୂଳ ପରିସ୍ଥିତି ମଧ୍ୟରେ ନିଜର ମନୋବଳ ଦୃଢ ରଖି ପାରିବେ। ବୟସ୍କ ବ୍ୟକ୍ତିଙ୍କ ସମର୍ଥନ ପାଇ ବ୍ୟବସାୟରେ ହରେଇଥିବା ଟଙ୍କା ଫେରି ପାଇପାରନ୍ତି। ଜୀବନସାଥୀଙ୍କ ସହିତ ସମୟ ବିତାଇବାକୁ ଭଲ ସୁଯୋଗ ପାଇବେ। ପ୍ରତିକାର- ଶ୍ଵେତଚନ୍ଦନରେ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ।

ସିଂହ:-ସମାଜ ସେବାରେ ସ୍ଵନାମ ଅର୍ଜନ କରିପାରିବେ। ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟଦା ବୃଦ୍ଧି ପାଇବ। ବ୍ୟବସାୟରେ ସଫଳତା ଅର୍ଜନ କରିବେ। ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ସମସ୍ୟାକୁ ସୁଧାରିବା ପାଇଁ ଚେଷ୍ଟା କରି କୌଶଳକ୍ରମେ ସମାଧାନ କରିବେ। ଶତୃମୁକ୍ତ ନିରୁପଦ୍ରବ ଜୀବନଚର୍ଯ୍ୟା କାଏମ୍ ରଖି ପାରିଲେ ଲାଭ ପାଇବେ। ବାଦବିବାଦଠାରୁ ଦୂରେଇ ରହିବା ଉଚିତ୍। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-ବ୍ୟବସାୟରେ ଉଚିତ୍ ଲାଭ ପ୍ରାପ୍ତ ହେବା ସହ କୌଣସି ନୂଆ ପ୍ରୋଜେକ୍ଟ ଆରମ୍ଭ କରିପାରିବେ। ଦାମ୍ପତ୍ୟ ସୁଖରେ ଆନନ୍ଦିତ ହେବେ। ବାଦବିବାଦ, ମାଲିମୋକଦ୍ଦମା, ଖେଳ, କୁଦ, ପ୍ରତିଯୋଗିତା ପରୀକ୍ଷାରେ ଜୟଯୁକ୍ତ ହେବେ। ରାଜନୈତିକ କ୍ଷେତ୍ରରେ ଦୃଢସଂକଲ୍ପ ଓ ଆତ୍ମବିଶ୍ଵାସ ଫଳରେ ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧିପାଇବ। କର୍ମ କ୍ଷେତ୍ରରେ ଉନ୍ନତି ହେତୁ ମନ ଖୁସି ରହିବ। ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ତୁଳା:-ସାହିତ୍ୟଚର୍ଚ୍ଚା, ସଭାସମିତିରେ ସଫଳତା ମିଳିବ। ଅତୀତରେ ନିଆଯାଇଥିବା ସ୍ୱଳ୍ପ ଦୃଷ୍ଟିହୀନ ନିଷ୍ପତ୍ତିଗୁଡ଼ିକ ଆପଣଙ୍କୁ ଭଲ ଲାଭଦେବ। ଧାର୍ମିକ ଅନୁଷ୍ଠାନରୁ ପ୍ରେରଣା ପାଇ ଭୌତିକ ଐଶ୍ଵର୍ଯ୍ୟ ସାଧନରେ ବୃଦ୍ଧି ହେବ। ପିଲାମାନଙ୍କ ପାଇଁ ବିଶେଷ ସମୟ ଦେବେ। ପୂର୍ବରୁ ଆରମ୍ଭ ହୋଇଥିବା କାର୍ଯ୍ୟ ସହଜରେ ପୁରଣ କରି ପାରିବେ। କର୍ମକ୍ଷେତ୍ରରେ ପ୍ରମୋଶନର ସୂଚନା ପାଇ ଖୁସି ହୋଇଯିବେ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

ବିଚ୍ଛା:-ଛାତ୍ରଛାତ୍ରୀମାନେ ନୂତନ ପାଠ୍ୟକ୍ରମରେ ଆଡମିଶନ ନେବାକୁ ଚେଷ୍ଟା କରିବେ। ବନ୍ଦହୋଇ ପଡିଥିବା କାର୍ଯ୍ୟ ସହଜରେ ସମାପ୍ତ ହେବ। ବିଦେଶ ଭ୍ରମଣ କରିବାର ସମ୍ଭାବନା ଅଛି। ଅଫିସ୍ ପରିବେଶ ଅନୁକୂଳ ହେବ। ପ୍ରେମିକ ପ୍ରେମିକାଙ୍କ ଠାରୁ ଉପହାର ପାଇପାରିବେ। କୌଣସି ପ୍ରସଙ୍ଗରେ ପରିବାରରେ ସୁଖମୟ ପରିସ୍ଥିତି ସୃଷ୍ଟି ହୋଇ ପାରେ। ଉଚ୍ଚ ପଦାଧିକାରୀଙ୍କ ସହ ଆପଣଙ୍କର ସମ୍ପର୍କ ମଜବୁତ ହେବ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।

ଧନୁ:-ସୋସିଆଲ ମିଡିଆରେ ଯତ୍ନର ସହ ପୋଷ୍ଟ କରନ୍ତୁ ବହୁତ ପପୁଲାର ହେବ। ଅନ୍ୟମାନଙ୍କ କାର୍ଯ୍ୟରେ ହସ୍ତକ୍ଷେପ କରିବା ଠିକ୍ ହେବ ନାହିଁ। ଋଣଦିଆଯାଇଥିବା ଟଙ୍କା ଫେରସ୍ତ ପାଇବେ। ହାସ୍ୟ ଏବଂ ବ୍ୟଙ୍ଗ ମାଧ୍ୟମରେ ଲୋକଙ୍କ ମନୋରଞ୍ଜନ କରି ସମାଜରେ ଭିନ୍ନ ନାମ ବୃଦ୍ଧି ପାଇବ। ପ୍ରେମ ବିବାହ ପାଇଁ ପରିବାରର ସମ୍ମତି ମିଳିପାରିବ। ବ୍ୟବସାୟରେ ବଡ ଅର୍ଡର ପାଇବା ସମ୍ଭାବନା ଅଛି। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-ସମାଜ ସେବାରେ ସ୍ଵନାମ ଅର୍ଜନ କରିପାରିବେ। କର୍ମ କ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ। ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ଆତ୍ମବିଶ୍ଵାସ ବୃଦ୍ଧି ପାଇବ। ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। ନୂତନ ସଂସ୍ଥାର ଆୟୋଜନ କରନ୍ତୁ ନାହିଁ। ରାଜନୀତିରେ କଳେବଳେ କୌଶଳରେ ସମସ୍ତ ପ୍ରକାର ଅଭିଳାଷ ପୂରଣ ହେବ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:-ଶତୃ ପରାଜିତ ହେବେ। ସାମାଜିକ ଉତ୍ସବରେ ଭାଗ ନେବେ। କର୍ମ କ୍ଷେତ୍ରରେ ସମ୍ମାନୀତ ହେବେ। ଜନ ସେବାରେ ପ୍ରଶଂସା ମିଳିବ। ଅପଣା ଲୋକଙ୍କ ସହଯୋଗ ବୃଦ୍ଧି ପାଇବ ଓ ନିଃସଙ୍ଗତା ବୋଧର ପୀଡା ମଧ୍ୟ ଦୂରେଇ ଯିବ। ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ। ଉତ୍ସାହ ଉଲ୍ଲାସରେ ସମୟ ଅତିବାହିତ କରିବେ। ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ସଫଳତା ପାଇବେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ମୀନ:-ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ କ୍ଷାତି ବଢ଼ିବ। ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ। ଯାତ୍ରାରେ ବିଶେଷ ଲାଭାନ୍ୱିତ ହେବେ। ସହଯୋଗୀମାନେ ଉନ୍ନତିପାଇଁ ଚେଷ୍ଟା କରିବେ। ବିଶିଷ୍ଟ ବ୍ୟକ୍ତିଙ୍କ ସହ ସଂପର୍କ ଓ ଆମୋଦପ୍ରମୋଦର ସୁଯୋଗ ପାଇବେ। ଶୁଭକାର୍ଯ୍ୟ ପାଇଁ ଇଚ୍ଛାକରି ଗୁରୁଜନମାନଙ୍କ ଠାରୁ ଆର୍ଶିବାଦ ପାଇବେ। କର୍ମକ୍ଷେତ୍ରରେ ସଫଳତା ମିଳିବ। ବ୍ୟବସାୟରେ ପ୍ରସାର ପ୍ରଚାର ହେବ। ରାଜନୀତିରେ ସମସ୍ୟା ଦୂର ହେବ। ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!