ଦୈନିକ ରାଶିଫଳ: 12 ସେପ୍ଟେମ୍ବର 2023, ମଙ୍ଗଳବାର, ମା’ ମଙ୍ଗଳାଙ୍କ କୃପା ରହିବ ଏହି 3ଟି ରାଶି ଉପରେ, ମିଳିବ ଆର୍ଥିକ ସଙ୍କଟରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ବ୍ୟବସାୟ କ୍ଷେତ୍ରରେ ତୈଳବୀଜ ଓ ରବି ଫସଲ ବ୍ୟବସାୟରେ ବେଶ୍ ଲାଭବାନ ହେବେ। କାମକାର୍ଯ୍ୟ ମାମଲାରେ ଦୂରସ୍ଥାନକୁ ଯିବାକୁ ପଡିବ। ଅଧ୍ୟୟନ, ଅଧ୍ୟାପନା ଓ ଅନୁସନ୍ଧାନପରି କାର୍ଯ୍ୟରେ ସଫଳତା ଅର୍ଜନ କରିବେ। ଉଧାର ଦେଇଥିବା ଟଙ୍କା ମିଳିବ। ଗଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ। କୌଣସି ଶୁଭ ସମାଚାର ଶୁଣିବାକୁ ହେବ। ପରିବାରରେ ନିଜରପଦ ଗରିମା ଅନୁସାରେ ପାରିବାରିକ ସ୍ଥିତି ଭଲ ରହିବ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ପୁରାତନ ରୋଗର ଉପଶମ ପାଇଁ ସ୍ୱାସ୍ଥ୍ୟ ଅନେକାଂଶରେ ଭଲ ରହିବ। ବନ୍ଧୁମିତ୍ରଙ୍କ ସହ ମନୋରଞ୍ଜନ, ଭ୍ରମଣ ଫଳରେ ହସଖୁସିର ବାତାବରଣ ସୃଷ୍ଟି ହେବ। ରାଜନୀତି କ୍ଷେତ୍ରରେ ଉନ୍ନତି ଓ ଅଗ୍ରଗତିର ସୁଯୋଗ ପାଇବେ। ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ। ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବା ଯୋଗେ ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

ମିଥୁନ:-ଶିକ୍ଷାର୍ଥୀମାନଙ୍କ ପାଇଁ ଅଧ୍ୟୟନରେ ବାଧା ଉପୁଯିବ ନାହିଁ। ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ। ସନ୍ତାନମାନେ ଉଚ୍ଚଶିକ୍ଷାରେ ଶ୍ରେଷ୍ଠସ୍ଥାନ ଲାଭ କରିବେ। କର୍ମକ୍ଷେତ୍ରରେ ଆତ୍ମବିଶ୍ଵାସ ଓ ଦୃଢତା ଯୋଗେ ସମ୍ମାନର ଆଧିକାରୀ ହୋଇ ପାରିବେ। ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମ ଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-କର୍ମକ୍ଷେତ୍ରରେ ସାଧାରଣ ବ୍ୟକ୍ତି ବିଶେଷଙ୍କ ଠାରୁ ବିଶେଷ ଲାଭବାନ ହେବେ। ପ୍ରତ୍ୟକ୍ଷ ଓ ପରୋକ୍ଷ ଶତ୍ରୁତା ଥିବାଲୋକ ଓ ଈର୍ଷାପରାୟଣ ବ୍ୟକ୍ତିଙ୍କ ଦ୍ଵାରା ପୂରସ୍କୃତ ହେବେ। ସୁସ୍ଥ ମାନସିକତା ରକ୍ଷାକରି ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ। ବିଦେଶୀ ବନ୍ଧୁଙ୍କ ଦ୍ଵାରା ଅଧିକ ଉପକୃତ ହେବେ। ନୂତନ ବ୍ୟବସାୟ ଆରମ୍ଭ କଲେ ଲାଭବାନ ହେବେ। ପାରିବାରିକ ତିକ୍ତତାର ସମସ୍ୟା ଦୂର ହେବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ସିଂହ:-ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେଇ ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ। ପାରିବାରିକ କ୍ଷେତ୍ରରେ ଆତ୍ମସନ୍ତୋଷ ଲାଭ ଓ ସାମାଜିକ ଭାବମୂର୍ତ୍ତି ସୁରକ୍ଷା ହେବ। ଶିକ୍ଷା କ୍ଷେତ୍ରରେ ସଫଳତା ମିଳିବା ସହ ପ୍ରତିଯୋଗୀତା ପରୀକ୍ଷାରେ ଯଶରସହ ଉତ୍ତୀର୍ଣ୍ଣ ହୋଇ ପ୍ରଶଂସିତ ହେବେ। ବ୍ୟବସାୟରେ ଉନ୍ନତି ସହିତ ବାସସ୍ଥାନ ବା ଯାନବାହାନର ନବୀକରଣ ପାଇଁ ଚିନ୍ତା କରି ପାରନ୍ତି। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

କନ୍ୟା:-ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘ ସ୍ଥାୟୀହେବ। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ। ଭ୍ରମଣ, ପ୍ରଶାସନ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ। ଋଣ ଭରଣାରେ ସହଜ ହେବ। ନୂତନ କର୍ମ ନିଯୁକ୍ତି ପାଇବାର ରାସ୍ତା ପରିଷ୍କାର ହୋଇ ଯିବ। ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀହେବେ। ଛାତ୍ର-ଛାତ୍ରୀମାନେ ଉଚ୍ଚଶିକ୍ଷା କ୍ଷେତ୍ରରେ ସଫଳ ହେବେ। ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ।

ତୁଳା:-ସ୍ୱାସ୍ଥ୍ୟ ଭଲ ରହିବାସହ ଆର୍ଥିକ ସ୍ଥିତି ସୁଦୃଢ଼ ହେବ ଓ ଋଣ ପରିଶୋଧ କରିବାର ସୁଯୋଗ ପାଇବେ। ବ୍ୟବସାୟରେ ନୂତନ ଯୋଜନା ପ୍ରସ୍ତୁତ କରି ଲାଭବାନ ହେବେ ଓ ବାକିଥିବା ଅର୍ଥ ପ୍ରାପ୍ତି ହେବ। କୌଣସି ପ୍ରକାରେ ଉଚ୍ଚମାନ୍ୟତା ରକ୍ଷା କରି କର୍ମଚାରୀମାନେ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ବିଦ୍ୟାରେ ଯଥେଷ୍ଟ ଉନ୍ନତ ଫଳ ପ୍ରାପ୍ତି ହେବ। ରାଜନେତା ମାନେ ଧାର୍ମିକ କାର୍ଯ୍ୟରେ ଯୋଗ ଦେଲେ ସମ୍ମାନୀତ ହେବେ। ପ୍ରତିକାର- ପାଣିରେ କିଛି ଫିଟିକିରି ପକାଇ ଘରକୁ ପୋଛନ୍ତୁ।

ବିଚ୍ଛା:-ନ୍ୟାୟମାର୍ଗ ଓ ମିଷ୍ଟ ବଚନକୁ ନିଜର ଭୂଷଣଭାବି କର୍ମ କରିଲେ ଶତୃ ପରାଜିତ ହୋଇ ସମସ୍ତଙ୍କର ପୂର୍ଣ୍ଣ ସହଯୋଗ ମିଳିବ। କର୍ମଚାରୀମାନେ ଭାରସାମ୍ୟ ରକ୍ଷାକରି ଅଧସ୍ତନ କର୍ମୀଙ୍କ ଯୋଗେ ପରିସ୍ଥିକୁ ନିଜ ତରଫରେ ନେଇ, ସ୍ଵାର୍ଥସିଦ୍ଧିର ପଥକୁ ପ୍ରଶସ୍ତ କରିବେ। ରାଜନେତାମାନେ ନୀରବତା ରକ୍ଷାକରି ପରିସ୍ଥିତି ହାତରେ ନିଜକୁ ସମର୍ପଣ କରିଦେବା ଉତ୍ତମ ହେବ। ପ୍ରେମିକ ପ୍ରେମିକା ମାନେ ଗୁପ୍ତ ପ୍ରେମରେ ସଫଳ ହେବେ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ଧନୁ:-ପୈତୃକ ସମ୍ପତ୍ତିକୁ ନେଇ ପରିବାରରେ ଅଶାନ୍ତି ଥିଲେ ତାହା ସମାଧାନ କରିବାକୁ ଚେଷ୍ଟା କରନ୍ତୁ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ। ପ୍ରେମିକ ପ୍ରେମିକା ମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। କର୍ମଜୀବି ମାନଙ୍କର ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧିହେବ। ଆର୍ଥିକ ପରିସ୍ଥିତି ଉତ୍ତମ ଥିଲେ ମଧ୍ୟ ବସନ ଭୂଷଣରେ ଅଧିକ ବ୍ୟୟ ଘଟିବ। ରାଜନେତା ମାନେ ସ୍ଥଳବିଶେଷରେ ବ୍ୟୟ ସଂକୋଚନ ନ କଲେ କ୍ଷତି ସହିବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-ବିଦ୍ୟାର୍ଥୀଙ୍କର ବିଦ୍ୟାରେ ଉନ୍ନତି ହେବାରୁ ମନ ଖୁସି ରହିବ। ନୂତନ କାର୍ଯ୍ୟ ଆରମ୍ଭ କଲେ କ୍ଷତିରେ ପଡିବେ। ରାଜନୀତିରେ ସ୍ଵାର୍ଥରକ୍ଷା ପାଇଁ କଠିନ ପରିଶ୍ରମ କରି ଗୁରୁତ୍ୱ ପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ କରିବାକୁ ପଡିବ। ବ୍ୟବସାୟ କ୍ଷେତ୍ରରେ ପୁରୁଣା ସମସ୍ୟା ସମାଧାନ ହୋଇ ଆର୍ଥୀକ ଉନ୍ନତି ଘଟିବ। କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି ହେବ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:-ସମ୍ମାନର ସହିତ ଦିନଚର୍ଯ୍ୟା କରି ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ଅନୁଭବ କରିବେ। ବ୍ୟବସାୟରେ ଆଶା ମୁତାବକ ଲାଭ ପାଇବେ। ଶାରିରୀକ ଅସୁସ୍ଥତା ଦୂରହେବ। କର୍ମକ୍ଷେତ୍ରରେ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସା ପାଇବେ। ନୂତନ କର୍ମ ନିଯୁକ୍ତିର ସୁଯୋଗ ପାଇବେ। ଅବିବାହିତ ଯୁବକ ଓ ଯୁବତୀ ମାନଙ୍କର ବିବାହ ଧାର୍ଯ୍ୟ ହେବ। ନୂତନ ବ୍ୟବସାୟ ଆରମ୍ଭ କଲେ ଆଶାତୀତ ଲାଭ ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମୀନ:-ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ। ସାଧୁ ଓ ସଚ୍ଚୋଟ ଭାବେ କର୍ମ ଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ। ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ଗୁରୁ ଗୁରୁଜନ ମାନଙ୍କର ସହଯୋଗ ପାଇବେ। ବ୍ୟବସାୟ ପାଇଁ ଭ୍ରମଣ କରିବା ଫଳରେ ଅଧିକ ଲାଭାନ୍ଵିତ ହେବେ। ଦାମ୍ପତ୍ୟ ସୁଖରେ ସୁଖୀ ହେବେ। ମାଆବାପାଙ୍କ ଠାରୁ ସହଯୋଗ ମିଳିବ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!