ଦୈନିକ ରାଶିଫଳ: 12 ଫେବୃୟାରି 2024, ସୋମବାର, ମହାଦେବଙ୍କ କୃପା ରହିବ ଏହି 3ଟି ରାଶି ଉପରେ, ମିଳିବ କିଛି ବଡ ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଅତି ପ୍ରିୟବନ୍ଧୁ ଆର୍ଥିକ ସହାୟତା କରିବେ। କର୍ମଚାରୀମାନେ ଭାରସାମ୍ୟ ରକ୍ଷାକରି, ସାଧାରଣବର୍ଗଙ୍କ ଯୋଗେ ଗଠନ ମୂଳକ ଯୋଜନା ପ୍ରସ୍ତୁତ କରି, ଆଗେଇ ଯିବାର ରାସ୍ତା ଖୋଲି ପାରିବେ। ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ। ବ୍ୟବସାୟ କ୍ଷେତ୍ରରେ ପ୍ରତିଦ୍ଵନ୍ଦିତା ସତ୍ତ୍ୱେ ଆଶା ମୁତାବକ ଲାଭବାନ ହେବେ। ଭାଇ ଭଉଣୀ ବନ୍ଧୁବାନ୍ଧବଙ୍କ ଉତ୍ତମ ସମ୍ପର୍କ ରହିବା ଫଳରେ ବେଶ୍ ଆନନ୍ଦ ପାଇବେ। ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ରାଜନୀତିରେ ଉଚ୍ଚ ସମ୍ଭାବନାର ଆଶା ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ। କୌଣସି ପ୍ରକାରେ ଉଚ୍ଚମାନ୍ୟତା ରକ୍ଷା କରି ଆର୍ଥିକ ସ୍ଥିତିକୁ ସୁଦୃଢ କରି ପାରିବେ। କଠିନ ପରିଶ୍ରମ କରିବା ଫଳରେ ଉପରିସ୍ଥ କର୍ମଚାରୀ ମାନଙ୍କ ପ୍ରିୟଭାଜନ ହୋଇ ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ। ଶିକ୍ଷା କ୍ଷେତ୍ରରେ ସଫଳ ହୋଇ ଉଚ୍ଚଶିକ୍ଷା ଅଧ୍ୟୟନ ପାଇଁ ପ୍ରସ୍ତୁତ ହେବେ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

ମିଥୁନ:-ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ। ପ୍ରେମିକ ପ୍ରେମିକା ମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ଅନେକ କ୍ଷେତ୍ରରେ ସ୍ଵାଭିମାନ ରକ୍ଷା ହେବ। ପାରିବାରିକ ଜୀବନ ଆନନ୍ଦରେ କଟିବ। ମିଥ୍ୟା ଅପବାଦରେ ନିନ୍ଦିତ ହୋଇ ପାରନ୍ତି। ହାତକୁ ନେଇଥିବା କାର୍ଯ୍ୟଟି ପାଇଁ କଠିନ ପରିଶ୍ରମ କରିବାକୁ ପଡିବ। ସ୍ୱାସ୍ଥ୍ୟ ପାଇଁ ସତର୍କ ରହିବା ଉଚିତ୍। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-ସାମାଜିକ ପତିଆରା ଅମଳିନ ରହିବ। କର୍ମାନୁଯାୟୀ ଫଳପ୍ରାପ୍ତି ହେତୁ କର୍ତ୍ତବ୍ୟ ପରାୟଣତା ରକ୍ଷା କରି ପାରିବେ।ଛାତ୍ରଛତ୍ରୀମାନେ କଠିନ ପରିଶ୍ରମ କରିବା ସହିତ ପଢ଼ା ପଢ଼ିରେ ମନଯୋଗ ଦେବେ। ଶତୃଙ୍କଠାରୁ ଦୂରେଇ ରହିବା ଉଚିତ୍।ପ୍ରେମିକ ପ୍ରେମିକା ମାନଙ୍କର କ୍ରୋଧ ନିୟନ୍ତ୍ରଣ ନ ରଖିଲେ କ୍ଷତି ସହିବେ। ବନ୍ଧୁବାନ୍ଧବ ମାନଙ୍କ ସହ ସାବଧାନତା ପୂର୍ବକ ନ ଚଳିଲେ ବିପଦରେ ପଡିବେ। ପ୍ରତିକାର- ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।

ସିଂହ:-ସନ୍ତାନ ପକ୍ଷର ଚିନ୍ତା ଦୂର ହୋଇଯିବ। ଉଚ୍ଚ ସମ୍ଭାବନାର ଆଶା ଓ ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ। ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନରେ ଉନ୍ନତି ହେବ। କର୍ମକ୍ଷେତ୍ରରେ ଜଟିଳ ପରିସ୍ଥିତି ଥିଲେ ସରଳ ହୋଇ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବା ସହ ଲୋକ ସମ୍ପର୍କ ବୃଦ୍ଧି ହେବ। କେତେକ କ୍ଷେତ୍ରରେ ଉନ୍ନତିର ରାସ୍ତା ପରିଷ୍କାର ହୋଇ ଆୟ ବୃଦ୍ଧି ହେବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

କନ୍ୟା:-କର୍ମ କ୍ଷେତ୍ରରେ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନଲାଭ ହେବା ସହ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ। ପେଶା, ବ୍ୟବସାୟ, ଭାଗୀଦାରୀ ଓ ବନ୍ଧୁମିତ୍ରଙ୍କଦ୍ଵାରା ଲାଭବାନ ହେବେ। ପରିବାରର ସଦସ୍ୟଙ୍କ ସହିତ ସୌହାର୍ଦ୍ଦ୍ୟ ପୂର୍ଣ୍ଣ ସଂପର୍କ ରହିବ। ବନ୍ଧୁ, ମିତ୍ରଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇବେ। ଅଧିକ ପରିଶ୍ରମ କରି ଅତ୍ୟଧିକ ଲାଭ ପାଇବେ। ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ଅଧିକ ଘନିଷ୍ଠତା ହେବ। ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ।

ତୁଳା:-ରାଜନୈତିକ କ୍ଷେତ୍ରରେ ବିଜୟୀ ହେବେ। ନୂତନ ଓ ପୁରାତନ ଯୋଜନା ଫଳପ୍ରସୂ ହେବା ସହଜ ସରଳ ହୋଇ ଯିବ। ଛାତ୍ରଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍‌ ମନେକରି ପାଠ ପଢାରେ ମନଯୋଗ ଦେବେ। ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ। ଆମୋଦ ପ୍ରମୋଦ, ମନୋରଞ୍ଜନରେ ସମୟ ବିତେଇ ପାରନ୍ତି। ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ। ସବୁ କିଛି ସୁନ୍ଦର ହିଁ ସୁନ୍ଦର ଦେଖା ଦେବ। ପ୍ରତିକାର- ଶ୍ଵେତଚନ୍ଦନରେ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ।

ବିଚ୍ଛା:-ଜନସେବା ଦ୍ଵାରା ସୁନାମପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ। ବ୍ୟବସାୟ ପାଇଁ ନିକଟସ୍ଥ ସ୍ଥାନମାନଙ୍କରେ ଯୋଗାଯୋଗ କରି ବେଶ୍ ଆନନ୍ଦ ଅନୁଭବ କରିବେ। ଶିକ୍ଷାର୍ଥୀମାନଙ୍କ ପାଇଁ ଅଧ୍ୟୟନରେ ବାଧା ଉପୁଯିବ। ଅଫିସ୍ କାମରେ ପରିଚାଳନାଗତ ସମସ୍ୟା ଦେଖାଦେଇ ପାରେ। ପରକଥାରେ ପଡି ପରିବାରରେ କଳହ ସୃଷ୍ଟି ହୋଇ ପାରେ। ଘରୁ ବାହାରକୁ ବାହାରିବା ଦ୍ଵାରା ଅସୁସ୍ଥତା ଅନୁଭବ କରି ପାରନ୍ତି। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ଧନୁ:-ପ୍ରତେକ କ୍ଷେତ୍ରରେ ମାନସିକସ୍ଥିତି ସୁଦୃଢ ରହିବ। ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବା ଫଳରେ ପ୍ରବଳ ଶତୃମାନେ ଦୁର୍ବଳ ହେବେ। ବନ୍ଧୁ ମିତ୍ର ଦେଇଥିବା ପ୍ରତିଶୃତି ରକ୍ଷା କରିବା ଫଳରେ ମାନ ପ୍ରତିଷ୍ଠା ବଢିବ। ଯାନବାହନର କେତେକ ସମସ୍ୟା ସମାଧାନ ହୋଇଯିବ। ରାଜନୈତିକ କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବା ସହ ପ୍ରଶଂସିତ ହେବେ। ନୂତନ ଓ ପୁରାତନ ଯୋଜନା ଫଳପ୍ରସୂ ହେବା ସହଜ ସରଳ ହୋଇଯିବ। ପ୍ରତିକାର- ହଳଦୀ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।

ମକର:-ଛାତ୍ରଛାତ୍ରୀ ମାନେ ଉଚ୍ଚ ଶିକ୍ଷା ପାଇଁ ଚେଷ୍ଟା ଜାରି ରଖିବେ। ରାଜନୀତି କ୍ଷେତ୍ରରେ ସଫଳତା ମିଳିବ। ବ୍ୟବସାୟ ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ଶରୀର ସୁସ୍ଥ ହେବାର ସମ୍ଭାବନା ଅଛି। ନିର୍ମାଣ ମୂଳକ ଯୋଜନାରେ ଆଗେଇ ପାରିବେ। ନିଜର ଦକ୍ଷତା ଲୋକମାନଙ୍କୁ ପ୍ରଭାବିତ କରିବ। ବହୁ ଲୋକଙ୍କର ପ୍ରଶଂସା ପାଇବା ଫଳରେ ଉତ୍ସାହିତ ହେବେ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

କୁମ୍ଭ:-ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ। ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବା ଫଳରେ କର୍ମ କ୍ଷେତ୍ରରେ ଉନ୍ନତି ସହିତ ସୁନାମ ପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ। ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। ଛାତ୍ରଛାତ୍ରୀମାନଙ୍କର ଉଦ୍ୟମ ବଳରେ ସିଦ୍ଧିପ୍ରାପ୍ତି ହେବା ସହ ଉଚ୍ଚସ୍ଥାନ ସଂପୃକ୍ତି ହେବ। ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ। ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ସୁଯୋଗ ପାଇ କାର୍ଯ୍ୟରେ ଖୁସି ହେବେ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

ମୀନ:-ଦୁଃଖୀ ଲୋକଙ୍କୁ ସାହାରା ହେବେ। ଯୌଥ ପରିବାର ସମ୍ପର୍କୀୟ ଘଟଣା ଯୋଗୁଁ ବିଶେଷ ବ୍ୟସ୍ତ ରହିବେ। ଆତ୍ମୀୟ ସ୍ଵଜନଙ୍କ ପାଇଁ ଭୋଗ ବିଳାସଦ୍ରବ୍ୟ ଓ ଗୃହୋପକାରଣ କ୍ରୟକରି ପାରନ୍ତି। ଅତ୍ୟଧିକ କାର୍ଯ୍ୟ ଚାପ ଯୋଗୁ ଏବଂ କଠିନ ପରିଶ୍ରମ ହେତୁ ଶାରିରୀକ ଓ ମାନସିକ କଷ୍ଟ ଭୋଗିବେ। ସାଧାରଣ କଥାକୁ ନେଇ ମନରେ ବିରକ୍ତିଭାବ ପ୍ରକାଶ ପାଇବ। ବ୍ୟବସାୟ ବାଣିଜ୍ୟ କାରବାର ଯୋଗେ ବହୁତ ଚିନ୍ତିତ ରହି ପାରନ୍ତି। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!