ଦୈନିକ ରାଶିଫଳ: 12 ଜୁଲାଇ 2024, ଶୁକ୍ରବାର, ମା’ ସନ୍ତୋଷୀଙ୍କ କୃପା ରହିବ ଏହି 2ଟି ରାଶି ଉପରେ, ମିଳିବ କିଛି ବଡ ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଶତୃମାନଙ୍କୁ ମିତ୍ର କରିବା ପାଇଁ ପ୍ରୟାସରତ ରହିବେ। ଆର୍ଥିକ ମାମଲାରେ ସ୍ଥାୟିତ୍ଵ ଆସିବ। ଧୈର୍ଯ୍ୟ ଓ ସାହସ ଦ୍ଵାରା ସମସ୍ତ କାର୍ଯ୍ୟରେ ସଫଳତା ମିଳିବ। ଅଧା-ଅଧୁରାଥିବା କାର୍ଯ୍ୟ ପୂରଣ ହେବ। ଶାରୀରିକ ସୁସ୍ଥତା ଅନୁଭବ କରିବେ। କୌଣସି ସାର୍ବଜନୀନ ଉତ୍ସବରେ ଯୋଗଦାନ କରିବେ। ପ୍ରତିଯୋଗୀତା, ପରୀକ୍ଷା ଓ ପ୍ରତିସ୍ପର୍ଦ୍ଧାରେ ସଫଳତା ମିଳିବ। ବ୍ୟବସାୟ କ୍ଷେତ୍ରରେ ନୂଆ ପରିବର୍ତ୍ତନ ହେବାର ସମ୍ଭାବନା ଅଛି। ପ୍ରତିକାର- ନାଲି ରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ବ୍ୟବସାୟରେ ସାମାନ୍ୟ ଲାଭବାନ ହେବେ। ଗୃହରେ ଭାତୃବିବାଦ, ପଡ଼ୋଶୀକଳହ, ଜମିପାଇଁ ମାଲିମକଦ୍ଦମାର ସମାଧାନ ହେବ। ରାଜନୈତିକ କ୍ଷେତ୍ରରେ ଯଶ, ମାନ ବୃଦ୍ଧି ହେବ। ପଦସ୍ଥବ୍ୟକ୍ତି ଓ ବରିଷ୍ଠ ବ୍ୟକ୍ତିଙ୍କ ସାହାଯ୍ୟରେ ଅଟକିଥିବା କାର୍ଯ୍ୟ ପୂରଣ ହେବ। ଆକସ୍ମିକ ଦୁର୍ଘଟଣାରୁ ଅଳ୍ପକେ ରକ୍ଷା ପାଇବେ। ଅନେକ କ୍ଷେତ୍ରରେ ଦୋଦୁଲ୍ୟମାନ ପରିସ୍ଥିତି ସୃଷ୍ଟି ହେବ। ଅନାବଶ୍ୟକ ଖର୍ଚ୍ଚ ଓ ଭ୍ରମଣ ଯୋଗେ ବ୍ୟଥିତ ହେବେ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ମିଥୁନ:-ଶୁଭ ସମାଚାର ଶୁଣି ଧୈର୍ଯ୍ୟ ଓ ସାହସ ବୃଦ୍ଧି ପାଇବ। ଶତ୍ରୁମାନେ ମିତ୍ରବତ କାର୍ଯ୍ୟ କରିବେ। ବିଦେଶ ଯାତ୍ରା ଫଳରେ ଅଟକିଥିବା ଅର୍ଥ ପ୍ରାପ୍ତି ହେବ। ଅନେକ ସମସ୍ୟାର ସମାଧାନ ହୋଇ ଯଶ ଲାଭ ଓ ନୂତନ ବାହନଆଦି ପ୍ରାପ୍ତିହେବ। ବିଭିନ୍ନ କାର୍ଯ୍ୟରେ ବାଧା ସୃଷ୍ଟି ହେଲେ ମଧ୍ୟ ନିରାକରଣ ଓ ସମାଧାନ କରିପାରିବେ। ପୂର୍ବରୁ କରିଥିବା ତୃଟିର ପଶ୍ଚାତାପ କରି ନିରବ ରହିବା ଫଳରେ ଲୋକମାନେ ଦୁର୍ବଳତା ଭାବିବେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-ଶାରିରୀକ ସୁସ୍ଥତା ଦେଖା ଦେବ। ଶତୃ, ରୋଗ, ଋଣରୁ ମୁକ୍ତି ହେବେ। କର୍ମକ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବେ ଓ ପଦୋନ୍ନତି ପାଇବାର ରାସ୍ତା ପରିଷ୍କାର ହୋଇ ଯିବ। ଅବିବାହିତ ଯୁବକ-ଯୁବତୀମାନଙ୍କର ବିିଭିନ୍ନ ସ୍ଥାନରୁ ପ୍ରସ୍ତାବ ମାନ ଆସିବ। ଛାତ୍ର-ଛାତ୍ରୀମାନେ ଉଚ୍ଚ ଶିକ୍ଷାରେ ସମ୍ମାନିତ ହେବେ। ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ। ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ସିଂହ:-ସରକାରୀ କର୍ମଚାରୀମାନେ ସହକର୍ମୀମାନଙ୍କଠାରୁ ସାହାଯ୍ୟ, ସହଯୋଗ ପାଇ କର୍ମ କ୍ଷେତ୍ରରେ ସୁନାମ ଅର୍ଜନ କରିବେ।ଛାତ୍ର ଛାତ୍ରୀମାନେ ଉଚ୍ଚ ଶିକ୍ଷା କ୍ଷେତ୍ରରେ ସଫଳତା ଲାଭ କରିବେ। ନୂତନ କର୍ମ ନିଯୁକ୍ତି ପାଇଁ ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତକାରରେ ଉତ୍ତିର୍ଣ୍ଣ ହେବେ। ବ୍ୟବସାୟରେ କୌଣସି ଜଟିଳ ସମସ୍ୟାର ସମାଧାନ ହୋଇ ଉନ୍ନତି ଲାଭ ପ୍ରାପ୍ତି ହେବ।ପ୍ରିୟଜନ ମାନଙ୍କୁ ଆର୍ଥିକ ଓ ଭାବନାତ୍ମକ ସାହାଯ୍ୟ କରିବେ। ପ୍ରତିକାର- ମିଶ୍ରିଟିକେ ଖାଇ ଘରୁ ବାହାରନ୍ତୁ।

କନ୍ୟା:-ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ। ବନ୍ଧୁ ବାନ୍ଧବଙ୍କଠାରୁ ସାହାଯ୍ୟ ସହଯୋଗ ପାଇ ପରିବାରରେ ଶାନ୍ତି ଦେଖା ଦେବ। ଛାତ୍ର ଛାତ୍ରୀମାନେ ମାନସିକ ବୌଦ୍ଧିକ ଓ ଭାବନାତ୍ମକ ରୂପରେ ଅଧିକ ସକ୍ଷମ ହେବେ। ଉତ୍ତମ ରୋଜଗାର ହେଲେ ମଧ୍ୟ ଗୃହୋପକରଣ କ୍ରୟ କରିବା ଯୋଗେ ବ୍ୟୟ ଅଧିକ ହେବ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ। ଯେ କୌଣସି କାମରେ ହାତ ଦେଲେ, ସେଥିରେ ସଫଳତା ପାଇବେ। ପ୍ରତିକାର- ଆମିଷ ସେବନ କରନ୍ତୁ ନାହିଁ।

ତୁଳା:-ସନ୍ତାନ ସନ୍ତତି ମାନଙ୍କପାଇଁ ଖୁସି ରହିବେ। ଅସନ୍ତୋଷ, କ୍ଷୋଭ ଓ ଅବଶୋଷ ଦୂରେଇ ଯିବ। କମିଶନ କାର୍ଯ୍ୟରେ ଲାଭ ହେବାର ସମ୍ଭାବନା ଅଛି। ପରିବାରରେ ଅପ୍ରୀତିକର ପରିସ୍ଥିତି ଦୂରେଇ ଯିବ। ବ୍ୟବସାୟରେ ସାମାନ୍ୟ ଆର୍ଥଲାଭ ହେବ। କର୍ମ କ୍ଷେତ୍ରରେ ନିଜର ପ୍ରତିଷ୍ଠା ଓ ସୁନାମ ବଢିବ। ଆୟ ମଧ୍ୟ ଉତ୍ତମ ହେବ। ଭୁଲ ସଂବାଦ ଶୁଣି ଦ୍ଵନ୍ଦରେ ପଡି ପାରନ୍ତି। ମାନସିକ ଦୁଃଶ୍ଚିନ୍ତା ଦେଖାଦେଇ ପାରେ। ପ୍ରତିକାର:- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-ବ୍ୟବସାୟ ସଂସ୍ଥାନ ସଫଳ ଦାୟକ ହେବ। ନିଜର ବୁଦ୍ଧି, ବିବେକ ଖଟାଇ ଅନେକ ସମସ୍ୟାର ସମାଧାନ କରିପାରିବେ। ସମ୍ମାନର ସହିତ ଦିନଚର୍ଯ୍ୟା କରି ଚଳିବାରେ ବାଧା ଉପୁଜିବ ନାହିଁ। ଆମୋଦ ପ୍ରମୋଦ, ମନୋରଞ୍ଜନ କାର୍ଯ୍ୟରେ ସାମିଲ ହୋଇ ଦୀର୍ଘଯାତ୍ରା, ଛୋଟ ବଡ ମିଟିଙ୍ଗୀରେ ଯୋଗ ଦେବେ। ଉଦର ପୀଡାରେ ପ୍ରଭାବିତ ହୋଇ ପାରନ୍ତି। ଦୂରସ୍ଥାନକୁ ଯାତ୍ରା କଲେ କଷ୍ଟ ଅନୁଭବ କରିବେ। ପ୍ରତିକାର- ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।

ଧନୁ:-ଶିକ୍ଷାର୍ଥୀମାନେ ଅଧ୍ୟୟନରେ ମନ ଯୋଗ ଦେବେ। ଧର୍ମ କାର୍ଯ୍ୟରେ ଯୋଗଦେଇ ଦେବଦର୍ଶନ କରିବେ। ପାରିବାରିକ ଜୀବନ ଆନନ୍ଦରେ କଟିବ। ପେଶା, ବ୍ୟବସାୟ, ଭାଗୀଦାରୀ ଓ ବନ୍ଧୁମିତ୍ରଙ୍କଦ୍ଵାରା ଲାଭବାନ ହେବେ। ପଦସ୍ଥ ବ୍ୟକ୍ତିଙ୍କ ସହ କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ। ରାଜନୈତିକ କ୍ଷେତ୍ରରେ କେବେ ବି ଆଗକୁହା ନ ହୋଇ କର୍ମନିଷ୍ଠା ମଧ୍ୟରେ ନିଜକୁ ସୀମିତ ରଖିବା ହିତକର ହେବ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-ସ୍ୱାସ୍ଥ୍ୟରେ ଉନ୍ନତି ପରିଲିକ୍ଷିତ ହେବା ସହ ମାନସିକଶାନ୍ତି ପାଇବେ। ଶିକ୍ଷାର୍ଥୀମାନେ ଆତ୍ମବିଶ୍ଵାସ ଓ ଦୃଢତା ଯୋଗେ ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ବିଜୟୀ ହେବେ। ପରିବାରର ମାମଲା ଘରୋଇ ସମସ୍ୟାର ସମାଧାନ ହେବ। ପୁଞ୍ଜିଲଗାଣ, ଉଦ୍ୟୋଗ, ଧନ ଆଦାନପ୍ରଦାନରେ ଲାଭବାନ୍ ହେବେ। କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ। ଆୟରସ୍ରୋତ ଖୋଲିଯିବ। ରାଜନୈତିକ କ୍ଷେତ୍ରରେ ଆଶା ମୁତାବକ ଫଳ ପାଇବେ। ପ୍ରତିକାର- ମହୁଟିକେ ଖାଇ ଘରୁ ବାହାରନ୍ତୁ।

କୁମ୍ଭ:-ନୂତନ ଯୋଜନାର କ୍ରିୟାନ୍ୱିତ କରିବେ। କର୍ମକ୍ଷେତ୍ରର ସମସ୍ୟାକୁ ସମାଧାନ କରି ସମ୍ମାନ ପାଇବେ। ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ସମସ୍ତ ସମସ୍ୟାର ସମାଧାନ କରି ସତ୍ୟର ସାମ୍ନା କରିବାକୁ ପଡିବ। ପାରିବାରିକ ଜୀବନ ସୁଖମୟ ହେବ। ବ୍ୟବସାୟରେ ସଫଳତା ହାସଲ କରିବେ। ଗୃହସମସ୍ୟା ସମାଧାନ ହୋଇଯିବ। ଆୟ ଅପେକ୍ଷା ବ୍ୟୟ ବୃଦ୍ଧିପାଇବ। ସ୍ଵାସ୍ଥ୍ୟହାନିର ମଧ୍ୟ ଆଶଙ୍କା ରହିଛି। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ମୀନ:-ସହଯୋଗୀଙ୍କର ପୂର୍ଣ୍ଣ ସହଯୋଗ ପାଇ ସରକାରୀ କର୍ମଚାରୀ ମାନଙ୍କର ଉନ୍ନତି ହେବ। ପତି-ପତ୍ନିଙ୍କ ମଧ୍ୟରେ ଥିବା ମତାନ୍ତର ଦୂରେଇ ଯିବ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। ବ୍ୟବସାୟରେ ଉତ୍ତମ ଲାଭହେବ। ନିଜ ଲୋକମାନେ ଶତୃତା ଆଚରଣ କରିବେ, ଅପଦସ୍ତ, ମାନହାନୀ, ଚୌରଭୟ ଦେଖାଦେବ। ଟେନ୍ସନ୍, ଡିପ୍ରେସନ୍ ଓ ବୈଚାରିକ ଅସ୍ଥିରତା ଭିତରେ ଗତି କରିବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!