ଦୈନିକ ରାଶିଫଳ: 12 ମାର୍ଚ୍ଚ 2024, ମଙ୍ଗଳବାର, ମା’ ମଙ୍ଗଳାଙ୍କ କୃପା ରହିବ ଏହି 3ଟି ରାଶି ଉପରେ, ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଶିକ୍ଷା କ୍ଷେତ୍ରରେ ମନ ଲଗେଇବେ। ଧନ ସମ୍ପତ୍ତି ଉପରେ ଧ୍ୟାନ କେନ୍ଦ୍ରୀଭୂତ ହେବା ଫଳରେ ସମସ୍ତ ବାଧାବିଘ୍ନ ଦୂରେଇ ଯାଇ ଯଶ ମାନ ସମ୍ମାନ ମିଳିବ। ବନ୍ଧୁ ମିତ୍ରଙ୍କ ଦ୍ଵାରା ମହତ୍ଵପୂର୍ଣ୍ଣ କାର୍ଯ୍ୟ ସମ୍ପନ୍ନ ହୋଇ କାର୍ଯ୍ୟ ସ୍ଥିତିରେ ସୁଧାର ଆସିବା ଫଳରେ ନୂଆ ଯୋଜନା ଅନୁସାରେ କାର୍ଯ୍ୟ ଆରମ୍ଭ କରିବେ। ସାମାଜିକ କାର୍ଯ୍ୟରେ ଯୋଗଦାନ କରି, ଆଚାର ବ୍ୟବହାରରେ ଶାନ୍ତ ହୋଇ, ଆଶା କରୁଥିବା କାର୍ଯ୍ୟରେ ସଫଳତା ପାଇବେ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ସ୍ଵାସ୍ଥ୍ୟକ୍ଷେତ୍ରରେ ପରିବର୍ତ୍ତନ ଆସିବ। ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ। ଉଚ୍ଚଶିକ୍ଷା ନିମିତ୍ତ ବିଦେଶ ଯାତ୍ରା ଫଳରେ ଅତ୍ୟନ୍ତ ଲାଭବାନ ହେବେ। ଉତ୍ସାହ ଉଲ୍ଲାସରେ ସମୟ ଅତିବାହିତ କରିବେ। ପୁଞ୍ଜି ଲଗାଣ, ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ। ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ମାନସିକ ଏକାଗ୍ରତା ବଜାୟ ରହିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମିଥୁନ:-ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ। ଆକସ୍ମିକ ଧନପ୍ରାପ୍ତି ହୋଇ ଋଣରୁ ମୁକ୍ତି ମିଳିବ। କାର୍ଯ୍ୟ ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ। ନୂତନ ଯୋଜନାରେ ସଫଳହେବେ। ସମସ୍ତଙ୍କର ପୂର୍ଣ୍ଣ ସହଯୋଗ ଯୋଗେ ଦୂରଯାତ୍ରାର ସୁଯୋଗ ପାଇବା ସହ ଆଶାତୀତ ଲାଭ ମିଳିବ। ବିଦ୍ୟାର୍ଥୀମାନେ ଶିକ୍ଷା କ୍ଷେତ୍ରରେ ଆଶାନୁରୂପ ଫଳ ପାଇବା ସହ ପ୍ରତିଦ୍ୱନ୍ଦିତା ପରୀକ୍ଷାରେ ବିଜୟୀ ହୋଇ ସମ୍ମାନିତ ହେବେ। ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ।

କର୍କଟ:-ସ୍ୱାସ୍ଥ୍ୟରେ ଉନ୍ନତି ହୋଇ ଗୃହସ୍ଥ ଜୀବନ ସୁଖମୟ ହେବ। ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନରେ ଉନ୍ନତି ହେବ। ଉଚ୍ଚପଦାଧିକାରୀଙ୍କ ଠାରୁ ସାହାଯ୍ୟ ସହଯୋଗ ମିଳିବ। ନୂତନ ଗୃହସୁଖ ଓ ଯାନବାହନ ସୁଖ ମିଳିବ। ନୂଆ ନୂଆ ଲୋକଙ୍କ ସହ ସମ୍ପର୍କ ଓ ସାକ୍ଷାତରେ ଉନ୍ନତି ହେବ। ବକେୟା ଅର୍ଥ କିଛି ମିଳିବ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରିବେ। ପ୍ରତିକାର- ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।

ସିଂହ:-ଯୌଥ ପରିବାର ସମ୍ପର୍କୀୟ ଜମିବାଡି ନେଇ କେତେକ ସମସ୍ୟା ସହଜରେ ସମାଧାନ ହେବ। ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। କଠିନ ପରିଶ୍ରମ କରିବା ଯୋଗୁଁ ଶାରରୀକ ଅସୁସ୍ଥତା ଦେଖା ଦେଇ ପାରେ। ପ୍ରିୟଜନଙ୍କୁ ଅନ୍ଧଭାବରେ ବିଶ୍ୱାସକଲେ ଧୋକା ଖାଇ ପାରନ୍ତି। ରାଜନୀତିରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେବେ ଓ ବଡନେତାଙ୍କୁ ସନ୍ତୁଷ୍ଟ କରି ଶାନ୍ତିପାଇବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-ସ୍ୱାସ୍ଥ୍ୟଗତ ସମସ୍ୟା ଦୂର ହେବ। ରାଜନୀତି କ୍ଷେତ୍ରରେ ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବା ଯୋଗେ ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ। ଅଧିକାରୀ କାମରେ ପ୍ରସନ୍ନ ରହି କାର୍ଯ୍ୟର ପ୍ରଗତିପାଇଁ ସମସ୍ତପ୍ରକାର ପ୍ରୟାସ କରିବେ। ଦୂରଯାତ୍ରାରେ ଆଶା ମୁତାବକ ଫଳ ପାଇବେ। ଲଟେରୀ, ଜୁଆ, ସଟ୍ଟା ଓ ସେୟାର୍ ମାର୍କେଟରେ ଅର୍ଥ ପ୍ରାପ୍ତି ହେବ। କର୍ମଚାରୀ ମାନେ କର୍ମକ୍ଷେତ୍ରରେ ଉତ୍ତମ କାର୍ଯ୍ୟକରି ପଦୋନ୍ନତି ପାଇବେ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

ତୁଳା:-ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ। ପାରିବାରିକ କ୍ଷେତ୍ରରେ ସ୍ନେହ-ସଦ୍ଭାବ ବଜାୟ ରହିବ। ଗୃହକାର୍ଯ୍ୟ ଆଗେଇ ପାରିବେ, ଦୁରଯାତ୍ରା ଓ ନୂତନ ବ୍ୟବସାୟ ଆରମ୍ଭ କରି ପାରିବେ। ପ୍ରକୃତିର ବିଚିତ୍ର ସିଦ୍ଧାନ୍ତ ଫଳରେ ଦୀର୍ଘଦିନର କଷ୍ଟ ଦୂର ହୋଇ ସୁଖର ସ୍ୱପ୍ନ ଦେଖିପାରିବେ। ନୂଆ ନୂଆ ଉପାୟ ଚିନ୍ତା କରିବେ। ଅଚାନକ ଆୟ ବୃଦ୍ଧି ହେତୁ ଆଚମ୍ବିତ ହୋଇ ଯିବେ। ଗୃହରେ ସୁଖଶାନ୍ତି ବିରାଜମାନ କରିବ। ପ୍ରତିକାର- ଧଳା ରୁମାଲଟିଏ ପାଖରେ ରଖନ୍ତୁ।

ବିଚ୍ଛା:-ସବୁଦିଗରୁ ଶୁଭ ସମାଚାର ପାଇ ଖୁସି ହେବେ। ଭ୍ରମଣ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ। ନିଜ ପରିଶ୍ରମରୁ ନୂତନ କର୍ମ ନିଯୁକ୍ତି ପାଇବେ। ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବା ସହ ଶୁଭ ସୂଚନା ମଧ୍ୟ ପାଇବେ। ବ୍ୟବସାୟରେ ଶତୃମାନେ ପରାଜିତ ହୋଇ ବାକିଥିବା ଅର୍ଥପ୍ରାପ୍ତି ହେବା ଫଳରେ ଆର୍ଥିକ କ୍ଷେତ୍ରରେ ଉନ୍ନତିହେବ। ଶିଳ୍ପବାଣିଜ୍ୟ କ୍ଷେତ୍ରରେ ଆଶାନୁରୂପ ଲାଭ ପାଇବେ। ପ୍ରତିକାର- କଉଡି ଗୋଟିଏ ପାଖରେ ରଖନ୍ତୁ।

ଧନୁ:-ମିତ୍ରଙ୍କ ଦ୍ଵାରା ସହାୟତା ମିଳିବ। କଠିନ ପରିଶ୍ରମ କରିବା ଫଳରେ ବ୍ୟବସାୟରେ ଅର୍ଥ ପ୍ରାପ୍ତିର ସୁଯୋଗ ଆସିବ। ଉପରିସ୍ଥ କର୍ମଚାରୀ ମାନଙ୍କ ପ୍ରିୟଭାଜନ ହେବେ। ମନୋରଞ୍ଜନ କାର୍ଯ୍ୟରେ ସମୟ କଟିବ। ସାମାଜିକ କାର୍ଯ୍ୟରେ ଭାଗ ନେବେ। ଚେଷ୍ଟା ସାର୍ଥକ ହେଲେ ମଧ୍ୟ ଭବିଷ୍ୟତ ଚିନ୍ତା ରହିବ। ସତର୍କ ରହିବା ଦ୍ଵାରା ଲାଭବାନ ହେବେ। ନିଜର ଯୁକ୍ତିଦ୍ଵାରା କାର୍ଯ୍ୟରେ ସଫଳ ହେବ। ଭାଗୀଦାରୀରେ ହୋଇଥିବା କ୍ଷତିରୁ ବଞ୍ଚିଯିବେ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ବିଦ୍ୟାର୍ଥିମାନେ ବିଦ୍ୟାରେ ଉନ୍ନତି କରିବା ସହ ପରୀକ୍ଷା, ପ୍ରତିଯୋଗିତାରେ ବିଜୟୀ ହେବେ। ପ୍ରେମିକ ପ୍ରେମିକା ମାନଙ୍କର ମାନସିକ ଦୁଶ୍ଚିନ୍ତା ଦୂର ହୋଇ ପ୍ରେମ କ୍ଷେତ୍ରରେ ଶାନ୍ତି ମିଳିବ। ଉଚ୍ଚ ପଦାଧିକାରୀ ମାନଙ୍କୁ ବିରୋଧୀ ନ କରିବାକୁ ବିଶେଷ ସତର୍କ ରହିବା ନିତ୍ୟାନ୍ତ ଆବଶ୍ୟକ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:-ସାଧାରଣ ଲୋକ ସମ୍ପର୍କକୁ ଅତିକ୍ରମ କରିବା ଲକ୍ଷ୍ୟରେ ଭୋଗମାର୍ଗୀ ହୋଇ ନିଜକୁ ପ୍ରତିଷ୍ଠିତ କରି ପାରିବେ। ଅଚାନକ ଧନ ପ୍ରାପ୍ତି ହେବ ଓ ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରିବେ। ବିଚାର ବିଭାଗ ରାୟ ସପକ୍ଷରେ ଯିବ। ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତକାରରେ ସଫଳତା ମିଳିବ। ବ୍ୟବସାୟରେ ସଫଳତା ପାଇବେ। ଉପରିସ୍ଥଙ୍କୁ ଆପଣାର କରି କୃପାଭାଜନ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମୀନ:-ଅଟକିଥିବା ଧନ ମିଳିଯିବ। ଉଚ୍ଚଆଶା ସଫଳହେବ। ସନ୍ତାନ ମାନଙ୍କ ଭବିଷ୍ୟତ ଚିନ୍ତା କରି ପୁଞ୍ଜି ଲଗାଣ, ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ। ଅନେକ ପ୍ରକାର ଉଲ୍ଲେଖନୀୟ ପରିବର୍ତ୍ତନ ଆସିବ। ଆର୍ଥିକଦିଗରୁ ଉନ୍ନତି ହେବାସହ ସ୍ୱାସ୍ଥ୍ୟ ଠିକ୍ ରହିବ। କୃଷିଜାତଦ୍ରବ୍ୟ ବାଣିଜ୍ୟରେ ଆୟ ଆଶାତୀତ ହେବ। ଏକ ବିରାଟ କାର୍ଯ୍ୟର ସଂକଳ୍ପ ନେବେ ଯାହା ଫଳରେ ଆର୍ଥିକ କ୍ଷେତ୍ରରେ ସ୍ଵଚ୍ଛଳତା ଦେଖାଦେବ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!