ଦୈନିକ ରାଶିଫଳ: 12 ଡିସେମ୍ବର 2023, ମଙ୍ଗଳବାର, ମା’ ମଙ୍ଗଳାଙ୍କ କୃପା ରହିବ ଏହି 2ଟି ରାଶି ଉପରେ, ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ପାରିବାରିକ ସୁଖଶାନ୍ତି ବୃଦ୍ଧି ହେବ। ସାମାଜିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ। ପ୍ରେମପ୍ରସଙ୍ଗରେ ସଫଳତା ମିଳିବ। ଗୃହୋପକରଣ କ୍ରୟ କରିବା ପାଇଁ ମନ ବଲେଇବେ ଓ ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ। ପରିବାରର ସମ୍ପର୍କୀୟଙ୍କ କୌଣସି ଘଟଣା ଯୋଗୁଁ ବ୍ୟତିବ୍ୟସ୍ତ ହୋଇଯିବେ। କୌଣସି କଥାବର୍ତ୍ତାକୁ ନେଇ ପ୍ରତାରିତ ହେବାର ଆଶଙ୍କା ଉପୁଯିବ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ସରକାରୀ କାମରେ ପରିଶ୍ରମର ପରିଣାମ ମିଳିବ। ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଯଶ ମାନ ବୃଦ୍ଧି ସହିତ ଉତ୍ତମ ଆୟର ପଥ ପରିଷ୍କାର କରିବେ। ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ। ଭାଗ୍ୟୋନ୍ନତି, ଯଶମାନ ପ୍ରତିଷ୍ଠା ଲାଭର ଯୋଗ ଅଛି। ସନ୍ତାନର ବିଦ୍ୟାରେ ଉନ୍ନତି ଖବର ପାଇ ଖୁସି ହେବେ। କାରଣ ସମସ୍ତ କାର୍ଯ୍ୟରେ ଶୁଭଫଳ ପ୍ରାପ୍ତି ହେବ। କ୍ଷମତା ଶକ୍ତି ବଳରେ ନିଜର ସମୟ ବିତାଇବେ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

ମିଥୁନ:-ଶିଳ୍ପ, ବାଣିଜ୍ୟ, ପରିବହନ ବ୍ୟବସାୟ ଓ ନିର୍ମାଣକ୍ଷେତ୍ରରେ ଉନ୍ନତମାନର ଫଳ ପାଇବେ। ବିରୋଧିମାନେ ଦୂରେଇ ଯିବେ।ଉଚ୍ଚଆଶା ସଫଳ ହେବ। ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ। ସାର୍ବଜନୀନ ସମ୍ପର୍କରେ ନିଜର ବ୍ୟକ୍ତିତ୍ଵ ବିକଶିତ ହେବ। ଧନସମ୍ପଦ, ବସ୍ତ୍ରଭୂଷଣ ଆଦି ଲାଭହେବ। ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ କରିବାକୁ ଆଜି ଚେଷ୍ଟା କରିବେ। ସୁଖ ଶାନ୍ତିରେ ଦିନଟି କାଟିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-ସନ୍ତାନଙ୍କ ସମ୍ବନ୍ଧୀୟ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ। ପଡୋଶୀ ଏବଂ କୁଟୁମ୍ବଙ୍କ ସହ କଳିତକରାଳ ଥିଲେ ମେଣ୍ଟିଯିବ। ସରକାରୀ ଚାପ ପଡିଲେ ମଧ୍ୟ ରାଜନୀତିରେ ସଫଳତା ମିଳିବ। କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ। ଶତ୍ରୁ ବା ବିରୋଧୀ ମାନେ ସକ୍ରିୟ ହେଲେମଧ୍ୟ କିଛି କ୍ଷତି କରିପାରିବେ ନାହିଁ। ସୁଯୋଗ ହାତପାହାନ୍ତାରେ ଥିଲେ ମଧ୍ୟ ଶେଷ ସମୟରେ ହରାଇ ମନ ବ୍ୟସ୍ତ ହେବ। ପ୍ରତିକାର- ଦିବ୍ୟାଙ୍ଗଙ୍କୁ ସାହାଯ୍ୟ କରନ୍ତୁ।

ସିଂହ:-କର୍ମକ୍ଷେତ୍ରରେ ସମସ୍ୟା ଦେଖାଦେଲେ ମଧ୍ୟ ସଫଳତା ହାସଲ କରିବେ ଓ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ମିଳିବ। ବନ୍ଧୁ ମିତ୍ରଙ୍କଠାରୁ ସାହାଯ୍ୟ ସହଯୋଗ ପାଇ ଆର୍ଥିକ ସମସ୍ୟା ଦୂର ହୋଇଯିବ। ବ୍ୟବସାୟରେ ସଫଳତା ଅର୍ଜନ କରି ଆଶାତୀତ ଲାଭ ଉଠେଇବେ। ସ୍ୱାସ୍ଥ୍ୟସମସ୍ୟା ସୁଧୁରିଯାଇ ମାନସିକ ଶାନ୍ତି ମିଳିବ। ଫୋନ ବା ଇଣ୍ଟରନେଟ୍ ରେ ନୂତନ ବନ୍ଧୁଙ୍କ ସହିତ ଯୋଗାଯୋଗ ହେବା ଫଳରେ ମନଖୁସୀ ରହିବ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

କନ୍ୟା:-ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ଆୟ ବୃଦ୍ଧି ହେବା ଫଳରେ ଆର୍ଥିକ ଉନ୍ନତି ହେବ। ଶାରୀରିକ ସୁସ୍ଥତା ସହ ମାନସିକ ସ୍ଥିରତା ଦେଖାଦେବ। ଯେକୌଣସି ନୂତନକାର୍ଯ୍ୟ କରିବେ କିମ୍ବା ଯୋଜନା ପ୍ରସ୍ତୁତ କରିବେ ଭବିଷ୍ୟତ ପାଇଁ ଅତ୍ୟନ୍ତ ଶୁଭ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର କରି ପ୍ରବଳ ଲାଭ ପାଇବେ। କୁଳଶ୍ରେଷ୍ଠ ଓ କୀର୍ତ୍ତିଶାଳୀ ଭଳି ଦିବ୍ୟ ଗୁଣ ଗୁଡିକ ବିକାଶ ହେବ। ଦୁଃଖୀ ଲୋକଙ୍କୁ ସାହାଯ୍ୟ କରିବେ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

ତୁଳା:-ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ। ବ୍ୟବସାୟରେ ଉତ୍ଥାନ ପତ୍ତନର ସମ୍ମୁଖୀନ ହେଲେ ମଧ୍ୟ ନିଜ ପରିଶ୍ରମରେ ସଫଳତା ପାଇବେ। ପରିବାର ଜନଙ୍କ ସହିତ ସମୟ ବିତେଇ ପାରିଲେ ନିଜକୁ ସୁରକ୍ଷିତ ଅନୁଭବ କରିବେ। ନିଜର ଚତୁରତା ଓ ବିବେକ ବଳରେ ବିପରୀତ ପରିସ୍ଥିତିକୁ ନିଜ ସପକ୍ଷରେ ଆଣି ପାରିବେ। ଖାଦ୍ୟପେୟ ପ୍ରତି ବିଶେଷ ଧ୍ୟାନଦେଇ ବ୍ୟାୟାମ କରିବା ଆବଶ୍ୟକ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-ସହକର୍ମୀମାନଙ୍କ ସହ ବାଦବିବାଦର ଅବସାନ ଘଟି ପ୍ରଶଂସିତ ହେବେ। ରାଜନୈତିକ କ୍ଷେତ୍ରରେ ଶତ୍ରୁମାନେ ମିତ୍ରବତ କାର୍ଯ୍ୟ କରିବେ। ପୈତୃକସମ୍ପତ୍ତି ନେଇ ପାରିବାରିକ ଦ୍ୱନ୍ଦ ଦୂରେଇ ଯିବ। ଆୟ ଉପାର୍ଜନ ବୃଦ୍ଧି ହେବା ଫଳରେ ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇବେ। ଶୁଭ ସମ୍ବାଦ ପାଇ ଶୀଘ୍ର ଯାତ୍ରା କରିବାକୁ ବାଧ୍ୟ ହେବେ। ବ୍ୟବସାୟରେ ଉଧାର ଦେଇ ଫେରି ପାଇବା ସହଜ ହେବ। ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ। ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ।

ଧନୁ:-ସାମାଜିକ ପତିଆରା ଅମଳିନ ରହିବ। ଉଚ୍ଚପଦାଧିକାରୀଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇ ଅନେକ କ୍ଷେତ୍ରରେ ସ୍ଵାଭିମାନ ରକ୍ଷାକରି ପ୍ରଶଂସିତ ହେବେ। ଶିଳ୍ପ, ବାଣିଜ୍ୟ, ପ୍ରଶାସନକ୍ଷେତ୍ରରେ କର୍ମରତ ଥିବା ବ୍ୟକ୍ତିମାନେ ସମସ୍ୟାକୁ ସୁଧାରି ନବା ଫଳରେ କର୍ମକ୍ଷେତ୍ର ସୁଦୃଢ଼ ହେବ। ବିଦ୍ୟାରେ ଉନ୍ନତି ହେବା ସହ ଶୁଭ ସମାଚାର ମିଳିପାରେ। ଅଫିସ୍ ପରିସ୍ଥିତି ଯେତେ ଜଟିଳ ଥିଲେ ମଧ୍ୟ ସମାଧାନ କରି ପ୍ରଶଂସିତ ହେବେ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।

ମକର:-ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ। ନୂଆ ଜ୍ଞାନର ବୃଦ୍ଧି ହେବ। ବ୍ୟବସାୟ କ୍ଷେତ୍ରରେ ବନ୍ଧୁ ମିତ୍ରମାନଙ୍କର ସହଯୋଗରେ ଆର୍ଥିକ ଦିଗରୁ ସୁବିଧା ପାଇବେ। କର୍ମଚାରୀମାନେ ଅତ୍ୟଧିକ କାର୍ଯ୍ୟ ଚାପ ଯୋଗୁ ଶାରିରୀକ ଓ ମାନସିକ କଷ୍ଟ ଭୋଗି ପାରନ୍ତି। ରାଜନୈତିକ କ୍ଷେତ୍ରରେ ଅପବାଦ ଅପଯଶ ମିଳିପାରେ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର-ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:-ପାରିବାରିକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। ଦାମ୍ପତ୍ୟ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ। ବନ୍ଧୁଙ୍କ ସହ ମାନ ମନାନ୍ତର ଦୂର ହେବ। ରାଜନୈତିକ କ୍ଷେତ୍ରରେ ଯଶ, ମାନ ବୃଦ୍ଧି ହେବ। ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରି ପ୍ରଶଂସିତ ହେବେ। ସରକାରୀ କ୍ଷେତ୍ରରେ ଉନ୍ନତିହେବ। ବ୍ୟବସାୟରେ ଲାଭବାନ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମୀନ:-ରାଜନୀତି କ୍ଷେତ୍ରରେ ଆନ୍ତରିକ ମୂଲ୍ୟାଙ୍କନର ଅନୁଭୂତି ଜାଗ୍ରତ ହେବ ଓ ଜନ ସମ୍ପର୍କ ବୃଦ୍ଧି ପାଇବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ମିତ୍ରମାନଙ୍କ ଦ୍ଵାରା ଲାଭ ପାଇବେ। ଛାତ୍ରଛାତ୍ରୀ ମାନଙ୍କର ଉଚ୍ଚଶିକ୍ଷା ପାଇଁ ଆଗ୍ରହ ବୃଦ୍ଧି ପାଇବା ସହ ପଢାପଢିରେ ମନଯୋଗ ଦେବେ। ପରିବାରରେ ଅଯଥା ଝଗଡ଼ା ବଢ଼ିଯିବା ଫଳରେ ନିଜେ ଲଜ୍ଜିତ ହେବେ। ମନକୁ ଆଘାତ ଲାଗିଲାପରି କଥା ଶୁଣିବାକୁ ପାଇବେ। ପ୍ରତିକାର- ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!