ମେଷ:-କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଉତ୍ତୀର୍ଣ୍ଣ ହେବେ। କର୍ମକ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବା ସହ ସାମାଜିକ ପତିଆରା ଅମଳିନ ରହିବ। ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ଉତ୍ତରାଧିକାର ଏବଂ ପୈତୃକ ସମ୍ପତ୍ତିକୁନେଇ କୋର୍ଟକଚେରୀ ମାମଲାରେ ବିଜୟୀ ହେବେ। ଗୃହୋପକରଣ କ୍ରୟ କରିବା ଯୋଗେ ବ୍ୟୟ ଅଧିକ ହେବ। ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
ବୃଷ:-ଜାଗା, ଜମି ଓ ଅନ୍ୟ ବ୍ୟବସାୟ କ୍ଷେତ୍ରରେ ଅନେକ ଦିନ ଧରି ଚାଲିଥିବା ଦ୍ୱନ୍ଦ୍ୱର ସମାଧାନ ହେବ। କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ ଓ ଉତ୍ତମ ରୋଜଗାର ହେବ। ବିଦେଶଯାତ୍ରାରେ ଯଶଲାଭ, ଆଧ୍ୟାତ୍ମିକ, ଧାର୍ମିକ ଓ ସାମାଜିକ କାର୍ଯ୍ୟ ସଂସ୍ଥାରେ ସାମିଲ ହେବେ। ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ। କର୍ମକ୍ଷେତ୍ରରେ ପଦୋନ୍ନତି ପାଇ ପାରନ୍ତି। ରାଜନୈତିକ କ୍ଷେତ୍ରରେ ଯଶ, ମାନ ବୃଦ୍ଧି ହେବ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।
ମିଥୁନ:-ଯେକୌଣସି ନୂତନକାର୍ଯ୍ୟ କରିବେ କିମ୍ବା ଯୋଜନା ପ୍ରସ୍ତୁତ କରିବେ ଭବିଷ୍ୟତ ପାଇଁ ଅତ୍ୟନ୍ତ ଶୁଭହେବ। ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବା ସହ ସୁଖ ଶାନ୍ତିରେ ଦିନ କାଟିବେ। ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରିବେ। ପ୍ରେମିକ ପ୍ରେମିକାମାନେ ଆମୋଦ-ପ୍ରମୋଦ, ମନୋରଞ୍ଜନ ରେ ମଜ୍ଜି ରହିବେ। ନୂତନ ଗୃହ ନିର୍ମାଣ କରିବାର ଯୋଜନା କରିପାରନ୍ତି। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।
କର୍କଟ:-ଧର୍ମ କାର୍ଯ୍ୟରେ ଯୋଗ ଦେଇ ଦେବ ଦର୍ଶନ କରିବେ। ଆର୍ଥିକସ୍ଥିତି ମଜବୁତ୍ ହେଲେ ମଧ୍ୟ ବ୍ୟୟ ଅଧିକ ହୋଇପାରେ। ଅତ୍ୟଧିକ ପରିଶ୍ରମ ହେତୁ ଶାରୀରିକ ପୀଡ଼ା ଅନୁଭବ କରି ପାରନ୍ତି। ଇଛାକରି କାମଧନ୍ଦାରେ ମନ ଲାଗିବ ନାହିଁ। ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟରେ ବିଭିନ୍ନ ପ୍ରକାରର ସମସ୍ୟା ଦେଖା ଦେଇପାରେ। ଅତ୍ୟଧିକ କାର୍ଯ୍ୟଚାପ ଯୋଗୁଁ ଚିନ୍ତିତ ରହିବେ। ଅର୍ଥ ସମ୍ପର୍କିତ ଚୁକ୍ତିପତ୍ର କଲେ କ୍ଷତିରେ ପଡିବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
ସିଂହ:-କର୍ମକ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବା ଫଳରେ ଉନ୍ନତି କରିବେ। ପରିବାରର ସମସ୍ତ ସଦସ୍ୟଙ୍କର ସହଯୋଗ ପାଇବେ। ମାନସିକ ଦୁଶ୍ଚିନ୍ତା ଦୂର ହେବ। ବ୍ୟବସାୟରେ ଭାଗିଦାରୀ ମାନଙ୍କଠାରୁ ସାହାଯ୍ୟ ପାଇବେ ଓ ଯଶମାନ ବୃଦ୍ଧିହେବ। ରାଜନୀତି କ୍ଷେତ୍ରରେ କାର୍ଯ୍ୟଭାର ବୃଦ୍ଧି ହେବା ସହ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତିହେବ। ଟଙ୍କା ପଇସା ପାଇଁ ସତର୍କତା ଅବଲମ୍ବନ ନକଲେ କ୍ଷତି ସହିବେ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।
କନ୍ୟା:-ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ। ରାଜନୈତିକ କ୍ଷେତ୍ରରେ କଠିନ ପରିଶ୍ରମ କରି ଯଶ, ମାନ ବୃଦ୍ଧି ହେବ। ମାନସିକ ଦୁଶ୍ଚିନ୍ତା, ଭାତୃବିବାଦ, ପଡ଼ୋଶୀକଳହ, ଜମିପାଇଁ ମାଲିମକଦ୍ଦମା ଥିଲେ ସହଜରେ ସମାଧାନ କରିପାରିବେ। ବିଚାର ବିଭାଗ ରାୟ ସପକ୍ଷରେ ଯିବ। ପାରିବାରିକ ସ୍ତରରେ ଉଚ୍ଚଆଶା ସଫଳ ହେବ। ବ୍ୟବସାୟ ବାଣିଜ୍ୟ କାରବାର ଯୋଗେ ଚିନ୍ତିତ ରହି ପାରନ୍ତି। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
ତୁଳା:-ଧାର୍ମିକ କାର୍ଯ୍ୟରେ ଯୋଗ ଦେଲେ ସାମାଜିକ ପ୍ରତିଷ୍ଠା ଓ ମାନସମ୍ମାନ ବୃଦ୍ଧି ହେବ। କର୍ମଚାରୀମାନେ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ପାରିବାରିକ କ୍ଷେତ୍ରରେ ସୁଖ ଶାନ୍ତି ମିଳିବା ସହ ଆର୍ଥିକଚିନ୍ତା ଦୂର ହୋଇଯିବ। ବାଦବିବାଦ, ମାଲିମୋକଦ୍ଦମା ଓ କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ। ପ୍ରେମିକ ପ୍ରେମିକାମାନେ ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ। ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ସ୍ଥିର ହେବ। ପ୍ରତିକାର- ପାଣିରେ କିଛି ଫିଟିକିରି ପକାଇ ଘରକୁ ପୋଛନ୍ତୁ।
ବିଚ୍ଛା:-ସ୍ୱାସ୍ଥ୍ୟରେ ଉନ୍ନତି, ବିଦ୍ୟାରେ ଯଥେଷ୍ଟ ଫଳ ପ୍ରାପ୍ତି ହେବ। ବାକିଥିବା ଅର୍ଥ ପ୍ରାପ୍ତି ହେବ। ନୂତନ କାର୍ଯ୍ୟକିଛି ଶୁଭାରମ୍ଭ କରି ପାରନ୍ତି। ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ କରି ଉତ୍ସାହ-ଉଦ୍ଦୀପନାଯୁକ୍ତ ହେବେ। ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ମାନସିକ ଏକାଗ୍ରତା ବଜାୟ ରହିବ। ପ୍ରତିଯୋଗୀତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ କର୍ମ ନିଯୁକ୍ତି ପାଇବେ। ପ୍ରତିକାର- ମହୁଟିକେ ଖାଇ ଘରୁ ବାହାରନ୍ତୁ।
ଧନୁ:-ବନ୍ଧୁଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ। ପାରିବାରିକ କ୍ଷେତ୍ରରେ ବୁଝାମଣା ଠିକ୍ ରହିବ। ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ। ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ। ସାମାଜିକ ପତିଆରା ଅମଳିନ ରହିବ। କଳା ଓ ସଙ୍ଗୀତରେ ସୁନାମ ଅର୍ଜନ କରିବେ। ସତର୍କତା ଅବଲମ୍ବନ ନକଲେ ଦୂର ଯାତ୍ରାରେ କଷ୍ଟ ଭୋଗି ପାରନ୍ତି। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
ମକର:-ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ। ଆୟ ଉପାର୍ଜନର ବୃଦ୍ଧି ହେବ। ଧନଧାନ୍ୟ, ଗୋ-ସଂପଦ, ଭୂମି, ବସ୍ତ୍ରଭୂଷଣ, ବାହାନାଦି ପ୍ରାପ୍ତି ହେବ। ନୂତନ ଗୃହ ଆଦି ଲାଭ ହୋଇପାରେ। ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ପାଇଁ ସାଙ୍ଗସାଥିମାନେ ସାହାଯ୍ୟ କରିବେ। ବ୍ୟବସାୟରେ ନୂତନ ଯୋଜନା ପ୍ରସ୍ତୁତ କରି ଲାଭବାନ ହେବେ। ପ୍ରତିକାର- ପାଣିରେ ଟିକେ ଗୋମୁତ୍ର ପକାଇ ଘରକୁ ପୋଛନ୍ତୁ।
କୁମ୍ଭ:-ପ୍ରିୟଜନ ମାନଙ୍କୁ ଆର୍ଥିକ ସାହାଯ୍ୟ ସହଯୋଗ କରିବା ଦ୍ଵାରା ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ପାଇବ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ପୈତୃକ ସମ୍ପତ୍ତିକୁ ନେଇ ଭାତୃ ବିବାଦର ଅବସାନ ଘଟିବ। ଦୂରଯାତ୍ରାର ସୁଯୋଗ ପାଇବେ। ଜାଗା, ଜମି, ଗୃହପୋକରଣ କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରନ୍ତି। ନୂତନ ଯୋଜନା ପ୍ରସ୍ତୁତ କରି ବ୍ୟବସାୟର ପ୍ରସାର ପ୍ରଚାର ଫଳରେ ଆଶାତୀତ ଆୟ ବୃଦ୍ଧି ପାଇବ। ପ୍ରତିକାର:- ହଳଦୀ ଟିକେ ପାଣିରେ ମିଶେଇ ଗାଧାନ୍ତୁ।
ମୀନ:-ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେବେ। ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ। ସହଯୋଗ ପ୍ରାପ୍ତି ହେବାସହ ସ୍ଥିତି ସୁଦୃଢ଼ ହେବ। ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତ କାରରେ କୃତକାର୍ଯ୍ୟ ହେବେ। ନୂଆ ସମ୍ପର୍କ ଭବିଷ୍ୟତରେ ଲାଭ ଦାୟକ ହେବ। ଦୂରଯାତ୍ରାରେ ସଫଳତା ମିଳିବ।ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇ ଅଭିଳଷିତ ଜିନିଷ କ୍ରୟ କରି ପାରନ୍ତି। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।