ଦୈନିକ ରାଶିଫଳ: 12 ମଇ 2024, ରବିବାର, ସୂର୍ଯ୍ୟଦେବଙ୍କ କୃପା ରହିବ ଏହି 3ଟି ରାଶି ଉପରେ, ମିଳିବ କିଛି ବଡ ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ବ୍ୟବସାୟରେ ଲାଭର ପରିମାଣ ଅଧିକ ହେବ। ବାକିଟଙ୍କା ମିଳିଯିବା ଫଳରେ ଆଶା କରିଥିବା କାମଟି ସମ୍ପନ୍ନ କରି ପାରିବେ। ଜଗିରଖି କଥା ନ କହିଲେ କୌଣସି ଅସୁବିଧାରେ ଫଶି ଯିବେ। ନିଜେ କରୁଥିବା କାର୍ଯ୍ୟର ଅନ୍ୟଲୋକ ଫାଇଦା ଉଠାଇବେ। ଶରୀର ଭଲ ରହିବନାହିଁ। ଦାମ୍ପତ୍ୟସୁଖ କର୍ମମୁଖରତା ଯୋଗେ ବିଚ୍ଛିନ୍ନ ହୋଇପଡ଼ିବ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ପରୀକ୍ଷା ଓ ପ୍ରତିଯୋଗୀତାରେ ଆଶା ମୁତାବକ ଫଳ ପାଇବେ। ରାଜ ନୈତିକ କ୍ଷେତ୍ରରେ ଜଟିଳ ପରିସ୍ଥିତିକୁ ସହଜ ସରଳ କରି ପ୍ରଶଂସିତ ହେବେ। ଆର୍ଥିକ ସ୍ଥିତି ବହୁତ ଭଲ ରହିବ। ନୁତନ କାର୍ଯ୍ୟ ନିର୍ଦ୍ୱୋନ୍ଦରେ ଧୀରସ୍ଥିର ଭାବରେ ଆଗେଇନେବେ। ବନ୍ଧୁବାନ୍ଧବଙ୍କ ନିକଟରେ ଗୁରୁଗୁରୁଜନ ଓ ପ୍ରିୟଲୋକଙ୍କ ପାଖରେ ଆଦୃତ ହେବେ। ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

ମିଥୁନ:-ଘନିଷ୍ଠ ବ୍ୟକ୍ତିଙ୍କ ସହିତ ଭେଟ ହେବା ଫଳରେ କର୍ମ କ୍ଷେତ୍ରରେ ସୁଧାର ଆସି ମାନସିକ ଦୁଶ୍ଚିନ୍ତା ବା ମନ ବିଚଳିତରୁ ଶାନ୍ତି ଅନୁଭବ କରିବେ। ଆର୍ଥିକ ଦିଗରୁ ବେଶ୍ ଅନୁକୂଳ ଥିବାରୁ କିଛି ନୂତନ ପଦାର୍ଥ ସଂଗ୍ରହ ବା ବ୍ୟାଙ୍କ ବାଲାନ୍ସ ବୃଦ୍ଧି ପାଇବ। ବ୍ୟବସାୟରେ ନାନାପ୍ରକାର ସୁବିଧା ସୁଯୋଗ ମିଳିବ ଓ ପୁରୁଣା ପ୍ରାପ୍ୟ ମଧ୍ୟ ଆଦାୟ ହୋଇ ପାରେ। ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ ସଂପୂର୍ଣ୍ଣ ହେବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

କର୍କଟ:-ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ଅଧା-ଅଧୁରାଥିବା କାର୍ଯ୍ୟ ପୂରଣ ହୋଇଯିବ। ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିପାରିବେ। ପରିବାର ସମ୍ବନ୍ଧିତ ବା କୌଣସି ବନ୍ଧୁଙ୍କ ଦ୍ଵାରା ଶୁଭ ସମାଚାର ଶୁଣିବେ। କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ। କମିଶନ ସମ୍ବନ୍ଧିତ କାର୍ଯ୍ୟରେ ଲାଭ ମିଳିବ। ପ୍ରେମପ୍ରସଙ୍ଗରେ ଉନ୍ନତି ହୋଇପାରେ। ପ୍ରତିକାର- ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।

ସିଂହ:-ସ୍ୱାସ୍ଥ୍ୟ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ। ନୂତନ ବନ୍ଧୁଙ୍କ ସହିତ ଭେଟ ହେବା ଫଳରେ ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ। ରାଜନୈତିକ କ୍ଷେତ୍ରରେ ଲୋକମାନଙ୍କୁ ଆପଣେଇ ନବା ଫଳରେ ସମ୍ମାନିତ ହୋଇ ପାରନ୍ତି। କୌଣସି ଅଚିହ୍ନା ବ୍ୟକ୍ତି ସାହାଯ୍ୟ କରିବେ। ଖେଳ, ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ। ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ। ବିରୋଧିମାନେ ଦୂରେଇଯିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କନ୍ୟା:-ନିଜର କ୍ଷମତା ଓ ଯୋଗ୍ୟତାକୁ ବହୁତ ଉପଯୋଗ କରିବେ। ପାରିବାରିକ ଓ ଆର୍ଥିକସ୍ଥିତିରେ ସୁଧାର ଆସିବ। ଧୈର୍ଯ୍ୟ ଓ ସଂଯମ ରଖି ଦୁଃଖୀ ଲୋକଙ୍କୁ ସାହାଯ୍ୟ କରିବେ। ଶତୃ ଓ ବିରୋଧୀମାନେ କୌଣସି କ୍ଷତି କରିପାରିବେ ନାହିଁ। ବିପତ୍ତି କଟିବା ଫଳରେ ସୁଖ ସୌଭାଗ୍ୟ ବୃଦ୍ଧି ହେବ। କୋର୍ଟ କଚେରୀ ମାମଲାରେ ହାତେମାପି ଚାଖଣ୍ଡେ ଚାଲିବା ବିଧେୟ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-ସହକର୍ମୀ ମାନଙ୍କର ସମର୍ଥନ ମିଳିବା ସହ ସୁଖ ସମ୍ପଦ ପ୍ରାପ୍ତି ହେବ। ପରିବାରରେ ଯେତେ ସମସ୍ୟା ଥିଲେ ମଧ୍ୟ ଶାନ୍ତି ଅନୁଭବ କରିବେ। ଚାକିରୀ କ୍ଷେତ୍ରରେ ପଦୋନ୍ନତି ହେବ ଓ ସ୍ଥାନାନ୍ତର ମଧ୍ୟ ହୋଇପାରେ। ବିଦ୍ୟାରେ ଉନ୍ନତି ଓ ଉଚ୍ଚ ବିଦ୍ୟା ଅଧ୍ୟୟନ ପାଇଁ ସୁଯୋଗ ପାଇବେ। ରୋଜିରୋଜଗାରର ଉଚିତ୍ ପରିସର ମିଳିବ। କାମକାର୍ଯ୍ୟରେ ନୂଆ ଉପଲବ୍ଧି ଆପଣଙ୍କ ପ୍ରତୀକ୍ଷାରେ ରହିବ। ଆଧ୍ୟାତ୍ମିକ କ୍ଷେତ୍ରରେ ଉନ୍ନତି ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବିଚ୍ଛା:-ସମାଜ ସେବା କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। ବନ୍ଧୁଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ। କଳା, ସଂଗୀତାଦି କ୍ଷେତ୍ରରେ କୃତକାର୍ଯ୍ୟ ହେବେ। ଆର୍ଥିକ ଦିଗରୁ ଉନ୍ନତି ହେଲେ ମଧ୍ୟ ବ୍ୟୟ ଭାର ବୃଦ୍ଧି ହେବ। ଅଧିକାରୀଙ୍କଠାରୁ ସହଯୋଗ ପାଇ ଉତ୍ତମ ରୋଜଗାର କରି ପାରିବେ। ପ୍ରତିକାର- ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।

ଧନୁ:-ସୁଖ ସମୃଦ୍ଧି ବୃଦ୍ଧିହେବାସହ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ଲୋକମାନେ ଆପଣଙ୍କ ବାଣୀ ଓ ଯୋଗ୍ୟତାରେ ପ୍ରଭାବିତ ହେବେ। ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ। ଶିଳ୍ପ, ବାଣିଜ୍ୟ, ପରିବହନ ବ୍ୟବସାୟ, ମାଲିମକଦ୍ଦମାରେ ଉନ୍ନତି ହେବ। ପଦସ୍ଥ ବ୍ୟକ୍ତିଙ୍କ ସହ ମନୋମାଳିନ୍ୟ ମେଣ୍ଟି ଯିବ। ଭାଇ ଓ ମିତ୍ରଙ୍କଠାରୁ ସହଯୋଗ ପାଇବେ। ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

ମକର:-ଅଧସ୍ତନଙ୍କର ସହଯୋଗ ଯୋଗୁଁ କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧି ଏବଂ ସୁନାମ ଅର୍ଜନ କରିବେ। ବ୍ୟବସାୟ ପାଇଁ ଦୂରଯାତ୍ରାରେ ସଫଳତା ପ୍ରାପ୍ତି ହେବ। ପରିବାର ଜନଙ୍କ ଠାରୁ ଉଚ୍ଚ ସମ୍ଭାବନାର ଆଶା ଓ ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। ଆକସ୍ମିକ ଧନ ପ୍ରାପ୍ତି ହେବ। ବାସସ୍ଥାନ ବା ଯାନବାହନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ। ବନ୍ଧୁ ମିତ୍ରଙ୍କ ଆଗମନ ହେବ। ପ୍ରତିକାର- କଳା ରୁମାଲ ଟିଏ ପାଖରେ ରଖନ୍ତୁ।

କୁମ୍ଭ:-ନୂତନ ଓ ପୁରାତନ ଯୋଜନା ଫଳପ୍ରସୂ ହେବା ସହଜ ସରଳ ହୋଇଯିବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ଅଟକି ଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବ। ଛାତ୍ରଛାତ୍ରୀମାନେ ଲକ୍ଷ୍ୟ ହାସଲ କରିବାରେ ସମର୍ଥ ହେବେ। ସମ୍ପର୍କୀୟଙ୍କ ସହ ମନୋରଞ୍ଜନ ଫଳରେ ହସଖୁସିର ବାତାବରଣ ସୃଷ୍ଟି ହେବ। ରାଜନୀତି କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ଦାମ୍ପତ୍ୟ ସୁଖରେ ମଧୁରତା ଆସିବ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

ମୀନ:-ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବ। ଆକସ୍ମିକ ଧନ ପ୍ରାପ୍ତି ହେବ। ପିଲାମାନଙ୍କ ପାଠପଢା ନେଇ ବହୁ ଦିଗରୁ ମନୋବଳ ଓ ସାମର୍ଥ୍ୟ ବୃଦ୍ଧି ପାଇବ। ଆୟକୁ ଚାହିଁ ବ୍ୟୟର ଅଟକଳ ନ କଲେ ଲୋକହସା ହେବେ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ ନକରିବା ଉଚିତ୍। ପାରିବାରିକ ସୁଖଶାନ୍ତି ବୃଦ୍ଧି ହେବ। ଯୁକ୍ତି-ତର୍କରେ ଦକ୍ଷତା ସହ ବ୍ୟବହାରିକ ବିଜ୍ଞାନ ଓ ଦର୍ଶନର ଗଭୀରତା ଭିତରକୁ ଟାଣିହୋଇ ଯିବେ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!