ଦୈନିକ ରାଶିଫଳ: 12 ମଇ 2023, ଗୁରୁବାର, ମା’ ଲକ୍ଷ୍ମୀଙ୍କ କୃପା ରହିବ ଏହି 3ଟି ରାଶି ଉପରେ, ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ବିଦ୍ୟା ସମ୍ବନ୍ଧୀୟ ଶୁଭ ସମାଚାର ମିଳିବ। ଦେଇଥିବା ଧନ ଫେରି ପାଇବା ଫଳରେ ଆର୍ଥିକ ସ୍ଥିତିର ସୁଦୃଢ଼ ହେବ। ଅଚାନକ ଯାତ୍ରା ଫଳରେ ବିଶେଷ ଉପକୃତ ହେବେ। ପାରିବାରିକ ଜୀବନ ସୁଖ ଶାନ୍ତିରେ କଟିବାସହ ଦାମ୍ପତ୍ୟସୁଖ ବୃଦ୍ଧିହେବ। କର୍ମଚାରୀ ମାନଙ୍କୁ ବିଶ୍ୱାସ, ଭରସା କଲେ ବ୍ୟବସାୟରେ ପ୍ରବଳ ଧନଲାଭ ହେବ। ମାନସିକ ଦୁଶ୍ଚିନ୍ତା, ଋଣଭାର, ଶତ୍ରୁବାଧା ଦୂରେଇ ଯିବ। ବନ୍ଧୁଙ୍କ ଆଗମନ ହେବ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ସମସ୍ତ କାର୍ଯ୍ୟ ମନଇଛା ଅନୁସାରେ ସମ୍ପନ୍ନ କରିବାସହ ଜନ ସମ୍ପର୍କ ବୃଦ୍ଧି ପାଇବ। ଧର୍ମ କାର୍ଯ୍ୟରେ ଯୋଗଦେଇ ଦେବ ଦର୍ଶନ କରିବେ। ନୂଆ ନୂଆ ଲୋକଙ୍କ ସହ ସମ୍ପର୍କ ଓ ସାକ୍ଷାତରେ ଉନ୍ନତି ହେବ। ଅଭାବ-ଅନାଟନ ଦୂର ହୋଇ ସ୍ଥିତି ସନ୍ତୋଷ ପ୍ରଦ ହେବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମକଦ୍ଦମାରେ ଜୟଯୁକ୍ତ ହେବେ। ବିଦ୍ୟାର୍ଥିମାନେ ଉଚ୍ଚଶିକ୍ଷା ପାଇଁ ଚେଷ୍ଟିତ ହେବେ। ସ୍ଥାନାନ୍ତରଣ ପାଇଁ ଚେଷ୍ଟା କଲେ ବିଫଳ ହେବେ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ମିଥୁନ:-ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବା ସହ ଓ ଅଧ୍ୟୟନରେ ଲକ୍ଷ୍ୟସ୍ଥଳରେ ପହଁଞ୍ଚି ପାରିବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ। ପ୍ରିୟଜନମାନଙ୍କୁ ଆର୍ଥିକ ଓ ଭାବନାତ୍ମକ ସାହାଯ୍ୟ କରିବେ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ। ସରକାରୀ କର୍ମଚାରୀ ଙ୍କର ଅଯଥାରେ ସମୟ ନଷ୍ଟ ହେବ। ବରିଷ୍ଠ କର୍ମୀଙ୍କ ରୋଷର ପାତ୍ର ହେବେ। ଆର୍ଥିକ ଅନାଟନ ସମସ୍ୟା ଦେଖାଦେବ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

କର୍କଟ:-ଶତୃ ଓ ବିରୋଧୀମାନେ କୌଣସି କ୍ଷତି କରି ପାରିବେ ନାହିଁ। ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ସୁଚାରୁରୂପେ ହେବ। କର୍ମକ୍ଷେତ୍ରରେ ସ୍ଵାଭିମାନକୁ ବଜାୟ ରଖି କର୍ମୋନ୍ନତି ଭାଗ୍ୟୋନ୍ନତି କରି ପାରିବେ। ପାରିବାରିକ କ୍ଷେତ୍ରରେ ସ୍ୱାର୍ଥ ପ୍ରବୃତ୍ତିର ଶୀକାର ହୋଇ ବନ୍ଧୁମିତ୍ରଙ୍କ ସହ ହସଖୁସିର ବାତାବରଣ ସୃଷ୍ଟି ହେବ। ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ହେଲେ ଆଗେଇ ନବା ଉଚିତ୍। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ସିଂହ:-ସମୟକୁ ହାତ ଛଡ଼ା ନ କରିବା ଉଚିତ୍। କାରଣ ସମସ୍ତ କାର୍ଯ୍ୟରେ ଶୁଭଫଳ ପ୍ରାପ୍ତି ହେବ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ ଓ ନିର୍ମାଣକ୍ଷେତ୍ରରେ ଉନ୍ନତମାନର ଫଳ ପାଇବେ। ଶ୍ରମିକମାନେ ଦୂର ଓ ନିକଟ କାର୍ଯ୍ୟରେ ତିଷ୍ଠି ରହି ପାରିବେ। ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ। ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇ ଉନ୍ନତିହେବ। ବିଦେଶ ଯାତ୍ରା, ସୁଖ ଶାନ୍ତି, ଯଶ ଲାଭ, ନୂତନ ବାହନଆଦି ପ୍ରାପ୍ତି ଯୋଗ ଅଛି। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

କନ୍ୟା:-ପାରିବାରିକ କ୍ଷେତ୍ରରେ ଶାନ୍ତି ପାଇବେ। ବ୍ୟବସାୟରେ ଅଚାନକ ଧନପ୍ରାପ୍ତିହେବ। ଧର୍ମ କାର୍ଯ୍ୟରେ ଯୋଗଦେଇ ଦେବଦର୍ଶନ କରିବେ। ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢ଼ୀଭୂତ ହେବ। ପ୍ରଗତିର ପାଦକୁ ସାଧାରଣଲୋକେ ଭିଡି ଧରିବେ। ଏହି ପରିପ୍ରେକ୍ଷୀରେ ଭାବମୂର୍ତ୍ତି ରକ୍ଷା କରି ଚାଲିବା କଠିନ ହୋଇ ପଡିବ। ଶତୃ ଓ ବିରୋଧୀମାନେ କ୍ଷତି କରିବା ପାଇଁ ଚେଷ୍ଟା କରି ପାରନ୍ତି। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ତୁଳା:-ଗୃହରେ ଭାତୃବିବାଦ, ପଡ଼ୋଶୀକଳହ, ଜମିପାଇଁ ମାଲିମକଦ୍ଦମାର ସମାଧାନ ହେବ। କର୍ମକ୍ଷେତ୍ରରେ ସଙ୍କୁଚିତ ହେଲେ ମଧ୍ୟ ସ୍ଵାଭିମାନକୁ ବଜାୟ ରଖି ପାରିବେ। ଆନୁଷ୍ଠାନିକ କାର୍ଯ୍ୟରେ ଯୋଗ ଦେବେ। ଆପଣଙ୍କ ନିକଟରୁ ସମ୍ପର୍କୀୟମାନେ ସହାୟତା ପାଇବେ। କୌଣସି ସହୃଦୟ ବ୍ୟକ୍ତିଙ୍କ ଠାରୁ ଯଥେଷ୍ଟ ସହାୟତା ପାଇବେ। ସନ୍ତାନ ପକ୍ଷର ଚିନ୍ତା ଦୂର ହେଇଯିବ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-ଶରୀର ଭଲ ରହିବାସହ ବିଦେଶ ଯାତ୍ରାରେ ସଫଳ ହେବେ। କେତେକ କ୍ଷେତ୍ରରେ ଉନ୍ନତିର ରାସ୍ତା ପରିଷ୍କାର ହୋଇଯିବ। ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବାସହ ଆଶା କରୁଥିବା କାମଟି ବନ୍ଧୁଙ୍କ ଦ୍ଵାରା ସୁବିଧାରେ ହୋଇଯିବ। ପାରିବାରିକ ସ୍ଥିତି ସୁଧୁରି ଯାଇ ଇଷ୍ଟ ପ୍ରାପ୍ତି ହେବାର ସୁଯୋଗ ପାଇବେ। ବ୍ୟବସାୟ କ୍ଷେତ୍ରରେ ଚେଷ୍ଟା କଲେ ବହୁତ ଦିନରୁ ରହିଥିବା ବାକିଟଙ୍କା ମିଳିଯିବ। ବହୁତ ଦିନରୁ ଅଟକିଥିବା କାର୍ଯ୍ୟ ତ୍ୱରାନ୍ୱିତ ହେବ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

ଧନୁ:-ସରକାରୀ କର୍ମକ୍ଷେତ୍ରରେ ଉନ୍ନତିର ସୁଯୋଗ ପାଇବେ। ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ। କ୍ଷୟକ୍ଷତି ଘଟିବାର ଆଶଙ୍କା ନାହିଁ। ବ୍ୟବସାୟ ସମ୍ବନ୍ଧିତ ଯାତ୍ରା କରିବାକୁ ପଡ଼ିବ। ପାରିବାରିକ ସମସ୍ୟା ସୁଧୁରି ଯିବ। ବିଦ୍ୟାରେ ଉନ୍ନତି କରିବେ। ପୁରୁଣା ପ୍ରାପ୍ୟ ମଧ୍ୟ ଆଦାୟ ହେବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଯଶସ୍ୱୀ ହେବେ। ରାଜନୀତିରେ ସ୍ୱାର୍ଥରକ୍ଷା କରିବାରେ ସମର୍ଥ ହେବେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-କର୍ମକ୍ଷେତ୍ରରେ ଅସ୍ୱସ୍ତି ପାଇବେ। ଆନୁଷ୍ଠାନିକ କାମ ଓ ବନ୍ଧୁମିଳନ ହେତୁ ମନ ଖୁସୀ ରହିବ। ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। ମାଲିମୋକଦ୍ଦମାର ସମସ୍ୟା ଦୂରହେବ ଓ ଉଚ୍ଚ ଆଶାରେ ଆଗେଇବେ। ରାଜନୀତି କ୍ଷେତ୍ରରେ ଅସ୍ୱସ୍ତି ଲାଭ କରିବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। ଗୃହୋପକରଣ କ୍ରୟ କରିବେ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

କୁମ୍ଭ:-ଧାର୍ମିକ କ୍ଷେତ୍ରରେ କିଛି ଦାନ କରିବାକୁ ବାଧ୍ୟ ହେବେ। ହାତକୁ ନେଇଥିବା କାର୍ଯ୍ୟଟି ପାଇଁ କଠିନ ପରିଶ୍ରମ କରିବାକୁ ପଡିବ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ। ପରିବାରର ସମ୍ପର୍କୀୟଙ୍କ କୌଣସି ଘଟଣା ଯୋଗୁ ବ୍ୟତିବ୍ୟସ୍ତ ହୋଇଯିବେ। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନ ଅସନ୍ତୁଷ୍ଟ ରହି ପାରେ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-ସ୍ୱାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ ଓ ଶୁଭ ସଂବାଦ ପାଇ ଉତ୍ସାହିତ ହେବେ। ବିଦ୍ୟାର୍ଥୀମାନେ ପ୍ରତିଯୋଗୀତା ପରୀକ୍ଷାରେ ଆଶାତୀତ ନମ୍ବର ରଖୀ ପ୍ରଶଂସିତ ହେବେ। ଅଫିସ୍ ପରିସ୍ଥିତିକୁ ସହଜରେ ସମାଧାନ କରିପାରିବେ। ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହୋଇ ମାଲିମୋକଦ୍ଦମାରେ ସଫଳ ହେବେ। କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!