ଦୈନିକ ରାଶିଫଳ: 12 ଜୁଲାଇ 2023, ବୁଧବାର, ଶ୍ରୀ ଗଣେଶଙ୍କ କୃପା ରହିବ ଏହି 3ଟି ରାଶି ଉପରେ, ମିଳିବ ଆର୍ଥିକ ସଙ୍କଟରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଗୁରୁ ଗୁରୁ ଜନଙ୍କ ଆଶୀର୍ବାଦ ବହୁକ୍ଷେତ୍ରରେ ସୁରକ୍ଷା ଦେବ। ଉପରିସ୍ଥଙ୍କ ଶ୍ରଦ୍ଧାଭାଜନ ହେଲେ ମଧ୍ୟ ଅଧସ୍ତନଙ୍କ ଈର୍ଷା ଓ ଅସହିଷ୍ଣୁତାର ଶିକାର ହୋଇ ପାରନ୍ତି। ବ୍ୟକ୍ତିଗତ ସୁଖ, ଦୁଃଖ ତଥା ମନର ଭାବ କେହି ଠିକ୍ ଭାବେ ଠଉରେଇ ପାରିବେ ନାହିଁ। ବ୍ୟବସାୟୀମାନେ ଧୈର୍ଯ୍ୟଧରୀ ପରିଶ୍ରମ ନ କଲେ ବ୍ୟବସାୟକୁ ରକ୍ଷା କରିବା କାଠିକର ପାଠ ହେବ। ପୁରାତନ ରୋଗର ପ୍ରକୋପରେ ହଇରାଣ ହରକତ ହେବେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ସଂମ୍ପତ୍ତି ସମ୍ବନ୍ଧିୟ ମାମଲା କାହାର ମଧ୍ୟସ୍ଥତା ଦ୍ଵାରା ଦୂର ହେବ। ସାମାଜିକ କାର୍ଯ୍ୟରେ ଯୋଗ ଦେଇ ସମ୍ପର୍କୀୟଙ୍କ ଠାରୁ ପ୍ରଶଂସା ପାଇବେ। ପ୍ରତେକ କ୍ଷେତ୍ରରେ ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ବ୍ୟବସାୟରେ ସଫଳତା ପୂର୍ବକ ସମସ୍ୟାର ସମାଧାନ ହେବ। ପରିବାରରେ ମନୋମାଳିନ୍ୟ ଥିଲେ ଆଜି ଚେଷ୍ଟାକଲେ ମେଣ୍ଟିଯିବ। ଆର୍ଥିକ ପରିସ୍ଥିତି ଉତ୍ତମ ଥିଲେ ମଧ୍ୟ ବସନ ଭୂଷଣରେ କିଛି ବ୍ୟୟ ଘଟିବ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ମିଥୁନ:-ପଡା ପଡୋଶୀ ବନ୍ଧୁ ମିତ୍ରଙ୍କ ବ୍ୟବହାରରେ ମନ ଶାନ୍ତ ହେବ। ଶୁଭ ସମାଚାର ଶୁଣିବାକୁ ମିଳିବ। ସମସ୍ତ ସମସ୍ୟାର ସମାଧାନ କରି ସତ୍ୟର ସାମ୍ନା କରିବାକୁ ପଡିବ। ସମୟ ଅନୁକୂଳ ହୋଇ ଥିବାରୁ କାର୍ଯ୍ୟ ପୁରଣରେ ସହଜ ହେବ। ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ। ଚେଷ୍ଟା କଲେ କାହାକୁ ଦେଇଥିବା ଧନ ମିଳିଯିବ। ପରିବାର ଜନଙ୍କ ସାହାଯ୍ୟ ଦ୍ଵାରା ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ। ପ୍ରତିକାର-ଅଷ୍ଟଗନ୍ଧ ତିଳକ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

କର୍କଟ:-ଅବହେଳିତ ଲୋକଙ୍କ ସହ ମିଳାମିଶା କରି ପ୍ରଶଂସିତ ହେବେ। ସନ୍ତାନ ସନ୍ତତିଙ୍କ ଦିଗରୁ ଶୁଭ ସମ୍ବାଦପାଇ ଖୁସିହେବେ। ଆର୍ଥିକ କ୍ଷେତ୍ରରେ କୌଣସି ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେବା ପୂର୍ବରୁ ବୁଝି ବିଚାରି କର୍ମ କରିବା ଉଚିତ୍। ଅଧ୍ୟୟନରେ ଅଧିକ ପରିଶ୍ରମ କରିବା ଆବଶ୍ୟକ। ରାଜନୀତିରେ ସମାଲୋଚିତ ହୋଇ ଭାବମୂର୍ତ୍ତି କ୍ଷୁର୍ଣ୍ଣ ହୋଇପାରେ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:-ସହକର୍ମୀଙ୍କ ଠାରୁ ଆଶାତୀତ ସହଯୋଗ ମିଳିବ। କଳା, ସାହିତ୍ୟ, କ୍ରିଡା, ଚଳଚିତ୍ର, ଓ ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ମାଆ ବାପା ଓ ଗୁରୁଜନଙ୍କ ଆଶୀର୍ବାଦ ପ୍ରାପ୍ତ ହେବ। ବନ୍ଧୁ ମିତ୍ରଙ୍କ ଆଗମନ ହେବ। କିଛି ଅସୁବିଧା ନଥିଲେ ମଧ୍ୟ କର୍ମକ୍ଷେତ୍ରରେ କୌଣସି କାରଣକୁ ନେଇ ଟେନସନ୍ ଲାଗିବ। ଆୟ ତୁଳନାରେ ବ୍ୟୟ ଅଧିକ ହୋଇପାରେ। ଭୌତିକ ଓ ଆଧ୍ୟାତ୍ମିକ ମାମଲାରେ ବ୍ୟସ୍ତ ରହିବେ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

କନ୍ୟା:-ବାଦବିବାଦ, ମାଲିମୋକଦ୍ଦମାରେ କୃତକାର୍ଯ୍ୟ ହେବେ। ବିତିଯାଇଥିବା ମାମଲାରେ ସଫଳତା ମିଳିବ। କାର୍ଯ୍ୟ କ୍ଷେତ୍ରରେ ଲାଭ ଉଠେଇବେ। ପଡୋଶୀଙ୍କ ସହିତ ଲାଗିଥିବା ବିବାଦ ଦୂର ହେବ। ଉଦାସୀନତା ଓ ନକରାତ୍ମକ ପ୍ରବୃତ୍ତିକୁ ଛାଡିବା ପାଇଁ ପ୍ରୟାସ କରିବେ। ପାର୍ଟନର୍ସିପ୍ କ୍ଷେତ୍ରରେ ଆଖିବନ୍ଦ କରି କୌଣସି ପଦକ୍ଷେପ ନିଅନ୍ତୁ ନାହିଁ। ଭଲଭାବରେ ଚିନ୍ତାକରି କାମକଲେ କୌଣସି ଅସୁବିଧାର ସମ୍ମୁଖୀନ ହେବେ ନାହିଁ। ପ୍ରତିକାର- ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।

ତୁଳା:-ଶତୃମାନେ ଦୂରେଇ ଯିବେ। ଅର୍ଥ ସଂଗ୍ରହ ଅଭିଯାନ କରି ସଫଳତା ପାଇବେ। ପରିବହନ ବ୍ୟବସାୟରେ ବିଶେଷ ଲାଭବାନ ହେବେ। ବନ୍ଧୁମାନେ ସାହାଯ୍ୟ ସହଯୋଗ କରିବା ଫଳରେ ପ୍ରତିଯୋଗୀ ପରୀକ୍ଷାର ପରିମାଣ ଅନୁକୂଳ ହେବା ଦ୍ୱାରା ଚାରିଗୁଣ ଖୁସି ବଢ଼ିଯିବ। ଆଇନ ଅଦାଲତ ତଥା ଲେଖାପଢାରୁ ଶୁଭଫଳ ମିଳିବ। ଦାମ୍ପତ୍ୟ ସୁଖରେ ସୁଖୀ ହେବେ। ଧାର୍ମିକ ଅନୁଷ୍ଠାନ କାମରେ ପ୍ରଶଂସା ମିଳିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବିଚ୍ଛା:-ଅଚାନକ ଧନ ପ୍ରାପ୍ତି ହେବା ସହ ମାନ ସମ୍ମାନ ବୃଦ୍ଧି ହେବ। କାର୍ଯ୍ୟକ୍ଷେତ୍ରରେ ଗଠନ ମୂଳକ ପ୍ରସ୍ତାବ ନେଇ ପ୍ରଶଂସିତ ହେବେ। ଶିକ୍ଷାକ୍ଷେତ୍ରରେ ପରିଶ୍ରମ ଫଳରେ ସଫଳ ହେବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳ ହେବେ। ଆୟରସ୍ରୋତ ଖୋଲିଯିବାସହ ଆୟ ଉପାର୍ଜ୍ଜନର ବୃଦ୍ଧି ଯୋଗେ ଋଣରୁ ମୁକ୍ତି ମିଳିବ। ଅଧିକାରୀଙ୍କଠାରୁ ସହଯୋଗ ପାଇ କର୍ମକ୍ଷେତ୍ରରେ ଜବରଦସ୍ତି ଉନ୍ନତି ଓ ନ୍ୟାୟମିଳିବ। ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ।

ଧନୁ:-ଦୀର୍ଘ ସମୟରୁ ପ୍ରତୀକ୍ଷିତ ଖବର ପାଇ ଖୁସି ହେବେ। କାର୍ଯ୍ୟ କ୍ଷେତ୍ରରେ ଶତୃମାନେ ପରାଜିତ ହେବେ। ସେବା ଭବନରେ ଉଦଦ୍ବୁଦ୍ଧ ହୋଇ ଅନେକଙ୍କର କଲ୍ୟାଣ କରିବା ସୁଯୋଗ ପାଇବେ। ଛାତ୍ରଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ, ଖେଳ, କୁଦ ଓ ପ୍ରତିଯୋଗିତାରେ ପ୍ରଶଂସା ପାଇବେ। ଆଚାର ଓ ବ୍ୟବହାରରେ ଶାନ୍ତ ହୋଇ କାର୍ଯ୍ୟ କରି ନିଅନ୍ତୁ। ବନ୍ଧୁ ମିତ୍ରଙ୍କ ଉପଦେଶକୁ ଖରାପ ନଭାବି ମାନି ନେବା ହିତକର ହେବ। ପ୍ରତିକାର- ଦ୍ରୁଷ୍ଟିହୀନ ଲୋକଙ୍କୁ ସାହାଯ୍ୟ କରନ୍ତୁ।

ମକର:-ପରିବାରର ସଦସ୍ୟଙ୍କ ସ୍ନେହ ଶ୍ରଦ୍ଧା ବୃଦ୍ଧି ହେବ। ଗୁରୁଜନ ଓ ବୃଦ୍ଧଜନଙ୍କ ସେବା କଲେ ଅନେକ ଆଶୀର୍ବାଦ ପାଇବେ। ଭୋଗ ବିଳାସକୁ ତୁଚ୍ଛ ମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାଭଳି ମାନ୍ୟତା ଦେବେ। ବୃତ୍ତିଗତ ଦୃଷ୍ଟିରୁ ସୁରକ୍ଷିତ ରହିବେ। ଏହି ସମୟରେ ସମାନ ବିଚାରଧାରା ଲୋକଙ୍କ ଦରକାର ଅନୁଭବ ହେବ। ବ୍ୟବସାୟ କ୍ଷେତ୍ରରେ କଠିନ ପରିଶ୍ରମ କରିବାକୁ ପଡିବ। ବାଦବିବାଦରୁ ଦୂରତା ରକ୍ଷା କରନ୍ତୁ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

କୁମ୍ଭ:-ସ୍ୱାର୍ଥ ପ୍ରବୃତ୍ତିର ଶୀକାର ହୋଇ ସମ୍ପର୍କର ମଧୁର ସ୍ୱାଦ ଅନୁଭବ କରିବେ। ବନ୍ଧୁଙ୍କ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିପାରିବେ। ମନରେ ଭୟ ଆଶଙ୍କା ଦୂରେଇ ଯାଇ ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ। ଅଧ୍ୟୟନ-ଅଧ୍ୟାପନା କାର୍ଯ୍ୟରେ ବ୍ୟସ୍ତ ରହି ବିଦ୍ୟାରେ ଉନ୍ନତି ହେବାରୁ ମନ ଖୁସି ରହିବ। ବ୍ୟବସାୟିମାନେ ନୂତନ ଯୋଜନା ପ୍ରସ୍ତୁତ କରିବେ ଓ ପରୀକ୍ଷା ପ୍ରତିଯୋଗିତାରେ ଶୁଭଫଳ ମିଳିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମୀନ:-ଦାମ୍ପତ୍ୟ ଜୀବନରେ ମଧୁରତା ସୃଷ୍ଟି ହୋଇ ସମ୍ବନ୍ଧରେ ପ୍ରଗାଢତା ଆସିବ। ବନ୍ଧୁଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ। ବ୍ୟବସାୟୀମାନେ ଧନଲାଭ କରିବାର ସୁଯୋଗ ପାଇବେ। ଶତୃମାନେ ମିତ୍ରଭାବ ଆଚରଣ କରିବେ। ପିଲାମାନଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ। ବାଦବିବାଦ, ମାଲିମୋକଦ୍ଦମାରେ ସଫଳହେବେ। କଳାସଙ୍ଗୀତ, ନୃତ୍ୟ ଗୀତ ଓ ମନୋରଞ୍ଜନ କାର୍ଯ୍ୟ କ୍ରମରେ ମଜ୍ଜି ରହିବେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!