ଦୈନିକ ରାଶିଫଳ: 11 ଫେବୃୟାରି 2024, ରବିବାର, ସୂର୍ଯ୍ୟଦେବଙ୍କ କୃପା ରହିବ ଏହି 4ଟି ରାଶି ଉପରେ, ମିଳିବ ଆର୍ଥିକ ସଙ୍କଟରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:- ବ୍ୟବସାୟରେ ସାହାଯ୍ୟ ସହଯୋଗ ପାଇ ଲାଭବାନ ହେବେ। ପ୍ରେମ ପ୍ରସଙ୍ଗରେ ସଫଳତା ମିଳିବ। କୌଣସି କାମରେ ବିଶେଷଜ୍ଞତା ହାସଲ କରିବେ। ପିଲାମାନଙ୍କ ପାଠପଢା ନେଇ କରିଥିବା ଚିନ୍ତା ଦୂରେଇ ଯିବ। ମନକଥା ମନରେ ରଖି ବନ୍ଧୁଙ୍କ ସହ ମିଶିଲେ ଭଲ ହେବ। ବାଣିଜ୍ୟ କ୍ଷେତ୍ରରେ ଯେତିକି ପାଇବା କଥା ସେତିକି ହିଁ ପାଇବେ। ଯାନବାହାନ ଭ୍ରମଣରେ ସତର୍କ ରହିବା ଉଚିତ୍। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-କର୍ମକ୍ଷେତ୍ରରେ ଭୋଗ ବିଳାସକୁ ତୁଚ୍ଛ ମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାଭଳି ମାନ୍ୟତା ଦେବେ। ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ। ରାଜନୀତିରେ ସ୍ୱାର୍ଥରକ୍ଷା କରିବାରେ ସମର୍ଥ ହେବେ। ଦୂରେଇ ଯାଇଥିବା ବନ୍ଧୁମାନେ ପୁଣି ନିକଟବର୍ତ୍ତୀ ହେବେ। ଧନସମ୍ପଦ, ବସ୍ତ୍ରଭୂଷଣ ଆଦି ଲାଭହେବ। ଅନେକଶୁଭକର୍ମର ସୁଯୋଗ ପାଇବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ମିଥୁନ:-କଳା, ସାହିତ୍ୟ, ନୃତ୍ୟ, ଗୀତ ଓ ଚଳଚିତ୍ରରେ ସଫଳତା ହାସଲ କରିବେ। କିଛି ଏମିତି ଲୋକଙ୍କ ସହିତ ମିଳନ ହେବ ଯେ ସେମାନେ ବିକାଶ ଧାରାରେ ସାମିଲ ହେବେ। ଶିକ୍ଷାର୍ଥୀମାନେ କଠିନ ପରିଶ୍ରମ କରି ପ୍ରଶଂସା ପାଇବେ। ପାରିବାରିକ କ୍ଷେତ୍ରରେ ନୂତନ ଲୋକଙ୍କସହ ବନ୍ଧୁତ୍ୱ ସ୍ଥାପନ ହୋଇ ମାନସିକ ଶାନ୍ତି ମିଳିବ। ସ୍ୱାସ୍ଥ୍ୟ ପାଇଁ ସତର୍କ ରହିବା ଉଚିତ୍। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-କର୍ମକ୍ଷେତ୍ରରେ ସ୍ଥାନାନ୍ତର ଓ ମତାନ୍ତର ଭୟ ଦୂରେଇ ଯିବ। ଯୋଜନା ମୁତବକ ବ୍ୟବସାୟ କଲେ ବହୁବିଧ ଲାଭ ମିଳିବ। ଅଫିସ୍ ପରିସ୍ଥିତି ଯେତେ ଜଟିଳ ଥିଲେ ମଧ୍ୟ ସମାଧାନ କରି ପ୍ରଶଂସିତ ହେବେ। ପ୍ରେମିକ ପ୍ରେମିକା ମାନଙ୍କର କ୍ରୋଧ ନିୟନ୍ତ୍ରଣ ନ ରଖିଲେ କ୍ଷତି ସହିବେ। ସମ୍ପତ୍ତି ସମ୍ବନ୍ଧୀୟ ମାମଲାରେ ଲଢିପାରନ୍ତି। ଖାଦ୍ୟପେୟ ପ୍ରତି ବିଶେଷ ଧ୍ୟାନଦେଇ ବ୍ୟାୟାମ କରିବା ଆବଶ୍ୟକ। ସନ୍ତାନ ଯୋଗେ ଚିନ୍ତିତ ରହିବେ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ସିଂହ:- ରାଜନୈତିକ କ୍ଷେତ୍ରରେ ଶତ୍ରୁମାନେ ମିତ୍ରବତ କାର୍ଯ୍ୟ କରିବେ। ସରକାରୀ ସାହାଯ୍ୟ ପାଇବାର ସୁଯୋଗ ହାତ ପାହାନ୍ତାରେ ପହଞ୍ଚିବ। କର୍ମକ୍ଷେତ୍ରରେ ଉଚିତ୍ ପନ୍ଥା ଗ୍ରହଣ କରିବା ଫଳରେ ପ୍ରତିଷ୍ଠା, ପ୍ରତିପତ୍ତି, ମାନସମ୍ମାନ, କ୍ଷାତି ବଢ଼ିବ। ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ ହେଲେ ଆଗେଇ ନବା ଉଚିତ୍। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ।ଅତିରିକ୍ତ ଆୟର ଦରକାର ଅନୁଭବ ହେବ। ପ୍ରତିକାର-ଅଷ୍ଟଗନ୍ଧ ତିଳକ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

କନ୍ୟା:-ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବା ସହ ମାନସିକ ଶାନ୍ତି ଅନୁଭବ କରିବେ। ପରିବାରରେ ମାନ ମନାନ୍ତର ଦୂର ହେବ। କର୍ମକ୍ଷେତ୍ରରେ ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ ଓ ଉଚ୍ଚ ସମ୍ମାନ ପାଇବେ। ସରକାରୀ ସାହାଯ୍ୟ ପାଇବା ଫଳରେ ଉତ୍ସାହ ଉଦ୍ଦିପନା ବୃଦ୍ଧି ପାଇବ। ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର କରି ପ୍ରବଳ ଲାଭ ପାଇବେ। ଧନ ଆଗମନର ନୂତନ ସ୍ରୋତ ଖୋଲିଯିବ। ପ୍ରତିକାର- ସବୁଜ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।

ତୁଳା:-ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ସନ୍ତାନଙ୍କ ପାଇଁ କୌଣସି ମହତ୍ଵପୂର୍ଣ୍ଣ କାମ କରି ପ୍ରଶଂସା ପାଇବେ। ଶିକ୍ଷା କ୍ଷେତ୍ରରେ ସ୍ଵନାମ ଅର୍ଜନ କରିବେ। ବନ୍ଧୁ ବାନ୍ଧବଙ୍କଠାରୁ ପୂର୍ଣ୍ଣ ସହଯୋଗ ପ୍ରାପ୍ତ ହେବ। ମିଷ୍ଟାନ ଭୋଜନ ପ୍ରାପ୍ତି ହେବ। ଅଫିସ୍ ପରିସ୍ଥିତି ଯେତେ ଜଟିଳ ଥିଲେ ମଧ୍ୟ ସମାଧାନ କରି ପ୍ରଶଂସିତ ହେବେ। ଧର୍ମ କାର୍ଯ୍ୟରେ ମନ ବଳେଇ ଦେବଦର୍ଶନ କରି ପାରନ୍ତି। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-ବନ୍ଧୁମାନେ ସାହାଯ୍ୟ ସହଯୋଗର ହାତ ବଢେଇବେ। ସାମ୍ବାଦିକ ମାନଙ୍କର ସମସ୍ତ କ୍ଷେତ୍ରରେ ସଫଳତା ମିଳିବ। କୌଣସି ପ୍ରକାରେ ଉଚ୍ଚମାନ୍ୟତା ରକ୍ଷା କରି ଆର୍ଥିକ ସ୍ଥିତିକୁ ସୁଦୃଢ କରି ପାରିବେ। ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ଅନେକ କ୍ଷେତ୍ରରେ ସ୍ଵାଭିମାନ ରକ୍ଷାକରି ପ୍ରଶଂସିତ ହେବେ। ମାନସିକ ଦୁଶ୍ଚିନ୍ତା ଓ ଶତୃବଧା ଦୂରେଇ ଯିବ। ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ଧନୁ:-ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ପାଇବ। ସରକାରୀ ସାହାଯ୍ୟ ପାଇବାର ସୁଯୋଗ ହାତ ପାହାନ୍ତାରେ ପହଞ୍ଚିବ। ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବା ଫଳରେ ସାମାଜିକ ପତିଆରା ଅମଳିନ ରହିବ। ଭାଇ ଭଉଣୀ ମାନଙ୍କ ସହିତ ଉତ୍ତମ ସମ୍ପର୍କରେ ରହିବା ଯୋଗେ ପାରିବାରିକ ଜୀବନ ଶାନ୍ତିପୂର୍ଣ୍ଣ ରହିବ। ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ଋଣ ମୁକ୍ତି ପାଇଁ ରାସ୍ତା ଦେଖା ଦେବ। ପ୍ରତିକାର- ହଳଦୀ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।

ମକର:-କର୍ମକ୍ଷେତ୍ରରେ ଯେତେ ସମସ୍ୟା ଥିଲେ ମଧ୍ୟ ଶାନ୍ତି ଅନୁଭବ କରିବେ। ସହକର୍ମୀ ଓ ବିଭାଗୀୟ ଅଧିକାରୀ ମାନଙ୍କସହ ସମ୍ବନ୍ଧରେ ଦୃଢତା ସୃଷ୍ଟିହେବ। ଦକ୍ଷତାକୁ କେନ୍ଦ୍ରକରି ଉଚ୍ଚମାନ୍ୟତାରେ ବୃଦ୍ଧି ହୋଇ ପାରେ। ମିଷ୍ଠାନ୍ନ ଭୋଜନ ବା ସୁସ୍ଵାଦୁ ଭୋଜନ ପ୍ରାପ୍ତି ହେବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ। ଶତୃପକ୍ଷ ଦୁର୍ବଳ ହୋଇ ଗୋଡ ଟାଣିବାର ପ୍ରଚେଷ୍ଠା ଆରମ୍ଭ କରିପାରନ୍ତି। ପ୍ରତିକାର- ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।

କୁମ୍ଭ:-ଆର୍ଥିକ ଦିଗରୁ ସୁବିଧା ପାଇବେ। ବ୍ୟବସାୟରେ ଅଳ୍ପ ପରିଶ୍ରମ କରି ଅଧିକ ଲାଭ ପାଇବେ ଓ ଶୁଭ ସମ୍ବାଦ ପାଇ ଖୁସିହେବେ। ପରିବାରରେ ମାନ ମନାନ୍ତର ଦୂର ହୋଇ ମାନସିକ ଏକାଗ୍ରତା ବଜାୟ ରଖି ପାରିବେ। ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇ ଆସ୍ୱସ୍ତି ଲାଭ କରିବେ। ରାଜନୀତି କ୍ଷେତ୍ରରେ ଯଶଲାଭ, ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ କ୍ଷାତି ବଢ଼ିବ। ପିଲାଙ୍କ ପାଠ ପଢା ସମସ୍ୟା ନେଇ ମନ ସ୍ଥିର ରହିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମୀନ:-ଶିଳ୍ପ, ବାଣିଜ୍ୟ, ପ୍ରଶାସନ କ୍ଷେତ୍ରରେ କର୍ମରତ ଥିବା ବ୍ୟକ୍ତିମାନେ ସମସ୍ୟାକୁ ସୁଧାରି ନବା ଫଳରେ ଉପରିସ୍ଥ ଅଧିକାରୀଙ୍କ କୃପା ଦୃଷ୍ଟିରେ ରହି ପାରିବେ। ବନ୍ଧୁବାନ୍ଧବ ମାନଙ୍କ ସହ ସାବଧାନତା ପୂର୍ବକ ନ ଚଳିଲେ ବିପଦରେ ପଡିବେ। ଆୟକୁ ଚାହିଁ ବ୍ୟୟ କଲେ ଲୋକହସା ହେବେ ନାହିଁ। କୌଣସି କାରଣ ବଶତଃ ଦୂର ବା ନିକଟ ଯାତ୍ରାକୁ ନଯିବା ଉଚିତ୍। ଗଲେ ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!