ଦୈନିକ ରାଶିଫଳ: 11 ମାର୍ଚ୍ଚ 2024, ସୋମବାର, ମହାଦେବଙ୍କ କୃପା ରହିବ ଏହି 2ଟି ରାଶି ଉପରେ, ମିଳିବ ଆର୍ଥିକ ସଙ୍କଟରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ସ୍ଵଜନ ଓ ମିତ୍ରଙ୍କଠାରୁ ପୂର୍ଣ୍ଣ ସହଯୋଗ ମିଳିବ। ଶ୍ରେଷ୍ଠ ବ୍ୟକ୍ତିଙ୍କ ସହ ସାକ୍ଷାତ ହେବା ଦ୍ଵାରା ଶୁଭ ସଂବାଦ ପାଇ ଉତ୍ସାହିତ ହେବେ। ଆର୍ଥିକ ସମସ୍ୟାରେ ସଫଳତା ମିଳିବ କିନ୍ତୁ ସନ୍ତୁଷ୍ଟ ହେବେ ନାହିଁ। କ୍ରୋଧିତ ହେଲେ ତିଆରି କରିଥିବା କାର୍ଯ୍ୟ ବିଫଳ ହେବ। ବାସସ୍ଥାନ ବା ଯାନବାହନର ନବୀକରଣ କରିବା ପାଇଁ ସୁବିଧା ସୁଯୋଗ ପାଇବେ। ନୂଆ କାମ କିଛି ଆରମ୍ଭ କରିଲେ ବିପଦରେ ପଡି ପାରନ୍ତି। ସ୍ୱାସ୍ଥ୍ୟ ଭଲ ରହି ନପାରେ। ପ୍ରତିକାର- ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ଶତୃମାନେ ଦୂରେଇ ଯିବେ ଓ ଆୟରସ୍ରୋତ ଖୋଲିଯିବ। ସରକାରୀ କ୍ଷେତ୍ରରେ ସଫଳତା ମିଳିବ। ସମ୍ପତ୍ତି କ୍ରୟ ବିକ୍ରୟ ଓ ଯାନ ବାହନ କ୍ରୟ ବିକ୍ରୟ କରି ପାରନ୍ତି। ବ୍ୟବସାୟ ବୃଦ୍ଧି ହେବା ଫଳରେ ଅଧିକ ଧାଁ ଦୌଡ ହେଲେ ଲାଭ ମିଳିବ ଓ ମାନସିକ ଚିନ୍ତା ଦୂର ହେବ। ଋଣ ପରିଶୋଧ କରିବା ସହ ଋଣ ପ୍ରାପ୍ତିର ସୁଯୋଗ ପାଇବେ। କାର୍ଯ୍ୟରେ ସ୍ଥିରତା ଯୋଗେ ମିତ୍ର ଭାଇ ବନ୍ଧୁମାନେ ସହଯୋଗ କରିବେ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

ମିଥୁନ:-ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ। ବନ୍ଧୁ ବାନ୍ଧବଙ୍କଦ୍ଵାରା ସମସ୍ୟାର ସମାଧାନ ହୋଇ ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ। ମନୋରଞ୍ଜନ କରିବା ପାଇଁ ସମୟ ମିଳିବ। ସଠିକ୍ ଚିନ୍ତା ଓ ଧୈର୍ଯ୍ୟ ସାହସ ଦ୍ଵାରା ହୋଇପାରୁ ନଥିବା କାମକୁ କରି ପାରିବେ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-ସ୍ୱାସ୍ଥ୍ୟରେ ପରିବର୍ତ୍ତନ ହେତୁ ମନ ଓ ଚିତ୍ତ ପ୍ରସନ୍ନ ରହିବ। ଗୃହସମସ୍ୟାକୁ ସମାଧାନ କରି ଧନ ସମ୍ପତିକୁ ଆୟତ୍ତ କରି ପାରିବେ। ସହଜ ସରଳରେ କର୍ମ ନିଯୁକ୍ତି ପାଇବେ। ସାଧାରଣ ଲୋକଙ୍କ ସହ ମିଳାମିଶା କରିବା ଦ୍ଵାରା ସମୟ ଆନନ୍ଦରେ କଟିବ। ସମୟ ଅନୁକୂଳ ଥିବାରୁ ଆଖପାଖକୁ ଯାତ୍ରା କରି ମହତ୍ବପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ କରି ପାରିବେ। ଭାଗିଦାରମାନେ ପାଦ ସହିତ ପାଦ ମିଶେଇ ବେପାର ବୃଦ୍ଧି କରିବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ସିଂହ:-ବ୍ୟବସାୟରେ ଉନ୍ନତି କରି ଆଶାତୀତ ଲାଭ ପାଇବେ। ସରକାରୀ କର୍ମଚାରୀ ମାନେ କର୍ମକ୍ଷେତ୍ରରେ ସହକର୍ମୀମାନଙ୍କ ସହଯୋଗ ଓ ଉପରିସ୍ଥ ଅଧିକାରୀଙ୍କ ପ୍ରିୟଭାଜନ ହେବେ। କୌଣସି ମହତ୍ଵପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ଭେଟ ହେବ। ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ। କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇ ପାରନ୍ତି। ଆଧ୍ୟାତ୍ମିକ ଓ ଧର୍ମ କାର୍ଯ୍ୟରେ ଲିପ୍ତ ରହିବେ। ପ୍ରତିକାର:-ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-ସମସ୍ତ କାର୍ଯ୍ୟରେ ସଫଳତା ମିଳିବାସହ ଶତୃମାନେ ଦୁର୍ବଳ ହେବେ। କର୍ମକ୍ଷେତ୍ରରେ ପଦୋନ୍ନତି, ବିଭାଗୀୟ ଅଧିକାରୀଙ୍କ ସାନ୍ନିଧ୍ୟଲାଭ, ଇଚ୍ଛିତସ୍ଥାନରେ ସ୍ଥାନାନ୍ତର ସହଜ ସରଳରେ ହୋଇ ପାରିବ। ରାଜନୀତି କ୍ଷେତ୍ରରେ ବହୁତ ଦିନରୁ ଚିନ୍ତା କରୁଥିବା କାମ ଅଳ୍ପ ପ୍ରୟାସରେ ପୂର୍ଣ୍ଣ ହୋଇଯିବା ଫଳରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ। ସମ୍ପତ୍ତି ସମ୍ବନ୍ଧିତ ଶୁଭ ସମାଚାର ଶୁଣିବାକୁ ପାଇବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ତୁଳା:-ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବା ଶିକ୍ଷା କ୍ଷେତ୍ରରେ ସଫଳ ହେବେ। ନୂତନ ବ୍ୟବସାୟ ଆରମ୍ଭ, ବ୍ୟବସାୟ ବିସ୍ତାର ଓ ବୃଦ୍ଧି କଲେ ଆଶାତିତ ଲାଭବାନ୍ ହେବେ। ସାମାଜିକ ସ୍ତରରେ ଖ୍ୟାତି ହେବ। ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ମିଳିବା ଯୋଗେ ଦୃଢ଼ ଆତ୍ମ ବିଶ୍ୱାସ ଦ୍ୱାରା ସମସ୍ତବାଧା ବିଘ୍ନକୁ ଅତିକ୍ରମକରି ଆଗକୁ ବଢ଼ିବାର ଯୋଜନା ସଫଳ ହେବ। ଆର୍ଥିକକ୍ଷେତ୍ରରେ ଉନ୍ନତି ହେବ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

ବିଚ୍ଛା:-ସଉକୀନ୍ ଦ୍ରବ୍ୟ ବ୍ୟବସାୟରେ ପ୍ରବଳ ଲାଭ ପାଇବେ। କଥାବାର୍ତ୍ତା ଓ ଚତୁରତା ହେତୁ ବିଗିଡିଥିବା କର୍ମଟିକୁ ସଜାଡି ପାରିବେ। ସମୟ ଅନୁକୂଳ ଯୋଗେ କାର୍ଯ୍ୟ କ୍ଷେତ୍ରରେ ଶତ୍ରୁବାଧା ଦୂରେଇ ଯାଇ, ଯଶ ମାନସମ୍ମାନ ବଢିବ। ଋଣରୁ ମୁକ୍ତି ମିଳିବ। ପ୍ରତିଯୋଗୀ ପରୀକ୍ଷା ଅଥବା ବିଭାଗୀୟ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ। କର୍ମକ୍ଷେତ୍ରରେ ଗଠନମୂଳକ ପ୍ରସ୍ତାବ ଦେଇ ପ୍ରଶଂସିତ ହେବେ। ଶରୀର ସୁସ୍ଥ ରହିବ। ପ୍ରତିକାର- ପାଞ୍ଚୋଟି ଲବଙ୍ଗ ପାଖରେ ରଖନ୍ତୁ।

ଧନୁ:-ସନ୍ତାନର ସୁ-ଖବର ଶୁଣି ଖୁସି ହେବେ। ଜନ ସେବାକୁ ଗ୍ରହଣ କରି ଯଶ ମାନ ବୃଦ୍ଧି ସହିତ ଉତ୍ତମ ଆୟର ପଥ ପରିଷ୍କାର କରିବେ। ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବା ଫଳରେ କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ। ଅଧସ୍ତନ କର୍ମୀ ଓ ସାଧାରଣ ବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ନିଜର କ୍ଷମତା ଓ ଯୋଗ୍ୟତାକୁ ବହୁତ ଉପଯୋଗ କରିବେ। ଦୂରଯାତ୍ରା କରି ହଇରାଣ ହରକତ ହେବାକୁ ପଡିବ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-ଅଟକିଥିବା କାର୍ଯ୍ୟ ପୂରଣ ହେବ। କୋର୍ଟ-କଚେରୀ ମାମଲା ଓ ବାଦବିବାଦ ଆପଣଙ୍କ ସପକ୍ଷରେ ଯିବ। ସେୟାର ବଜାରରେ ପୁଞ୍ଜି ନିବେଶ କରିଲେ ବହୁତ ଧନ ପ୍ରାପ୍ତ ହେବ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। ଜରୁରୀ କାର୍ଯ୍ୟ ପାଇଁ ଯାତ୍ରା କରିବାକୁ ପଡିବ। କୋର୍ଟ-କଚେରୀ ମାମଲା ଓ ବାଦବିବାଦ ଆପଣଙ୍କ ସପକ୍ଷରେ ଯିବ। କଠିନ କାର୍ଯ୍ୟ ସହଜରେ ସମାଧାନ କରିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କୁମ୍ଭ:-ନାନା ବାଟରେ ଧନାଗମ ଘଟିବ। କମ୍ପାନୀ, ବ୍ୟାଙ୍କ, କମ୍ପ୍ୟୁଟର ଇତ୍ୟାଦି ବିଭାଗରେ ନୂତନ କର୍ମପ୍ରାପ୍ତି ହେବ। ପୁରାତନ ରୋଗର ଉପଶମ ହୋଇ ସ୍ୱାସ୍ଥ୍ୟରେ ଉନ୍ନତୀ ଘଟିବ। କର୍ମକ୍ଷେତ୍ରରେ ଜବରଦସ୍ତି ଉନ୍ନତି ଓ ନ୍ୟାୟ ମିଳିବା ସହ ସହକର୍ମୀ ମାନଙ୍କ ସହିତ ମତଭେଦ ସମାପ୍ତ ହେବ। ଜାଗା, ଜମି ଓ ଅନ୍ୟ ବ୍ୟବସାୟ କ୍ଷେତ୍ରରେ ଅନେକଦିନ ଧରି ଚାଲିଥିବା ଦ୍ୱନ୍ଦ୍ୱର ସମାଧାନ ହୋଇ ବ୍ୟବସାୟିକ ସଫଳତା ମିଳିବ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

ମୀନ:-ନୂଆ ସୁଯୋଗ ମିଳିବା ହେତୁ ଉନ୍ନତିର ପଥ ସୁଗମ ହେବ। କ୍ରୀଡ଼ା, କଳା, ସାହିତ୍ୟ, ପ୍ରକାଶନ, କୃଷି ଓ ପ୍ରଶାସନିକ ସ୍ତରରେ ଉଚ୍ଚ ସମ୍ମାନ ପାଇବେ। ନେଇଥିବା ଲୋକ କିମ୍ବା ଦେଉନଥିବା ଲୋକ ଏବଂ ସାହାଯ୍ୟ କରିଥିବା ଲୋକଠାରୁ ସମସ୍ତ ଅର୍ଥପ୍ରାପ୍ତି ହୋଇଯିବ। ଉଚ୍ଚ ସମ୍ଭବନାର ଆଶା ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। ବନ୍ଧୁ ମିତ୍ରଙ୍କର ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧି ହେବ। ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!