ଦୈନିକ ରାଶିଫଳ: 11 ଡିସେମ୍ବର 2023, ସୋମବାର, ମହାଦେବଙ୍କ କୃପା ରହିବ ଏହି 3ଟି ରାଶି ଉପରେ, ମିଳିବ କିଛି ବଡ ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଧାର୍ମିକ କାର୍ଯ୍ୟପ୍ରତି ମନ ବଳାଇବେ। ଛାତ୍ରଛତ୍ରୀମାନେ କଠିନ ପରିଶ୍ରମ କରିବା ସହିତ ପଢ଼ା ପଢ଼ିରେ ମନଯୋଗ ଦେବେ। ନିକଟସ୍ଥ ବ୍ୟକ୍ତି ସାହାଯ୍ୟ କରିବା ଦ୍ଵାରା ବ୍ୟବସାୟରେ ସଫଳତା ମିଳିବ ଓ ବ୍ୟବସାୟ ବଢାଇବାରେ ସମର୍ଥ ହେବେ। କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଉଚିତ୍। ଖାଦ୍ୟପେୟ ପ୍ରତି ବିଶେଷ ଧ୍ୟାନଦେଇ ବ୍ୟାୟାମ କରିବା ଆବଶ୍ୟକ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ସୁଯୋଗ ହାତପାହାନ୍ତାରେ ପହଞ୍ଚିବ। ଆରମ୍ଭ କରିଥିବା କାର୍ଯ୍ୟ ଶେଷ କରିପାରିବେ। କର୍ମଚାରୀ ଓ ଶ୍ରମିକମାନେ ବେସୀ ଉପକୃତ ହେବେ। ତଳ ମହଲରୁ ଆଶାତୀତ ଲାଭ ପାଇବେ। କର୍ମକ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ କରିବା ଫଳରେ ପ୍ରଶଂସିତ ହେବେ। ବନ୍ଧୁବାନ୍ଧବଙ୍କ ଚେଷ୍ଟାରେ ଅତି ସହଜରେ ବାକିଥିବା ଅର୍ଥ ପାଇବେ। ସନ୍ତାନଙ୍କ ପାଇଁ ଶୁଭସମ୍ବାଦ ପାଇବେ। ଉଚିତ୍ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମିଥୁନ:-ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ। ଉତ୍ତରଦାୟିତ୍ୱ ବଢ଼ିବ। କେତେକ କ୍ଷେତ୍ରରେ ଉଲ୍ଲେଖନୀୟ ପରିବର୍ତ୍ତନ ଆସିବ। କର୍ମକ୍ଷେତ୍ରରେ ଯଶ ମାନକୁ ଅଧିକ ମହତ୍ତ୍ଵ ଦେବେ। ତଳୁ ଉପରସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜନ କରିବେ। ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ। ଘରଲୋକଙ୍କୁ ଅବିଶ୍ଵାସ କରି ପରଲୋକଙ୍କୁ ବିଶ୍ଵାସ କଲେ ହଇରାଣରେ ପଡିବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-ସାମାଜିକ ପତିଆରା ଅମଳିନ ରହିବ। ଉଚ୍ଚପଦସ୍ଥ ଅଫିସରମାନେ ସନ୍ତୋଷ ହେବେ। ଅପଣା ଲୋକଙ୍କ ସହଯୋଗ ବୃଦ୍ଧି ପାଇବ ଓ ନିଃସଙ୍ଗତା ବୋଧର ପୀଡା ମଧ୍ୟ ଦୂରେଇ ଯିବ। ବ୍ୟବସାୟ କ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ। ଖାଦ୍ୟପେୟ ପ୍ରତି ବିଶେଷ ଧ୍ୟାନଦେବେ। ରାଜନୈତିକ କ୍ଷେତ୍ରରେ ଦଦୁଲ୍ୟମାନ ପରିସ୍ଥିତି ଯୋଗୁ ବାଦ ବିବାଦଠାରୁ ଦୂରେଇ ରହିବା ଉଚିତ। ଅନାବଶ୍ୟକ ଖର୍ଚ୍ଚ ଯୋଗେ ବ୍ୟଥିତ ହେବେ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:-ଶ୍ରମିକ ଓ କର୍ମଚାରୀମାନେ ଦୂର ଓ ନିକଟ କାର୍ଯ୍ୟରେ ତିଷ୍ଠି ରହି ପାରିବେ। ଉପରିସ୍ଥଙ୍କୁ ଆପଣାର କରି କୃପାଭାଜନ ହେବେ। ଋଣ ଭରଣାରେ ସହଜ ହେବ। ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଯଶ ମାନ ବୃଦ୍ଧି ସହିତ ଉତ୍ତମ ଆୟର ପଥ ପରିଷ୍କାର କରିବେ। ସାମାଜିକ କ୍ଷେତ୍ରରେ ନିଜର ପ୍ରଭାବ ଓ ପରାକ୍ରମ ବଢିବ। ଗୃହରେ ଭାତୃବିବାଦ, ପଡ଼ୋଶୀକଳହ, ଜମିପାଇଁ ସମସ୍ୟାର ଅବସାନ ହେବ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

କନ୍ୟା:- ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ। ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ। ବ୍ୟାପାର ଓ କାରବାରରେ ସୁଧାର ଆସିବ। ଟଙ୍କାର ଆବଶ୍ୟକତା ପୂରଣ ହେବ। ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବ। ଛାତ୍ରଛାତ୍ରୀ ମାନଙ୍କର ବିଦ୍ୟା କ୍ଷେତ୍ରରେ ଉନ୍ନତି ହେବା ଫଳରେ ମନ ଖୁସି ରହିବ। ଅଧିକାରୀ କାମରେ ପ୍ରସନ୍ନ ରହିବେ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

ତୁଳା:-ପାରିବାରିକ କ୍ଷେତ୍ରରେ ଆଧ୍ୟାତ୍ମିକତାରେ ଉନ୍ନତି ହେବ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଆର୍ଥିକ ସମସ୍ୟା ଦୂର ହେବ। ଶତ୍ରୁହାନି, ପ୍ରଶଂସା ଲାଭ, ଦମ୍ଭ ସାହସ ବୃଦ୍ଧି ଓ ସମସ୍ତ କ୍ଷେତ୍ରରେ କୃତକାର୍ଯ୍ୟ ହେବେ। ବିଦ୍ୟାର୍ଥୀଙ୍କର ବିଦ୍ୟାରେ ଉନ୍ନତି ହେବାରୁ ମନ ଖୁସି ରହିବ। ନିଜର ଯୋଜନା ମୁତାବକ କାମକଲେ କୌଣସିପ୍ରକାର ଅସୁବିଧା ହେବନାହିଁ। ସାମାଜିକ କାର୍ଯ୍ୟରେ ବାଧାପ୍ରାପ୍ତ ହୋଇ ପାରେ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ବିଚ୍ଛା:-ରାଜନୈତିକ କ୍ଷେତ୍ରରେ ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ। ବ୍ୟବସାୟରେ ପ୍ରତିଦ୍ଵନ୍ଦିତାରେ ବିଜୟୀ ହେବା ଫଳରେ ଚିତ୍ତପ୍ରସନ୍ନ ସହ କାର୍ଯ୍ୟ ସିଦ୍ଧି ହେବ। କର୍ମକ୍ଷେତ୍ରରେ ଉଚ୍ଚ ଆଶାରେ ଆଗେଇବେ ଓ ଶ୍ରମ ସାର୍ଥକ ହେବ। ଆୟ ବଢିବ। ପରିବାରରେ ବୁଝି ବିଚାରି କାର୍ଯ୍ୟ କଲେ ସମସ୍ତ କାର୍ଯ୍ୟରେ ସଫଳତା ମିଳିବା ସହ ଧନଧାନ୍ୟ, ଗୋ, ସଂପଦ ଆଦି ପ୍ରାପ୍ତି ହବାର ଯୋଗ ଅଛି। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

ଧନୁ:-କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବାସହ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ପରିବାରରେ ମାନ ମନାନ୍ତର ଦୂର ହୋଇ ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇ ଉନ୍ନତି ହେବ। ଶାରୀରିକ ସୁସ୍ଥତା ସହ ମାନସିକ ସ୍ଥିରତା ଦେଖାଦେବ। ସାମାଜିକ କାର୍ଯ୍ୟ ସଂସ୍ଥାରେ ସାମିଲ ହୋଇ ଯଶ, ମାନସମ୍ମାନ ବୃଦ୍ଧି ହେବ। ରାଜନୈତିକ କ୍ଷେତ୍ରରେ ଉତ୍ତମ ରୋଜଗାର ହେବ। ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ। ପ୍ରତିକାର:- କଦଳୀଗଛ ମୂଳରେ ହଳଦୀପାଣି ଢାଳନ୍ତୁ।

ମକର:-ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ। କର୍ମକ୍ଷେତ୍ରରେ ପଦୋନ୍ନତି ପାଇ ପାରନ୍ତି। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣାରେ ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ନୂଆ ଯୋଜନା ଉପରେ କାର୍ଯ୍ୟ କରି ଅଟକି ଥିବା ଧନ ମିଳିବାରୁ ଖୁସି ହେବେ। ରାଜନୀତି କ୍ଷେତ୍ରରେ ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

କୁମ୍ଭ:-ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ। ପୁରାତନ ରୋଗରୁ ଉପସମ ପାଇ ଶରୀର ସୁସ୍ଥ ରହିବ। ଶତୃମାନେ ଦୂରେଇ ଯିବା ଫଳରେ ମାନସିକ ଶାନ୍ତି ମିଳିବ। ଜୀବନରେ ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ। ଧୈର୍ଯ୍ୟ ସାହସ ଦ୍ଵାରା ହୋଇପାରୁ ନଥିବା କାମକୁ କରି ପାରିବେ। ପରିବାର ପାଇଁ ବହୁତ ଦିନରୁ ଚିନ୍ତା କରୁଥିବା କାମ ଅଳ୍ପ ପ୍ରୟାସରେ ପୂର୍ଣ୍ଣ ହୋଇ ଯିବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ମୀନ:-ବ୍ୟବସାୟ କ୍ଷେତ୍ରରେ ମନୋକାମନା ପୂରଣ ହେବା ସହ ଆତ୍ମ ବିଶ୍ୱାସ ବୃଦ୍ଧି ହୋଇ ଲାଭର ମାର୍ଗ ପ୍ରଶସ୍ଥ ହେବ। ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ। ସୁଯୋଗ ହାତପାହାନ୍ତାରେ ଥିଲେ ମଧ୍ୟ ଶେଷ ସମୟରେ ହରାଇ ମନ ବ୍ୟସ୍ତ ହେବ। ଯାହାର ବେଶି ଉପକାର କରିବେ ତାହାଦ୍ୱାରା ବେଶି ଆଘାତ ପାଇବେ। ଲୋକମାନଙ୍କ ସହିତ ଜଗିରଖି କଥାବାର୍ତ୍ତା କରିଲେ ବହୁତ ଭଲ ହେବ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!