ଦୈନିକ ରାଶିଫଳ: 12 ମଇ 2025, ମହାଦେବଙ୍କ କୃପାରୁ ଆଜି ଏହି ରାଶିଙ୍କୁ ମିଳିବ ଆକସ୍ମିକ ଧନଲାଭ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ହେବ। ଶରୀର ସୁସ୍ଥ ରହିବା ସହ ଆର୍ଥିକ ସ୍ଥିତିରେ ବୃଦ୍ଧି ହେବ। କର୍ମକ୍ଷେତ୍ରରେ ଗଠନମୂଳକ ପ୍ରସ୍ତାବ ଦେଇ ପ୍ରଶଂସିତ ହେବେ। ବ୍ୟବସାୟ ବିସ୍ତାର କଲେ ଆଶାତିତ ଲାଭବାନ୍ ହେବେ। ପୁଅ ଝିଅଙ୍କ କର୍ମସ୍ଥିର ହେବା ଫଳରେ ଖୁସି ହେବେ। ଦୂରଯାତ୍ରାର ସୁଯୋଗ ପାଇବେ ଓ ଆତ୍ମବିଶ୍ଵାସ ବୃଦ୍ଧି ପାଇବ। ଅଫିସରେ ଲାଗିରହିଥିବା ଟେନସନ୍ ଦୂର ହୋଇ ସୁସମ୍ବାଦ ପ୍ରାପ୍ତି ହେବ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବ। ବିଭିନ୍ନ ବିଭାଗୀୟ ପରୀକ୍ଷା ଦେବାର ସୁଯୋଗ ପାଇବେ। ପୁରୁଣା ବନ୍ଧୁଙ୍କ ସହିତ ସାକ୍ଷାତ ହେବ। ବନ୍ଧୁବାନ୍ଧବଙ୍କ ଦିଗରୁ ସ୍ଵାର୍ଥ ପ୍ରବଣତାର ଅଭିବୃଦ୍ଧି ଘଟିବ। ଆୟ ଅପରିବର୍ତ୍ତିତ ରହିବ। ଶ୍ୱଶୁର ଘର ପକ୍ଷରୁ ସମର୍ଥନ ପାଇବେ। କର୍ମକ୍ଷେତ୍ରରେ କଠିନ ପରିଶ୍ରମ କରିବାକୁ ପଡିବ। ଦୃଢ଼ ଆତ୍ମବିଶ୍ୱାସ ଦ୍ୱାରା ସମସ୍ତବାଧା ବିଘ୍ନକୁ ଅତିକ୍ରମକରି ଆଗକୁ ବଢ଼ିବାର ଯୋଜନା ସଫଳ ହେବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ମିଥୁନ:-ପାରିବାରିକ କ୍ଷେତ୍ରରେ କିଛି ଅସୁବିଧା ଥିଲେ ସମାଧାନ କରି ପାରିବେ। ଅଟକିଥିବା କାର୍ଯ୍ୟଗୁଡିକ ସହଜରେ ପୂରଣ ହେବ। ବ୍ୟବସାୟରେ ସାହାଯ୍ୟ ସହଯୋଗ ମିଳିବ। ଅନେକ କ୍ଷେତ୍ରରେ ପୂର୍ବ ଯୋଜନା ସଫଳ ହେବ। ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ସାମାଜିକ ଯାତ୍ରାରେ ବାଧାପ୍ରାପ୍ତ ହୋଇପାରେ। ସ୍ୱାସ୍ଥ୍ୟ ସମସ୍ୟା ଦେଖାଦେଇପାରେ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-ଭାଇ, ବନ୍ଧୁ, ମିତ୍ର ଓ ସହକର୍ମୀ ମାନଙ୍କ ସହିତ ମତଭେଦ ସମାପ୍ତ ହେବ। ଛାତ୍ର ଛାତ୍ରୀମାନେ ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳ ହେବେ। ସାଧୁ ସଚ୍ଚୋଟ ଭାବେ କର୍ମଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ। ବ୍ୟବସାୟ କ୍ଷେତ୍ରରେ ଅନେକଦିନ ଧରି ଚାଲିଥିବା ଦ୍ୱନ୍ଦ୍ୱର ସମାଧାନ ହେବ। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ନିତ୍ୟଚର୍ଯ୍ୟାରେ ବ୍ୟବଧାନ ଉପସ୍ଥିତ ହେବ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:-ଶତ୍ରୁବାଧା ଦୂରେଇ ଯିବ ଓ ଋଣରୁ ମୁକ୍ତି ପାଇବା ପାଇଁ ସହଯୋଗ ଲୋଡିବେ। ସ୍ଵାସ୍ଥ୍ୟର କିଛି ପରିବର୍ତ୍ତନ ଘଟିବ। ପାରିବାରିକ କ୍ଷେତ୍ରରେ ଶାନ୍ତିଶୃଙ୍ଖଳା ଦେଖାଦେବ। ସେୟାର ବଜାର ଓ ପୁଞ୍ଜି ନିବେଶ କରିଲେ ବହୁତ ଧନ ପ୍ରାପ୍ତ ହେବ। ଶାରୀରିକ କଷ୍ଟ ଦୂର ହେବ। ବ୍ୟବସାୟରେ ଉନ୍ନତି ହେବାଫଳରେ ଖୁସି ରହିବେ। କୌଣସି ନୂତନ କର୍ମ କରିବାକୁ ଚାହୁଁଥିଲେ ସେଥିରେ ବିଜୟୀ ହେବେ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

କନ୍ୟା:-କୌଣସି ମହତ୍ତ୍ଵପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ଭେଟ ହେବ। ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ। ରାଜନୀତିରେ ଉନ୍ନତି ହେବା ସହ ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବ। ଘର ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ। ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ବିଜୟୀ ହୋଇ ସମ୍ମାନିତ ହେବେ। ପତିପତ୍ନୀଙ୍କର ବୁଝାମଣା ଠିକ୍ ରହିବାସହ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ।

ତୁଳା:-ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ଅଚାନକ ଧନପ୍ରାପ୍ତି ହେବ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର କରି ଅତ୍ୟଧିକ ଲାଭ ପାଇବେ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ବୃତ୍ତିଗତ ଦୃଷ୍ଟିରୁ ସମୟ ଅତ୍ୟନ୍ତ ଶୁଭ। ପରିବାରର ଅନ୍ୟ ସଦସ୍ୟଙ୍କ ସମ୍ବନ୍ଧ ଦୃଢ ହେବ ଓ ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ। ଜମିଜମା ସଙ୍କ୍ରାନ୍ତିୟ ସମସ୍ୟାରେ ସଫଳତା ମିଳିବ। ପ୍ରତିକାର- ଧଳା ରୁମାଲଟିଏ ପାଖରେ ରଖନ୍ତୁ।

ବିଚ୍ଛା:-ବ୍ୟବସାୟ କ୍ଷେତ୍ରରେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ। ପାରିବାରିକ କ୍ଷେତ୍ରରେ ବାଦବିବାଦ ମେଣ୍ଟି ଯିବା ଫଳରେ ଆତ୍ମ ସନ୍ତୋଷ ଆଣିଦେବ। ସରକାରୀ ଚାପ ପଡିଲେ ମଧ୍ୟ କର୍ମକ୍ଷେତ୍ରରେ ଉନ୍ନତି ଓ ଅଗ୍ରଗତିର ସୁଯୋଗ ପାଇବେ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ। ଆୟ ଅପେକ୍ଷା ବ୍ୟୟ ବୃଦ୍ଧିପାଇବ। ଆର୍ଥୀକ ଉନ୍ନତିରେ ବାଧା ଓ ଶାରିରୀକ ଅସୁସ୍ଥତା ଦେଖାଦେଇ ପାରେ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ଧନୁ:-ସମସ୍ତ ସମସ୍ୟାର ସମାଧାନ କରି ସତ୍ୟର ସାମ୍ନା କରିବାକୁ ପଡିବ। ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ। ନୂତନ ଯୋଜନାର କ୍ରିୟାନ୍ୱିତ କରିବା ସହ ପାରିବାରିକ ଜୀବନ ସୁଖମୟ ହେବ। ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ ଓ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ବ୍ୟବସାୟରେ ସଫଳତା ଅର୍ଜନ କରିବେ ଓ ପ୍ରଚୁର ଲାଭ ମଧ୍ୟ ମିଳିବ। ସୁଖ ସମୃଦ୍ଧି ବୃଦ୍ଧିହେବାସହ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

ମକର:-ସ୍ଵାସ୍ଥ୍ୟସମସ୍ୟା ନେଇ ମାନସିକ ଦୁଶ୍ଚିନ୍ତା ଦୂର ହେବ। ସନ୍ତାନଙ୍କ ସମ୍ବନ୍ଧୀତ କୌଣସି ଶୁଭ ସମାଚାର ଶୁଣି ଖୁସିହେବେ। ଶୁଭକାମ କରି ପ୍ରଶଂସିତ ହେବା ସହ ବ୍ୟବସାୟ କ୍ଷେତ୍ରରେ ଲାଭବାନ ହେବେ। କେତେକ ସୂତ୍ରରୁ କିଛି ଧନ ପାଇବା ସହ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଦେଖାଦେବ। ଜ୍ଞାନ-ଗବେଷଣା ସ୍ତରରେ କୃତକାର୍ଯ୍ୟ ହୋଇ ଯଶ ମାନ ପ୍ରତିଷ୍ଠା ପ୍ରାପ୍ତି ହେବ। ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

କୁମ୍ଭ:-ସ୍ୱାସ୍ଥ୍ୟ ଭଲ ରହିବା ସହ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବା ଫଳରେ ମାନସିକ ଏକାଗ୍ରତା ବଜାୟ ରହିବ। ବୈଷୟିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରି ଉଚ୍ଚମାନ୍ୟତାର ଅଧିକାରୀ ହେବେ। ଶତୃମାନେ ଦୂରେଇ ଯିବେ ଓ କମିଶନ କାର୍ଯ୍ୟରେ ଲାଭ ହେବାର ସମ୍ଭାବନା ଅଛି। ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇ ମାନସିକ ଶାନ୍ତି ମିଳିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମୀନ:-ଅଧ୍ୟାପନା ମାମଲାରେ ଆଗକୁ ଗତି କରିବେ। ଭାଇ ଓ ଭଉଣୀ ମାନଙ୍କ ସହ ମନୋ ମାଳିନ୍ୟ ଦୂର ହେବ। ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ ହୋଇ ପାରେ। ଭ୍ରମଣ, ରାଜନୀତି, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ। ନୂତନ କାର୍ଯ୍ୟାରମ୍ଭ କଲେ ଭୂଲରେ ଅଧିକ ଖର୍ଚ୍ଚାନ୍ତ ହୋଇ କାର୍ଯ୍ୟପୂରଣ କରି ପାରିବେ ନାହିଁ। କର୍ମକ୍ଷେତ୍ରରେ ଅଶାନ୍ତି ଉପୁଜିବ। ଶତୃମାନେ ମୁଣ୍ଡ ଟେକିବେ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!