ଦୈନିକ ରାଶିଫଳ: 11 ସେପ୍ଟେମ୍ବର 2023, ସୋମବାର, ମହାଦେବଙ୍କ କୃପା ରହିବ ଏହି 4ଟି ରାଶି ଉପରେ, ମିଳିବ କିଛି ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାସହ ଆବଶ୍ୟକତା ପୂରଣ ଦିଗରେ ଗୁରୁତ୍ଵ ଦେବେ। ରାଜନୀତି କ୍ଷେତ୍ରରେ ସାମାଜିକ ସ୍ତରରେ ସମସ୍ତଙ୍କ ମେଳରେ ରହି ପ୍ରଶଂସିତ ହେବେ। ବ୍ୟବସାୟିକ ସମସ୍ୟା ନେଇ ପ୍ରିୟବନ୍ଧୁ ଆର୍ଥିକ ସହାୟତାର ହାତ ବଢେଇବେ। ପରୀକ୍ଷା ପ୍ରତିଯୋଗିତାରେ ଶୁଭଫଳ ମିଳିବ। ଧର୍ମକାର୍ଯ୍ୟପ୍ରତି ମନବଳାଇ ବହୁତ ଶାନ୍ତି ଲଭିବେ। କର୍ମକ୍ଷେତ୍ରରେ ଶତୃମାନେ ଦୂରେଇ ଯିବା ଫଳରେ ମାନସିକ ଶାନ୍ତି ମିଳିବ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ସହନଶୀଳତା ଯୋଗେ ପ୍ରଶଂସା ମିଳିବ। ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ପରିବାରରେ ଆଶା କରୁଥିବା କାମଟି ବନ୍ଧୁଙ୍କ ଦ୍ଵାରା ସହଜ ସୁବିଧାରେ ହୋଇ ଯିବ। ସାହିତ୍ୟ, କଳାରେ ଉଚ୍ଚ ପ୍ରଶଂସା ପାଇବେ। ରାଜନୀତି କ୍ଷେତ୍ରରେ ଶୁଭ ସମ୍ବାଦ ପାଇ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ। ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ଲାଭ ହେବ। ପୁରୁଣାପ୍ରାପ୍ୟ ମଧ୍ୟ ଆଦାୟ ହୋଇ ପାରିବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ମିଥୁନ:-ରାଜନୀତି କ୍ଷେତ୍ରରେ ପ୍ରଚୁର ଖଟଣି ଖଟି ନିଜର ଭାବ ମୂର୍ତ୍ତିକୁ ବଜାୟ ରଖିବେ। ଆର୍ଥିକ ପରିସ୍ଥିତି ଉତ୍ତମ ଥିଲେ ମଧ୍ୟ ବସନ ଭୂଷଣରେ ଅଧିକ ବ୍ୟୟ ଘଟିବ। ଆୟ ଊତ୍ତମ ସ୍ଥଳେ କେତେକ ବାଧା ପ୍ରତିବନ୍ଧକର ସାମ୍ନା କରିବାକୁ ପଡି ପାରେ। ଆପଣା ଲୋକଙ୍କ ମଧ୍ୟରୁ କେହି କ୍ଷୟକ୍ଷତି ଘଟାଇବାର ଉଦ୍ୟମ କରି ପାରନ୍ତି। ଆୟକୁ ଚାହିଁ ବ୍ୟୟ କଲେ ଲୋକହସା ହେବେ ନାହିଁ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ। ସାଙ୍ଗ ସାଥିମାନେ ସାହାଯ୍ୟ ସହଯୋଗ କରିବେ। ସ୍ଥଗିତ ଥିବା କର୍ମଟି ପୂରଣ ହୋଇପାରେ। ବାଣିଜ୍ୟ କ୍ଷେତ୍ରରେ ଦୁଃସାହସିକ ପଦକ୍ଷେପ ନେଇ ବନ୍ଦ ହୋଇଥିବା ବେପାର ପୁଣି ଚାଲୁ କରି ପାରିବେ। ରାଜନୈତିକ କ୍ଷେତ୍ରରେ ଭରପୁର ଆନନ୍ଦ ପାଇଲାଭଳି ଫାଇଦା ଉଠେଇବେ। ସଭାସମିତି, ସାହିତ୍ୟ ଓ କଳାକ୍ଷେତ୍ରରେ ପ୍ରଶଂସିତ ହେବେ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

ସିଂହ:-ଶେଷ କରିବାକୁ ଚାହୁଁଥିବା କର୍ମଟି ପୂରଣ ହୋଇଯିବ। ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବା ଫଳରେ ଆଶାତୀତ ଲାଭହେବ। ପରିବାରରେ ସାଧାରଣ ପରିବର୍ତ୍ତନ ଘଟି ଆଶା ଆକାଂକ୍ଷା ପୂର୍ତ୍ତି ଘଟିବ। ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ବିଜୟୀ ହେବେ। ରାଜନୀତି କ୍ଷେତ୍ରରେ ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ। ମାନସିକ ଶାନ୍ତି ଅନୁଭବ କରିବେ। କୋର୍ଟ କଚେରୀ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

କନ୍ୟା:-ସ୍ଵାସ୍ଥ୍ୟରେ ସାମାନ୍ୟ ଉନ୍ନତି ପରିଲିଖିତ ହେବ। ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ। କର୍ମକ୍ଷେତ୍ରରେ ଆଶା କରୁଥିବା ଘଟଣା ଘଟିବା ଫଳରେ ପ୍ରଶାସନ କ୍ଷେତ୍ରରେ ଦ୍ଵନ୍ଦ ଦୂରହେବ। ରାଜନୀତି କ୍ଷେତ୍ରରେ ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବା ଫଳରେ ମାନସିକ ଶାନ୍ତି ଅନୁଭବ କରିବେ। ପରିବାରରେ ଆଦର୍ଶବାଦୀ ହୋଇ ସାମାଜିକ ସ୍ତରରେ ପ୍ରଶଂସିତ ହେବା ସହ ପ୍ରେମ କ୍ଷେତ୍ରରେ ବିଜୟୀ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ତୁଳା:-ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ବିଭିନ୍ନଦିଗରୁ ସାହାଯ୍ୟ ସହଯୋଗ ମିଳିବ। ସହକର୍ମୀ ମାନଙ୍କ ସହ ବାଦବିବାଦର ଅବସାନ ଘଟିବା ଯୋଗେ ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବନାହିଁ। ବ୍ୟବସାୟ ବାଣିଜ୍ୟ ଓ ପରିବହନ କ୍ଷେତ୍ରରେ ସୁଫଳ ପାଇବାସହ ଉଧାର ଦେଇ ଫେରି ପାଇବା ସହଜ ହେବ। ଦୂରଯାତ୍ରାର ସୁଯୋଗ ପାଇବେ। ଶିକ୍ଷା କ୍ଷେତ୍ରରେ ପରୀକ୍ଷା, ପରିଣାମ ଅନୁକୂଳ ହେବ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

ବିଚ୍ଛା:-ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେଇ ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ। ପାରିବାରିକ କ୍ଷେତ୍ରରେ ଆତ୍ମସନ୍ତୋଷ ଲାଭ କରିବାସହ ସାମାଜିକ ଭାବମୂର୍ତ୍ତି-ସୁରକ୍ଷା ହେବ। ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ସଫଳ ହେବେ। ବନ୍ଧୁମିଳନ ତୀର୍ଥ ଭ୍ରମଣ ଓ ସଂସ୍କୃତିକ ତଥା ସାମାଜିକ କାର୍ଯ୍ୟରେ ଭାଗନେବେ। ବନ୍ଧୁବାନ୍ଧବ ମାନଙ୍କ ସହ ସାବଧାନତା ପୂର୍ବକ ନ ଚଳିଲେ ବିପଦରେ ପଡିବେ। ଗୁରୁଜନଙ୍କ ସହାନୁଭୁତି ଉପଲବ୍ଧ ହେବ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ଧନୁ:-କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ବ୍ୟବସାୟରେ ପ୍ରତିଦ୍ୱନ୍ଦିତା ସତ୍ତ୍ୱେ ଲାଭ ସୁନିଶ୍ଚିତ ହେବ। ପରିବାରରେ ମନୋମାଳିନ୍ୟ ବା ବିଭିନ୍ନ ପ୍ରକାର ସମସ୍ୟାଥିଲେ ଚେଷ୍ଟାକଲେ ମେଣ୍ଟିଯିବ। ଧର୍ମାନ୍ଧତାରୁ ଦୂରେଇ ରହି, ଅଧ୍ୟାତ୍ମିକତାର ପ୍ରଦର୍ଶନ କରିବେ। ରାଜନୈତିକ କ୍ଷେତ୍ରର ଅତ୍ୟଧିକ ପରିଶ୍ରମ କରି ସାଧାରଣ ଲୋକ ସମ୍ପର୍କ ବୃଦ୍ଧିହେବା ଯୋଗେ ବିଜୟୀହେବେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-ସରକାରୀ କ୍ଷେତ୍ରରେ ସଫଳତା ମିଳିବ। ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ। ନୂତନ କାର୍ଯ୍ୟରେ ହାତଦେଇ କୃତ କାର୍ଯ୍ୟ ହେବେ। ମନୋରଞ୍ଜନ କାର୍ଯ୍ୟ କ୍ରମରେ ଯୋଗଦେଇ କଳାସଙ୍ଗୀତ ଓ ନୃତ୍ୟ ଗୀତରେ ମଜ୍ଜି ରହିବେ। କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ। କର୍ମଚାରୀମାନେ ଭାରସାମ୍ୟ ରକ୍ଷାକରି ସହକର୍ମୀଙ୍କ ଯୋଗେ ପରିସ୍ଥିକୁ ନିଜ ତରଫରେ ନେଇ, ସ୍ଵାର୍ଥସିଦ୍ଧିର ପଥକୁ ପ୍ରଶସ୍ତ କରିବେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

କୁମ୍ଭ:-ଶିକ୍ଷାର୍ଥୀମାନଙ୍କ ପାଇଁ ଅଧ୍ୟୟନରେ ଆତ୍ମସନ୍ତୋଷ ମିଳିବ। ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀହେବେ। ରାଜନୈତିକ କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ। ହରାଇଥିବା ଧନ ପ୍ରାପ୍ତି ହୋଇ ପାରେ। ସ୍ଥଗିତଥିବା କର୍ମଟି ପୂରଣ ହେବ। ସ୍ୱାସ୍ଥ୍ୟ ଅନେକାଂଶରେ ଭଲ ରହିବ। ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ଵ ଦେଇ କର୍ମକ୍ଷେତ୍ରରେ ଉନ୍ନତି ସହ ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମୀନ:-ସାମାଜିକ ଅନୁଷ୍ଠାନରେ ଯୋଗ ଦେବାର ସୁଯୋଗ ପାଇବେ। କଠିନ ପରିଶ୍ରମ କରିବା ଦ୍ଵାରା ଯଶ-ମାନ ସମ୍ମାନ ମିଳିବ। ବ୍ୟବସାୟ କ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ। ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ। ପ୍ରେମିକ ପ୍ରେମିକାମାନେ ଗୁପ୍ତ ପ୍ରେମରେ ସଫଳ ହୋଇ ପାରନ୍ତି। କର୍ମକ୍ଷେତ୍ରରେ ଅତ୍ୟଧିକ କାର୍ଯ୍ୟଚାପ ଯୋଗୁ ଚିନ୍ତିତ ରହି ପାରନ୍ତି । ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧିହେବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!