ଦୈନିକ ରାଶିଫଳ: 12 ଜାନୁୟାରୀ 2025, ରବିବାର, ସୂର୍ଯ୍ୟଦେବଙ୍କ କୃପା ରହିବ ଏହି 2ଟି ରାଶି ଉପରେ, ମିଳିବ ଆର୍ଥିକ ସଙ୍କଟରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଶତ୍ରୁନାଶ ହେବ। ପଞ୍ଚାୟତକ୍ଷେତ୍ରରେ ଉତ୍ସାହିତ ହେବେ। ଗୃହରେ ସୁଖଶାନ୍ତି ବିରାଜମାନ କରିବ। ଟାଣୁଆନେତା, ପୁରୁଖାନେତା ଆପଣଙ୍କ ପାଇଁ ବିପଦକୁ ଡେଇଁବେ। କର୍ମକ୍ଷେତ୍ରରେ ଶତ୍ରୁମାନେ ବିପଦରେ ପକେଇବା ପାଇଁ ଚେଷ୍ଟା କରି ପାରନ୍ତି। ସ୍ୱାସ୍ଥ୍ୟ ପ୍ରତି ଧ୍ୟାନଦେଇ କାର୍ଯ୍ୟ କରନ୍ତୁ ନତୁବା ନିଜକୁ ଅସୁସ୍ଥ ମନେ କରିବେ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ନିର୍ମାଣ, ଯୋଗାଯୋଗ, ସଭାସମିତି ପାଇଁ ଅଧିକ ସମୟ ଦେବାକୁ ପଡିବ। ସ୍ୱାସ୍ଥ୍ୟସମସ୍ୟା ସୁଧୁରିଯିବା ଫଳରେ ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ। ସାଧୁ, ସତ୍ୟବାଦୀ, ଧର୍ମାତ୍ମା, ଗୁରୁବ୍ରାହ୍ମଣଙ୍କ ସହ ସମ୍ପର୍କ ସ୍ଥାପନହେବ। ପିଲାମାନଙ୍କ ସଫଳତାରେ ଖୁସିହେବେ। ପାରିବାରିକ କ୍ଷେତ୍ରରେ ସ୍ନେହସଦ୍ଭାବ ବୃଦ୍ଧି ପାଇବ। କୃଷିଦ୍ରବ୍ୟ ବାଣିଜ୍ୟରେ ଆୟ ଆଶାତୀତ ହେବ। ବିଦ୍ୟାର୍ଥିମାନେ ପରୀକ୍ଷା, ପ୍ରତିଯୋଗିତାରେ ବିଜୟୀ ହେବେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ମିଥୁନ:-ଆଶା କରୁଥିବା ଖବର ପାଇ ଖୁସୀ ହୋଇଯିବେ। ଶତୃ ଓ ବିରୋଧୀ ମାନେ କୌଣସି କ୍ଷତି କରିପାରିବେ ନାହିଁ। ପଟ୍ଟ ପରିବର୍ତ୍ତନ ଘଟି ଅଶାନ୍ତି ଓ ବିଶୃଙ୍ଖଳାରୁ ମୁକ୍ତ ହେବେ। ସବୁପରେ ଅପଣା ଲୋକଙ୍କ ସହଯୋଗ ବୃଦ୍ଧି ପାଇ ନିଃସଙ୍ଗତା ବୋଧର ପୀଡା ଦୂରେଇ ଯିବ। ପରିବାରରେ ସୁସ୍ଥ ବାତାବରଣ ଜାରି ରହିବା ଫଳରେ ପରସ୍ପରକୁ ସାହାଯ୍ୟ ସହଯୋଗକରି ଗଠନମୂଳକ ଦିଗପ୍ରତି ଆଗ୍ରହୀ ହେବେ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

କର୍କଟ:-କାର୍ଯ୍ୟକ୍ଷେତ୍ରରେ ସଂଘର୍ଷ ଦେଇ ଗତିକଲେ ମଧ୍ୟ ସଫଳତା ପାଇବେ। ସରକାରୀ କର୍ମଚାରୀମାନେ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ। ବ୍ୟବସାୟୀ ମାନଙ୍କର କାରବାର ବଢ଼ିବ ଓ ଲୋକ ସମ୍ପର୍କ ବୃଦ୍ଧି ହେବ। ପରୀକ୍ଷା ପ୍ରତିଯୋଗିତା, ବାଦବିବାଦ, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସମ୍ମାନ ଅକ୍ଷୁର୍ଣ୍ଣ ରହିବ। ରାଜନୀତି କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ୱଳ କରିବେ। ଶାରୀରିକ ଅସୁସ୍ଥତା ଦେଖାଦେଇ ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:-କର୍ମକ୍ଷେତ୍ରରେ ରାଜକୀୟ ସମ୍ମାନ ପାଇବେ। ବ୍ୟବସାୟ ପାଇଁ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ। ଗୃହ, ଜମି ଓ ପାରିବାରିକ ସମସ୍ୟାକୁ ନେଇ ବାଦବିବାଦରେ ବିଜୟୀ ହେବେ। ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳତା ମିଳିବ। ଶାରୀରିକ କଷ୍ଟ ଦୂରେଇ ଯିବ। ଭୌତିକ ଓ ଆଧ୍ୟାତ୍ମିକ ମାମଲାରେ ଦୂରଯାତ୍ରା କରିବେ। ନିର୍ମାଣଧୀନ କାର୍ଯ୍ୟ ସମ୍ପନ୍ନ ହେବ। ପ୍ରତିକାର-ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ।

କନ୍ୟା:-ସହକର୍ମୀ ଓ ପଡୋଶୀମାନଙ୍କ ସାହାଯ୍ୟ ମିଳିବ। ଘର ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବା ସହ ପରିବାର ହିତ ପାଇଁ ଅଧିକ ଖର୍ଚ୍ଚାନ୍ତ ହେବେ। ବ୍ୟବସାୟିକ ଗତିବିଧି ସାମାନ୍ୟ ରୂପରେ ଚଳିବ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବା ଫଳରେ ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ବଢ଼ିବ। ପରିଶ୍ରମ କାର୍ଯ୍ୟ କରି ପ୍ରଶଂସିତ ହେବେ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର:- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-ବ୍ୟବସାୟରେ ରପ୍ତାନି ବାଣିଜ୍ୟରୁ ଯଥେଷ୍ଟ ଲାଭ ମିଳିବ ଓ ଉନ୍ନତି ହେବ। ବିଭିନ୍ନ ଦିଗରୁ ସାହାଯ୍ୟ ସହଯୋଗ ମିଳିବ। ପାରିବାରିକ ସମସ୍ୟା ସତ୍ତ୍ୱେ ଶାନ୍ତି ବିରାଜମାନ କରିବ। ରାଜନୈତିକ କ୍ଷେତ୍ରରେ ପ୍ରତିଷ୍ଠିତ ହେବାପାଇଁ କରିଥିବା ଯୋଜନା ସଫଳ ହୋଇ ପାରିବ। ସନ୍ତାନର ଖୁସି ଓ ସୁରକ୍ଷିତ ଅନୁଭବ କରିବେ। ଅଧା ଅଧୁରାଥିବା କାର୍ଯ୍ୟ ପୂରଣ ହୋଇ ଯିବ। ନୂଆଲକ୍ଷ ପୂରଣ କରିବା ପାଇଁ ସମୟ ନିର୍ଦ୍ଧାରଣ କରିବେ। ପ୍ରତିକାର- ଶ୍ଵେତଚନ୍ଦନରେ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ।

ବିଚ୍ଛା:-କାର୍ଯ୍ୟକ୍ଷେତ୍ରରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ। ପାରିବାରିକ ଜୀବନରେ ସୁଧାର ହେବ। ତରବରିଆ ହିସାବରେ କୌଣସି କାର୍ଯ୍ୟ ନକରି ସବୁଆଡକୁ ନଜର ଦେଇ କାମ କରିବା ଉଚିତ୍। ପଡୋଶୀମାନେ ସମ୍ମୁଖରେ ପ୍ରଶଂସା କରି ପଛରେ ନିନ୍ଦା କରିବେ। ଭୋଗ ବିଳାସଦ୍ରବ୍ୟ କ୍ରୟକରି ଆର୍ଥିକ ଶଙ୍କଟ ଭୋଗି ପାରନ୍ତି। ସାମାଜିକ କ୍ଷେତ୍ରରେ ସଫଳତା ପାଇବା ପାଇଁ ଅଧିକ ଧାଁ ଦଉଡ଼ କରିବାକୁ ପଡ଼ିବ। ପ୍ରତିକାର:- ଷଣ୍ଢକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:-ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭବାନ ହେବେ। ସ୍ୱାସ୍ଥ୍ୟରେ ପରିବର୍ତ୍ତନ ହେତୁ ମନ ଓ ଚିତ୍ତ ପ୍ରସନ୍ନ ରହିବ। କର୍ମ କ୍ଷେତ୍ରରେ ଶ୍ରମ ସାର୍ଥକ ହୋଇ ରାଜକୀୟ ସମ୍ମାନ ମିଳିବ। ନିବେଶ କରିଲେ ଲକ୍ଷ୍ମୀଙ୍କ କୃପା ଫଳରେ ଧନ ପ୍ରାପ୍ତ ହେବ। ଶତୃ, ରୋଗ, ଋଣରୁ ମୁକ୍ତି ହେବା ସହ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ। ପ୍ରତେକ କ୍ଷେତ୍ରରେ ମାନସିକସ୍ଥିତି ସୁଦୃଢ ରହିବ। ଅଧୁରା କାର୍ଯ୍ୟ ପୂରଣ ହେବ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।

ମକର:-ପାରିବାରିକ ମାମଲା ବହୁତ ଶାନ୍ତି ପୂର୍ଣ୍ଣ ରହିବ। ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ। କମିଶନ କାର୍ଯ୍ୟରେ ଲାଭ ହେବାର ସମ୍ଭାବନା ଅଛି। ବହୁତ ଦିନରୁ ଯେଉଁ କାମ ପାଇଁ ଚିନ୍ତା କରୁଥିଲେ ତାହା ଅଳ୍ପ ପ୍ରୟାସରେ ପୂରଣ ହୋଇପାରେ। ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ। କର୍ମକ୍ଷେତ୍ରରେ ଅଧିକାରୀ କାମରେ ପ୍ରସନ୍ନ ରହିବେ। ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

କୁମ୍ଭ:-ଅଟକି ଯାଇଥିବା ଧନ, ଉଧାର ଦେଇଥିବା ଟଙ୍କା, ଋଣ କରିଥିବା ଅର୍ଥ ସହଜରେ ହସ୍ତଗତ ହେବ। କାରବାର ଓ କାର୍ଯ୍ୟ ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ। ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ବିଦ୍ୟା କ୍ଷେତ୍ରରେ ଉତ୍ସାହ ଉଦ୍ଦିପନା ବୃଦ୍ଧିହୋଇ ବୀଜୟ ପ୍ରାପ୍ତ ହେବ। ପାରିବାରିକ ସମସ୍ୟା ଦୂରହୋଇ ଉଚ୍ଚ ଆଶାରେ ଆଗେଇବେ। ଦୂରଯାତ୍ରାର ସୁଯୋଗ ପାଇବେ। ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମୀନ:-ଅଏସ୍ ଆରାମ ସୁଖସନ୍ତୁଷ୍ଟି ପାଇବାରେ ବାଧା କିଛି ନାହିଁ। ଯେତେ ସମସ୍ୟା ଲାଗିଲେ ମଧ୍ୟ କାମକୁ ଅବହେଳା କରିବେ ନାହିଁ। ବନ୍ଧୁଙ୍କୁ ଦେଇଥିବା ପ୍ରତିଶୃତି ରକ୍ଷାକରିବା ଫଳରେ ମନ ଭଲ ରହିବ। ତୀର୍ଥାଟନ କରି ଯାତ୍ରା କାଳରେ ଯନ୍ତ୍ରଣା ଭୋଗିବେ।ଖେଳକୁଦ, ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳତା ମିଳିବ। ସନ୍ତାନ ସମ୍ବନ୍ଧିୟ କୌଣସି ମହତ୍ଵପୂର୍ଣ୍ଣ କାମ ଆପଣଙ୍କ ଦ୍ଵାରା ହୋଇପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!