ମେଷ:-ସଂଘର୍ଷ ଦ୍ଵାରା ସଫଳତା ମିଳିବ। ଧାର୍ମିକ କାର୍ଯ୍ୟରେ ରୁଚି ବଢିବ। ପରିବହନ ବ୍ୟବସାୟିକ ସ୍ଥିତି ସୁଦୃଢ ହେବା ସହ ସମସ୍ତ ବ୍ୟବସାୟରେ ଆୟ ବୃଦ୍ଧି ହେବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ଆଶା ପୂରଣ ହେବ। ନିର୍ମାଣଧୀନ କାର୍ଯ୍ୟ ସମ୍ପନ୍ନ ହେବ। ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। ନିଜର ଇଛା ବିରୋଧରେ କୌଣସି କର୍ମକରି ଅନୁତାପ କରିବେ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।
ବୃଷ:-ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ। ଶାରିରୀକ ସୁସ୍ଥତା ଦେଖା ଦେବ। କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ।କର୍ମକ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବେ ଓ ପଦୋନ୍ନତି ପାଇବାର ରାସ୍ତା ପରିଷ୍କାର ହୋଇ ଯିବ। ଛାତ୍ର-ଛାତ୍ରୀମାନେ ଉଚ୍ଚ ଶିକ୍ଷାରେ ସମ୍ମାନିତ ହେବେ। ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ବିଜୟୀ ହେବେ। ନୂତନ ବସ୍ତ୍ରଭୂଷଣ ଆଦି ଲାଭ ହେବ। ବିଦେଶ ଯାତ୍ରାରେ ଲାଭବାନ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
ମିଥୁନ:-ଶତୃ, ରୋଗ, ଋଣରୁ ମୁକ୍ତି ହେବେ। ସାମ୍ବାଦିକତାରୁ ଲାଭ ଓ ଶୁଭ ସମାଚାର ମିଳିବ। ନୂତନପନ୍ଥା ଅନୁସରଣ କରି ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆଣିବେ। ବ୍ୟବସାୟ କ୍ଷେତ୍ରରେ ନୂଆ ଯୋଜନା ଉପରେ କାର୍ଯ୍ୟ କରିଲେ ମନୋକାମନା ପୂରଣ ହେବ। ପରୀକ୍ଷା ଓ ସାକ୍ଷାତ କାରରେ ସଫଳତା ମିଳିବ। ରାଜନୀତି କ୍ଷେତ୍ରରେ ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।
କର୍କଟ:-ସାନ ଭାଇ ଭଉଣୀଙ୍କ ଠାରୁ ଲାଭ ପାଇବା ସହ ଆପଣ ସେମାନଙ୍କର ସବୁ ଆବଶ୍ୟକତାର ସଂପୂର୍ଣ୍ଣ ଯତ୍ନ ନେବେ। ନୂତନ ବ୍ୟବସାୟ ଦ୍ୱାରା ବିଶେଷ ଲାଭାନ୍ୱିତ ହେବେ ଓ ଧନ ସଂଗ୍ରହ କରିବାର ଚେଷ୍ଟା ସଫଳ ହେବ। ଯେ କୌଣସି ରଚନାତ୍ମକ କାର୍ଯ୍ୟରେ ବ୍ୟସ୍ତ ରହିବେ। ପରିବାର ସହିତ ଭଲରେ ସମୟ ବିତାଇବେ। ଆପଣ ବିଚାର କରିଥିବା କାର୍ଯ୍ୟ ଗୁଡିକୁ ପୁଣି ଆରମ୍ଭ କରିବାକୁ ଚେଷ୍ଟା କରିବେ। ଜୀବନ ପ୍ରତି ସକାରାତ୍ମକ ମନୋଭାବ ରହିବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।
ସିଂହ:-ବ୍ୟବସାୟରେ ମନ ଲଗେଇ କାମକଲେ ଭଲ ଲାଭହେବ। ଗୃହରେ ଥିବା କଳହ, ପତିପତ୍ନୀଙ୍କ ମଧ୍ୟରେ ମତଭେଦ, ବିରୋଧଭାବ ଓ ତିକ୍ତତା ଭାବର ସମାଧାନ ହେବ। ରାଜନୀତି କ୍ଷେତ୍ରରେ ଶତ୍ରୁମାନେ ପରାଜିତ ହେବେ ଓ ପ୍ରତିଷ୍ଠା, ପ୍ରତିପତ୍ତି ବୃଦ୍ଧି ପାଇବ। ଧନଦାୟକ ଅନେକ ଶୁଭକର୍ମର ସୁଯୋଗ ପାଇବେ। ଇଲେକ୍ଟ୍ରୋନିକ୍ସ ସରଞ୍ଜାମ, କମ୍ପୂଟର, ମୋବାଇଲ ଆଦି କ୍ରୟ କରିବେ। ଅନ୍ୟର ଚିନ୍ତାଧାରାକୁ ଧ୍ୟାନ ଦିଅନ୍ତୁ ନାହିଁ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।
କନ୍ୟା:-ବ୍ୟବସାୟରେ ବୁଦ୍ଧି ପ୍ରୟୋଗ କରି ବଡ ଧରଣର ସଫଳତା ପାଇପାରିବେ। କର୍ମସନ୍ଧିତ୍ସୁମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ରାଜନୀତି କ୍ଷେତ୍ରରେ ବିରୋଧି ମାନେ ପ୍ରଶଂସା କରିବେ। ଛାତ୍ରଛାତ୍ରୀମାନେ ବିଦ୍ୟାରେ ମନଯୋଗ ଦେବେ।ଉଚ୍ଚାଅଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ସ୍ଥାପନ ହେବ। ଅଧୁରା କାର୍ଯ୍ୟ ପୂରଣ ପାଇଁ ଚେଷ୍ଟା କରିବେ। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।
ତୁଳା:-ସାମାଜିକ କାର୍ଯ୍ୟରେ ସଫଳ ହେବେ। ଜାଗା, ଜମି, ଗୃହ ବାହନ ଆଦି ପାଇଁ ଚୂକ୍ତିପତ୍ର ହେବ। କର୍ମକ୍ଷେତ୍ରରେ ଉନ୍ନତିମୂଳକ ପଦକ୍ଷେପ ନେଇ ସଫଳତା ଅର୍ଜନ କରିବେ। ପ୍ରଶାସନିକ ସ୍ତରରେ ପରିଚାଳନା ଦାୟିତ୍ୱ ବୃଦ୍ଧି ପାଇବ। ବ୍ୟବସାୟରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବା ସହ ଆର୍ଥିକସ୍ଥିତି ସନ୍ତୋଷପ୍ରଦ ହେବ। ରାଜନୀତି କ୍ଷେତ୍ରରେ ଦୂରଯାତ୍ରାର ସୁଯୋଗ ପାଇବେ। ଛାତ୍ର ଛାତ୍ରୀ ମାନଙ୍କର ମନୋବିଜ୍ଞାନ ସମ୍ବନ୍ଧରେ ବିଶେଷ ରୁଚି ରହିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
ବିଚ୍ଛା:-ସମସ୍ତ ସମସ୍ୟା ଅପସରି ଯିବ ଶତୃମାନେ ତଳମୁହାଁ ହେବେ। ବିରାଟ ଯୋଜନାର ସଂକଳ୍ପ ନେବା ଫଳରେ ମାନ ସମ୍ମାନ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ। ଗୁରୁତ୍ୱପୂର୍ଣ୍ଣ ଯୋଜନାକୁ ଆରମ୍ଭ କରିପାରିବେ। ରିଅଲଷ୍ଟେଟ ସହିତ ଜଡିତ ଥିବା ବ୍ୟକ୍ତିମାନଙ୍କୁ ଏକ ବଡ ଧରଣର ଡିଲ୍ ମିଳିପାରେ। ସମସ୍ତ ପ୍ରକାର ବ୍ୟବସାୟରେ ଉନ୍ନତି ଓ ଲାଭବାନ୍ ହେବେ। ଆର୍ଥିକ କ୍ଷେତ୍ରରେ ଉନ୍ନତି, କର୍ମ କ୍ଷେତ୍ରରେ ବହୁ ସୁବିଧା ସୁଯୋଗ ପାଇବେ। ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ।
ଧନୁ:-ବ୍ୟବସାୟରେ ସାମାନ୍ୟ ଲାଭବାନ ହେବେ। ଗୃହରେ ଭାତୃବିବାଦ, ପଡ଼ୋଶୀକଳହ, ଜମିପାଇଁ ମାଲିମକଦ୍ଦମାର ସମାଧାନ ହେବ। ରାଜନୈତିକ କ୍ଷେତ୍ରରେ ଯଶ, ମାନ ବୃଦ୍ଧି ହେବ। ପଦସ୍ଥବ୍ୟକ୍ତି ଓ ବରିଷ୍ଠ ବ୍ୟକ୍ତିଙ୍କ ସାହାଯ୍ୟରେ ଅଟକିଥିବା କାର୍ଯ୍ୟ ପୂରଣ ହେବ। ଆକସ୍ମିକ ଦୁର୍ଘଟଣାରୁ ଅଳ୍ପକେ ରକ୍ଷା ପାଇବେ। ଅନେକ କ୍ଷେତ୍ରରେ ଦୋଦୁଲ୍ୟମାନ ପରିସ୍ଥିତି ସୃଷ୍ଟି ହେବ। ଅନାବଶ୍ୟକ ଖର୍ଚ୍ଚ ଓ ଭ୍ରମଣ ଯୋଗେ ବ୍ୟଥିତ ହେବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
ମକର:-ସମାଜ ସେବାକରି ସ୍ଵନାମ ଅର୍ଜନ କରିବେ ଓ ଚିତ୍ତପ୍ରସନ୍ନ ସହ କାର୍ଯ୍ୟ ସିଦ୍ଧି ହେବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ସନ୍ତାନଙ୍କ ପାଇଁ ଶୁଭସମ୍ବାଦ ପାଇବେ। ପାରିବାରିକ କ୍ଷେତ୍ରରେ ଆନନ୍ଦ ମିଳିବ। ସହଯୋଗୀଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇ ଆର୍ଥିକ ସମସ୍ୟା ଦୂର ହୋଇ ଯିବ। ରାଜନୈତିକ କ୍ଷେତ୍ରରେ ଦଦୁଲ୍ୟମାନ ପରିସ୍ଥିତି ସୃଷ୍ଟିହେବା ଫଳରେ ବିଭିନ୍ନ କାର୍ଯ୍ୟରେ ବାଧା ସୃଷ୍ଟି ହୋଇପାରେ। ପ୍ରତିକାର:-ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
କୁମ୍ଭ:-ଯେଉଁ କାର୍ଯ୍ୟରେ ହାତ ଦେବେ ସେଥିରେ ସଫଳ ହେବେ। ଦୂରଯାତ୍ରା କରିବାକୁ ପଡିପାରେ। ସନ୍ତାନ ମାନଙ୍କ ସହିତ ସମୟ ବିତାଇବେ। ବ୍ୟବସାୟରେ ସଙ୍ଘର୍ଷ କରିବା ପରେ ସଫଳତା ପାଇବେ। ଅଳ୍ପ ଚେଷ୍ଟା କରି କାର୍ଯ୍ୟରେ ସିଦ୍ଧ ହେବେ। ପରିବାରର ପରିବେଶ ଅନୁଶାସିତ ଓ ମଧୁର ରହିବ। ଟେକ୍ନିକାଲ୍ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ବରିଷ୍ଟ ବ୍ୟକ୍ତିମାନଙ୍କ ସହିତ ସମ୍ପର୍କ ଭଲ ରହିବ। ପ୍ରତିକାର- ମୟୂର ଚନ୍ଦ୍ରିକା ପାଖରେ ରଖି ଯାତ୍ରା କରନ୍ତୁ।
ମୀନ:-ଇଣ୍ଟରନେଟ୍ ମାଧ୍ୟମରେ କିଛି ନୂତନ କାର୍ଯ୍ୟ ଶିଖିବା ପାଇଁ ବିଚାର କରିବେ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ଅନ୍ୟମାନଙ୍କୁ ଲାଭାନ୍ୱିତ କରିବା ପାଇଁ ଚେଷ୍ଟା କରିବେ। କର୍ମକ୍ଷେତ୍ରରେ ବଡ଼ ଅଫିସରମାନେ ଆପଣଙ୍କ କାର୍ଯ୍ୟରେ ପ୍ରସନ୍ନ ରହିବେ। ବ୍ୟକ୍ତିଗତ ସମ୍ପର୍କକୁ ସାର୍ବଜନିକ କରିବା ଉଚିତ୍। ଫାଇନାନସ୍ ସହିତ ଜଡିତ ମାମଲାକୁ ନେଇ ସମସ୍ୟାର ସମ୍ମୁଖୀନ ହେବାକୁ ପଡିବ। କୌଣସି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟର ସମାଧାନ ହୋଇଯିବ। ପ୍ରତିକାର- ହଳଦୀ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।