ଦୈନିକ ରାଶିଫଳ: 12 ଜୁନ୍ 2024, ବୁଧବାର, ଶ୍ରୀ ଗଣେଶଙ୍କ କୃପା ରହିବ ଏହି 2ଟି ରାଶି ଉପରେ, ମିଳିବ ଆର୍ଥିକ ସଙ୍କଟରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ପରିବାରରେ ମହତ୍ୱପୂର୍ଣ୍ଣ କାର୍ଯ୍ୟକରି ପ୍ରଶଂସିତ ହେବେ। ଆୟର ମାର୍ଗ ପ୍ରଶସ୍ତ ହେବ। ଦୂରଯାତ୍ରାରେ ସୁଖମିଳିବ ଏବଂ ଲାଭ ବାନ୍ ହେବେ। ବାହାନ କ୍ରୟ ଓ ବିକ୍ରୟ କରିବେ। ବାଦବିବାଦ ମାଲିମୋକଦ୍ଦମା ପ୍ରତିଯୋଗିତା ପରୀକ୍ଷାରେ ସଫଳ ହେବେ। ଅନେକ ସମସ୍ୟା ସମାଧାନ କରି ଶାନ୍ତି ପାଇବେ। ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ। ଦାମ୍ପତ୍ୟ ଜୀବନ ଆନନ୍ଦମୟହେବ। ପ୍ରତିକାର- ମହୁଟିକେ ଖାଇ ଘରୁ ବାହାରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ରାଜନୈତିକ କ୍ଷେତ୍ରରେ ଯଶ, ମାନ ପ୍ରତିଷ୍ଠାବୃଦ୍ଧି ହେବ। ପରିଶ୍ରମ ଦ୍ୱାରା ଲାଭ ପାଇବେ। ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ। ଖେଳ, ବିଦ୍ୟା ଓ ସାମାଜିକ କ୍ଷେତ୍ରରେ ଆଦୃତ ହେବେ। ଅନ୍ୟର ଉପକାର କରି ନିଜେ କ୍ଷତିରେ ପଡିବେ। ପଟ୍ଟ ପରିବର୍ତ୍ତନ ଘଟି ଅଶାନ୍ତି ଓ ବିଶୃଙ୍ଖଳାରୁ ମୁକ୍ତ ହେବେ। ଆର୍ଥିକ ଦିଗରୁ ଉନ୍ନତି ହେଲେ ମଧ୍ୟ ବ୍ୟୟ ଭାର ବୃଦ୍ଧି ହେବ। ସତର୍କତା ଅବଲମ୍ବନ ନକଲେ କୌଣସି ଭୁଲ୍ କାମରେ ଫଶିଯିବେ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ମିଥୁନ:-ନୂତନ ଗୃହସୁଖ ମିଳିବ। ମନୋରଞ୍ଜନ କରିବା ପାଇଁ ସମୟ ମିଳିବ। ଯାତ୍ରାରେ ସମୟ କଟିବ ଓ ଲାଭ ପାଇବେ। ବ୍ୟବସାୟ ବୃଦ୍ଧି କିମ୍ବା ନୂଆ ଯୋଜନା ଅନୁସାରେ କାର୍ଯ୍ୟ କରିବେ। ସ୍ଥଗିତ ଥିବା ଧନପ୍ରାପ୍ତ ହେବ। ନୂତନ କର୍ମ ଓ ବ୍ୟବସାୟ ପାଇଁ ଚେଷ୍ଟିତ ହେବେ। ବନ୍ଧୁବାନ୍ଧବଙ୍କ ନିକଟରେ ଗୁରୁଗୁରୁଜନ ଓ ପ୍ରିୟଲୋକଙ୍କ ପାଖରେ ଆଦୃତ ହେବେ। ବିବେକ ବୁଦ୍ଧି ଖଟେଇ ଉଚିତ୍ମାର୍ଗରେ ଗତିକରିବାର କ୍ଷମତା ଜନ୍ମହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-ବନ୍ଧୁବାନ୍ଧବଙ୍କ ଚେଷ୍ଟାରେ ଅତି ସହଜରେ ବାକିଥିବା ଅର୍ଥ ପାଇବେ। ସୁଯୋଗ ହାତପାହାନ୍ତାରେ ପହଞ୍ଚିବ। ପରୀକ୍ଷା ପ୍ରତିଯୋଗିତାରେ ବିଜୟୀ ହେବେ। ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ। ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବ ନାହିଁ। ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣତାକୁ ମୁଖ୍ୟକରି ଚାଲିବା ହିତକର। ଦକ୍ଷତାକୁ କେନ୍ଦ୍ରକରି ଉଚ୍ଚମାନ୍ୟତାରେ ହ୍ରାସ ହେବ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:-ରୋଜଗାର ସମସ୍ୟା ସୁଧୁରି ଯାଇ ଧନ ଲାଭ ହେବାରୁ ମନଖୁସି ରହିବ। ଯୁବକ ଯୁବତୀ ମାନଙ୍କର ନୂତନକର୍ମ ନିଯୁକ୍ତିର ଯୋଗ ଅଛି। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ରାଜନୀତି କ୍ଷେତ୍ରରେ ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ପ୍ରତିଯୋଗିତା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟ ଲାଭ କରିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କନ୍ୟା:-ସାଧାରଣ ଲୋକ ସମ୍ପର୍କକୁ ଅତିକ୍ରମ କରିବା ଲକ୍ଷ୍ୟରେ ଭୋଗମାର୍ଗୀ ହୋଇ ନିଜକୁ ପ୍ରତିଷ୍ଠିତ କରିପାରିବେ। ଲେଖକ, ପତ୍ରକାର, ରାଜନୈତିକ, ସଙ୍ଗୀତଜ୍ଞ, ଠିକାଦାର ଓ ସରକାରୀ କର୍ମରତଥିବା ବ୍ୟକ୍ତିମାନେ ପଦୋନ୍ନତିର ସଙ୍କେତ ପାଇବେ। ବନ୍ଧୁ ମିତ୍ରଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇ ଅର୍ଥଲାଭର ମାର୍ଗ ଖୋଲିଯିବ। ନୂତନକର୍ମ ପ୍ରାପ୍ତିଯୋଗୁ ଆୟ ବୃଦ୍ଧି ହେବ ଓ ଦୂରଯାତ୍ରାର ସୁଯୋଗ ପାଇବେ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ତୁଳା:-ଶୁଭ ସମାଚାର ମିଳିପାରେ। ପୁରୁଣା ନିବେଶ ଲାଭ ଦେବ। ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ ଓ ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ। କୌଣସି ଶୁଭକାର୍ଯ୍ୟ କରିବାକୁ ଆୟୋଜନ କରିବେ। ସ୍ୱାସ୍ଥ୍ୟସମସ୍ୟା ଦୂର ହୋଇଯିବ। ରାଜନୀତିରେ ପ୍ରଶଂସିତ ହେବେ। ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ଆର୍ଥିକ ସଙ୍କଟ ଦୂର ହେବ। ଶିକ୍ଷାର୍ଥି ମାନଙ୍କର ଅନେକ ଶୁଭହେବ। ପ୍ରତିକାର- ଶ୍ଵେତଚନ୍ଦନରେ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ।

ବିଚ୍ଛା:-ଆର୍ଥିକସ୍ଥିତି ସୁଧୁରି ଯିବ। ପ୍ରପର୍ଟୀ ସମ୍ବନ୍ଧିୟ ମାମଲା କାହାର ମଧ୍ୟସ୍ଥତା ଦ୍ଵାରା ଦୂର ହେବ। ବ୍ୟବସାୟରେ ଉନ୍ନତି ହେବାଫଳରେ ଖୁସି ରହିବେ। ପ୍ରେମୀକ ପ୍ରେମିକାଙ୍କ ସାମଞ୍ଜସ୍ୟ ବୃଦ୍ଧି ହେବ। ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବ ନାହିଁ। ଶାରୀରିକ କଷ୍ଟ ଦୂର ହେବ। ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ। ନିଜର ଚତୁରତା ଓ ବିବେକ ବଳରେ ବିପରୀତ ପରିସ୍ଥିତିକୁ ନିଜ ସପକ୍ଷରେ ନେବେ। ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ।

ଧନୁ:-ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ। ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ। ସେୟାର ବଜାର ଓ ପୁଞ୍ଜି ନିବେଶ କରିଲେ ବହୁତ ଧନ ପ୍ରାପ୍ତ ହେବ। ମିତ୍ରଙ୍କ ଦ୍ଵାରା ସହାୟତା ମିଳିବ। ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ। ବିଦ୍ୟା କ୍ଷେତ୍ରରେ ଉନ୍ନତି ହେବ ଓ ମନ ଖୁସି ରହିବ। ରାଜନୀତି ମାମଲାରେ ସଫଳତା ମିଳିବ। ବରିଷ୍ଠବ୍ୟକ୍ତିଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବା ଫଳରେ ଆଧ୍ୟାତ୍ମିକ କ୍ଷେତ୍ରରେ ଉନ୍ନତି ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମକର:-କାରବାର ଓ କାର୍ଯ୍ୟ ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ। ଅଜଣା ବ୍ୟକ୍ତିଙ୍କ ଜରିଆରେ ଶୁଭ ସମାଚାର ମିଳିବ। କୌଣସି ମାଙ୍ଗଳିକ କାର୍ଯ୍ୟ ଆୟୋଜନରେ ଯୋଗ ଦେବେ। ଉଚିତ୍ପନ୍ଥା ଗ୍ରହଣ କରି ହସ ଖୁସିରେ ସମୟ ବିତେଇବେ। ଅଧିକାରୀଙ୍କଠାରୁ ସହଯୋଗ ମିଳିବ। କର୍ମକ୍ଷେତ୍ରରେ ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ଛାତ୍ର ଛାତ୍ରୀ ମାନଙ୍କର ସଂଘର୍ଷ ଦ୍ୱାରା ସଫଳତା ମିଳିବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:-ସନ୍ତାନଙ୍କର ଉନ୍ନତିରେ ହର୍ସୋଲ୍ଲାସ ବାତାବରଣ ପରିବାରରେ ଖେଳିଯିବ। କର୍ମକ୍ଷେତ୍ରରେ ଚତୁରତାସହ ଗତିକରି କାମ ହାସଲ କରିବେ। ଜାଗା, ଜମି, ସ୍ଥାବର ସମ୍ପତ୍ତି ସମ୍ବନ୍ଧୀୟ ସମସ୍ୟା ଦୂର ହୋଇଯିବ। ପ୍ରତିଷ୍ଠା, ପ୍ରତିପତ୍ତି ମାନସମ୍ମାନ ଓ କ୍ଷାତି ବଢିବ। ଅଟକି ଥିବା କାର୍ଯ୍ୟ ଚାଲୁ କରିବାକୁ ଉତ୍ସାହିତ ହେବେ। ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ। ସମସ୍ତ କାର୍ଯ୍ୟରେ ସଫଳତା ମିଳିବା ସହ ଶତୃର ବିନାଶ ହେବ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

ମୀନ:-ଶୁଭ ସମ୍ବାଦ ପାଇ ଶୀଘ୍ର ଯାତ୍ରା କରିବାକୁ ପଡିବ। ସାମାଜିକ ସ୍ତରରେ ସମ୍ମାନଲାଭ କରିବେ। ଅନ୍ୟମାନଙ୍କୁ ସାହାଯ୍ୟ କରିବା ପାଇଁ କୌଣସି ଆୟୋଜନ କରେଇବେ ତେଣୁ ଲୋକମାନେ ଆପଣଙ୍କୁ ସମ୍ମାନ ଦେବେ। ପ୍ରତେକ କ୍ଷେତ୍ରରେ ମାନସିକସ୍ଥିତି ସୁଦୃଢ ରହିବ। କର୍ମକ୍ଷେତ୍ରରେ କୌଣସି ଅସୁବିଧା ହେବ ନାହିଁ। ଆଇନ ଅଦାଲତ ଓ ପାରି ବାରିକ କ୍ଷେତ୍ରରେ ରହିଥିବା ସମସ୍ୟା ସମାଧାନ ହୋଇଯିବ। ପ୍ରତିକାର- ହଳଦୀ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!