ମେଷ:-କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ପ୍ରଶଂସିତ ହେବେ। ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଛାତ୍ରଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍ ମନେକରି ପାଠ ପଢାରେ ମନଯୋଗ ଦେବେ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ପ୍ରସଙ୍ଗରେ ମଧୁରତା ଆସିବ। ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।
ବୃଷ:-ଶାରୀରିକ ପିଡ଼ା, ମାନସିକ ଦୁଶ୍ଚିନ୍ତା, ଋଣଭାର, ଶତ୍ରୁବାଧା ଦୂରେଇ ଯିବ ଓ ଶରୀର ସୁସ୍ଥ ରହିବ। ସମସ୍ତ କାର୍ଯ୍ୟ ମନଇଛା ଅନୁସାରେ ସମ୍ପନ୍ନ କରିବେ। ନୂଆ ନୂଆ ଲୋକଙ୍କ ସହ ସମ୍ପର୍କ ଓ ସାକ୍ଷାତରେ ଉନ୍ନତି ହେବ। ବକେୟା ଅର୍ଥ କିଛି ମିଳିବ। ବିଦ୍ୟାର୍ଥି ମାନେ ପରୀକ୍ଷା, ପ୍ରତିଯୋଗିତାରେ ବିଜୟୀ ହେବେ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ପ୍ରସଙ୍ଗରେ ଅଧିକ ଘନିଷ୍ଠତା ହେବ। କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।
ମିଥୁନ:-ଚାକିରି ଖୋଜୁଥିବା ଯୁବକ ଯୁବତୀମାନେ ସଫଳତା ପାଇବେ। ଶତୃମାନେ ଦୂରେଇଯିବେ। ଅପେକ୍ଷା କରିଥିବା କାର୍ଯ୍ୟରେ ଶୁଭ ସୂଚନା ମିଳିବ। ଛାତ୍ରଛାତ୍ରୀମାନେ ବିଦ୍ୟାରେ ସଫଳ ହେବେ। କର୍ତ୍ତବ୍ୟନିଷ୍ଠା ପରାୟଣ ହେବେ। ଶତୃ ଓ ବିରୋଧୀମାନେ ଆପଣଙ୍କ ସାମ୍ନା କରିପାରିବେ ନାହିଁ। ଧନର ଆଗମନ ହୋଇ ପାରେ। ଅନ୍ୟର ଉପକାରକରି ପ୍ରଶଂସିତ ହେବେ। ନିଜରଦକ୍ଷତା ଓ ଉତ୍ସର୍ଗୀକୃତତା ସାଧାରଣ ଲୋକଙ୍କ ପାଇଁ ଏକ ପ୍ରେରଣା ହେବ। ପ୍ରତିକାର- ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ।
କର୍କଟ:-ପ୍ରତ୍ୟକ୍ଷ, ପରୋକ୍ଷ ଶତ୍ରୁତା କରୁଥିବା ବ୍ୟକ୍ତି ଓ ଈର୍ଷାପରାୟଣ ବ୍ୟକ୍ତିଙ୍କ ଦ୍ଵାରା ପୂରସ୍କୃତ ହେବେ। ସୁସ୍ଥ ମାନସିକତା ରକ୍ଷାକରି ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ। ପଡାପଡୋଶୀ ବନ୍ଧୁ ମିତ୍ରଙ୍କ ବ୍ୟବହାରରେ ମନ ବିଚଳିତ ହୋଇପାରେ।ଏକାକୀତ୍ଵର ପରିଧିରେ ନିଜକୁ ସଜାଇ ପାରନ୍ତି। ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
ସିଂହ:-ସରକାରୀ କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ସହକର୍ମୀମାନଙ୍କ ସହଯୋଗ ଓ ଉପରିସ୍ଥ ଅଧିକାରୀଙ୍କ ପ୍ରିୟଭାଜନ ହେବେ। ପ୍ରେମ କ୍ଷେତ୍ରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। ପୂର୍ବରୁ ଥିବା ପାରିବାରିକ ସମସ୍ୟା ସମାଧାନ ହେବ। ବ୍ୟବସାୟରେ ଆଶାତୀତ ଲାଭ ପାଇବେ। କୌଣସି ମହତ୍ଵପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ଭେଟ ହେବ। ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।
କନ୍ୟା:-ବ୍ୟବସାୟ ଶୁଭାରମ୍ଭ କରିବାର ସୁଯୋଗ ପାଇବେ। ଯାହା ଚିନ୍ତା କରିଛନ୍ତି ଆଜି ତାହା ପୂରଣ କରିବାକୁ ଚେଷ୍ଟା କରିବେ। ମାନସିକ ଚିନ୍ତା ଦୂର ହେବ। ଉଚିତ୍ ପନ୍ଥା ଗ୍ରହଣ କରି ସହକର୍ମୀ ମାନଙ୍କ ଦ୍ଵାରା ଲାଭବାନ ହେବେ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ପ୍ରଶଂସିତ ହେବେ। ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ପ୍ରସଙ୍ଗରେ ଅଧିକ ଘନିଷ୍ଠତା ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
ତୁଳା:-ସାମାଜିକ ପତିଆରା ଅମଳିନ ରହିବ। ଶରୀର ସୁସ୍ଥ ରହିବ। ପରିବାରରେ ଶାନ୍ତିର ବାତାବରଣ ଦେଖା ଦେବ। କଥାବାର୍ତ୍ତା ଓ ଚତୁରତା ହେତୁ ବିଗିଡିଥିବା କର୍ମଟିକୁ ସଜାଡି ପାରିବେ। ଶତୃ ଓ ବିରୋଧୀମାନେ ଆପଣଙ୍କ ସାମ୍ନା କରିପାରିବେ ନାହିଁ। ଧନର ଆଗମନ ହୋଇପାରେ। କୌଣସି ନୂତନ କର୍ମ କରିବାକୁ ଚାହୁଁଥିଲେ ସେଥିରେ ବିଜୟଶ୍ରୀ ମିଳିବ। ରାଜନୀତି କ୍ଷେତ୍ରରେ କୂଟନୀତିର ପ୍ଲାନ୍ ଚଳାଇ ସ୍ଥାନ ଓ ସ୍ଥିତିଅଟଳ ରଖି ପାରିବେ। ପ୍ରତିକାର- ଧଳା ରୁମାଲ ଟିଏ ପାଖରେ ରଖନ୍ତୁ।
ବିଚ୍ଛା:-କର୍ମ ନିଯୁକ୍ତିରେ ସଫଳ ହେବେ। ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ। ଶିକ୍ଷା କ୍ଷେତ୍ରରେ ସଫଳତା ଲାଭ କରିବେ। ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ହେବ। କୌଣସି ନୂତନ ବନ୍ଧୁ ବ୍ୟକ୍ତିଙ୍କ ସହିତ ଭେଟ ହେବ। ରାଜନୀତି ମାମଲାରେ ସଫଳତା ମିଳିବ। ପାରିବାରିକ ମାମଲା ବହୁତ ସହଜ ସରଳହେବ। ସ୍ୱାସ୍ଥ୍ୟ ଭଲ ରହିବ। ବହୁତ ଦିନରୁ ଚିନ୍ତା କରୁଥିବା କାମ ଅଳ୍ପ ପ୍ରୟାସରେ ପୂର୍ଣ୍ଣ ହୋଇଯିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
ଧନୁ:-ଶତୃ ଓ ବିରୋଧୀମାନେ ଆପଣଙ୍କ ସାମ୍ନା କରିପାରିବେ ନାହିଁ। ଧନର ଆଗମନ ହୋଇପାରେ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ପ୍ରଶଂସିତ ହେବେ। ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଛାତ୍ରଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍ ମନେକରି ପାଠ ପଢାରେ ମନଯୋଗ ଦେବେ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
ମକର:-ଶତୃ ଓ ବିରୋଧୀମାନେ କିଛି କ୍ଷତି କରି ପାରିବେ ନାହିଁ। ସମାଜ କଲ୍ୟାଣ ପାଇଁ ନିଜକୁ ଉତ୍ସର୍ଗୀକୃତ କରିବେ। ଅଟକିଥିବା କାର୍ଯ୍ୟ କୌଣସି ଏକ ପ୍ରଭାବଶାଳୀ ବ୍ୟକ୍ତିଙ୍କ ସାହାଯ୍ୟରେ ପୂରଣ ହେବ। କୋର୍ଟ କଚେରୀରେ ସଫଳତା ମିଳିବ। ଗଠନମୂଳକ କାର୍ଯ୍ୟପ୍ରତି ଆଗ୍ରହ ବଢ଼ିବା ସହ ଆୟ ଉପାର୍ଜନ ବୃଦ୍ଧି ପାଇବ। ଭାଗୀଦାରି ବ୍ୟବସାୟରେ ବିଶେଷ ଲାଭବାନ୍ ହେବେ। ପିଲାମାନଙ୍କ କାର୍ଯ୍ୟରେ ଉନ୍ନତି ହେବ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।
କୁମ୍ଭ:-ସହକର୍ମିଙ୍କ ସହଯୋଗ ଫଳରେ କର୍ମକ୍ଷେତ୍ରରେ ଲାଭମିଳିବ। ଦେହମନ ଭଲ ରହିବ। ଶତ୍ରୁନାଶ, ଧନପ୍ରାପ୍ତି, ମିତ୍ରଲାଭ, ଉଚ୍ଚ ସମ୍ମାନ ପାଇବେ। ରାଜନୀତିରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ନକାରାତ୍ମକ ଦ୍ରବ୍ୟକୁ ତ୍ୟାଗକରି ସକାରାତ୍ମକ ଦ୍ରବ୍ୟକୁ ଗ୍ରହଣକରି ଆଗକୁ ବଢିବାର ପ୍ରୟାସ କରିବେ। ଦୀର୍ଘଦିନ ଧରି ପଡିରହିଥିବା ଯୋଜନା ସାର୍ଥକହେବ। କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।
ମୀନ:-ସରକାରୀ କ୍ଷେତ୍ରରେ ସୁବିଧା ସୁଯୋଗ ପାଇବେ। ପାରିବାରିକ କ୍ଷେତ୍ରରେ ସ୍ନେହ ସଦ୍ଭାବ ବୃଦ୍ଧି ପାଇବ। ପ୍ରିୟଜନ ମାନଙ୍କୁ ଆର୍ଥିକ ସାହାଯ୍ୟ ସହଯୋଗ କରିବା ଫଳରେ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ପାଇବ। ରାଜନୀତିରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ବିଦ୍ୟାକ୍ଷେତ୍ରରେ ମନସନ୍ତୋଷ ହେବ ଓ ପ୍ରଶଂସିତ ହେବେ। ବ୍ୟବସାୟୀ ମାନଙ୍କ ପାଇଁ ଭଲ ଲାଭ ଦାୟକ ହେବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ପ୍ରତିକାର- ହଳଦୀ ଟିକେ ମସ୍ତକରେ ଲଗେଇ ଦିଅନ୍ତୁ।