ଦୈନିକ ରାଶିଫଳ: 11 ମଇ 2024, ଶନିବାର, ଶନିଦେବଙ୍କ କୃପା ରହିବ ଏହି 2ଟି ରାଶି ଉପରେ, ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ସରକାରୀ ସାହାଯ୍ୟ ମିଳିପାରେ। ଲକ୍ଷ୍ୟ ହାସଲ କରିବାରେ ସମର୍ଥ ହେବେ। ସାମାଜିକ ସ୍ତରରେ ପ୍ରଶଂସିତ ହେବାସହ ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବନାହିଁ। ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯାଇପାରେ। ଆୟ ବୃଦ୍ଧି ହେବା ସହ ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବାପାଇଁ ସମର୍ଥ ହେବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ଦୃଢସଂକଲ୍ପ ଓ ଆତ୍ମବିଶ୍ଵାସରେ ଭରପୁର ହେବ। ପାରିବାରିକ ଜୀବନରେ ସୁଧାର ଆସିବ। ପ୍ରେମପ୍ରସଙ୍ଗରେ ଅଧିକ ଘନିଷ୍ଠତା ହେବ। କର୍ମକ୍ଷେତ୍ରରେ ଲୋକଙ୍କୁ ନିଜର କରି ପାରିବେ। ଅଧିକ ପରିଶ୍ରମ କରି କିଛି ଅର୍ଥ ଲାଭ କରିବେ, କିନ୍ତୁ ଅଯଥାରେ ଖର୍ଚ୍ଚକରି ବାକୁ ପଡିପାରେ। ଶତୃ ବା ବିରୋଧୀଙ୍କ ଠାରୁ ସାବଧାନ ରହିବା ଉଚିତ୍। ଆଧ୍ୟାତ୍ମିକ ଊର୍ଜାରେ ମନ ଓତପ୍ରୋତ ରହିବ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-ଶାରୀରିକ କଷ୍ଟ ଦୂରେଇ ଯିବ। ଆର୍ଥିକ ସ୍ଥିତି ସ୍ଵଛଳ ରହିବ। ପାରିବାରିକ ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ଆମୋଦ-ପ୍ରମୋଦ, କ୍ରିଡା, ମନୋରଞ୍ଜନ, ନୃତ୍ୟ ଗୀତ, କଳା ସଙ୍ଗୀତ, ଭୋଜିଭାତରେ ଉତ୍ସାହିତ ହେବେ। ବୌଦ୍ଧିକ କାର୍ଯ୍ୟରେ ନିୟୋଜିତ ହେବେ ଓ ପିଲାମାନେ ଘର କାମରେ ଆଗ୍ରହ ଦେଖାଇବେ। ନିଜର ନିଷ୍ପତ୍ତିକୁ ପ୍ରାଥମିକତା ଦେଲେ ଗବେଷଣା ସମ୍ବନ୍ଧୀୟ କାର୍ଯ୍ୟରେ ସଫଳତା ପାଇବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-କର୍ମଚାରୀ ଓ ଶ୍ରମିକମାନେ ବେସୀ ଉପକୃତ ହେବେ। ଧାର୍ମିକ କାର୍ଯ୍ୟପ୍ରତି ମନ ବଳାଇବେ। ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। ବ୍ୟବସାୟରେ ଆଶାତୀତ ଲାଭ ପାଇବେ। ପ୍ରେମିକ ପ୍ରେମିକା ମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ପ୍ରଶଂସିତ ହେବେ। ଜିଦ୍ଖୋର ଆଚରଣରୁ ଦୂରେଇ ରହିବା ଉଚିତ୍। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:-ସାମ୍ବାଦିକତାରୁ ଲାଭ ଓ ଶୁଭ ସମାଚାର ମିଳିବ। ଅତ୍ୟଧିକ କଠିନ ପରିଶ୍ରମ କରିବା ଫଳରେ ବ୍ୟବସାୟରେ ଅର୍ଥ ପ୍ରାପ୍ତିର ସୁଯୋଗ ଆସିବ। ନିଜର ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ହେବ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ଗୃହସ୍ଥ ଜୀବନ ସମସ୍ତଙ୍କର ପୂର୍ଣ୍ଣ ସହଯୋଗ ପାଇ ସୁଖମୟ ହେବ। ଉତ୍ତମ ରୋଜଗାର ମିଳିବ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

କନ୍ୟା:-ଜନସେବାଦ୍ଵାରା ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ। କେତେକ କ୍ଷେତ୍ରରେ ଉନ୍ନତିର ରାସ୍ତା ପରିଷ୍କାର ହୋଇଯିବ। ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ। ଚାକିରୀରେ ପ୍ରମୋଶନ ମିଳିବାର ଯୋଜନା ପ୍ରସ୍ତୁତହେବ। ବେମାର, ବୃଦ୍ଧଜନ ଓ ଅଶକ୍ତ ଲୋକଙ୍କୁ ସହଯୋଗ କରିବା ପାଇଁ ହାତ ବଢେଇବେ। ପ୍ରେମ-ପ୍ରସଙ୍ଗରେ ମଧ୍ୟ ସଫଳତା ମିଳିବ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-ରାଜନୈତିକ କ୍ଷେତ୍ରରେ ଶତୃମାନେ ତଳମୁହାଁ ହେବେ। ପରିବାରରେ ଖୁସିର ବାତାବରଣ ସୃଷ୍ଟି ହେବ। ଯାନ ବାହନ ସୁଖ ମିଳିବ। ଭୋଗବିଳାସରେ ଦିନଟି କାଟିବା ପାଇଁ ଆଗ୍ରହୀ ହେବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। ଯେକୌଣସି କାର୍ଯ୍ୟ କରିବେ କିମ୍ବା ଯୋଜନା ପ୍ରସ୍ତୁତ କରିବେ ଭବିଷ୍ୟତ ପାଇଁ କ୍ୟାରିୟର ଜୀବନ ଓ ପରିବାରର ଉନ୍ନତି ହେବ। ପ୍ରତିକାର- ମୟୂର ଚନ୍ଦ୍ରିକା ପାଖରେ ରଖି ଯାତ୍ରା କରନ୍ତୁ।

ବିଚ୍ଛା:-ପେଶା, ବ୍ୟବସାୟ, ଭାଗୀଦାରୀ ଓ ବନ୍ଧୁମିତ୍ରଙ୍କଦ୍ଵାରା ଲାଭବାନ ହେବେ। ବିବାଦୀୟ କଥାରେ କିମ୍ବା ସମସ୍ୟା ଥିବା ଘଟଣାରେ ମୁଣ୍ଡ ନପୂରାଇବା ଭଲ। ବ୍ୟବସାୟିକ ଗତିବିଧି ସାମାନ୍ୟ ରୂପରେ ଚଳିବ। ବାଦବିବାଦ, ପରୀକ୍ଷା, ପ୍ରତି ଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। କୌଣସି ନୂତନ ଗୃହୋପକରଣ କିଣିବା ପାଇଁ ଯୋଜନା କରିବେ। ତୀର୍ଥାଟନ କରି ଯାତ୍ରା କାଳରେ ଯନ୍ତ୍ରଣା ଭୋଗିବେ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ଧନୁ:-କର୍ମକ୍ଷେତ୍ରରେ ପରିବର୍ତ୍ତନ ହେବ। ପ୍ରିୟଜନ ଓ ବନ୍ଧୁ ମିତ୍ରଙ୍କ ସମାଗମରେ ସମୟ ବିତିବ। ଉଚ୍ଚଶିକ୍ଷା ସମ୍ମିଳନୀରେ ଯୋଗ ଦେବେ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ। ପ୍ରତିଷ୍ଠା ପ୍ରତିପତ୍ତି, ମାନସମ୍ମାନ ଓ କ୍ଷାତି ବଢିବ। କୌଣସି ଶୁଭ ସମାଚାର ଶୁଣିବାକୁ ମିଳିବ। ପତି ପତ୍ନିଙ୍କ ମଧ୍ୟରେ ମଧୁର ସଂପର୍କ ଦୃଢ ହେବ। ପ୍ରତିକାର:- କଦଳୀଗଛ ମୂଳରେ ହଳଦୀପାଣି ଢାଳନ୍ତୁ।

ମକର:-ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ। ସ୍ୱାସ୍ଥ୍ୟସମସ୍ୟା ଦୂର ହୋଇଯିବ। ବ୍ୟାପାର ଓ କାମ-କାର୍ଯ୍ୟର ସ୍ଥିତି ବହୁତ ସନ୍ତୋଷ ଜନକ ହେବ। ନୂଆ ଚାକିରୀ ହେବାର ଅଫର୍ ମିଳିବ। କୌଣସି ଶୁଭକାର୍ଯ୍ୟ କରିବାକୁ ଆୟୋଜନ ମଧ୍ୟ କରିବେ। ନୂଆଲକ୍ଷ ପୂରଣ କରିବା ପାଇଁ ସମୟ ନିର୍ଦ୍ଧାରିତ କରିବେ। ଅଧୁରା କାର୍ଯ୍ୟ ପୂରଣ ହେବ। ନୂଆ ଜ୍ଞାନର ବୃଦ୍ଧି ହେବ। ଶୁଭ ସମାଚାର ମିଳିପାରେ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

କୁମ୍ଭ:-ସ୍ୱାସ୍ଥ୍ୟରେ ପରିବର୍ତ୍ତନ ହେତୁ ମନ ଓ ଚିତ୍ତ ପ୍ରସନ୍ନ ରହିବ। ଭାଇ ବନ୍ଧୁମାନଙ୍କର ସାହାଯ୍ୟ ସହଯୋଗ ପାଇ ଆନନ୍ଦିତ ହେବେ। ଶତ୍ରୁ ବା ବିରୋଧୀ କିଛି କ୍ଷତି କରିପାରିବେ ନାହିଁ। ଦୂରଯାତ୍ରାର ସୁଯୋଗ ପାଇ ସଫଳତା ମିଳିବ ଓ ପ୍ରତିଷ୍ଠା, ପ୍ରତିପତ୍ତି ମାନସମ୍ମାନ କ୍ଷାତି ବଢିବ। ବାଣିଜ୍ୟ, ନିର୍ମାଣ ଓ ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମୀନ:-ବିଦ୍ୟାରେଉନ୍ନତି, କୃଷିରେ ମନସନ୍ତୁଷ୍ଟ, ଖେଳରେ ବିଜୟୀ ହେବେ। ଅନ୍ୟକୁ ନିଜ ସହ ତୁଳନା କରି ମାନସିକ ଶାନ୍ତି ଅନୁଭବ କରିବେ। ରାଜନୀତିରେ ସଫଳତା ଏବଂ ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ବ୍ୟବସାୟରେ ଉନ୍ନତି ସହିତ ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ। ରୋଜଗାର ସମସ୍ୟା ସୁଧୁରି ଯିବ। ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବ। ପ୍ରତିକାର:- ଆମ୍ବଗଛ ମୂଳରେ ଗୁଡ଼ଟିକେ ଥୋଇ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!