ଦୈନିକ ରାଶିଫଳ: 12 ଅଗଷ୍ଟ 2023, ଶନିବାର, ଶନିଦେବଙ୍କ କୃପା ରହିବ ଏହି 3ଟି ରାଶି ଉପରେ, ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଯେକୌଣସି କାର୍ଯ୍ୟରେ ହାତଦେଲେ ସଫଳତା ମିଳିବ। ବ୍ୟବସାୟରେ ବହୁତ ଦିନର ବାକିପଡିଥିବା ଅର୍ଥ ପାଇବା ସହ ଆୟର ମାର୍ଗ ପ୍ରଶସ୍ତ ହେବ। ପୁରାତନ ରୋଗର ଉପସମ ହୋଇ ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବାସହ ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ। ଗୃହାରମ୍ଭ, ଦୁରଯାତ୍ରା, ନୂତନ ବ୍ୟବସାୟ ଆରମ୍ଭ କରି ପାରିବେ। ବିଦେଶଯାତ୍ରାରେ ଯଶଲାଭ, ମାନସମ୍ମାନ ବୃଦ୍ଧି, ସୁଖ ସମୃଦ୍ଧି ବୃଦ୍ଧି ହେବ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ଛାତ୍ରଛାତ୍ରୀମାନଙ୍କର ସୁଖ୍ୟାତି ଲାଭ ହେବ ମାତ୍ର ତତ୍ପର ହେବା ଆବଶ୍ୟକ। ଖାଦ୍ୟପେୟ ପ୍ରତି ବିଶେଷ ଧ୍ୟାନଦେଇ ବ୍ୟାୟାମ କରିବା ଆବଶ୍ୟକ। ସମସ୍ୟା ଗୁଡ଼ିକ ସରଳ ସମାଧାନ କରିବାରେ ସମର୍ଥ ହେବେ। ଅଫିସରେ କିମ୍ବା କର୍ମକ୍ଷେତ୍ରରେ ଜଣେ ବନ୍ଧୁଙ୍କ କାମରେ ସନ୍ତୁଷ୍ଟ ହୋଇ ପାରନ୍ତି। ପଡ଼ୋଶୀମାନେ କଅଁଳିଆ କଥା କହି କାର୍ଯ୍ୟ ହାସଲ କରିବାର ଚେଷ୍ଟା କରିବେ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-ଶାରୀରିକ ସୁସ୍ଥତା ଫେରିଆସିବା ସହ ବନ୍ଧୁ ପରିଜନଙ୍କ ସ୍ନେହ, ଶ୍ରଦ୍ଧା ପାଇବେ। ବ୍ୟବସାୟରେ ପ୍ରସାର ପ୍ରଚାର, ନୂତନ ବ୍ୟବସାୟ ଆରମ୍ଭ, ବ୍ୟବସାୟର ଡାକରା ପାଇ ଯାତ୍ରା କରିବାକୁ ପଡିପାରେ। ଆର୍ଥିକ ସଙ୍କଟ ଦୂରେଇଯିବ। ସହଯୋଗୀମାନେ ସହଯୋଗ କରିବେ ଓ ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ। ରାଜନୀତିରେ ପରିଶ୍ରମଦ୍ୱାରା କାର୍ଯ୍ୟ ସଫଳ ହେବାସହ କର୍ମକ୍ଷେତ୍ରରେ ଅଧିକାରୀ ପ୍ରସନ୍ନ ରହିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-ଯେକୌଣସି ନୂତନକାର୍ଯ୍ୟ କରିବେ କିମ୍ବା ଯୋଜନା ପ୍ରସ୍ତୁତ କରିବେ ଭବିଷ୍ୟତ ପାଇଁ ଅତ୍ୟନ୍ତ ଶୁଭ। ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ସୁଚାରୁ ରୂପେ କରିପାରିବେ। ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଦକ୍ଷତାକୁ କେନ୍ଦ୍ରକରି ଉଚ୍ଚ ପ୍ରଶଂସିତ ହେବେ। ଅପଣା ଲୋକଙ୍କ ସହଯୋଗ ବୃଦ୍ଧି ପାଇବାସହ ନିଃସଙ୍ଗତା ବୋଧର ପୀଡା ମଧ୍ୟ ଦୂରେଇ ଯିବ। ଅପେକ୍ଷା କରିଥିବା କାମର ଶୁଭ ସୂଚନା ପାଇବେ। ପ୍ରତିକାର- ଶ୍ଵେତଚନ୍ଦନରେ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ।

ସିଂହ:-ସାଧାରଣବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ସ୍ଵାର୍ଥକୁ କେନ୍ଦ୍ରକରି ସୁବର୍ଣ୍ଣ ସୁଯୋଗକୁ ହାତଛଡା କରି ପାରନ୍ତି। କୌଣସି ଆବଶ୍ୟକୀୟ ଜିନିଷ କିଣିବା ପାଇଁ ଧାର କରିବାକୁ ବାଧ୍ୟ ହେବେ। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ। ଭବିଷ୍ୟତରେ ମିଳିବାକୁ ଥିବା ସମ୍ପତ୍ତି ସମ୍ବନ୍ଧୀୟ ମାମଲାରେ ଲଢି ପାରନ୍ତି। ବାହନରେ କୌଣସି ଜାଗାକୁ ଯାତ୍ରାକଲେ ସତର୍କତା ଅବଲମ୍ବନ କରିବା ଉଚିତ୍। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-ସଭାସମିତି, ସାହିତ୍ୟ ଓ କଳାକ୍ଷେତ୍ରରେ ସମ୍ମାନ ପାଇବେ। ଅନେକ ଗୁଡ଼ିଏ କାର୍ଯ୍ୟ ବ୍ୟସ୍ତତା ଭିତରେ ବ୍ୟତିବ୍ୟସ୍ତ ରହିବେ। ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ମିଳିବ ଓ ବିରୋଧୀ ମାନେ କୌଣସି କ୍ଷତି କରିପାରିବେ ନାହିଁ। ସମସ୍ତଙ୍କ ପ୍ରତି ସକରାତ୍ମକ ଚିନ୍ତା ଆଗକୁ ବଢିବାରେ ସାହାଯ୍ୟ କରିବ। ଦାମ୍ପତ୍ୟ ସୁଖ ବୃଦ୍ଧି ହେବ। ସତର୍କତା ଅବଲମ୍ବନ ନକଲେ ଆକସ୍ମିକ ଦୁର୍ଘଟଣାର ସମ୍ମୁଖୀନ ହୋଇ ପାରନ୍ତି। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-ସାମୁଦାୟିକ ମାମଲା ବା ଜନ କଲ୍ୟାଣ କାର୍ଯ୍ୟ ଇଛା ଅନୁସାରେ ସମ୍ପନ୍ନ କରିବେ। ବ୍ୟବସାୟ କ୍ଷେତ୍ରରେ ପୁରୁଣାପ୍ରାପ୍ୟ ମଧ୍ୟ ଆଦାୟ ହୋଇ ପାରିବ। ଯଥା ସମ୍ଭବ ପ୍ରକୃତିସ୍ଥ ରହି ଅଳ୍ପ ପରିଶ୍ରମରେ ଅଧିକ ଲାଭର ଉପଭୋକ୍ତା ହେବେ। କଳା, ସଙ୍ଗୀତ, ସାହିତ୍ୟ ପ୍ରତି ରୁଚି ବୃଦ୍ଧି ହେବ।ପରିବାରର ସଦସ୍ୟଙ୍କ ସହିତ ସୌହାର୍ଦ୍ଦ୍ୟ ପୂର୍ଣ୍ଣ ସଂପର୍କ ରହିବାସହ ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। କିନ୍ତୁ ବାଦ ବିବାଦଠାରୁ ଦୂରେଇ ରହିବା ଉଚିତ। ପ୍ରତିକାର- ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।

ବିଚ୍ଛା:-ରାଜନୈତିକ କ୍ଷେତ୍ରରେ ଶତୃ ମାନେ ମିତ୍ରତାର ହାତ ବଢେଇବେ। ପରସ୍ପରକୁ ସାହାଯ୍ୟ ସହଯୋଗକରି ଗଠନମୂଳକ ଦିଗପ୍ରତି ଆଗ୍ରହୀ ହେବେ। ଅଧ୍ୟୟନ, ଅଧ୍ୟାପନା, ଓ ଅନୁସନ୍ଧାନପରି କାର୍ଯ୍ୟରେ ସଫଳତା ଅର୍ଜନ କରି ଆନନ୍ଦିତ ହେବେ। ନିଜର ଇଚ୍ଛା ବିରୋଧରେ କୌଣସି କାର୍ଯ୍ୟ କରିବା ଅନୁଚିତ୍। ପଡୋଶୀ ମାନେ ସମ୍ମୁଖରେ ପ୍ରଶଂସା କରି ପଛରେ ନିନ୍ଦା କରି ପାରନ୍ତି। ବନ୍ଧୁ ସମାଗମ ହେବାଦ୍ଵାରା ଖର୍ଚ୍ଚାନ୍ତ ହେବେ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ଧନୁ:-ସାର୍ବଜନୀନ ସମ୍ପର୍କରେ ନିଜର ବ୍ୟକ୍ତିତ୍ଵ ବିକଶିତ ହେବାସହ ସାମାଜିକ କାର୍ଯ୍ୟ ସଂସ୍ଥାରେ ସାମିଲହେବେ। ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜ ମାନ କରିବା ସହ ପୂର୍ବ ଶତୃମାନେ ପଛଘୁଞ୍ଚା ଦେବେ। ବ୍ୟବସାୟ ପାଇଁ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ। ଜାଗା, ଜମି, ସମ୍ପତ୍ତି ଓ ଯାନବାହାନ ସମ୍ବନ୍ଧୀୟ କେତେକ ସମସ୍ୟା ସମାଧାନ ହୋଇଯିବ। ଅଧ୍ୟାପନ ମାମଲାରେ ଆଗକୁ ଗତି କରିବେ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

ମକର:-ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବା ସହିତ ଉତ୍ତମ ଆୟର ପଥ ପରିସ୍କାରହେବ। କୌଣସି ଅନୁଷ୍ଠାନରେ ଯୋଗ ଦେବାର ସୁବିଧା ସୁଯୋଗ ଆସିବ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। ଅଧ୍ୟୟନରେ ମନ ନିବେଶ କରି ପ୍ରଶଂସା ପାଇବେ। ଉପରିସ୍ଥଙ୍କୁ ସନ୍ତୁଷ୍ଠ କରି ଉଚ୍ଚସମ୍ମାନ ସହ ପ୍ରତ୍ୟେକ ମୁଖରୁ ପ୍ରଶଂସାବାଣୀ ଶୁଣିବେ। ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ। ପ୍ରତିକାର- ମୟୂର ଚନ୍ଦ୍ରିକା ପାଖରେ ରଖି ଯାତ୍ରା କରନ୍ତୁ।

କୁମ୍ଭ:-ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେଇ ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ। ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଉତ୍ତମ ଆୟର ପଥ ପରିସ୍କାର କରିବେ। ରାଜନୀତି କ୍ଷେତ୍ରରେ ବନ୍ଧୁ ମିତ୍ର ଓ ବରିଷ୍ଠ କର୍ମୀଙ୍କ ପ୍ରିୟପାତ୍ର ହେବେ। କେତେକ କ୍ଷେତ୍ରରେ ଉଚ୍ଚାକାଂକ୍ଷ। ପୂର୍ତ୍ତି ନିମନ୍ତେ କଠିନ ପରିଶ୍ରମ କରିବାକୁ ପଡିବ। ବଡପଣିଆ ଦେଖାଇଲେ ମନ୍ଦଫଳ ଭୋଗିବାକୁ ପଡିବ। ନିଜ ଗୃହ ସମସ୍ୟା ସଜାଡିବାକୁ ସୁବିଧା ପାଇବେ। ପ୍ରତିକାର- ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।

ମୀନ:-କୌଣସି ବିଶିଷ୍ଟ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢେଇଦେବ। ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବା ଫଳରେ ଅର୍ଥ ଲାଭର ସୁଯୋଗ ପାଇବେ। ରାଜନୈତିକ କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବା ସହ ପ୍ରଶଂସିତ ହେବେ। ଶାରିରୀକ ଅସୁସ୍ଥତା ଦୂରହେବାସହ ସାମାଜିକ କ୍ଷେତ୍ରରେ ନିଜର ପରାକ୍ରମ ବଢିବ। ନିର୍ମାଣ ମୂଳକ ଯୋଜନାରେ ଆଗେଇ ପାରିବେ ଓ ପାରିବାରିକ ଜୀବନ ସୁଖରେ କଟିବ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!