ଦୈନିକ ରାଶିଫଳ: 12 ଡିସେମ୍ବର 2024, ଗୁରୁବାର, ମା’ ଲକ୍ଷ୍ମୀଙ୍କ କୃପା ରହିବ ଏହି 3ଟି ରାଶି ଉପରେ, ମିଳିବ କିଛି ବଡ ଖୁସିଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ନିଜର ବୁଦ୍ଧି, ବିବେକ ଖଟାଇ ସମସ୍ୟା ସମାଧାନ କରି ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବଜାୟ ରଖିବେ। କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ପାରିବାରିକ ଜୀବନରେ ଶାନ୍ତି, ଭାଇ ଓ ଭଉଣୀ ମାନଙ୍କ ସହିତ ଉତ୍ତମ ସମ୍ପର୍କ ରହିବ। କଠିନ ପରିଶ୍ରମ କରିବା ଯୋଗୁ ଶାରରୀକ ଅସୁସ୍ଥତା ଦେଖା ଦେଇ ପାରେ। ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳିବା ଉଚିତ୍। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବ। ରାଜନୀତିରେ ସମ୍ମାନର ସହିତ କୃତକାର୍ଯ୍ୟ ହେବେ। ଅର୍ଥ ଉପାର୍ଜନରେ ଏକନିଷ୍ଠ ହେବେ। ଋଣମୁକ୍ତି ହେବାପାଇଁ ଯୋଜନା ପ୍ରସ୍ତୁତ କରି ପାରିବେ। ବିଭାଗୀୟ ପରୀକ୍ଷା, ପ୍ରତିଯୋଗି ପରୀକ୍ଷାର ପରିଣାମ ମନ ଅନୁକୂଳହେବ। ପାରିବାରିକ ଜୀବନରେ ଶାନ୍ତି, ଭାଇ ଓ ଭଉଣୀ ମାନଙ୍କ ସହିତ ଉତ୍ତମ ସମ୍ପର୍କ ରହିବ। ବନ୍ଧୁବାନ୍ଧବଙ୍କ ଦିଗରୁ ସ୍ଵାର୍ଥ ପ୍ରବଣତାର ଅଭିବୃଦ୍ଧି ଘଟିବ। ପ୍ରତିକାର- ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।

ମିଥୁନ:-ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ବ୍ୟବସାୟରେ ଅଚାନକ ଧନପ୍ରାପ୍ତି ହେବ। ଆୟ ଉପାର୍ଜନ ବୃଦ୍ଧି ହେବ। ଆମୋଦ ପ୍ରମୋଦ, ମନୋରଞ୍ଜନ, ଛୋଟ ବଡ ମିଟିଙ୍ଗରେ ଯୋଗ ଦେବେ। ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘ ସ୍ଥାୟୀହେବ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର କରି ପ୍ରବଳ ଲାଭ ପାଇବେ। ଆର୍ଥିକଦିଗରୁ ସୁବିଧା ଫଳରେ କିଛି ନୂତନ ପଦାର୍ଥ ସଂଗ୍ରହ ପାଇଁ ଦୂରସ୍ଥାନକୁ ଯାତ୍ରା କରି ପାରନ୍ତି। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

କର୍କଟ:-ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ। କର୍ମକ୍ଷେତ୍ରରେ ପଦୋନ୍ନତି, ବିଭାଗୀୟ ଅଧିକାରୀଙ୍କ ସାନ୍ନିଧ୍ୟଲାଭ, ଇଚ୍ଛିତସ୍ଥାନରେ ସ୍ଥାନାନ୍ତର ସହଜ ସରଳରେ ହୋଇପାରିବ। ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ। ସରକାରୀ କର୍ମକ୍ଷେତ୍ରରେ ଉନ୍ନତି କରିବା ସହ ଉପରିସ୍ଥ ଅଧିକାରୀ ଙ୍କର କୃପା ଲାଭ କରିବେ। ନୂତନ କର୍ମ ସଂସ୍ଥାନରେ ନିଯୁକ୍ତି ପାଇବାର ଯୋଗ ରହିଛି। ପ୍ରତିକାର- ମହୁଟିକେ ଖାଇ ଘରୁ ବାହାରନ୍ତୁ।

ସିଂହ:-ଧନ, ଧାନ୍ୟ, ଐଶ୍ଚର୍ଯ୍ୟ, ମାନସମ୍ମାନ ତଥା ପରାକ୍ରମର ବୃଦ୍ଧି ହେବ। କର୍ମକ୍ଷେତ୍ରରେ ଉନ୍ନତିମୂଳକ ପଦକ୍ଷେପ ନେଇ ଆର୍ଥିକସ୍ଥିତି ସନ୍ତୋଷପ୍ରଦ ହେବ। ନୂତନ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ।ସାମାଜିକ ସ୍ତରରେ ପ୍ରଶଂସିତ ହେବେ। ପରିବାରର ସାହାଯ୍ୟରେ ଉପକୃତ ହେବେ। ଅଧ୍ୟୟନ, ଅଧ୍ୟାପନା ତଥା ସାମାଜିକ କ୍ଷେତ୍ରରେ ପ୍ରତିଷ୍ଠା ବଢିବ। ପ୍ରତିକାର- ପାଣିରେ କିଛି ଫିଟିକିରି ପକାଇ ଘରକୁ ପୋଛନ୍ତୁ।

କନ୍ୟା:-ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ। ବାଦବିବାଦ, ମାଲିମକଦ୍ଦମା, ପ୍ରତିଯୋଗିତାପରୀକ୍ଷା ଓ ସାକ୍ଷାତକାରରେ ଜୟଯୁକ୍ତ ହେବେ। ପ୍ରେମିକ ପ୍ରେମିକା ମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ଅନୁଭବ କରିବେ। ଛାତ୍ରଛାତ୍ରୀମାନେ ସାହାଯ୍ୟ ପଥ ଲୋଡ଼ିବେ। ରାଜନୈତିକ କ୍ଷେତ୍ରରେ ଭୋଗବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ ସାଙ୍ଗକୁ ଅସ୍ଵାସ୍ଥ୍ୟକର ପରିବେଶ ଓ ଅସମ୍ମାନଜନକ ଘଟଣା ଘଟି ପାରେ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ତୁଳା:-କୌଣସି କ୍ଷେତ୍ରରେ ଆଗକୁହା ନ ହୋଇ କର୍ମନିଷ୍ଠା ମଧ୍ୟରେ ନିଜକୁ ସୀମିତ ରଖିବା ହିତକର। ଯାନବାହନ ତଥା ଖଣି ଓ ଜଙ୍ଗଲ କ୍ଷେତ୍ରରେ କର୍ମରତ ବ୍ୟକ୍ତିମାନେ ସତର୍କତା ଅବଲମ୍ବନ କରିବା ଉଚିତ୍। ପରୋକ୍ଷ ଶତ୍ରୁତା କାରଣରୁ ଆଶା କରିଥିବା କାମଟି ସମ୍ପନ୍ନ କରିପାରିବେ ନାହିଁ। ଖାଇବା ପିଇବାରେ ଅବହେଳା କରିବାରୁ ସ୍ଵାସ୍ଥ୍ୟ ଖରାପ ହୋଇ ପାରେ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-ଦାମ୍ପତ୍ୟ କଳହ ମେଣ୍ଟିଯାଇ ପାରିବାରିକ କ୍ଷେତ୍ରରେ ଶାନ୍ତି ପାଇବେ। ବ୍ୟବସାୟରେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ। ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷକ ଓ ସହପାଠୀମାନଙ୍କ ମଧ୍ୟରେ ସମନ୍ଵୟ ରହି ବନ୍ଧୁତ୍ଵ ବୃଦ୍ଧି ପାଇବ। ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ଯେତେ ଜଟିଳ ସମସ୍ୟା ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ। ପ୍ରତିକାର-ପାଣିରେ କିଛି ଗୋଟାଲୁଣ ପକାଇ ଘରକୁ ପୋଛନ୍ତୁ।

ଧନୁ:-ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ। ପରିବାରରେ ମାନ ମନାନ୍ତର ଦୂର ହୋଇ ଶେଷ କରିବାକୁ ଚାହୁଁଥିବା କର୍ମଟି ପୂରଣ କରିବା ପାଇଁ ଚେଷ୍ଟା କରିବେ। ବିଦେଶ ଯାତ୍ରାରେ ଲାଭବାନ ହେବେ। କର୍ମକ୍ଷେତ୍ରରେ ଶ୍ରମ ସାର୍ଥକ ହେବ ଓ ଆୟ ବଢିବ। ନୂତନ କାର୍ଯ୍ୟରମ୍ଭ, ଶତ୍ରୁହାନି, ଉଚ୍ଚ ପ୍ରଶଂସା ଲାଭ, ଦମ୍ଭ ସାହସ ବୃଦ୍ଧି, କ୍ଷମାଗୁଣରେ ଯଶପ୍ରାପ୍ତି, ସୁସମ୍ବାଦ ଶୁଣିବେ ଓ ଆର୍ଥିକ ସଙ୍କଟ ଦୂରେଇଯିବ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

ମକର:-ସାହିତ୍ୟ, କଳାରେ ଉଚ୍ଚ ପ୍ରଶଂସା ପାଇବେ। ଆଶା କରୁଥିବା କାମଟି ବନ୍ଧୁଙ୍କ ଦ୍ଵାରା ସହଜ ସୁବିଧାରେ ହୋଇଯିବ। ସାଙ୍ଗ ସାଥିମାନେ ସାହାଯ୍ୟ ସହଯୋଗ କରିବେ। ଅତି ପ୍ରିୟବନ୍ଧୁ ଆର୍ଥିକ ସହାୟତା କରିବା ଫଳରେ ସ୍ଥଗିତଥିବା କର୍ମଟି ପୂରଣ ହେବ। ଦୂରେଇ ଯାଇଥିବା ବନ୍ଧୁ ଅତି ଆପଣାର ହେବେ। ଆଇନ ଅଦାଲତ ତଥା ଲେଖାପଢାରୁ ଶୁଭଫଳ ମିଳିବ। ପରିବହନ ବ୍ୟବସାୟିକ ସ୍ଥିତି ସୁଦୃଢ ହେବ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

କୁମ୍ଭ:-ସନ୍ତାନଙ୍କ ଉନ୍ନତିରେ ଖୁସୀ ଅନୁଭବ କରିବେ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ। ରାଜନୀତି କ୍ଷେତ୍ରରେ ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ। କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ। ବନ୍ଧୁଙ୍କୁ ଆପ୍ୟାୟିତ କରିବାରେ ସମର୍ଥ ହେବେ। ପ୍ରତିଯୋଗିତା ପରିକ୍ଷାରେ ଉତ୍ତିର୍ଣ୍ଣହେବେ। ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ। କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ। ପାରିବାରିକ ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେବେ। ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ। ନୂତନ କାର୍ଯ୍ୟରେ ହାତଦେଇ କୃତ କାର୍ଯ୍ୟ ହେବେ। ଭୂମିକ୍ରୟ, ବାହନକ୍ରୟ, ଗୃହନିର୍ମାଣ ବା କ୍ରୟ କରି ପାରିବେ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ପ୍ରତିକାର- ପାଣିରେ ଟିକେ ଗୋମୁତ୍ର ପକାଇ ଘରକୁ ପୋଛନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!