ଦୈନିକ ରାଶିଫଳ: 12 ଏପ୍ରିଲ 2024, ଶୁକ୍ରବାର, ମା’ ସନ୍ତୋଷୀଙ୍କ କୃପା ରହିବ ଏହି 3ଟି ରାଶି ଉପରେ, ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଆର୍ଥିକସ୍ଥିତି ସନ୍ତୋଷପ୍ରଦ ହେବ। ଦୂରଯାତ୍ରାର ସୁଯୋଗ ପାଇ ସୁଖ ସମୃଦ୍ଧି ବୃଦ୍ଧିହେବ। କର୍ମକ୍ଷେତ୍ରରେ ପୁରୁଣା ସମସ୍ୟାର ସମାଧାନ ହୋଇଯିବ। ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ପ୍ରସିଦ୍ଧି, ମାନସମ୍ମାନ ଓ ଆତ୍ମବିଶ୍ୱାସ ବୃଦ୍ଧିପାଇବ। ହାତ ପାହାନ୍ତାରେ ଥିବା ସୁଯୋଗ ଆପେ ଆପେ ଆସିଯିବ। କାର୍ଯ୍ୟ କ୍ଷେତ୍ରରେ ସଫଳତା ପାଇବେ। ଭ୍ରାତୃ ବିବାଦ, ପଡ଼ୋଶୀ କଳହର ସମାଧାନ ହେବ। ଯାନବାହାନ ଇତ୍ୟାଦି କ୍ରୟ କରି ଲାଭବାନ୍ ହେବେ। ପ୍ରତିକାର- ପାଞ୍ଚୋଟି ଲବଙ୍ଗ ପାଖରେ ରଖନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ପୁରାତନ ରୋଗର ପ୍ରକୋପ ହ୍ରାସ ପାଇବ। ପୂର୍ବରୁ ଲାଗିରହିଥିବା ଅଫିସରେ ଟେନସନ୍ ଦୂର ହୋଇ ସୁସମ୍ବାଦ ପ୍ରାପ୍ତି ହେବ। ଆତ୍ମୀୟ ଶତ୍ରୁତା, ଗୃହ, ଜାଗା, ଜମିବାଡ଼ି ସଂକ୍ରାନ୍ତୀୟ ସମସ୍ୟା କିମ୍ବା ପାରିବାରିକ ସମସ୍ୟାର ସମାଧାନରେ ସଫଳତା ଅର୍ଜନକରିବେ। ସରକାରୀ କର୍ମଚାରୀଙ୍କ ପାଇଁ ବହୁତ ଭଲ ସମୟ ଭୋଗ ହେବ ଓ ଘରୋଇ ସଂସ୍ଥାର କର୍ମକ୍ଷେତ୍ରରେ ସହଯୋଗୀ ମାନେ ସହଯୋଗ କରିବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ମିଥୁନ:-ଛାତ୍ର ଛାତ୍ରୀମାନଙ୍କର ନିଜର ଆତ୍ମନିରୀକ୍ଷଣ, ମନୋବୈଜ୍ଞାନିକ ତଥ୍ୟ, ଅନ୍ୱେଷଣ, ଅନ୍ତର୍ଦୃଷ୍ଟି ଏବଂ ଆନ୍ତରିକ ମୂଲ୍ୟାଙ୍କନର ଅନୁଭୂତି ଜାଗ୍ରତହେବ। କର୍ମକ୍ଷେତ୍ରରେ ସୁଯୋଗ ହାତଛଡା ହେବାର ନାହିଁ। ପରୋକ୍ଷ ଶତୃଙ୍କୁ ପ୍ରତିହତ କରି ବ୍ୟବସାୟରେ ଉଚିତ୍ ଲାଭ ପ୍ରାପ୍ତି ହେବ। ଭ୍ରମଣ ରାଜନୀତି, ପ୍ରଶାସନ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭପାଇବେ। ହଠାତ୍ ଉଡ଼ା ଖବର ପାଇ କୌଣସି ଘଟଣା ମନକୁ ବିବ୍ରତ କରିପାରେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-କୌଣସି ଜରୁରୀ କାର୍ଯ୍ୟକୁ ମନୋଯୋଗ ଦେଇ ପୂର୍ଣ୍ଣକରିବେ। ବ୍ୟବସାୟ ପାଇଁ ଯୋଗାଯୋଗ କରିଥିବା କ୍ଷେତ୍ରରୁ ଡାକରା ପାଇ ଯାତ୍ରା କରିବାକୁ ବାଧ୍ୟ ହେବେ। ବୁଡ଼ି ଯାଉଥିବା ପଇସା କିମ୍ବା ଆପଣଙ୍କଠାରୁ କେହି ଅର୍ଥ ନେଇ ଦେଉନଥିଲେ କଳେବଳେ କୌଶଳେ ଆଦାୟ କରି ପାରିବେ। ପଡୋଶୀଙ୍କ ସହିତ ମଧୁର ସଂପର୍କ ସ୍ଥାପନ ହେବ। ପ୍ରତିଯୋଗିତାରେ ଉତ୍ତୀର୍ଣ୍ଣ ହୋଇ ଗୁରୁତ୍ୱପୂର୍ଣ୍ଣ ବିଭାଗର ଦାୟିତ୍ୱ ନେଇ ପାରନ୍ତି। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

ସିଂହ:-ପୁରାତନରୋଗରୁ ଉପଶମ ମିଳିବ। ଆର୍ଥିକ ସମସ୍ୟା ନିଶ୍ଚିତ ରୂପେ ସମାଧାନ ହୋଇଯିବ। ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ। ବିଦେଶ ଯାତ୍ରା କଲେ ନିଶ୍ଚୟ ଭାଗ୍ୟୋଦୟ ହେବା ସହ ଅଭିଳାଷ ପୂର୍ଣ୍ଣ ହେବ। ଉଚ୍ଚ ପଦପଦବୀରେ ଅଧିଷ୍ଠିତ ହେ ବା ଫଳରେ ମାନସିକ ସ୍ଥିରତା ଦେଖାଦେବ। ଦୀର୍ଘଦିନର ଆଶା ପୂରଣ ହୋଇ ଅତି ଉତ୍ତମ ଫଳ ଭୋଗିବେ। ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ।

କନ୍ୟା:-ନୂତନ କର୍ମ ପ୍ରାପ୍ତିର ସୁଯୋଗ ପାଇ ପାରନ୍ତି। ଯାନବାହାନ ଇତ୍ୟାଦି କ୍ରୟ କରି ଲାଭବାନ୍ ହେବେ। ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ। ବ୍ୟବସାୟରେ ଆଶାତୀତ ଲାଭକରି କିଛି ନୂତନ ପଦାର୍ଥ ସଂଗ୍ରହ ପାଇଁ ଦୂରସ୍ଥାନକୁ ଯାତ୍ରା କରି ପାରନ୍ତି। କର୍ମକ୍ଷେତ୍ରରେ ଉଚ୍ଚଅଧିକାରୀଙ୍କ ସହ ସୁ ସମ୍ପର୍କ ଫଳରେ ଭାଗ୍ୟୋନ୍ନତି, ଯଶମାନ ପ୍ରତିଷ୍ଠା ଲାଭର ଯୋଗ ଅଛି। ଆର୍ଥିକସ୍ଥିତି ପୂର୍ବପରି ଠିକ୍ ରହିବ। ନୂଆ ସମ୍ପର୍କରେ ଉନ୍ନତି ହେବ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

ତୁଳା:-ଛାତ୍ରଛାତ୍ରୀ ମାନଙ୍କର ଉଦ୍ୟମ ବଳରେ ସିଦ୍ଧିପ୍ରାପ୍ତି ଓ ଉଚ୍ଚସ୍ଥାନ ସଂପୃକ୍ତି ହେବ। ନ୍ୟାୟଧୀଶ, ଚିକିତ୍ସକ, କଳାକାରମାନଙ୍କର ପ୍ରବଳ ଉନ୍ନତି ହେବ। ପିଲାମାନଙ୍କ କାର୍ଯ୍ୟରେ ଖୁସି ହେବେ। ବ୍ୟବସାୟରେ ସଫଳତା ଅର୍ଜନ ତଥା କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତି ହେବ। କର୍ମକ୍ଷେତ୍ରରେ କ୍ଷମତା ଓ ଶକ୍ତି ବଳରେ ନିଜର ସମୟ ବିତାଇବେ। ବିଷକୁମ୍ଭ ପୟୋମୁଖ ବ୍ୟକ୍ତିମାନେ ଅନେକ କ୍ଷେତ୍ରରେ ଅପଦସ୍ଥ କରିବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-ଶିକ୍ଷାର୍ଥୀମାନେ କଠିନ ପରିଶ୍ରମ କଲେ ଉଚ୍ଚଶିକ୍ଷା ପାଇବାର ସୁଯୋଗ ପାଇବେ। ରାଜନୀତିରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେଲେ ବି ବଡନେତାଙ୍କୁ ସନ୍ତୁଷ୍ଟ କରିବା କାଠିକର ପାଠ ହେବ। ପ୍ରତିଦ୍ୱନ୍ଦିତା, ବିତଣ୍ଡା, ବିତର୍କ କ୍ଷେତ୍ରରୁ ଓହରି ରହିଯିବା ଅଧିକ ଉତ୍ତମ। ଆପଣା ଲୋକଙ୍କ ମଧ୍ୟରୁ କେହି କ୍ଷୟକ୍ଷତି ଘଟାଇବାର ଉଦ୍ୟମ କରି ଲଜିତ ହେବେ। ପିଲାଙ୍କ ସହ ଖୁସିଗପ କରିବାରେ ମଉକା ଜୁଟିବ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:-ପିଲାମାନଙ୍କ କାର୍ଯ୍ୟରେ ଆନନ୍ଦିତ ହେବେ। ବିପରୀତ ଲିଙ୍ଗୀଙ୍କ ସହଯୋଗ ଦ୍ଵାରା ଆଗକୁ ବଢିବେ। ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଯୋଗେ ସାଧାରଣ ଲୋକଙ୍କ ଠାରୁ ସମ୍ମାନ ପାଇବା ସମ୍ଭବ ହେବ। ଇନ୍ଦ୍ରିୟପରାୟଣତା ଓ ବିଷୟବାସନା ଉପରେ ଅଧିକ ଗୁରୁତ୍ଵ ଦେବେ। ଯୁକ୍ତି ତର୍କରେ ଦକ୍ଷତା ସହ ବ୍ୟବହାରିକ ବିଜ୍ଞାନ ଓ ଦର୍ଶନର ଗଭୀରତା ଭିତରକୁ ଟାଣିହୋଇ ଯିବେ। ବ୍ୟବସାୟ କ୍ଷେତ୍ରରେ ଖୁବ ଅଗ୍ରଗତି ଘଟିବା ସହ କରଜ ଭାରରୁ ମୁକ୍ତି ମିଳିପାରେ। ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ମକର:-ଶାରିରୀକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ବ୍ୟବସାୟରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ ଓ କମ୍ ପରିଶ୍ରମରେ ଆଶାଜନକ ଲାଭପାଇବା ସହ ଲୋକ ସମ୍ପର୍କ ବୃଦ୍ଧି ପାଇବ। ଦୂରଯାତ୍ରାର ସୁଯୋଗ ପାଇ ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ। ଭାଇ, ବନ୍ଧୁ, ମିତ୍ର ଓ ସହକର୍ମୀ ମାନଙ୍କ ସହିତ ମତଭେଦ ସମାପ୍ତ ହେବ। ପିଲାମାନଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ। ଛାତ୍ରଛାତ୍ରୀ ମାନେ ଶିକ୍ଷାକ୍ଷେତ୍ରରେ ଆଗ୍ରହୀ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କୁମ୍ଭ:-ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ। ପାରିବାରିକ କ୍ଷେତ୍ରରେ ଆତ୍ମବିଶ୍ଵାସ ଓ ଦୃଢତା ଯୋଗେ ସମ୍ମାନର ଆଧିକାରୀହେବେ। ରାଜନୀତି କ୍ଷେତ୍ରରେ ବାଧା ବନ୍ଧନ ନମାନି ଆଗେଇ ଯିବାର ସୁଯୋଗ ପାଇବେ। ବନ୍ଧୁମିତ୍ରଙ୍କ ସହ ମନୋରଞ୍ଜନ, ଭ୍ରମଣ ଫଳରେ ହସଖୁସିର ବାତାବରଣ ସୃଷ୍ଟି ହେବ। ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ। ପ୍ରତିକାର- ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।

ମୀନ:-ରାଜନୀତି କ୍ଷେତ୍ରରେ ସୁ ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ଵଳତର କରିବାର ସାମର୍ଥ୍ୟ ବଢିବ। ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ମନ ନିବେଶ କରିବେ। ପ୍ରେମକ୍ଷେତ୍ରରେ ସାହାଯ୍ୟ ପାଇ ଆଗକୁ ବଢିବା ସମ୍ଭବ ହେବ। ସୁସ୍ଵାଦୁ ଖାଦ୍ୟ ପ୍ରାପ୍ତି ହେବ। ପ୍ରକୃତିସ୍ଥ ହୋଇ ହିସାବରେ ଚଳିଲେ ଦୁର୍ଗତିରୁ ସୁରକ୍ଷିତ ରହି ହେବ। ଅଧସ୍ତନ କର୍ମୀ ଓ ସହକର୍ମୀଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!