ଦୈନିକ ରାଶିଫଳ: 11 ମଇ 2023, ଗୁରୁବାର, ମା’ ଲକ୍ଷ୍ମୀଙ୍କ କୃପା ରହିବ ଏହି 3ଟି ରାଶି ଉପରେ, ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ବନ୍ଧୁଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ। ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ରାଜନୀତି କ୍ଷେତ୍ରରେ ଯଶମାନ ବୃଦ୍ଧିହେବା ସହ ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ବିଜୟୀ ହେବେ। ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ ଓ ଉଚ୍ଚଆଶା ପୂରଣ ହେବ। ବ୍ୟବସାୟରେ ଉଧାର ଦେଇ ଫେରି ପାଇବା ସହଜ ହେବ। ପରିବାରରେ ମାନ ମନାନ୍ତର ଦୂର ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ। ଦୂର ସ୍ଥାନକୁ ଯାତ୍ରା କରିବେ। ପ୍ରେମିକ ପ୍ରେମିକାମାନେ ପ୍ରେମକ୍ଷେତ୍ରରେ ସଫଳତା ଲାଭକରିବେ। ବ୍ୟବସାୟରେ କ୍ଷତି ଅପେକ୍ଷା ଲାଭର ପରିମାଣ ଅଧିକ ହେବ। କିନ୍ତୁ କୌଣସି ଯୋଜନା କରିବା ପୂର୍ବରୁ ଗଭୀର ଚିନ୍ତା କରନ୍ତୁ। ସ୍ୱାସ୍ଥ୍ୟରେ ଅବନତି ଦେଖା ଦେଇପାରେ। ଧାର୍ମିକ କାର୍ଯ୍ୟରେ ଯୋଗ ଦେଇ ଅପଦସ୍ତ ହେବେ। କେତେକ କାର୍ଯ୍ୟ ଅଧାରେ ଅଟକି ଯାଇପାରେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-ସରକାରୀ କର୍ମକ୍ଷେତ୍ରରେ ସହକର୍ମୀ ମାନଙ୍କର ସହଯୋଗ ପାଇ, ଉତ୍ତମ କାର୍ଯ୍ୟକରି ପ୍ରଶଂସିତ ହେବେ। ପରୀକ୍ଷା, ପ୍ରତିଯୋଗୀତା, ସାକ୍ଷାତକାରରେ ବିଜୟୀ ହେବେ। ରାଜନୀତି କ୍ଷେତ୍ରରେ ବନ୍ଧୁ ମିତ୍ରମାନେ ଶତ୍ରୁତା ଆଚରଣ କରି ପାରନ୍ତି। ମାଲିମୋକଦ୍ଦମାରେ ସଫଳ ହେଲେ ମଧ୍ୟ ଅସ୍ଥିରତା ବୃଦ୍ଧି ହେବ। ପିଲାଙ୍କ ପଢା ସମସ୍ୟା ନେଇ ମନ ଅସ୍ଥିର ରହିବ। କିଛିଲୋକ ଆପଣଙ୍କ ଭାଗ୍ୟକୁ ଈର୍ଷା କରି ପାରନ୍ତି। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

କର୍କଟ:-ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ମିଳିବା ଫଳରେ ଲକ୍ଷ୍ୟ ହାସଲ କରିବାରେ ସମର୍ଥ ହେବେ। ନୂତନ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ବିଚାର ବିଭାଗ ରାୟ ସପକ୍ଷରେ ଯିବ। ପରିବାରରରେ ମନୋମାଳିନ୍ୟ ଦୂରହୋଇ ସ୍ନେହସଦ୍ଭାବ ବୃଦ୍ଧି ପାଇବା ସହ ନୂତନ ସମ୍ପତ୍ତି କ୍ରୟ କରି ପାରନ୍ତି। ବାସଗୃହ ଓ ଯାନବାହାନ ନେଇ କେତେ ସମସ୍ୟାର ସମାଧାନ ହୋଇ ଯିବ। ଯେ କୌଣସି କାର୍ଯ୍ୟରେ ହାତଦେଲେ ସଫଳ ହେବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ସିଂହ:-କର୍ମକ୍ଷେତ୍ରରେ ସୁଯୋଗ ହାତଛଡା ହେବାର ନାହିଁ। ରାଜନୀତି କ୍ଷେତ୍ରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ। ପାରିବାରିକ କ୍ଷେତ୍ରରେ ବୁଝାମଣା ଠିକ୍ ରହିବାଫଳରେ ପାରିବାରିକ ସମ୍ପର୍କରେ ଉନ୍ନତି ହେବ। ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ। ବିଦ୍ୟାର୍ଥିଙ୍କର ଉନ୍ନତି ହେବ। ପ୍ରତିବେଶୀଙ୍କ ସହ ମନାନ୍ତର ମତାନ୍ତର ମେଣ୍ଟି ଯାଇପାରେ। କଳକାରଖାନା ଓ ଶିଳ୍ପ ପ୍ରଭୃତିର ମାଲିକମାନେ ଏବଂ କଣ୍ଟ୍ରାକ୍ଟରମାନେ ଆନନ୍ଦିତ ହେବେ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

କନ୍ୟା:-ସରକାରୀ ଚାପ ପଡିଲେ ମଧ୍ୟ ରାଜନୀତିରେ ସଫଳତା ମିଳିବ। ଦାମ୍ପତ୍ୟ ସୁଖ ବୃଦ୍ଧିହେବ। ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଆପଣଙ୍କର ଭୂଷଣହେବ। ଫଳରେ ଯେତିକି ପାଇବା କଥା ସେତିକି ହିଁ ପାଇବେ। କୌଣସି ନୂତନ କାର୍ଯ୍ୟ ଆରମ୍ଭକଲେ ବିପଦରେ ପଡିବେ। ଗୃହାରମ୍ଭ, ଦୁରଯାତ୍ରା, ଯାନବାହାନ କିଣନ୍ତୁ ନାହିଁ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତ କାରରେ ସଫଳତା ମିଳିବ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ତୁଳା:-ରାଜନୈତିକ କ୍ଷେତ୍ରରେ ପୁରୁଣା ସମସ୍ୟା ସମାଧାନ କରି ବିଜୟୀ ହେବେ। ପାରିବାରିକ କ୍ଷେତ୍ରରେ ଭୁଲ ବୁଝାମଣା, ରାଗରୁଷା, ମାନଅଭିମାନ ଅଳ୍ପ ବହୁତ ଦେଖାଦେଲେ ମଧ୍ୟ କୁ ପ୍ରଭାବ ପଡିବ ନାହିଁ। କର୍ମକ୍ଷେତ୍ରରେ ସ୍ଥାନାନ୍ତର ଓ ମତାନ୍ତର ଭୟ ଦୂରେଇ ଯିବ। ସାମାଜିକ ପ୍ରତିଷ୍ଠା ମାନ ସମ୍ମାନରେ ବାଧା ଆସିବ।କାର୍ଯ୍ୟ ପୁରଣରେ ବିଳମ୍ବ ହେବ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-ରାଜନୀତିରେ କୃତକାର୍ଯ୍ୟ ହେବେ ଏବଂ ବ୍ୟବସାୟରେ ଲାଭବାନ ହେବେ। ସନ୍ତାନର ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରିବେ। ନିଜ ଚେଷ୍ଟାରେ କାର୍ଯ୍ୟରେ ସଫଳତା ମିଳିବା ସହ ସନ୍ତାନ ସୁଖ ମିଳିବ। ଋଣ ମୁକ୍ତି ପାଇଁ ରାସ୍ତା ଦେଖା ଦେବ। ଶତୃବଧା ଦୂରେଇ ଯିବ। ଆୟବୃଦ୍ଧି ଓ ଲୋକ ସମ୍ପର୍କ ବୃଦ୍ଧି ହେବ। କୋର୍ଟ କଚେରୀ ମାମଲାର ଶୁଣାଣି ସପକ୍ଷରେ ଯିବ। ଅଫିସରେ ଲାଗି ରହିଥିବା ସମସ୍ୟା ଦୂର ହେବ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

ଧନୁ:-ରାଜନୈତିକ କ୍ଷେତ୍ରରେ ଠିକ୍ ନିଷ୍ପତି ନେବେ। ପଡା-ପଡୋଶୀ ବନ୍ଧୁ ମିତ୍ରଙ୍କ ବ୍ୟବହାରରେ ଖୁସିହେବେ ଓ ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ। କର୍ମକ୍ଷେତ୍ରରେ ଉତ୍ତମ ରୋଜଗାର କରି ପାରିବେ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ବ୍ୟବସାୟ ବାଣିଜ୍ୟ କିମ୍ବା ଯୌଥ ପରିବାର ସମ୍ପର୍କୀୟ ଘଟଣା ଯୋଗୁଁ ବିଶେଷ ବ୍ୟସ୍ତ ରହିବେ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ମକର:-ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର କରି ଭଲ ଲାଭ ପାଇବେ। ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ। ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ମିଳିବା ଫଳରେ ରାଜନୈତିକ କ୍ଷେତ୍ରରେ ସଫଳତା ମିଳିବ। ଆଶା କରୁଥିବା କାମଟି ବନ୍ଧୁଙ୍କ ଦ୍ଵାରା ସହଜ ସୁବିଧାରେ ହୋଇଯିବ। ପରିବାର କଥା ଚିନ୍ତା କରି ମନରେ ସନ୍ତୋଷ ଭାବ ଦେଖାଦେବ। ଗୁରୁଜନ ଓ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କୁମ୍ଭ:- ବ୍ୟବସାୟରେ ପ୍ରତିଦ୍ୱନ୍ଦିତା ସତ୍ତ୍ୱେ ଲାଭ ସୁନିଶ୍ଚିତ। ପାରିବାରିକ ସ୍ତର ହସ ଖୁସିରେ କଟିବ। ହାତକୁ ନେଇଥିବା କାର୍ଯ୍ୟ ସମ୍ପାଦନ ପାଇଁ ଚେଷ୍ଟା କରିବାକୁ ପଡିବ। ସମ୍ପର୍କୀୟ ବନ୍ଧୁ ସାହାଯ୍ୟ ସହଯୋଗ କରିବେ। ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ। କର୍ମକ୍ଷେତ୍ରରେ ସଙ୍କୁଚିତ ହେଲେମଧ୍ୟ ସ୍ଵାଭିମାନକୁ ବଜାୟ ରଖି ପାରିବେ। ରାସ୍ତା ଘାଟରେ ଯଥେଷ୍ଠ ସତର୍କ ହୋଇ ଚଳିବା ଉଚିତ୍। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:- ଶୁଭକାମ କରି ପ୍ରଶଂସିତ ହେବେ। ଭଲ କାମ କରି ସୁଖରେ ଦିନଟି ବିତାଇବେ। ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବା ସହ କର୍ମକ୍ଷେତ୍ରରେ ସୁଯୋଗ ହାତଛଡା ହେବାର ନାହିଁ। ମାନସିକଶାନ୍ତି ଓ ସ୍ୱାସ୍ଥ୍ୟରେ ଉନ୍ନତି ପରିଲିକ୍ଷିତ ହେବ। ପାରିବାରିକ କ୍ଷେତ୍ରରେ ସ୍ନେହସଦ୍ଭାବର ବୃଦ୍ଧିହେବ। ବନ୍ଧୁମିତ୍ରଙ୍କ ସହ ହସଖୁସିର ବାତାବରଣ ସୃଷ୍ଟି ହେବ। ଶତୃ ଓ ବିରୋଧୀମାନେ କୌଣସି କ୍ଷତି କରି ପାରିବେ ନାହିଁ। ପ୍ରତିକାର:- କଦଳୀଗଛ ମୂଳରେ ହଳଦୀପାଣି ଢାଳନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!