ଦୈନିକ ରାଶିଫଳ: 12 ଜୁନ୍ 2023, ସୋମବାର, ମହାଦେବଙ୍କ କୃପା ରହିବ ଏହି 3ଟି ରାଶି ଉପରେ, ମିଳିବ କିଛି ବଡ ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ସମସ୍ତ ସମସ୍ୟା ସମାଧାନର ଆଶା ଉଜ୍ଜ୍ଵଳ ହେବାସହ କୌଣସି ନୂତନ କର୍ମର ଆୟୋଜନ କରିପାରିବେ। ଆର୍ଥିକ ଦିଗରୁ ଉନ୍ନତି ଫଳରେ ନୂତନ ପଦାର୍ଥ ସଂଗ୍ରହ କରିବା ପାଇଁ ଆଗ୍ରହ ବଢିବ। ପରିବହନ କ୍ଷେତ୍ରରେ ବିଶେଷ ଲାଭବାନ ହେବେ। ଋଣପ୍ରାପ୍ତି ଓ ଋଣମୁକ୍ତିର ରାସ୍ତା ପରିଷ୍କାର ହେବାସହ ନିର୍ମାଣାଧିନ କାମ ପୂର୍ଣ୍ଣାଙ୍ଗହେବ। ବ୍ୟବସାୟୀ ମାନଙ୍କର କାରବାର ବଢିବା ସହ ଲୋକ ସମ୍ପର୍କ ବୃଦ୍ଧି ହେବ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ସମ୍ପର୍କୀୟଙ୍କ ଶୁଭସୂଚନା ଶୁଣି ଖୁସି ହେବେ। ବ୍ୟବସାୟରେ ସମସ୍ତ ଆଶା ପୂରଣ ହେବାସହ ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳ ହେବେ। ଜାଗାଜମି, ଗୃହ ଉପକରଣ କ୍ରୟ କରିବେ। ଆର୍ଥିକସ୍ଥିତି ଭଲ ରହିବା ଫଳରେ କର୍ମକ୍ଷେତ୍ରରେ ଶାନ୍ତି ପାଇବା ସହ ଅଧୁରା କାର୍ଯ୍ୟ ପୂରଣ ହେବ। ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ସ୍ଥଗିତ ଥିବା କର୍ମ ସହଜ ସରଳରେ ପୂର୍ଣ୍ଣ ହେବ। ନିକଟ ସମ୍ପର୍କୀୟଙ୍କ ଠାରୁ ପ୍ରଶଂସିତ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମିଥୁନ:-ରାଜନୀତି କ୍ଷେତ୍ରରେ ଲୋକଙ୍କ ସମ୍ପର୍କରେ ରହିବେ। ଶତୃମାନେ ପରାଜିତ ହେବା ସହ ସମସ୍ତଙ୍କର ପୂର୍ଣ୍ଣ ସହଯୋଗ ପାଇବେ। କମିଶନ କାର୍ଯ୍ୟରେ ଲାଭ ହେବାର ସମ୍ଭାବନା ଅଛି। ପ୍ରଶାସନ, ପ୍ରକାଶନ, ଅଧ୍ୟୟନ ଓ ଅଧ୍ୟାପନା, ସାହିତ୍ୟ ଚର୍ଚ୍ଚା କ୍ଷେତ୍ରରୁ ଶୁଭଫଳ ମିଳିବ। ଧର୍ମ-କର୍ମରେ ରୁଚି ରହିବ। ନିଜେ କରୁଥିବା କାର୍ଯ୍ୟର ଅନ୍ୟଲୋକ ଫାଇଦା ଉଠାଇବେ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-ସମସ୍ତଙ୍କର ପୂର୍ଣ୍ଣ ସହଯୋଗ ମିଳିବା ଫଳରେ ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବାସହ ମାନସିକ ଶାନ୍ତି ବୃଦ୍ଧି ପାଇପାରେ। ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବା ସହ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ବାଦବିବାଦ, ପରୀକ୍ଷା, ପ୍ରତିଯୋଗୀତା ଓ ମାଲିମୋକଦ୍ଦମାରେ କୃତକାର୍ଯ୍ୟ ହେବେ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ସିଂହ:-ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ। ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ। ବନ୍ଧୁ ମିତ୍ରଙ୍କ ଆଗମନ ହେବ। ଅତ୍ୟଧିକ ପରିଶ୍ରମ ଓ ଅନିଦ୍ରାଜନିତ ରୋଗପ୍ରତି ସାବଧାନ ରହିବା ଉଚିତ୍। ଆପଣଙ୍କ ବିରୋଧରେ କେହି ଶତ୍ରୁ ଗୁପ୍ତ ଯୋଜନା ବା ଷଡଯନ୍ତ୍ର କରି ପାରନ୍ତି। ସମାଲୋଚିତ ହୋଇ ଭାବମୂର୍ତ୍ତି କ୍ଷୁର୍ଣ୍ଣ ହେବ।ବ୍ୟବସାୟରେ କ୍ଷତି ସହିବେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେବେ। ବହୁତ ଦିନରୁ ଲାଗିଥିବା ଚିନ୍ତା ଓ ବିବାଦରୁ ମୁକ୍ତି ମିଳିବ। ଧନ ଲାଭହେବା ସହିତ କର୍ତ୍ତବ୍ୟ ଦାଇତ୍ଵ ବଢିଯିବ। ପରିବାରର ସଦସ୍ୟଙ୍କ ସ୍ନେହ ଶ୍ରଦ୍ଧା ବୃଦ୍ଧି ହେବ। ବାହନଆଦି କ୍ରୟ କରିବାପାଇଁ ଯୋଗାଯୋଗ କରିପାରିବେ। ଜୀବନସାଥିଙ୍କ ସ୍ୱାସ୍ଥ୍ୟ ଉତ୍ତମ ରହିବା ସହ ଅଧୁରା କାର୍ଯ୍ୟ ପୂରଣ ହେବ। ପାଖ ପଡୋଶୀଙ୍କ ସହିତ ସମ୍ପର୍କ ବୃଦ୍ଧି ହେବ। ପ୍ରତିକାର- ସବୁଜ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।

ତୁଳା:-ସ୍ୱାସ୍ଥ୍ୟରେ ପରିବର୍ତ୍ତନ ହେତୁ ମନ ଓ ଚିତ୍ତ ପ୍ରସନ୍ନ ରହିବ। ପାରିବାରିକ ସମସ୍ୟା ଦୂରହୋଇ ଉଚ୍ଚ ଆଶାରେ ଆଗେଇବେ। ଗୁରୁଜନ ଓ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ। ରାଜନୀତିରେ ଯାତ୍ରାରେ ସମୟ କଟିବ କିନ୍ତୁ ଲାଭ ପାଇ ପ୍ରସଂଶିତ ହେବେ। ପ୍ରତିକୂଳ ପରିସ୍ଥିତି ମଧ୍ୟରେ ନିଜର ମନୋବଳ ଦୃଢ ରଖି ପାରିବେ। ବ୍ୟବସାୟ କ୍ଷେତ୍ରରେ ଅପ୍ରତ୍ୟାଶିତ ଘଟଣା ଘଟି ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ପ୍ରତିକାର- ଶ୍ଵେତଚନ୍ଦନ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ।

ବିଚ୍ଛା:-ଶତୃମାନେ ପରାଜିତ ହେବା ସହ ବ୍ୟବସାୟରେ ଭଲ ଲାଭ ପାଇ ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ। ନୂଆ ନୂଆ ବ୍ୟବସାୟିକ ସଂପର୍କ ସ୍ଥାପନ ଭାଗିଦାର ବ୍ୟବସାୟ ପାଇଁ ସାହାଯ୍ୟ ସହଯୋଗ ଅଚାନକ ମିଳିବ। କାର୍ଯ୍ୟ କ୍ଷେତ୍ରରେ ଶତୃମାନେ ପରାଜିତ ହେବେ। ତରବରିଆ ହିସାବରେ କୌଣସି କାର୍ଯ୍ୟ ନକରି ସବୁଆଡକୁ ନଜର ଦେଇ କାମ କରିବା ଉଚିତ୍। ଦୌଡ ଧୂପରେ ଶାନ୍ତି ଅନୁଭବ କରିବେ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ଧନୁ:-ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। ନ୍ୟାୟମାର୍ଗ ଓ ମିଷ୍ଟ ବଚନ କୁ ନିଜର ଭୂଷଣଭାବି କର୍ମ କରିଲେ ଲାଭବାନ ହେବେ। ରାଜନୀତି କ୍ଷେତ୍ରରେ ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହୋଇ ସୁଯୋଗ ହାତ ପାହାନ୍ତାରେ ପାଇ ପାରିବେ। ସତର୍କତା ଅବଲମ୍ବନ ନକଲେ ମିଥ୍ୟା ଅପବାଦରେ ନିନ୍ଦିତ ହୋଇ ପାରନ୍ତି। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-ଶୁଭ ସମାଚାର ଶୁଣି ଧୈର୍ଯ୍ୟ ଓ ସାହସ ବୃଦ୍ଧି ପାଇବ। ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବା ସହ ପାରିବାରିକ ଜୀବନ ସୁଖ ଶାନ୍ତିରେ କଟିବ। କର୍ମସଂଧାନୀ ମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳତା ପାଇବେ। ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ। ଶତୃନାଶ, ଋଣନାଶ ଓ ପୁରାତନ ରୋଗପୀଡ଼ାର ଉପଶମ ହେବ। ସାମାଜିକ କ୍ଷେତ୍ରରେ ନିଜର ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ। ପ୍ରତିକାର- ମୟୂର ଚନ୍ଦ୍ରିକା ପାଖରେ ରଖି ଯାତ୍ରା କରନ୍ତୁ।

କୁମ୍ଭ:-କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଆଗ୍ରହ ବଢିବ। କର୍ମଚାରୀମାନଙ୍କର ଉପରିସ୍ଥ ଅଧିକାରୀଙ୍କ ସହିତ ମନାନ୍ତର ମତାନ୍ତର କଟି ଯାଇ ଉନ୍ନତି ହେବା ଫଳରେ ସ୍ଥାନ ପରିବର୍ତ୍ତନ ପାଇଁ ଚେଷ୍ଟା କରିବେ। ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ। କୌଣସି ନୂତନ ବନ୍ଧୁଙ୍କ ସହିତ ଭେଟ ହେବ। ପାରିବାରିକ ସମ୍ବନ୍ଧରେ ମଧୁରତା ଆସିବ। ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ। ପ୍ରତିକାର:-ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।

ମୀନ:-ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। କର୍ମକ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବେ ଓ ଉଚ୍ଚପଦସ୍ଥ ଅଫିସରମାନେ ସନ୍ତୋଷ ହେବେ। ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତି ହେବ। ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳତା ମିଳିବ। ବ୍ୟବସାୟ ଶୁଭାରମ୍ଭ କରିବାର ସୁଯୋଗ ପାଇବେ ଓ ବ୍ୟବସାୟ କ୍ଷେତ୍ରକୁ ସୁସଜ୍ଜିତ କରି ପ୍ରଚୁର ଲାଭବାନ ହେବେ। ପ୍ରତିକାର- ହଳଦୀ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!