ଦୈନିକ ରାଶିଫଳ: 12 ନଭେମ୍ବର 2023, ରବିବାର, ଆଜି ପବିତ୍ର ଶ୍ୟାମାକାଳୀପୂଜା, ମା କାଳୀଙ୍କ କୃପା ରହିବ ଏହି 3ଟି ରାଶି ଉପରେ, ବଦଳିବ ଭାଗ୍ୟ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ଅଧିକ ଘନିଷ୍ଠତା ହେବ। ରାଜନୀତି କ୍ଷେତ୍ରରେ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ। ଆୟକୁ ଚାହିଁ ବ୍ୟୟ କଲେ ଲୋକହସା ହେବେ ନାହିଁ। ନୂତନ କାର୍ଯ୍ୟ ଆରମ୍ଭ କରିବା ପୂର୍ବରୁ ହାତେ ମାପି ଚାଖଣ୍ଡେ ଚାଲିବା ଆବଶ୍ୟକ। ପାରିବାରିକ ସମସ୍ୟା ଗୁଡ଼ିକୁ ସମାଧାନ କରିବା ଉଚିତ୍‌। ଦୂରଯାତ୍ରା କରି ହଇରାଣ ହରକତ ହେବାକୁ ପଡିବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ସାମାଜିକ କାର୍ଯ୍ୟରେ ଭାଗ ନେବେ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ। ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ କ୍ଷାତି ବଢ଼ିବ। ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ। ଯାତ୍ରାରେ ବିଶେଷ ଲାଭାନ୍ୱିତ ହେବେ। ଭାଇ ଓ ମିତ୍ରଙ୍କଠାରୁ ସହଯୋଗ ପାଇବେ। ବିରୋଧିମାନେ ଦୂରେଇଯିବେ। ପରିବାରରେ ଖୁସିର ବାତାବରଣ ସୃଷ୍ଟି ହେବ। ଯାନ ବାହନ ସୁଖ ମିଳିବ। ବିଦ୍ୟା, ଖେଳରେ ପ୍ରଶଂସିତ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମିଥୁନ:-କର୍ମକ୍ଷେତ୍ରରେ ଉଚ୍ଚାଧିକାରୀ ଓ ସହକର୍ମୀଙ୍କ ଠାରୁ ଉଚ୍ଚ ସମ୍ମାନ ପାଇବେ। ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଆମୋଦ, ପ୍ରମୋଦ, ମନୋରଞ୍ଜନ, ଦୀର୍ଘ ଯାତ୍ରା, ଛୋଟ ବଡ଼ ମିଟିଂରେ ଯୋଗ ଦେବେ। ବ୍ୟବସାୟରେ ଯେତେ ପରିଶ୍ରମ କରିବେ ସେତେ ଲାଭ ବାନ୍ ହେବେ। କିଛି କାରଣ ନଥାଇ ବଦନାମ୍ ବା ମିଛ କେଶ୍ ରେ ଫଶିଯିବେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-ବ୍ୟବସାୟରେ ଆଶାତୀତ ଲାଭ ମିଳିବ। ଦୂରଯାତ୍ରାର ସୁଯୋଗ ପାଇବେ। ଆୟ ଉପାର୍ଜନରେ ବାଧା ନାହିଁ। ପ୍ରମୋଶନ ସୂଚନାପାଇ ଖୁସି ହେବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ସାକ୍ଷାତ୍କାରରେ ସଫଳହେବେ। ପ୍ରେମିକ ପ୍ରେମିକା ମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ଅନୁଭବ କରିବେ। କାର୍ଯ୍ୟ କ୍ଷେତ୍ରରେ ସୁଖ-ଶାନ୍ତି ବୃଦ୍ଧି ହେବ। ଗୃହସମସ୍ୟା ସମାଧାନ ହେବ। ଅଟକିଥିବା କାର୍ଯ୍ୟ ପୂରଣ ହେବ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ସିଂହ:-ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ। ପରିବାରରେ ମାନ ମନାନ୍ତର ଦୂର ହେବ। ବ୍ୟବସାୟ ପାଇଁ ବିଦେଶ ଯାତ୍ରା କରି ଲାଭବାନ ହେବେ। ବନ୍ଧୁ ମିତ୍ରମାନଙ୍କର ସହଯୋଗରେ ଆର୍ଥିକ ଦିଗରୁ ସୁବିଧା ପାଇବେ। ମାନସିକ ଶାନ୍ତି ଅନୁଭବ କରିବେ। ଧନସମ୍ପଦ, ବସ୍ତ୍ରଭୂଷଣ ଆଦି ଲାଭ ହୋଇପାରେ। ପୁରାତନ ରୋଗର ଉପଶମ ପାଇ ସ୍ୱାସ୍ଥ୍ୟ ଅନେକାଂଶରେ ଭଲ ରହିବ। ସୁଖ ଶାନ୍ତିରେ ଦିନଟି କାଟିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କନ୍ୟା:-ଗୃହ ସମସ୍ୟା ସଜାଡିବାର ସୁବିଧା ପାଇବେ। ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମ-ପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀହେବେ। ଶତୃପକ୍ଷ ଦୁର୍ବଳ ହୋଇ ଗୋଡ ଟାଣିବାର ପ୍ରଚେଷ୍ଠା ଆରମ୍ଭ କରିପାରନ୍ତି। ସତର୍କତା ଅବଲମ୍ବନ ନକଲେ କୌଣସି ଭୁଲ୍ କାମରେ ଫଶିଯିବେ। ଅନ୍ୟର ଉପକାର କରି ନିଜେ କ୍ଷତିରେ ପଡିବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-ଶତୃମାନେ ମିତ୍ରତାଭାବ ଆଚରଣ କରିବେ। ଉଚ୍ଚଆଶା ପୂରଣ ହେବ। କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାର କ୍ଷେତ୍ରରେ କୃତକାର୍ଯ୍ୟ ହେବେ। ସହଯୋଗୀ ମାନଙ୍କର ପୂର୍ଣ୍ଣ ସହଯୋଗ ପାଇବେ। ପ୍ରଶାସନିକ ସ୍ତରରେ ଉଚ୍ଚ ସମ୍ମାନ ପାଇବେ। ପରିବାରଜନଙ୍କ ଉନ୍ନତିରେ ଆନନ୍ଦିତ ହେବେ ଓ ଆର୍ଥିକସ୍ଥିତି ସନ୍ତୋଷପ୍ରଦ ହେବ। କାର୍ଯ୍ୟ ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।

ବିଚ୍ଛା:-ସାମାଜିକ କାର୍ଯ୍ୟରେ ସଫଳତା ଓ ମାନସମ୍ମାନ ବୃଦ୍ଧି ହେବ। ବନ୍ଧୁଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳ ହେବେ। ପାରିବାରିକ କ୍ଷେତ୍ରରେ ବୁଝାମଣା ଠିକ୍ ରହିବ। ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ। ବ୍ୟବସାୟରେ ପ୍ରଚୁର ଲାଭ ହେବ। ଉଚ୍ଚ ସମ୍ଭାବନାର ଆଶା ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ପାଇବେ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ଧନୁ:-ଶିକ୍ଷା କ୍ଷେତ୍ରରେ ପରୀକ୍ଷା, ପରିଣାମ ଅନୁକୂଳ ହେବ। ନୂତନ ବାହନଆଦି କ୍ରୟ କରି ପାରନ୍ତି। ଅଶୁଭତ୍ୱନାଶ ହୋଇ ଶୁଭ ଫଳ ପ୍ରାପ୍ତି ହେବା ଫଳରେ ସଫଳତା ଅର୍ଜନ ତଥା ଦୂରଯାତ୍ରାର ସୁଯୋଗ ପାଇବେ। ପ୍ରେମିକ ପ୍ରେମିକାମାନେ ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ। ପ୍ରିୟଜନଙ୍କ ସହ ସମୟ ବିତିବ ଓ ବନ୍ଧୁ ମିତ୍ରମାନଙ୍କର ସହଯୋଗ ପ୍ରାପ୍ତି ହେବ। ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ମକର:-ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ବ୍ୟବସାୟରେ ଅଚାନକ ଧନପ୍ରାପ୍ତି ହେବ। ଜାଗା, ଜମି, ଗୃହପୋକରଣ କ୍ରୟ କରିବେ। ନୂତନ କର୍ମପ୍ରାପ୍ତିର ସୁଯୋଗ ପାଇବେ। ଯାତ୍ରାରେ ଭୋଗ ବିଳାସ ଓ ଆନନ୍ଦମୟ ମୁହୂର୍ତ୍ତ କଟିବ। ବିଦ୍ୟାକ୍ଷେତ୍ରରେ ଶୁଭଯୋଗ ଓ ପ୍ରତିଯୋଗିତା ପରୀକ୍ଷାରେ ସଫଳ ହେବେ। ଉତ୍ତରାଧିକାରୀ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ପିଲାଙ୍କ ସହ ଖୁସିଗପ କରିବାରେ ମଉକା ଜୁଟିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କୁମ୍ଭ:-ସାଧାରଣ ଲୋକ ସମ୍ପର୍କକୁ ଅତିକ୍ରମ କରିବା ଲକ୍ଷ୍ୟରେ ଭୋଗମାର୍ଗୀ ହୋଇ ନିଜକୁ ପ୍ରତିଷ୍ଠିତ କରିପାରିବେ। ପିଲାମାନଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ।କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଜୟଯୁକ୍ତ ହେବେ। ଏକ ସମୟରେ ଅନେକ ଗୁଡ଼ିଏ କାର୍ଯ୍ୟବ୍ୟସ୍ତତା ଭିତରେ ରହି ନିଜର ମାନସିକ ଅଶାନ୍ତି ଦେଖାଦେବ। ପୁରାତନ ରୋଗର ପ୍ରକୋପରେ ହଇରାଣ ହରକତ ହେବେ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ମୀନ:-ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି, ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ। ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। ବ୍ୟବସାୟରେ ଉଧାର ଦେଲେ ଫେରି ପାଇବା ପାଇଁ ଅନାବଶ୍ୟକ ଧାଁଦୌଡ଼ କରିବାକୁ ପଡିବ। ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମ ପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ। କଥା ବାର୍ତ୍ତାରେ ନିୟନ୍ତ୍ରଣ ନ ରହିଲେ ବିପଦର ସମ୍ମୁଖୀନ ହେବେ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!