ମେଷ:-ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢ଼ୀଭୂତ ହେବ। ସାମାଜିକ କ୍ଷେତ୍ରରେ ନିଜର ପ୍ରଭାବ ଓ ପରାକ୍ରମ ବଢିବ। ସନ୍ତାନ ସୁଖରେ ସୁଖୀ ହେବେ ଓ ବନ୍ଧୁ ମିତ୍ରଙ୍କର ସହଯୋଗ ପାଇବେ। ପାରିବାରିକ ଜୀବନରେ ସୁଖ ସମୃଦ୍ଧି ବୃଦ୍ଧି ହେବା ସହ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରେମିକ ପ୍ରେମିକାମାନେ ପ୍ରେମକ୍ଷେତ୍ରରେ ସଫଳତା ଲାଭ କରିବେ। ଖାଇବା ପିଇବାରେ ଅବହେଳା କରିବାରୁ ସ୍ଵାସ୍ଥ୍ୟ ଖରାପ ହୋଇପାରେ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।
ବୃଷ:-ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହୋଇ ବ୍ୟବସାୟ ବାଣିଜ୍ୟ ଓ ପରିବହନ କ୍ଷେତ୍ରରେ ସୁଫଳ ପ୍ରାପ୍ତିହେବ। ଉଚ୍ଚାଧିକାରୀ, ସହ କର୍ମୀ, ଭାଇ ବନ୍ଧୁ ବା କୌଣସି ବିଶିଷ୍ଠ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢ଼େଇ ଦେବ। ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ଆଜି ପୂରଣ କରିବାକୁ ଚେଷ୍ଟା କରିବେ। ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ହେଲେ ଆଗେଇ ନବା ଉଚିତ୍। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।
ମିଥୁନ:-ଚାକିରିର ଅବସ୍ଥା ଅତ୍ୟନ୍ତ ଅନୁକୂଳ ହେବ ଏହି ସମୟକୁ ଶାନ୍ତିପୂର୍ଣ୍ଣ ଏବଂ ସ୍ନେହରେ ବିତାନ୍ତୁ। ପରିଚାଳନା କାର୍ଯ୍ୟ ସହିତ ଜଡିତ ଲୋକମାନେ ସବୁ ପ୍ରକାର ସୁବିଧା ସୁଯୋଗ ପାଇବେ। ଅଧସ୍ତନ କର୍ମଚାରୀମାନେ କୌଣସି କାରଣରୁ ଆପଣଙ୍କ ଉପରେ କ୍ରୋଧିତ ହେଲେ ମଧ୍ୟ କିଛି ଅସୁବିଧା ହେବ ନାହିଁ। ବିଦ୍ୟାର୍ଥୀଙ୍କର କେତେକ ସମସ୍ୟାର ସମାଧାନ ହୋଇ ଉଚ୍ଚଶିକ୍ଷା ପାଇବାର ସୁଯୋଗ ପାଇବେ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।
କର୍କଟ:-ସ୍ୱାସ୍ଥ୍ୟରେ ଉନ୍ନତି, କର୍ମକ୍ଷେତ୍ରରେ ପଦନ୍ନୋତି, ସ୍ଥାନପରିବର୍ତ୍ତନ ଓ ବିନା ପରିଶ୍ରମରେ ଧନପ୍ରାପ୍ତି ହେବ। ସାମାଜିକ ପ୍ରତିଷ୍ଠା ଓ ଆତ୍ମବିଶ୍ୱାସ ବୃଦ୍ଧିପାଇବା ଫଳରେ ବ୍ୟବସାୟରେ ନୂତନଧାରା ଖୋଲିବେ। ପୁଞ୍ଜିଲଗାଣ, ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ। ଜାଗା, ଜମି ଓ ଅନ୍ୟ ବ୍ୟବସାୟକ୍ଷେତ୍ରରେ ଅନେକଦିନ ଧରି ଚାଲିଥିବା ଦ୍ୱନ୍ଦ୍ୱର ସମାଧାନ ହେବ। ଆର୍ଥିକ ସମ୍ବନ୍ଧୀୟ ବିଷୟଗୁଡ଼ିକ ପାଇଁ ଦିନଟି ଭଲ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।
ସିଂହ:-କର୍ମକ୍ଷେତ୍ରରେ ପରିବର୍ତ୍ତନ ହେବା ଫଳରେ ଶାନ୍ତି ପାଇବେ। ଅନ୍ୟର ଉପକାର କରି ପ୍ରଶଂସିତ ହେବେ। ବ୍ୟବସାୟରେ ଉତ୍ତମ ରୋଜଗାର ହେବା ସହ ବେଶ୍ ଦୁଇ ପଇସା ଲାଭ ହେବ। ପ୍ରେମିକ ପ୍ରେମିକାମାନେ ପ୍ରେମକ୍ଷେତ୍ରରେ ସଫଳତା ଲାଭ କରିବେ। ବିଦ୍ୟାରେ ଉନ୍ନତିହେବ। କାମକାର୍ଯ୍ୟରେ ଉନ୍ନତି ହେବ। କୋର୍ଟ କଚେରୀ ମାମଲା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ। ତୀର୍ଥାଟନ ଯାତ୍ରା କରିବାକୁ ବାଧ୍ୟ ହେବେ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।
କନ୍ୟା:-ସମସ୍ତ ବାଧାବିଘ୍ନକୁ ଭ୍ରୂକ୍ଷେପ ନକରି ନିଜର ସିଦ୍ଧାନ୍ତରେ ଅଟଳ ରହିବେ। କର୍ମକ୍ଷେତ୍ରରେ ନିଜର ଶକ୍ତି, ଉତ୍ସାହ ଓ ପ୍ରେରଣା ଭରପୁର ରହିବ। ମାନ-ସମ୍ମାନ, ଯଶ-ପ୍ରତିଷ୍ଠାରେ ବୃଦ୍ଧି ହେବ। କୌଣସି ରଚନାତ୍ମକ କାମ ନିଜ ହାତରେ ସମ୍ପନ୍ନ କରିବେ। ସ୍ୱାସ୍ଥ୍ୟସମସ୍ୟା ସୁଧୁରିବ। ବରିଷ୍ଠ ବ୍ୟକ୍ତି ଓ ଗୁରୁ ଗୁରୁଜନଙ୍କ ଠାରୁ ପ୍ରଶଂସା ପାଇବେ। କୋର୍ଟକଚେରୀ ମାମଲା ଓ ବିବାଦ ଆପଣଙ୍କ ସପକ୍ଷରେ ରହିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
ତୁଳା:-ବ୍ୟବସାୟିକ କ୍ଷେତ୍ରରେ ଉନ୍ନତି ହେବାସହ ଆଶାଜନକ ଲାଭ ପ୍ରାପ୍ତିହେବ। ଧାତୁ ବା ଅଳଙ୍କାରାଦି କ୍ରୟ କରିବେ। ଅବିବାହିତ ଯୁବକ-ଯୁବତୀମାନଙ୍କର ବିଭିନ୍ନ ସ୍ଥାନରୁ ପ୍ରସ୍ତାବ ମାନ ଆସିବ। ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ। ନିକଟ ସମ୍ପର୍କୀୟମାନଙ୍କ ସାହାଯ୍ୟ ସହଯୋଗ ମିଳିବ। ମନୋବିଜ୍ଞାନ ସମ୍ବନ୍ଧରେ ବିଶେଷ ରୁଚି ରହିବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।
ବିଚ୍ଛା:-ଉଧାର ଦେଇଥିବା ଟଙ୍କା ମିଳିଯିବା ଫଳରେ ଆଶାତୀତ ଲାଭହେବ। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ। ପ୍ରେମୀକ ପ୍ରେମିକାଙ୍କ ସାମଞ୍ଜସ୍ୟ ସୃଷ୍ଟି ହେବ। ଅଧ୍ୟୟନ କ୍ଷେତ୍ରରେ ମଧ୍ୟ ଉନ୍ନତି ହେବ। ନୂତନ କାର୍ଯ୍ୟ ଆରମ୍ଭ କରିପାରିବେ। ବାହାରକୁ ଯାତ୍ରା କରିବା ପାଇଁ ଯୋଜନା କରିବେ। କଷ୍ଟ ଓ ପରିଶ୍ରମ ସାର୍ଥକ ହେବ। ବ୍ୟାଙ୍କ, ବୀମା, ନିବେଶ ପରି ଆର୍ଥିକ ଗତିବିଧିରେ ଉନ୍ନତି ହେବ। ପ୍ରତିକାର- ମହୁଟିକେ ଖାଇ ଘରୁ ବାହାରନ୍ତୁ।
ଧନୁ:-ପିଲାମାନଙ୍କ କାର୍ଯ୍ୟରେ ଖୁସି ହେବେ। ବନ୍ଧୁମିଳନ ହେତୁ ମନଖୁସୀ ରହିବ। ଆର୍ଥିକ ସାହାଯ୍ୟ ମିଳିବ। କର୍ମକ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ। କଳା, ସାହିତ୍ୟ, କ୍ରୀଡ଼ା, ଚଳଚ୍ଚିତ୍ର, ଶିଳ୍ପ, ବାଣିଜ୍ୟ ଓ ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ପ୍ରତ୍ୟେକ କ୍ଷେତ୍ରରେ ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥହେବେ। ନିଜର ଇଚ୍ଛା ବିରୋଧରେ କୌଣସି କାର୍ଯ୍ୟ କରିବା ଅନୁଚିତ୍। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।
ମକର:-କର୍ମକ୍ଷେତ୍ରରେ କଠିନ ପରିଶ୍ରମର ଭଲ ଫଳ ପାଇବେ। ଚାକିରୀ ବଦଳାଇବା ପାଇଁ ସମୟ ଭଲ ରହିବ। ଯେଉଁ ବ୍ୟକ୍ତିମାନଙ୍କୁ ବିଶ୍ଵାସ କରନ୍ତି ନାହିଁ ସେହିବ୍ୟକ୍ତିମାନେ ଆପଣଙ୍କୁ ସାହାଯ୍ୟ କରିବେ। ନୂତନ ପ୍ରେମ ସମ୍ପର୍କ ଆରମ୍ଭ ହୋଇପାରେ। ପରିବାର ସହିତ ଜଡିତ କୌଣସି ସମସ୍ୟା ସମାଧାନ ହୋଇ ପାରେ। ଅଧିକ ଆତ୍ମବିଶ୍ଵାସ ହେତୁ କାମ ବିଗିଡି ଯାଇପାରେ। କଥାବାର୍ତ୍ତା କରିବା ସମୟରେ ଉଚ୍ଚିତ୍ ଶବ୍ଦ ବ୍ୟବହାର କରନ୍ତୁ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
କୁମ୍ଭ:-ପରିବାରରେ କୌଣସି ଶୁଭକାର୍ଯ୍ୟ ହେବ। ବନ୍ଧୁବାନ୍ଧବଙ୍କ ସହ ଉତ୍ତମ ସମ୍ପର୍କ ରହିବ। କର୍ମକ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବା ଫଳରେ ପଦୋନ୍ନତିର ସୁଯୋଗ ପାଇପାରିବେ। ରାଜନୈତିକ କ୍ଷେତ୍ରରେ ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣତାକୁ ମୁଖ୍ୟକରି ଚାଲିବା ହିତକର। ଆଶା ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ପାଇବେ। ପ୍ରେମପ୍ରସଙ୍ଗରେ ଅଧିକ ନିବିଡ ହେବା ସାଙ୍ଗକୁ ଦୂର ସ୍ଥାନକୁ ଯାତ୍ରା କରି ପାରନ୍ତି। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
ମୀନ:-ବ୍ୟବସାୟ ପାଇଁ ଦୂରଯାତ୍ରାର ସୁଯୋଗ ପାଇବେ। ରାଜନୀତିରେ ସଫଳତା ମିଳିବା ଯୋଗେ ହିତୈଷିମାନେ ଅଧିକ ନିବିଡ ହେବା ସାଙ୍ଗକୁ ମର୍ଯ୍ୟଦାଜନକ ପରିସ୍ଥିତି ସୃଷ୍ଟି କରିବେ। ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ। ପାରିବାରିକ ସ୍ତର ହସ ଖୁସିରେ କଟିବ। କର୍ମକ୍ଷେତ୍ରରେ ଶୁଭ ଖବର ପାଇ ଖୁସି ହେବେ। ଆର୍ଥିକ ସନ୍ତୁଳନ ସୁରକ୍ଷିତ ହେବା କାରଣରୁ ଅର୍ଥନୀତିର ବିପଦରୁ ମୁକ୍ତ ହେବେ। ପ୍ରତିକାର- ହଳଦୀରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ।