ମେଷ:-ଯେ କୌଣସିକାର୍ଯ୍ୟରେ ହାତଦେଲେ ସଫଳହେବେ। ମାନସିକ ବିଷାଦ, ଦାମ୍ପତ୍ୟ କଳହ, ଭୟ ଆଶଙ୍କା ଦୂରେଇ ଯାଇ ଜନ ସମ୍ପର୍କ ବୃଦ୍ଧି ପାଇବ। ନୂତନକର୍ମ ପ୍ରାପ୍ତି ଓ କର୍ମକ୍ଷେତ୍ରରେ ପଦୋନ୍ନତି ଯୋଗ ଅଛି। ଛାତ୍ର ଛାତ୍ରୀମାନେ ପଢ଼ା ପଢ଼ିରେ ମନଯୋଗ ଦେଇ ପରୀକ୍ଷା ପ୍ରତିଯୋଗିତାରେ ସଫଳ ହେବେ। ରାଜନେତା ମାନଙ୍କର ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ। କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
ବୃଷ:-ପ୍ରତିଯୋଗୀତା ପରୀକ୍ଷାରେ ଯଶରସହ ଉତ୍ତୀର୍ଣ୍ଣ ହୋଇ ପ୍ରଶଂସିତ ହେବେ। ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ଆଶା ମୁତାବକ ଫଳ ପାଇବେ। ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ। ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମ ଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ। ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ଦାମ୍ପତ୍ୟ ସୁଖରେ ଖୁସି ହେବେ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।
ମିଥୁନ:-ସାମାଜିକ ପତିଆରା ଅମଳିନ ରହିବ। ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ। ରାଜନୀତିରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ। କର୍ମକ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ। ବ୍ୟବସାୟରେ ଦୁଃସ୍ଥିତିର ସମସ୍ୟା ଅନେକାଂଶରେ ହ୍ରାସ ପାଇବ ଓ କିଛି ନୂତନ ଯୋଜନା ମିଶାଇବା ଫଳରେ ବିଶେଷ ଲାଭବାନ୍ ହେବେ। ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ। ପାରିବାରିକ ସମସ୍ୟାର ସମାଧାନ କରି ପ୍ରଶଂସିତ ହେବେ। ପ୍ରତିକାର- ସବୁଜ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।
କର୍କଟ:-ଚିତ୍ତପ୍ରସନ୍ନ ଯୋଗେ କାର୍ଯ୍ୟ ସିଦ୍ଧି ହେବ ଓ ଆୟର ବୃଦ୍ଧିଘଟିବା ସହ ଗୃହବାହନ ଆଦି ପ୍ରାପ୍ତି ହେବ। ଛାତ୍ରଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ଆଗ୍ରହୀ ହେବେ। ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଶାରୀରିକ ପିଡ଼ା ଦୂରେଇ ଯାଇ ଆର୍ଥିକସ୍ଥିତି ମଜବୁତ୍ ହେବ। ରାଜନୀତି କ୍ଷେତ୍ରରେ ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବା ଫଳରେ ମାନସିକ ଶାନ୍ତି ଅନୁଭବ କରିବେ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।
ସିଂହ:-ସୁଖ ଶାନ୍ତିରେ ଦିନଟି କଟାଇବେ। ଯେଉଁ କ୍ଷେତ୍ରରେ ନିବେଶ କରିଲେ ଲକ୍ଷ୍ମୀଙ୍କ କୃପା ପ୍ରାପ୍ତି ହୋଇ ଆର୍ଥିକ କ୍ଷେତ୍ରରେ ଉନ୍ନତି ଦେଖାଦେବ। ଜାଗା, ଜମି, ସମ୍ପତ୍ତି ଓ ଯାନବାହାନ ସମ୍ବନ୍ଧୀୟ କେତେ ସମସ୍ୟା ସମାଧାନ ହୋଇଯିବ। ବ୍ୟବସାୟ କ୍ଷେତ୍ରରେ ସଫଳତା, ଆର୍ଥିକ ଉନ୍ନତି, ଅଚାନକ ଧନ ପ୍ରାପ୍ତି ହେବା ସହ ମାନ ସମ୍ମାନ ବୃଦ୍ଧି ହେବ। କର୍ମକ୍ଷେତ୍ରରେ ଉନ୍ନତି କରିବା ସହ ଉପରିସ୍ଥ ଅଧିକାରୀଙ୍କର କୃପା ଲାଭ କରିବେ। ପ୍ରତିକାର- ମହୁଟିକେ ଖାଇ ଘରୁ ବାହାରନ୍ତୁ।
କନ୍ୟା:-ଆକସ୍ମିକ ଧନ ଲାଭ ହେବାରୁ ମନ ଖୁସି ରହିବ। ରୋଜଗାର ସମସ୍ୟା ସୁଧୁରି ଯିବ। ପ୍ରତିଯୋଗୀତା ପରୀକ୍ଷା ମାଲିମୋକଦ୍ଦମାରେ ବିଜୟ ପ୍ରାପ୍ତ ହେବ। ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ। ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ। ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। ଛାତ୍ରଛାତ୍ରୀମାନେ ଉଚ୍ଚଶିକ୍ଷା ପାଇଁ ଆଗ୍ରହୀ ହେବେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
ତୁଳା:-ସମସ୍ତ ବାଧାକୁ ଭ୍ରୂକ୍ଷେପ ନକରି ସଂଘର୍ଷ କରି ଆଗକୁ ବଢି ପାରିବେ। ଶତୃମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ। ବ୍ୟବସାୟ କ୍ଷେତ୍ରରେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଲାଭବାନ ହେବେ। ପ୍ରତିଦ୍ୱନ୍ଦିତାରେ ସଫଳ, ବିଦ୍ୟାକ୍ଷେତ୍ରରେ ଶୁଭଯୋଗ, ରାଜନୀତିରେ ଉଚ୍ଚପ୍ରଶଂସିତ, ମାଲିମୋକଦ୍ଦମାରେ ସଫଳ ହେବେ। କର୍ମଚାରୀମାନେ ଅତ୍ୟଧିକ କଠିନ ପରିଶ୍ରମ ହେତୁ ଶାରୀରିକ ଓ ମାନସିକ କଷ୍ଟ ଭୋଗି ପାରନ୍ତି। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
ବିଚ୍ଛା:-ପାରିବାରିକ କ୍ଷେତ୍ରରେ ଶାନ୍ତି ପାଇବେ। ସକଳ କାର୍ଯ୍ୟରେ ସଫଳ ହେବା ସହ ଗୃହବାହାନ ପ୍ରାପ୍ତି ହେବ। ଆର୍ଥିକ କ୍ଷେତ୍ରରେ ଉନ୍ନତିହୋଇ ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ପ୍ରଶଂସିତ ହେବେ। ରାଜନୀତିରେ ପଦ ପଦବୀ ଲାଭହେବା ସହ ନିଜ ପରିଶ୍ରମ ଓ ବୁଦ୍ଧି ବଳରେ ଆୟର ସ୍ରୋତକୁ ବୃଦ୍ଧି କରି ପାରିବେ। ବ୍ୟବସାୟରେ ସଫଳତା ଅର୍ଜନ କରିବା ସହ ଦୂରଯାତ୍ରାର ସୁଯୋଗ ପାଇବେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।
ଧନୁ:-କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ପ୍ରଶଂସିତ ହେବେ। ଶିକ୍ଷାର୍ଥୀମାନେ ଉଚ୍ଚଶିକ୍ଷା ପାଇବାର ସୁଯୋଗ ପାଇବେ। କର୍ମକ୍ଷେତ୍ରରେ ସହକର୍ମୀ ମାନଙ୍କର ସହଯୋଗ ପାଇବେ। ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ। ରାଜନୀତି କ୍ଷେତ୍ରରେ ଅସାଧାରଣ ସ୍ଥିତି ଅତୁଟ ରହିବ। ନ୍ୟାୟମାର୍ଗ ଓ ମିଷ୍ଟ ବଚନକୁ ନିଜର ଭୂଷଣଭାବି କର୍ମ କରିଲେ ଲାଭବାନ ହେବେ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।
ମକର:-ବନ୍ଧୁମିତ୍ରଙ୍କ ଦ୍ଵାରା ସହାୟତା ମିଳିବ। ମାଲିମୋକଦ୍ଦମାରେ ସମସ୍ୟା ସମାଧାନ ହୋଇ ମାନସମ୍ମାନ, ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ। ବ୍ୟବସାୟୀଙ୍କର କଠିନ ପରିଶ୍ରମ କରିବା ଫଳରେ କାରବାରର ବୃଦ୍ଧି ହେବା ସହ ଗ୍ରାହକ ମାନଙ୍କ ସମ୍ପର୍କରେ ଉନ୍ନତି ହେବ। ଖେଳ, କୁଦ, ପ୍ରତିଯୋଗିତା ପରୀକ୍ଷା ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ। ଆବଶ୍ୟକୀୟ ଜିନିଷ କିଣିବା ପାଇଁ ଧାର କରଜ କରିବାକୁ ପଡିପାରେ। ପ୍ରେମିକ ପ୍ରେମିକା ମାନଙ୍କର ମନ ଖୁସି ରହିବ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
କୁମ୍ଭ:-ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ। ଆୟ ଉପାର୍ଜନ ବୃଦ୍ଧି ହେବ। ପାରିବାରିକ କ୍ଷେତ୍ରରେ ବୁଝାମଣା ଠିକ୍ ରହିବ ଓ ଶାନ୍ତିଶୃଙ୍ଖଳା ଦେଖାଦେବ। ବ୍ୟବସାୟରେ ଅଚାନକ ଧନପ୍ରାପ୍ତି ହେବ। ପୈତୃକସମ୍ପତ୍ତିକୁ ନେଇ ପାରିବାରିକ ଦ୍ୱନ୍ଦ ମେଣ୍ଟିଯିବ। ଆର୍ଥିକଦିଗରୁ ସୁବିଧାହେଲେ ମଧ୍ୟ ମନରେ ଅଶାନ୍ତି ଅସନ୍ତୋଷ ସାମାନ୍ୟ ଦେଖାଦେଇ ପାରେ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
ମୀନ:-ଶତ୍ରୁହାନି, ଉଚ୍ଚପ୍ରଶଂସା ଲାଭ, ଦମ୍ଭ ସାହସ ବୃଦ୍ଧି, କ୍ଷମା ଗୁଣରେ ଯଶ ପ୍ରାପ୍ତି, ସୁସମ୍ବାଦ ଶୁଣିବେ ଓ ଆର୍ଥିକ ସଙ୍କଟ ଦୂରେଇ ଯିବ। ସ୍ଵାସ୍ଥ୍ୟରେ ପରିବର୍ତ୍ତନ ହେବ। ବିଦେଶ ଯାତ୍ରାରେ ଲାଭବାନ ହେବେ ଓ ଧାର୍ମିକ କାର୍ଯ୍ୟରେ ରୁଚି ବଢିବ। ଛାତ୍ରଛାତ୍ରୀମାନେ ଅଧ୍ୟୟନ ପାଇଁ ମନଯୋଗ ଦେବେ। ରାଜନୀତି କ୍ଷେତ୍ରରେ ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ। ଅର୍ଥ ସଂପର୍କିତ ଚୁକ୍ତିପତ୍ର କଲେ ଲାଭବାନ ହେବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।