ଦୈନିକ ରାଶିଫଳ: 13 ଅକ୍ଟୋବର 2024, ରବିବାର, ସୂର୍ଯ୍ୟଦେବଙ୍କ କୃପା ରହିବ ଏହି 2ଟି ରାଶି ଉପରେ, ମିଳିବ ଆର୍ଥିକ ସଙ୍କଟରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ନୂତନ ଗୃହସୁଖ ମିଳିବ। ବ୍ୟବସାୟ ପ୍ରସାର ଫଳରେ ବିଶେଷ ଲାଭବାନ୍ ହେବେ। ଅଟକିଥିବା ଧନ ସହଜରେ ହସ୍ତଗତ ହେବା ଫଳରେ ଅଭାବ ଅନାଟନ ଦୂର ହୋଇ ଆର୍ଥିକ ସ୍ଥିତି ସନ୍ତୋଷ ପ୍ରଦ ହେବ। ପିଲାମାନଙ୍କ କାର୍ଯ୍ୟରେ ଉନ୍ନତି ହେବ। ଘରର କେହି ଉନ୍ନତିର ବିଶେଷ ସ୍ତରକୁ ଉଠିଯିବେ। ଅଚାନକ ଯାତ୍ରା ଫଳରେ ବିଶେଷ ଉପକୃତ ହେବେ। ବାଦବିବାଦ, ମାଲିମକଦ୍ଦମା, ପ୍ରତିଯୋଗିତା ପରୀକ୍ଷାରେ ଜୟଯୁକ୍ତ ହେବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-କାରବାର ଓ କାର୍ଯ୍ୟ ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ। ଅଜଣା ବ୍ୟକ୍ତିଙ୍କ ଜରିଆରେ ଶୁଭ ସମାଚାର ମିଳିବ। କୌଣସି ମାଙ୍ଗଳିକ କାର୍ଯ୍ୟ ଆୟୋଜନରେ ଯୋଗ ଦେବେ। ଉଚିତ୍ପନ୍ଥା ଗ୍ରହଣ କରି ହସ ଖୁସିରେ ସମୟ ବିତେଇବେ। ଅଧିକାରୀଙ୍କଠାରୁ ସହଯୋଗ ମିଳିବ। କର୍ମକ୍ଷେତ୍ରରେ ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ଛାତ୍ର ଛାତ୍ରୀ ମାନଙ୍କର ସଂଘର୍ଷ ଦ୍ୱାରା ସଫଳତା ମିଳିବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-ମନୋରଞ୍ଜନ କରିବା ପାଇଁ ସମୟ ମିଳିବ। ଯାତ୍ରାରେ ସମୟ କଟିବ ଓ ଲାଭ ପାଇବେ। ବ୍ୟବସାୟ ବୃଦ୍ଧି କିମ୍ବା ନୂଆ ଯୋଜନା ଅନୁସାରେ କାର୍ଯ୍ୟ କରିବେ। ସ୍ଥଗିତ ଥିବା ଧନପ୍ରାପ୍ତ ହେବ। ନୂତନ କର୍ମ ଓ ବ୍ୟବସାୟ ପାଇଁ ଚେଷ୍ଟିତ ହେବେ। ବନ୍ଧୁବାନ୍ଧବଙ୍କ ନିକଟରେ ଗୁରୁଗୁରୁଜନ ଓ ପ୍ରିୟଲୋକଙ୍କ ପାଖରେ ଆଦୃତ ହେବେ। ବିବେକ ବୁଦ୍ଧି ଖଟେଇ ଉଚିତ୍ମାର୍ଗରେ ଗତିକରିବାର କ୍ଷମତା ଜନ୍ମହେବ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

କର୍କଟ:-ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ। ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ। ଆୟ ଅପରିବର୍ତ୍ତିତ ରହିବ। ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ। ବ୍ୟବସାୟୀମାନଙ୍କର କାରବାର ବଢିବ ଓ ଲୋକ ସମ୍ପର୍କ ବୃଦ୍ଧି ହେବ। କର୍ମଚାରୀ ଓ ଶ୍ରମିକମାନେ ବେସୀ ଉପକୃତ ହେବେ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ

ସିଂହ:-ଶତ୍ରୁ ବା ବିରୋଧୀ କିଛି କ୍ଷତି କରିପାରିବେ ନାହିଁ। ବନ୍ଧୁଙ୍କ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିପାରିବେ। ପରିବାର ଜନଙ୍କ ସମ୍ବନ୍ଧିତ କୌଣସି ଶୁଭ ସମାଚାର ଶୁଣିବେ। ଗୁରୁଜନ ଓ ବୃଦ୍ଧଜନଙ୍କ ସେବା କଲେ ଅନେକ ଆଶୀର୍ବାଦ ପାଇବେ। ରାଜନୀତିକ୍ଷେତ୍ରରେ କୂଟନୀତିର ପ୍ରୟୋଗ କରି ପ୍ରଶଂସିତ ହେବେ। ବାହନରେ କୌଣସି ଜାଗାକୁ ଯାତ୍ରାକଲେ ସତର୍କତା ଅବଲମ୍ବନ କରିବା ଉଚିତ୍। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ। ବନ୍ଧୁଙ୍କ କାର୍ଯ୍ୟରେ ଗୁରୁ ଦାୟିତ୍ୱ ବହନ କରିବେ। ଶ୍ଵଶୁର ଘର କିମ୍ବା ଜମିବାଡି ନେଇ କେତେକ ସମସ୍ୟା ସମାଧାନ ହୋଇ ଆର୍ଥିକ ଦିଗରୁ ଉନ୍ନତି ହେବ। ବ୍ୟବସାୟ ବାଣିଜ୍ୟ କିମ୍ବା ଯୌଥ ପରିବାର ସମ୍ପର୍କୀୟ କୌଣସି ଘଟଣା ଯୋଗୁ ଖୁସି ରହିବେ। ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଆବଶ୍ୟକ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ତୁଳା:-କର୍ମକ୍ଷେତ୍ରରେ ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେଇ ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ ଓ ଭାରସାମ୍ୟ ରକ୍ଷାକରି ନିମ୍ନବର୍ଗଙ୍କ ଯୋଗେ ପରିସ୍ଥିକୁ ନିଜ ତରଫରେ ନେଇ, ସ୍ଵାର୍ଥସିଦ୍ଧିର ପଥକୁ ପ୍ରଶସ୍ତ କରିବେ। ରାଜନୀତି କ୍ଷେତ୍ରରେ ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ। ସଙ୍କୁଚିତ ସ୍ଥିତିର ଅଧୀନ ହୋଇ ଘୋଷାରି ହେବେ ଓ ବାଦବିବାଦଠାରୁ ଦୂରେଇ ରହିବା ଉଚିତ୍। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-ବ୍ୟବସାୟରେ କାର୍ଯ୍ୟ ପୂରଣ ହୋଇ ଆୟ ବୃଦ୍ଧି ହେବା ସହ ଭାଗୀଦାରି ବ୍ୟବସାୟରେ ଅଧିକ ଲାଭବାନ୍ ହେବେ। ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ। ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ ହେଲେ ଆଗେଇ ନବା ଉଚିତ୍। ଲୁହା, କାଠ, କୋଇଲା, କଳକବ୍ଜା, ବ୍ୟବସାୟରୁ, କଣ୍ଟ୍ରାକ୍ଟରୀରୁ ଯଥେଷ୍ଟ ଲାଭ ଉଠାଇବେ। ନୂତନ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ଧନୁ:-ସମସ୍ତ କ୍ଷେତ୍ରରେ ସଫଳତା ମିଳିବ। ସମ୍ପତ୍ତି ସମ୍ବନ୍ଧିୟ ମାମଲାରେ ବିଜୟ ହେବ। ଗୃହରେ ମାଙ୍ଗଳିକ ଶୁଭକାର୍ଯ୍ୟ ମଧ୍ୟ କରିପାରିବେ। ମନରେ ଭୟ ଆଶଙ୍କା ଦୂରେଇଯାଇ ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ। ପରସ୍ପରକୁ ସାହାଯ୍ୟ କରି ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି। ଶାରୀରିକ କଷ୍ଟ ଦୂର ହେବ। ବିଚାର ବିଭାଗ ରାୟ ସପକ୍ଷରେ ଯିବ। କର୍ମକ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

ମକର:-ଚିତ୍ତପ୍ରସନ୍ନଯୋଗେ କାର୍ଯ୍ୟ ସିଦ୍ଧି ହେବ। ପାରିବାରିକ ଜୀବନ ସୁଖରେ କାଟିବା ସହ ସନ୍ତାନ ସୁଖ ମିଳିବ। କର୍ମ କ୍ଷେତ୍ରରେ ଉନ୍ନତି କରିପାରିବେ। ସନ୍ତାନଙ୍କ ସେବା ଓ ସମର୍ପଣ ଭାବ ଆନନ୍ଦିତ କରିବ। ସରକାରୀ କର୍ମଚାରୀ ମାନେ ସହକର୍ମୀ ମାନଙ୍କ ସହିତ ସୁ ସମ୍ପର୍କ ସ୍ଥାପନ କରି କାର୍ଯ୍ୟକ୍ଷେତ୍ରରେ ସଫଳତା ଲାଭ କରିବା ସହ ପଦୋନ୍ନତିର ସୁଯୋଗ ପାଇ ପାରନ୍ତି। ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ। ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ।

କୁମ୍ଭ:-କର୍ମକ୍ଷେତ୍ରରେ ଆପଣଙ୍କର ପ୍ରତିଭାକୁ ପ୍ରୋତ୍ସାହନ ମିଳିପାରେ। ବ୍ୟବସାୟ ସମ୍ବନ୍ଧିତ ଯାତ୍ରା କରିବାକୁ ପଡିବ। ନୂତନପନ୍ଥା ଅନୁସରଣ କରିବେ। ଜୀବନ ସାଥି, ସନ୍ତାନ ଓ ପରିବାରରେ ସମୟ ବିତେଇବେ। କୌଣସି ମହିଳା ବନ୍ଧୁଙ୍କ ସାହାଯ୍ୟ ଦ୍ଵାରା କର୍ମକ୍ଷେତ୍ରରେ ଉନ୍ନତି କରିବେ। ନୂଆ ଲୋଳଙ୍କ ସହିତ ସମ୍ପର୍କ ମଜବୁତ ହେବ। ଇଛାକରି କାମଧନ୍ଦାରେ ମନ ନ ଲାଗିବା ଫଳରେ ବହୁ କଷ୍ଟରେ କାର୍ଯ୍ୟ ପୂରଣ ହେବ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-ଶତୃମାନେ ପରାଜିତ ହେବେ। ବ୍ୟୟ ଭରଣା କରି ଯଥେଷ୍ଟ ବଳକା ଲାଭାଂଶର ଉପଭୋକ୍ତା ହୋଇପାରିବେ। ସ୍ୱାସ୍ଥ୍ୟ ସମସ୍ୟା ଦୂର ହୋଇଯିବ। ବନ୍ଧୁବାନ୍ଧବ ମାନେ ଆର୍ଥିକ କ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ। କୌଣସି ଶୁଭକାର୍ଯ୍ୟ କରିବାକୁ ଆୟୋଜନ କରିବେ। ନିର୍ମାଣ ମୂଳକ ଯୋଜନାରେ ଆଗେଇପାରିବେ। ରାଜନୀତିରେ ସଫଳତା ମିଳିବ। ବିଦ୍ୟାକ୍ଷେତ୍ରରେ ଆଶାମୁତାବକ ଫଳ ପାଇବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!