ମେଷ:-ପାରିବାରିକ ତିକ୍ତତା ଦୂର ହୋଇ ଶାନ୍ତିପୂର୍ଣ୍ଣ ବାତାବରଣ ରହିବ। ଶିକ୍ଷା କ୍ଷେତ୍ରରେ ଆଶା କରୁଥିବା ଖବର ପାଇ ଖୁସୀ ହୋଇ ଯିବେ। ସନ୍ତାନଙ୍କର ଉନ୍ନତିରେ ଉତ୍ସାହିତ ହେବେ। ରାଜନୀତି କ୍ଷେତ୍ରରେ ଭଲ କାମ କରି ସୁଖରେ ଦିନଟି ବିତାଇବେ। ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ହେବ। ବ୍ୟବସାୟରେ ବନ୍ଧୁ ମିତ୍ରଙ୍କ ସାହାଯ୍ୟରେ ବାକି ପଡ଼ିଥିବା ଅର୍ଥ ପ୍ରାପ୍ତି ହେବ। ସତକଥା କହି ନିଜ ପରିସରରେ ପ୍ରଶଂସିତ ହୋଇ ପାରନ୍ତି। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
ବୃଷ:-ସହାବସ୍ଥାନର ନିରାପଦ ବଳୟ ଭିତରେ ଆପଣା ଲୋକଙ୍କ ସାହାଯ୍ୟ ପାଇ ପାରିବାରିକ ଜୀବନ ସୁଧାରୀ ନେବେ। ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ମନ ନିବେଶ କରିବେ। କେତେକ କ୍ଷେତ୍ରରେ ଉଚ୍ଚାକାଂକ୍ଷ୍ୟା ପୂର୍ତ୍ତି ନିମନ୍ତେ କଠିନ ପରିଶ୍ରମ କରିବାକୁ ପଡିବ। ଆଚାର ବ୍ୟବହାର କଥାବାର୍ତ୍ତାରେ ନିୟନ୍ତ୍ରଣ ନ ରହିଲେ କୌଣସି ଭୁଲ୍ କାମ କରି ଅନୁତାପ କରି ପାରନ୍ତି। କଠିନ ପରିଶ୍ରମ ହେତୁ ଶାରିରୀକ ଓ ମାନସିକ କଷ୍ଟ ଭୋଗି ପାରନ୍ତି। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
ମିଥୁନ:-ସାମାଜିକ ସ୍ତରରେ ପ୍ରଶଂସିତ ହେବେ। ଛାତ୍ରଛାତ୍ରୀମାନେ ଉଚ୍ଚଶିକ୍ଷା ଲାଭ ପାଇଁ ପ୍ରସ୍ତୁତ ହେବେ। ସମସ୍ତ ବାଧାକୁ ସଂଘର୍ଷ କରି ଆଗକୁ ବଢି ପାରିବେ। ଆମୋଦ ପ୍ରମୋଦ, ଆଡମ୍ବରରେ ଆଗ୍ରହ ବଢିବ। ବ୍ୟକ୍ତିଗତ ସୁଖ, ଦୁଃଖ ତଥା ମନର ଭାବ କେହି ଠିକ୍ ଭାବେ ଠଉରେଇ ପାରିବେ ନାହିଁ। ବ୍ୟବସାୟୀମାନେ ଧୈର୍ଯ୍ୟଧରୀ ପରିଶ୍ରମ ନ କଲେ ବ୍ୟବସାୟକୁ ରକ୍ଷା କରିବା କାଠିକର ପାଠ ହେବ। ପ୍ରେମ ପ୍ରସଙ୍ଗରେ ସଫଳତା ମିଳିବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
କର୍କଟ:-ପୁରାତନ ରୋଗର ପ୍ରକୋପ ହ୍ରାସ ହେବା ଫଳରେ ମନଶାନ୍ତ ରହିବ। ଶତ୍ରୁମାନେ ମଥାନତ କରିବେ। ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ। ବ୍ୟବସାୟମାନେ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବା ସହ ଅଧିକ ଲାଭ କରିବେ। ମିତ୍ରମାନଙ୍କ ସହଯୋଗ ପାଇ କର୍ମକ୍ଷେତ୍ରରେ ସ୍ଥିତି ସୁଦୃଢ ହେବାସହ ପରିସ୍ଥିତି ବଦଳିଯିବ। ଆର୍ଥିକସ୍ଥିତି ସୁଦୃଢ ହେବା ସହ ବ୍ୟାଙ୍କବାଲାନ୍ସ ବୃଦ୍ଧି ହେବ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।
ସିଂହ:-ସନ୍ତାନ ସନ୍ତତିଙ୍କ ତରଫରୁ ଆଶାବାଦୀ ହେବେ। କର୍ମକ୍ଷେତ୍ରରେ ଉପରିସ୍ଥ କର୍ମଚାରୀ, ଗୁରୁ ଓ ଗୁରୁଜନ ମାନଙ୍କର ସହଯୋଗ ପାଇବେ। ସାମାଜିକ କ୍ଷେତ୍ରରେ ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ। ରାଜନୀତି କ୍ଷେତ୍ରରେ ଲୋକଙ୍କ ସମ୍ପର୍କରେ ରହିବେ। ଜ୍ୟୋତିଷ, ତନ୍ତ୍ର-ମନ୍ତ୍ର, ଧାର୍ମିକ ସାହିତ୍ୟ ପଢିବା ପାଇଁ ରୁଚି ବୃଦ୍ଧି ହେବ। ଯାନବାହାନ ଓ ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଅତ୍ୟନ୍ତ ଜରୁରୀ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
କନ୍ୟା:-ସାମ୍ବାଦିକ ମାନଙ୍କର ପଦ ମର୍ଯ୍ୟାଦା ବୃଦ୍ଧି ପାଇବ। ବନ୍ଧୁ ମିତ୍ର ଓ ସହକର୍ମୀଙ୍କ ଠାରୁ ଆଶାତୀତ ସହଯୋଗ ମିଳିବ। ଅଧ୍ୟୟନରେ ଅଧିକ ପରିଶ୍ରମ କରିବା ଆବଶ୍ୟକ। ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ।ବିତିଯାଇଥିବା ମାମଲାରେ ବନ୍ଧୁଙ୍କ ସାହାଯ୍ୟ ଦ୍ଵାରା ସଫଳତା ମିଳିବ। ଫୋନ, ମୋବାଇଲ୍, ଇଣ୍ଟରନେଟ୍ ରେ ପୁରୁଣା ମିତ୍ରଙ୍କ ଦ୍ଵାରା ଶୁଭ ସମାଚାର ଶୁଣିବାକୁ ମିଳିବ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।
ତୁଳା:-ନୂଆଲକ୍ଷ ନିର୍ଦ୍ଧାରିତ କରିବା ପାଇଁ ମନ ଲଗାଇ କାର୍ଯ୍ୟ କରିବେ। ବେମାର, ବୃଦ୍ଧଜନ ଓ ଅଶକ୍ତ ଲୋକଙ୍କୁ ସହଯୋଗ କରିବା ପାଇଁ ହାତ ବଢେଇବେ। ବିଦ୍ୟାଧ୍ୟୟନ କ୍ଷେତ୍ରରେ ସଫଳତା ମିଳିବ। ଘର ପରିବାରରେ କୌଣସି ଖୁସି ପ୍ରସଙ୍ଗ ଆସି ଅନେକ ଦିନର ଅଭିଳାଷ ପୂରଣ ହେବ। ବ୍ୟବସାୟରେ ସାହାଯ୍ୟ ସହଯୋଗ ପାଇ ଲାଭବାନ ହେବେ। ପ୍ରେମ ପ୍ରସଙ୍ଗରେ ସଫଳତା ମିଳିବ। କୌଣସି କାମରେ ବିଶେଷଜ୍ଞତା ହାସଲ କରିବେ। ପ୍ରତିକାର- ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।
ବିଚ୍ଛା:-ପାରିବାରିକ ମାମଲା ବହୁତ ଶାନ୍ତି ପୂର୍ଣ୍ଣ ରହିବ। କୌଣସି ପ୍ରଭାବଶାଳୀ ବ୍ୟକ୍ତିଙ୍କ ସହିତ ଭେଟ ହୋଇ ଆଗକୁ ବଢିବାରେ ସହାୟତା ମିଳିବ। ବିଦ୍ୟାର୍ଥୀଙ୍କ ପାଇଁ ଶୁଭ ସମାଚାର ମିଳିବ। ବିରୋଧୀମାନେ ଯେତେ ଚାହିଁଲେ ମଧ୍ୟ ଆପଣଙ୍କର କିଛି ଅହିତ ସାଧନ କରିପାରିବେ ନାହିଁ। କୌଣସି କଥାବର୍ତ୍ତାକୁ ନେଇ ପ୍ରତାରିତ ହେବାର ଆଶଙ୍କା ଉପୁଯିବ। ବିଳାସ ବ୍ୟସନ ଖାଦ୍ୟ ପେୟ ପାଇଁ ଅଧିକ ଖର୍ଚ୍ଚାନ୍ତ ହୋଇ ପାରନ୍ତି। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।
ଧନୁ:-ଧୈର୍ଯ୍ୟ, ସାହସ ଓ ବୁଦ୍ଧିମତା ଯୋଗେ ପ୍ରଶଂସା ପାଇବେ। ପଡୋଶୀଙ୍କ ସହିତ ଲାଗିଥିବା ବିବାଦର ସମାଧାନ ହୋଇଯିବ। ଗୁରୁ ଗୁରୁଜନ ଓ ମାଆବାପାଙ୍କ ଆଶୀର୍ବାଦ ସ୍ନେହ ପ୍ରାପ୍ତ ହେବ। ଶତୃପକ୍ଷ ଦୁର୍ବଳ ହୋଇ ଗୋଡ ଟାଣିବାର ପ୍ରଚେଷ୍ଠା ଆରମ୍ଭ କରିପାରନ୍ତି। ବନ୍ଧୁବାନ୍ଧବ ମାନଙ୍କ ସହ ସାବଧାନତା ପୂର୍ବକ ନ ଚଳିଲେ ବିପଦରେ ପଡିବେ। ଆୟକୁ ଚାହିଁ ବ୍ୟୟ କଲେ ଲୋକହସା ହେବେ ନାହିଁ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
ମକର:-ସନ୍ତାନଙ୍କ ପାଇଁ କୌଣସି ମହତ୍ଵପୂର୍ଣ୍ଣ କାମ ହୋଇ ପାରେ। ରାଜନୀତି କ୍ଷେତ୍ରରେ ଯଶ, ମାନ, ପ୍ରତିଷ୍ଠାର ଅଧିକାରୀ ହେବେ। ପୁରାତନ ରୋଗରୁ ଉପସମ ପାଇ ଶରୀର ସୁସ୍ଥ ରହିବ। ଅତିରିକ୍ତ ଆୟର ମଧ୍ୟ ସମ୍ଭାବନା ଅଛି। ପ୍ରେମ ପ୍ରସଙ୍ଗରେ ଆନନ୍ଦ ମିଳିବ। ପାରିବାରିକ କ୍ଷେତ୍ରରେ ଆନ୍ତରିକଶକ୍ତି ଓ ଆତ୍ମବଳ ଦ୍ଵାରା ଆଗକୁ ବଢିବାରେ ସକ୍ଷମ ହେବେ। ଶତୃମାନଙ୍କ ସହ ମିତ୍ରତା ଭାବ ସ୍ଥାପନ କରିବା ପାଇଁ ପ୍ରୟାସରତ ରହିବେ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।
କୁମ୍ଭ:-ଗୁରୁଜନଙ୍କ ସହାନୁଭୁତି ଉପଲବ୍ଧ ହେବ। ଅଧିନସ୍ଥ କର୍ମଚାରୀ ଓ ସହକର୍ମୀଙ୍କ କାମ କାର୍ଯ୍ୟରେ ସନ୍ତୁଷ୍ଟ ରହିବେ। ଆପଣଙ୍କ ପ୍ରୟାସରେ ସୁଖଦ ପରିଣାମ ଅବଶ୍ୟ ଆସିବ। ମାନସିକ ଚିନ୍ତା ଓ ମନ ବିଚଳିତରୁ ଶାନ୍ତି ଅନୁଭବ କରିବେ। କୌଣସି ଇଲୋକଟ୍ରନିକ୍ସ ସାମଗ୍ରୀ ଓ ଘରର ଉପଯୋଗ ସାମଗ୍ରୀ କ୍ରୟ କରି ପାରନ୍ତି। ସମାନ ବିଚାରଧାରା ବ୍ୟକ୍ତିଙ୍କ ସହିତ ଭେଟ ହେବା ଫଳରେ ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।
ମୀନ:-ଅସହାୟ ଓ ଦୁର୍ବଳ ଲୋକଙ୍କୁ ସାହାଯ୍ୟ କରିବାକୁ ମନ ବଳାଇବେ। ବିଦ୍ୟାଧ୍ୟୟନ କ୍ଷେତ୍ରରେ ସଫଳତା ମିଳିବ। ବିରୋଧୀମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ। ଘରକରଣା କୌଣସି ନୂତନ ବସ୍ତୁ କ୍ରୟ କରିପାରନ୍ତି। ସତର୍କତା ଅବଲମ୍ବନ ନକଲେ ହସ ଖୁଶିର ପରିବେଶ ଫିକା ପଡିଯାଇ ପାରେ। ନୂତନ କାର୍ଯ୍ୟ ଆରମ୍ଭ କରିବା ପୂର୍ବରୁ ହାତେ ମାପି ଚାଖଣ୍ଡେ ଚାଲିବା ଆବଶ୍ୟକ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।