ଦୈନିକ ରାଶିଫଳ: 11 ନଭେମ୍ବର 2023, ଶନିବାର, ଶନିଦେବଙ୍କ କୃପା ରହିବ ଏହି 5ଟି ରାଶି ଉପରେ, ମିଳିବ ଧନସମ୍ପତ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-କର୍ମକ୍ଷେତ୍ରରେ ସଫଳତା ମିଳିବ ଓ ଉଚ୍ଚପଦସ୍ଥ କର୍ମକର୍ତ୍ତାମାନଙ୍କର କର୍ମଉପରେ ନଜର ପଡ଼ିପାରେ। ପାରିବାରିକ କ୍ଷେତ୍ରରେ ସ୍ଥିରତା ଦେଖାଦେବ। ବ୍ୟବସାୟୀମାନେ ବହୁତ ଦିନର ବାକିପଡିଥିବା ଅର୍ଥ ପାଇବେ ଓ ବ୍ୟବସାୟରେ ଆଶାତୀତ ଲାଭ କରିବେ। ରାଜନୀତି ଓ ପ୍ରଶାସନ କ୍ଷେତ୍ରରେ ସମସ୍ୟାକୁ ସୁଧାରି ନେବେ। ତଳ ମହଲରୁ ଆଶାତୀତ ଲାଭ ପାଇବେ। ସୁଖ-ଶାନ୍ତିରେ ଦିନଟି କଟାଇବେ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ସମାଜ ସେବାରେ ସ୍ଵନାମ ଅର୍ଜନ କରି ପାରିବେ। ଉଚ୍ଚାଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତି ହେବା ସହ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ। ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷକ ଓ ସହପାଠୀମାନଙ୍କ ମଧ୍ୟରେ ସମନ୍ଵୟ ରହି ବନ୍ଧୁତ୍ଵ ବୃଦ୍ଧି ପାଇବ। ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ ହୋଇ ପାରେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ବିପଦରେ ପକାଇବ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

ମିଥୁନ:-ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ହେବ। ଆର୍ଥିକ ଉନ୍ନତି ଦେଖାଦେବ। ବ୍ୟବସାୟରେ ଆଶାତୀତ ଲାଭ ପାଇବେ। କର୍ମକ୍ଷେତ୍ରରେ ଅପେକ୍ଷାକୃତ ସୁସ୍ଥ ବାତାବାରଣ ଦେଖାଦେବ। କର୍ତ୍ତବ୍ୟ ପରାୟଣ ପ୍ରଦର୍ଶନ କରି ନିଜର ପାରିଲା ପଣିଆ ଜାହିର କରିବେ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧିହେବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

କର୍କଟ:-ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ। କର୍ମକ୍ଷେତ୍ରରେ ସହଯୋଗୀ ମାନେ ସହଯୋଗ କରିବେ। ଦୂରଯାତ୍ରାର ସୁଯୋଗ ପାଇବେ। ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ। ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀହେବେ। ନୂତନ କାର୍ଯ୍ୟ ପାଇଁ ଆଶାୟୀ ହେବେ। ବ୍ୟବସାୟୀ ମାନଙ୍କର ବକେୟା ପ୍ରାପ୍ୟ ହାତକୁ ଆଣିବାରେ ସଫଳ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ସିଂହ:-ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଗୃହସ୍ଥ ଜୀବନ ସୁଖମୟ ହେବ। କର୍ମକ୍ଷେତ୍ରରେ ସଫଳତା ଲାଭ କରିବେ। ଛାତ୍ର-ଛାତ୍ରୀମାନେ ଦୂର ସ୍ଥାନକୁ ଯାତ୍ରା କରିବେ। ରାଜନେତା ମାନଙ୍କର ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ। ସତର୍କତା ଅବଲମ୍ବନ ନକଲେ ମାନସମ୍ମାନ ହାନୀହେବାର ବିଶେଷ ସମ୍ଭାବନା ଅଛି। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ଓ ଆତ୍ମବିଶ୍ୱାସ ବୃଦ୍ଧିପାଇବ। ପରିବାରର ସଦସ୍ୟଙ୍କ ସହ ସୁସମ୍ପର୍କ ଫଳରେ ସୁସ୍ଥ ବାତାବରଣ ଜାରି ରହିବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ଛାତ୍ର ଛାତ୍ରୀମାନେ ପାଠ ପଢ଼ାରେ ମନଯୋଗ ଦେବେ। ଅଯଥାଧନ ଖର୍ଚ୍ଚହୋଇଯିବା ଫଳରେ ବିରକ୍ତିସ୍ୱଭାବ ପ୍ରକାଶପାଇ ପାରେ। ଦୂରଯାତ୍ରା କରି ହଇରାଣ ହରକତ ହେବାକୁ ପଡିବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-ଧାତୁ ପଦାର୍ଥ କ୍ରୟ ବିକ୍ରୟ କରୁଥିବା ବ୍ୟବସାୟୀ ମାନେ ବିଶେଷ ଲାଭବାନ ହେବେ। ପାରିବାରିକ କ୍ଷେତ୍ରରେ ଶୁଭ ସମାଚାର ଶୁଣି ଖୁସି ହେବେ। ସହକର୍ମୀ ମାନଙ୍କ ସହଯୋଗ ଓ ଉପରିସ୍ଥ ଅଧିକାରୀଙ୍କ ପ୍ରିୟଭାଜନ ହେବେ। ବିଦ୍ୟା କ୍ଷେତ୍ରରେ ବିଜୟ ପ୍ରାପ୍ତ ହେବ। ପ୍ରେମିକ ପ୍ରେମିକା ମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ମାନ ସମ୍ମାନ ବୃଦ୍ଧି ହେବ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।

ବିଚ୍ଛା:-ଶତୃମାନେ ମିତ୍ରଭାବ ଆଚରଣ କରିବେ। ଆର୍ଥିକ ଉନ୍ନତି ଫଳରେ ଶାନ୍ତି ପାଇବେ। ମାନସିକ ଦୁଃଶ୍ଚିନ୍ତା ଦୂର ହେବ। ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ। ଉଚ୍ଚ ଶିକ୍ଷାପାଇଁ ସୁଯୋଗ ପାଇବେ ଓ ସ୍ୱାସ୍ଥ୍ୟ ଠିକ୍ ରହିବ। କୌଣସି ଦୂର ସ୍ଥାନକୁ ଯାତ୍ରା କରିବେ। କ୍ରୀଡ଼ା, କଳା, ସାହିତ୍ୟ, ପ୍ରକାଶନ ଓ ପ୍ରଶାସନ କ୍ଷେତ୍ରରେ ପ୍ରଶଂସା ପାଇବେ। ନୂତନ ବ୍ୟବସାୟ ଆରମ୍ଭ ଯୋଗୁ ବ୍ୟବସାୟରେ ଲାଭ ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ଧନୁ:-ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ। ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ। ଯାତ୍ରା ଫଳରେ ଉତ୍ସାହିତ ହେବେ ଓ ଆଶାତୀତ ଲାଭ ପାଇବେ। ଶରୀର ସୁସ୍ଥ ରହିବ। ପୂର୍ବରୁ ଥିବା ପାରିବାରିକ ସମସ୍ୟା ସମାଧାନ ହୋଇ ପରିବାରରେ ଶାନ୍ତିର ବାତାବରଣ ଦେଖା ଦେବ। ଛାତ୍ର-ଛାତ୍ରୀମାନେ ପରୀକ୍ଷା ଓ ପ୍ରତିଯୋଗିତାରେ ସଫଳ ହେବେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ମକର:-ସମସ୍ତ ପ୍ରକାର ବ୍ୟବସାୟରେ ଲାଭବାନ୍ ହେବେ। ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳ ହେବେ। ଗୃହୋପକରଣ କ୍ରୟ କରିବେ। ଦାମ୍ପତ୍ୟ ସୁଖରେ ଖୁସି ହେବେ। ଶିକ୍ଷା କ୍ଷେତ୍ରରେ ସଫଳତା ଲାଭ କରିବେ। ଭାଇ, ବନ୍ଧୁ, ମିତ୍ର ଓ ସହକର୍ମୀ ମାନଙ୍କ ସହିତ ମତଭେଦ ସମାପ୍ତ ହେବା ଫଳରେ ଅତ୍ୟନ୍ତ ଶୁଭଫଳ ପ୍ରାପ୍ତି ହେବ। ଲଟେରୀ ଓ ଜୁଆଖେଳରୁ ନିବୃତ୍ତ ରହନ୍ତୁ ନଚେତ୍ କ୍ଷତିସହିବେ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

କୁମ୍ଭ:-ଅଧିକ ପରିଶ୍ରମ କରିବା ଫଳରେ ବ୍ୟବସାୟରେ ଅର୍ଥ ପ୍ରାପ୍ତିର ସୁଯୋଗ ଆସିବ। କର୍ମଚାରୀମାନେ ଗୁପ୍ତଶତୃଙ୍କ ଚକ୍ରାନ୍ତରେ ପଡ଼ିଲେ ମଧ୍ୟ ନିଜର ମାନସିକ ସ୍ଥିତି ସୁଦୃଢ ରହିବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରି ପାରନ୍ତି। ବହୁତ ଦିନରୁ ରଖିଥିବା ଧନ ଭିନ୍ନ ବାଟରେ ଖର୍ଚ୍ଚ ହୋଇ ଯାଇ ପାରେ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ମୀନ:-ଅଚାନକ ଧନ ପ୍ରାପ୍ତି ହେବା ସହ ମାନ ସମ୍ମାନ ବୃଦ୍ଧି ହେବ। କର୍ମକ୍ଷେତ୍ରରେ ଉନ୍ନତି କରିବା ସହ ଉପରିସ୍ଥ ଅଧିକାରୀଙ୍କର କୃପା ଲାଭ କରିବେ। ନୂତନକର୍ମ ସଂସ୍ଥାନରେ ନିଯୁକ୍ତି ପାଇବାର ଯୋଗ ରହିଛି। ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧିହେବ। ବ୍ୟବସାୟ ଶୁଭାରମ୍ଭ କରିବାର ସୁଯୋଗ ପାଇବେ। ଅନେକ ସମସ୍ୟାର ସମାଧାନ ହୋଇ, ପରିବାରରେ ହସ ଖୁସିରେ ବାତାବରଣ ଖେଳିଯିବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!