ଦୈନିକ ରାଶିଫଳ: 11 ଜୁଲାଇ 2024, ଗୁରୁବାର, ମା’ ଲକ୍ଷ୍ମୀଙ୍କ କୃପା ରହିବ ଏହି 3ଟି ରାଶି ଉପରେ, ମିଳିବ ଆର୍ଥିକ ସଙ୍କଟରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ସରକାରୀ ସାହାଯ୍ୟ ପ୍ରାପ୍ତିର ସୁଯୋଗ ପାଇବେ। ପ୍ରତିଯୋଗିତାରେ କୃତିତ୍ଵ ଲାଭ କରିବେ। ଗୁରୁଜନଙ୍କ ସହାନୁଭୁତି ଉପଲବ୍ଧ ହେବ। ଇଲୋକଟ୍ରୋନିକ୍ସ ଯନ୍ତ୍ରପାତି ବ୍ୟବସାୟରେ ପ୍ରବଳ ଲାଭ ହେବ। ଚାକିରି କ୍ଷେତ୍ରରେ ପଦୋନ୍ନତିର ସୂଚନା ପାଇବେ। ପାରିବାରିକ ପତିଆରା ଭଲ ରହିବ। ଆମଦାନୀ ଓ ରପ୍ତାନି ବାଣିଜ୍ୟରୁ ଯଥେଷ୍ଟ ଲାଭ ମିଳିବ। ରାଜନୀତି କ୍ଷେତ୍ରରେ ପ୍ରଶଂସା ପାଇବେ। ପ୍ରତିଦ୍ଵନ୍ଦିତାରେ ବିଜୟୀ ହେବେ। ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ଦୂରଯାତ୍ରାର ସୁଯୋଗ ପାଇ ସଫଳତା ମିଳିବ। ଆତ୍ମବିଶ୍ଵାସ ବୃଦ୍ଧି ପାଇବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତାରେ ସଫଳ ହେବେ। ଶାରିରୀକ ଅସୁସ୍ଥତା ଦୂରହେବ। ପରିବାରଜନଙ୍କ ଉନ୍ନତିରେ ଆନନ୍ଦିତ ହେବେ। ଅଧିକାରୀ କାମରେ ପ୍ରସନ୍ନ ରହିବେ। ରାଜନୈତିକ କ୍ଷେତ୍ରରେ ପ୍ରତିଷ୍ଠିତ ହେବେ। ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ। ସନ୍ତାନଙ୍କ ଚିନ୍ତାରେ ମାନସିକ ଚିନ୍ତା ବୃଦ୍ଧି ହେବ। ଶତୃଙ୍କଠାରୁ ଦୂରେଇ ରହିବା ଉଚିତ୍। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ମିଥୁନ:-ବ୍ୟବସାୟରେ ଅଚାନକ ଭାବରେ ପରିବର୍ତ୍ତନ ହୋଇପାରେ ଓ ଉଚିତ୍ ଲାଭ ମଧ୍ୟ ପ୍ରାପ୍ତି ହେବ। ଆପଣଙ୍କ ପ୍ରୟାସରେ ସୁଖଦ ପରିଣାମ ଅବଶ୍ୟ ଆସିବ। ମାନସିକ ଚିନ୍ତା ଓ ମନ ବିଚଳିତରୁ ଶାନ୍ତି ଅନୁଭବ କରିବେ। କୌଣସି ଇଲୋକଟ୍ରନିକ ସାମଗ୍ରୀ ଓ ଘରର ଉପଯୋଗ ସାମଗ୍ରୀ କ୍ରୟ କରିପାରିବେ। ପୁରାତନ ରୋଗରୁ ଉପଶମ ମିଳିବ। ଅଚାନକ ଭାବରେ ଧନ ଲାଭ ହେବ। ନିଶ୍ଚିତ ରୂପରେ ଯୋଜନାବଦ୍ଧ କର୍ମରେ ସଫଳତା ମିଳିବ। ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ।

କର୍କଟ:-ସାମାଜିକ କାର୍ଯ୍ୟରେ ଭାଗନେବେ। ବ୍ୟବସାୟର ବିଶେଷ ଲାଭ ପାଇବେ। ପରିବାରରେ ଶାନ୍ତିଶୃଙ୍ଖଳା ବୃଦ୍ଧି ହେବ। ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରିବେ। ଗଠନମୂଳକ କାର୍ଯ୍ୟ ପାଇଁ ପ୍ରସ୍ତୁତି ଆରମ୍ଭ କରିବେ। ବିଶେଷ ସତର୍କ ରହିବା ଉଚିତ୍। କର୍ମକ୍ଷେତ୍ରରେ ମୂଲ୍ୟହୀନ କଥାକୁ ଗୁରୁତ୍ଵ ଦେଇ କ୍ଷତିରେ ପଡିବେ। ଆୟ ଅପେକ୍ଷା ବ୍ୟୟ ବୃଦ୍ଧିପାଇବ। ବଡପଣିଆ ଦେଖାଇଲେ ନିନ୍ଦିତ ହେବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:-ସମାନ ବିଚାରଧାରା ବ୍ୟକ୍ତିଙ୍କ ସହିତ ଭେଟ ହେବା ଫଳରେ ଅନେକ ଦିଗରୁ ଖୁସି ମିଳିବ। ଆୟ ଓ ପ୍ରତିଷ୍ଠାରେ ଅପ୍ରତ୍ୟାଶିତ ତେଜ ଆସିବ। ପ୍ରେମୀକ ପ୍ରେମିକାଙ୍କ ମଧୁର ମିଲନରେ କୌଣସି ବାଧାବନ୍ଧନ ନାହିଁ। ପୁରୁଣା ମିତ୍ରଙ୍କ ସହିତ ଭେଟ ହେବା ଫଳରେ ପରିବାରର ପୁରୁଣା ସମସ୍ୟା ସମାଧାନ ହୋଇଯିବ। ସାମାଜିକ କାର୍ଯ୍ୟରେ ଆଜି ଅଧିକ ସମୟ ବିତେଇ ପ୍ରଶଂସା ପାଇବେ। କାମ କାର୍ଯ୍ୟରେ ଗମ୍ଭୀରତା ପୂର୍ବକ ଧ୍ୟାନ ଦେଇ ବହୁତ ପଇସା ଇନକମ୍ କରିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କନ୍ୟା:-ବ୍ୟବସାୟ କ୍ଷେତ୍ରକୁ ପ୍ରସାର ପ୍ରଚାର କରିବେ। ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ। ପାରିବାରିକ ଅଶାନ୍ତି ଦୂରେଇଯିବ। ସୁନାମ ପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ। ବାସସ୍ଥାନ ବା ଯାନବାହାନ ପ୍ରାପ୍ତି ପାଇଁ ଚେଷ୍ଟା କରିବେ। ବନ୍ଧୁ ମିତ୍ରଙ୍କଠାରୁ ଉପହାର ପ୍ରାପ୍ତି ହେବ। ପ୍ରତିଯୋଗୀତାରେ ଆଶା ମୁତାବକ ଫଳ ପାଇବେ। ଦାମ୍ପତ୍ୟ କଳହକୁ ନିଜର ବୁଦ୍ଧି, ବିବେକ ଖଟାଇ ସମାଧାନ କରିପାରିବେ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ତୁଳା:-ରାଜନୀତି କ୍ଷେତ୍ରରେ ନୂତନପନ୍ଥା ଅନୁସରଣ କରିବେ। ଚାକିରୀ ଓ କାର୍ଯ୍ୟକ୍ଷେତ୍ରରେ କଠିନ ପରିଶ୍ରମ ଦ୍ଵାରା ଆଗକୁ ବଢିପାରିବେ। ବାଦବିବାଦ, ମାଲିମୋକଦ୍ଦମା ଓ ପ୍ରତିଯୋଗିତା ପରୀକ୍ଷାରେ ସଫଳତା ମିଳିବ। ପ୍ରେମିକ ପ୍ରେମିକାମାନେ ପ୍ରେମରେ ସଫଳ ହେବେ। ଶତୃପକ୍ଷ ଦୁର୍ବଳ ହୋଇ ଗୋଡ ଟାଣିବାର ପ୍ରଚେଷ୍ଠା ଆରମ୍ଭ କରି ପାରନ୍ତି। ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଅତ୍ୟନ୍ତ ଜରୁରୀ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-ଜ୍ଞାନ-ଗବେଷଣା ସ୍ତରରେ କୃତକାର୍ଯ୍ୟ ହୋଇ ଯଶ ମାନ ପ୍ରତିଷ୍ଠା ପ୍ରାପ୍ତି ହେବ। ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ପ୍ରତିଯୋଗୀତାପରୀକ୍ଷା ଓ ସାକ୍ଷାତକାରରେ ବିଜୟୀ ହେବେ। ବ୍ୟବସାୟୀମାନେ ପ୍ରଚୁର ଲାଭ ପାଇବେ। ଶତୃମାନେ ଦୂରେଇ ଯିବେ ଓ ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇ ମାନସିକ ଶାନ୍ତି ମିଳିବ। ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ଧନୁ:-ଜାଗା, ଜମି, ବାସଗୃହ କ୍ରୟ କରିବାର ସୁବିଧା ପାଇବେ। ବ୍ୟବସାୟରେ ଆଶାତୀତ ଲାଭକରିବେ। କିଛି ନୂତନ ପଦାର୍ଥ ସଂଗ୍ରହ କରି ପାରନ୍ତି। ମର୍ଯ୍ୟଦାଜନକ ପରିସ୍ଥିତି ସୃଷ୍ଟି ହେବ। ସନ୍ତାନଙ୍କ ଶୁଭ ଖବର ପାଇ ଖୁସି ହେବେ। ଆମଦାନୀ ରପ୍ତାନି ବ୍ୟବସାୟରେ ବିଶେଷ ଲାଭହେବ। କର୍ମକ୍ଷେତ୍ରରେ ଉଚ୍ଚସମ୍ମାନ ପାଇବେ। ପଢାପଢିରେ ମାନସିକ ଶାନ୍ତି ପାଇବେ। ପାରିବାରିକ ଜୀବନ ସୁଖଶାନ୍ତିରେ କଟିବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ମକର:-ଶତୃଙ୍କ ସହିତ ମୁକାବିଲା କରିପାରିବେ। ପାରିବାରିକ ସମ୍ବନ୍ଧରେ ମଧୁରତା ଆସିବ। ଛାତ୍ରଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍‌ ମନେକରି ପାଠ ପଢାରେ ମନଯୋଗ ଦେବେ। ରାଜନୈତିକ କ୍ଷେତ୍ରରେ ସହକର୍ମୀ ମାନଙ୍କ ସହ ଶତ୍ରୁତା ମେଣ୍ଟିଯିବା ଫଳରେ ପ୍ରବଳ ଶତୃମାନେ ଦୁର୍ବଳ ହେବେ। ପ୍ରେମିକ ପ୍ରେମିକା ମାନଙ୍କର କ୍ରୋଧ ନିୟନ୍ତ୍ରଣ ନ ରଖିଲେ କ୍ଷତି ସହିବେ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:-ବ୍ୟବସାୟୀଙ୍କର କାରବାର ବଢ଼ିବ ଓ ଲୋକ ସମ୍ପର୍କ ବୃଦ୍ଧି ହେବ। ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ଉପରିସ୍ଥଙ୍କ ଶ୍ରଦ୍ଧା ଅତୁଟ ରଖି ପାରିବେ। ରାଜନୀତିରେ ଲୋକସମ୍ପର୍କ ବୃଦ୍ଧି ହେବା ସହ ନିଜର ମାନସମ୍ମାନ ପଦ ମର୍ଯ୍ୟାଦା ବୃଦ୍ଧି ପାଇବ। କଠିନ ପରିଶ୍ରମ କରିବା ଯୋଗୁ ଶାରରୀକ ଅସୁସ୍ଥତା ଦେଖା ଦେବ। ନିଜର କ୍ରୋଧ ଉପରେ ନିୟନ୍ତ୍ରଣ ନ ରଖିଲେ ପ୍ରେମକ୍ଷେତ୍ରରେ ବିଫଳ ହେବେ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ମୀନ:-ସ୍ୱାସ୍ଥ୍ୟ ଭଲ ରହିବ। ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବା ଫଳରେ ମାନସିକ ଏକାଗ୍ରତା ବଜାୟ ରହିବ। ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ ହେଲେ ଆଗେଇ ନବା ଉଚିତ୍। ଜାଗାଜମି, ଗୃହ ଉପକରଣ କ୍ରୟ କରି ପାରିବେ। ପାରିବାରିକ ଜୀବନରେ ସୁଖଶାନ୍ତି ଲାଭ ହେବ। ଗଠନମୂଳକ ଯୋଜନା ପ୍ରସ୍ତୁତ କରି ପାରିବେ। କୌଣସି ନୂତନ କାର୍ଯ୍ୟ ଆରମ୍ଭ କରି ପାରନ୍ତି। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!