ମେଷ:-ଶତୃମାନେ ଦୂରେଇ ଯିବେ ଓ ଆକସ୍ମିକ ଧନ ପ୍ରାପ୍ତି ହେବ। ସମସ୍ତ କାର୍ଯ୍ୟ ସିଦ୍ଧି ହେବା ସହ ଯଥେଷ୍ଟ ଆର୍ଥିକ ଉନ୍ନତି ଘଟିବ। ବ୍ୟବସାୟ କ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରି ପାରନ୍ତି। ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଭାତୃବିବାଦ, ପଡ଼ୋଶୀକଳହ, ଜମିଜମା ସମସ୍ୟାର ସମାଧାନ ହୋଇପାରେ। ପୈତୃକ ସମ୍ପତ୍ତିପାଇଁ ପାରିବାରିକ ଦ୍ଵନ୍ଦର ସମାଧାନ ହେବ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।
ବୃଷ:-ସହକର୍ମୀ ମାନଙ୍କ ଦ୍ୱାରା ଲାଭବାନ୍ ହେବେ। ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ଵ ଦେଇ ଚାକିରି କ୍ଷେତ୍ରରେ ଉନ୍ନତି, ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ। ପାରିବାରିକ ତିକ୍ତତାର ସମସ୍ୟା ଦୂର ହୋଇ ସାଧାରଣ ଚଳଣି ଅତୁଟ ରହିବ। ବ୍ୟବସାୟରେ ଉଧାର ଦେଇ ଫେରି ପାଇବା ସହଜ ହେବ। ଶେଷ କରିବାକୁ ଚାହୁଁଥିବା କର୍ମଟି ପୂରଣ ହୋଇଯିବ। ପରୀକ୍ଷା ପ୍ରତିଯୋଗିତାରେ ଜୟଯୁକ୍ତ ହେବେ। ପ୍ରତିକାର- ତୁଲସୀ ମୂଳ ମାଟି ଧାରଣ କରନ୍ତୁ।
ମିଥୁନ:-ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ବିଜୟୀ ହେବେ। ପାରିବାରିକ ସ୍ତରରେ ସ୍ଵାର୍ଥ ପ୍ରବୃତ୍ତିର ଅଧୀନ ହୋଇ ସମ୍ପର୍କର ମଧୁର ସ୍ଵାଦ ଅନୁଭବ କରିବେ। ଅନେକ କ୍ଷେତ୍ରରେ ସ୍ଵାଭିମାନ ରକ୍ଷା ହେବ। ଅଧ୍ୟୟନ ଓ ଅଧ୍ୟାପନା ତଥା ସାମାଜିକ କ୍ଷେତ୍ରରେ ପ୍ରତିଷ୍ଠା ବଢିବ। କଳା ଓ ସଙ୍ଗୀତରେ ସୁନାମ ଅର୍ଜନ କରିବେ। ଯୌଥ ପରିବାର ସମ୍ପର୍କୀୟ ଘଟଣା ଯୋଗୁ ବିଶେଷ ବ୍ୟସ୍ତ ରହିବେ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
କର୍କଟ:-ସାହିତ୍ୟଚର୍ଚ୍ଚା ଓ ସଭାସମିତିରେ ସଫଳତା ମିଳିବ। ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଯଶ ମାନ ବୃଦ୍ଧି ସହିତ ଉତ୍ତମ ଆୟର ପଥ ପରିଷ୍କାର କରିବେ। ପରିବାରରେ ଆଦରପାଇ ସୁଖଭୋଗ କରିବେ। ଅନେକ କାର୍ଯ୍ୟ ନିଜେ ସମାଧାନ କରିବାକୁ ସାହସ ବାନ୍ଧିବେ। ପରୀକ୍ଷା ପ୍ରତିଯୋଗିତାରେ ଜୟଯୁକ୍ତ ହେବେ। ସାର୍ବଜନୀନ କାର୍ଯ୍ୟର ଦାୟିତ୍ୱ ନେଇ ଧାଁ ଦଉଡ଼ କରିବା ଫଳରେ କଷ୍ଟ ସ୍ୱୀକାର କରିବେ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।
ସିଂହ:-ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ବ୍ୟବସାୟରେ ସଫଳତା ପୂର୍ବକ ସମସ୍ୟାର ସମାଧାନ ହେବ। ବୃତ୍ତିଗତ ଦୃଷ୍ଟିରୁ କାର୍ଯ୍ୟକ୍ଷେତ୍ର ସୁରକ୍ଷିତ ରହିବ। କର୍ମକ୍ଷେତ୍ରରେ ପଦୋନ୍ନତି ଓ ବନ୍ଧୁ ଲାଭ ହୋଇପାରେ। ରାଜନୀତି କ୍ଷେତ୍ରରେ ଆତ୍ମସନ୍ତୋଷ ଲାଭ ଓ ସାମାଜିକ ଭାବମୂର୍ତ୍ତି-ସୁରକ୍ଷା ହେବ। ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।
କନ୍ୟା:-ଶତୃମାନେ ମଥାନତ କରିବେ। ରାଜନୀତି କ୍ଷେତ୍ରରେ ନିଜ ଦକ୍ଷତାରୁ ଉଚ୍ଚ ସମ୍ମାନ ପାଇବେ ଏବଂ ବୁଦ୍ଧିଜୀବୀ ମାନଙ୍କ ସାନ୍ନିଧ୍ୟରେ ଆସିବେ। ଶାରିରୀକ ସୁସ୍ଥତା ଦେଖା ଦେବ। ସାମାଜିକ ପ୍ରତିଷ୍ଠା ମାନସମ୍ମାନ ପ୍ରାପ୍ତିହେବ। ଦୂର ଯାତ୍ରାର ସୁଯୋଗ ପାଇବେ। ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ। ଆକସ୍ମିକ ଧନ ପ୍ରାପ୍ତି ହେବ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ପ୍ରତିକାର- କଉଡି ଗୋଟିଏ ପାଖରେ ରଖନ୍ତୁ।
ତୁଳା:-ଶତୃମାନେ ପରାଜିତ ହୋଇ ମିତ୍ରତା ଆଚରଣ କରିବେ। କ୍ଷମତା ଶକ୍ତି ବଳରେ ନିଜର ସମୟ ବିତାଇବେ ଓ କିଛି ନୂତନ କର୍ମ ଆରମ୍ଭ କରି ନିକଟ ସମ୍ପର୍କୀୟଙ୍କ ଠାରୁ ପ୍ରଶଂସିତ ହେବେ। ପୁରାତନ ରୋଗରୁ ଉପସମ ପାଇ ଶରୀର ସୁସ୍ଥ ରହିବ। ରାଜନୀତିରେ ସଫଳତା ମିଳିବ। ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ। ପରିବହନରେ ବିଶେଷ ଲାଭବାନ ହେବେ। ପାରିବାରିକ ସ୍ଥିତି ସନ୍ତୋଷ ଜନକ ହେବ। ପ୍ରତିକାର- ମୟୂର ଚନ୍ଦ୍ରିକାଟିଏ ପାଖରେ ରଖି ଯାତ୍ରା କରନ୍ତୁ।
ବିଚ୍ଛା:-ରାଜନୀତିରେ ପ୍ରଶଂସିତ ହେବେ। ଆତ୍ମକେନ୍ଦ୍ରିତ ହୋଇଯିବେ। ବ୍ୟବସାୟୀମାନେ କାରବାର ଯେତିକି ହେଲେ ବି ତହିଁରେ ସଂସ୍ଥା ଚଳାଇ ପାରିବେ। ନିଜ ଲୋକମାନେ ଶତୃତା ଆଚରଣ କରିବେ ଓ ଚୌରଭୟ ଦେଖାଦେବ। ସରକାରୀ କର୍ମଚାରୀ ମାନଙ୍କର ଟିମ୍ ୱାର୍କ ଫଳରେ ଉନ୍ନତି କରି ପାରିବେ। ଉଚ୍ଚପଦସ୍ଥ ବ୍ୟକ୍ତି ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସମ୍ପର୍କ ମଧୁର ହେବା ଫଳରେ ସୁଖ ଶାନ୍ତିରେ ଦିନଟି କାଟିବେ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।
ଧନୁ:-ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବ। ରାଜନୈତିକ କ୍ଷେତ୍ରରେ ପଦବୀ ଲାଭ ଓ ନୂତନ ଯାନ କ୍ରୟ, ଗୃହନିର୍ମାଣ ଆଦି କରି ପାରିବେ। ସ୍ଥଗିତ ଥିବା କର୍ମଟି ସହଜ ସରଳରେ ପୂର୍ଣ୍ଣହେବ। ଯାନବାହାନ ବ୍ୟବସାୟରେ ତଥା ଭ୍ରମଣ ସଙ୍କ୍ରାନ୍ତିୟ ବ୍ୟବସାୟରେ ଲାଭବାନ ହେବେ। ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ। ଶତୃମାନେ ପରାଜିତ ହୋଇ ମିତ୍ରତା ଆଚରଣ କରିବେ। ଆର୍ଥୀକ ଦିଗରୁ ଉନ୍ନତି ଓ ନୂତନ ପଦାର୍ଥ ସଂଗ୍ରହ କରିବେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।
ମକର:-ଅଚାନକ ଧନପ୍ରାପ୍ତି, ବ୍ୟବସାୟିକ ଅନୁବନ୍ଧ, ବେପାର ବିସ୍ତାର, ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ ଓ ସ୍ଵର୍ଣ୍ଣ ଅଳଙ୍କାର କ୍ରୟ କରିପାରନ୍ତି। ବ୍ୟବସାୟିକ ପରିଣାମ ସନ୍ତୋଷଜନକ ହେବ। ପରିବାରରେ ଅଶାନ୍ତି ଅଶନ୍ତୋଷ ଦୂରେଇଯିବ। ରାଜନୀତି ସମ୍ବନ୍ଧୀୟ ଜରୁରୀ କାର୍ଯ୍ୟ ପାଇଁ ଯାତ୍ରା କରିବାକୁ ପଡିବ ଓ ବରିଷ୍ଠ ବ୍ୟକ୍ତି ସହଯୋଗୀ ମାନଙ୍କର ସାହାଯ୍ୟ ସହଯୋଗ ମିଳିବ। ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ। ପ୍ରତିକାର-ତୁଲସୀ ମୂଳ ମାଟି ଧାରଣ କରନ୍ତୁ।
କୁମ୍ଭ:-ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ। ରାଜନୀତି କ୍ଷେତ୍ରରେ ଯଶ ମାନକୁ ଅଧିକ ମହତ୍ତ୍ଵ ଦେଇ ତଳୁ ଉପରସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜନ କରିବେ। ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ। ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟଦା ବୃଦ୍ଧି ପାଇବ। ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ। ସମ୍ମାନର ସହିତ ଦିନଚର୍ଯ୍ୟା କରି ସୁଖେ-ଦୁଃଖେ ଚଳିବାରେ ବାଧା ଉପୁଜିବ ନାହିଁ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
ମୀନ:-ଯୁକ୍ତି-ତର୍କରେ ଦକ୍ଷତା ସହ ବ୍ୟବହାରିକ ବିଜ୍ଞାନ ଓ ଦର୍ଶନର ଗଭୀରତା ଭିତରକୁ ଟାଣିହୋଇ ଯିବେ। କର୍ମକ୍ଷେତ୍ରରେ ଉନ୍ନତି ପ୍ରତିଷ୍ଠା, ପ୍ରତିପତ୍ତି, ମାନସମ୍ମାନ ଓ କ୍ଷାତି ବଢ଼ିବ। ଆତ୍ମବିଶ୍ଵାସ ଓ ମନବଳ ଦୃଢ ହେବ। ଗୁରୁଗୁରୁଜନ ଓ ମାଆବାପାଙ୍କ ଆଶୀର୍ବାଦ ସ୍ନେହ ପ୍ରାପ୍ତ ହେବ। ବ୍ୟବସାୟରେ ସ୍ଵାର୍ଥପରତା ଓ ଆଳସ୍ୟଭାବ ଯୋଗେ କ୍ଷତି ସହିବେ। ବନ୍ଧୁ ମିତ୍ର ଓ ସମ୍ପର୍କୀୟ ବ୍ୟକ୍ତିଙ୍କ ସହ ମାନମନାନ୍ତର ଦୂରେଇ ଯିବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।