ଦୈନିକ ରାଶିଫଳ: 13 ଅଗଷ୍ଟ 2023, ରବିବାର, ସୂର୍ଯ୍ୟଦେବଙ୍କ କୃପା ରହିବ ଏହି 4ଟି ରାଶି ଉପରେ, ମିଳିବ ଆର୍ଥିକ ସଙ୍କଟରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ମିତ୍ରଙ୍କ ଠାରୁ ସାହାଯ୍ୟ ସହଯୋଗ ମିଳିବା ଫଳରେ ମାନସିକ ଶାନ୍ତି ଅନୁଭବ କରିବେ। ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। ନିର୍ମାଣ, ଯୋଗାଯୋଗ, ସଭାସମିତି ପାଇଁ ଅଧିକ ସମୟ ଦେବାକୁ ପଡିବ। ସମ୍ପତ୍ତି ସମ୍ବନ୍ଧୀୟ ବିବାଦ ଠିକ୍ ଲୋକ ମଧ୍ୟସ୍ଥିରେ ସମାଧାନ ହେବ। ଅତୀତ କଥାକୁ ଚିନ୍ତା କରି ଭାବପ୍ରବଣତା ବୃଦ୍ଧି ହେବ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-କର୍ମକ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଉତ୍ସାହିତ ହେବେ। ବିଦ୍ୟାର୍ଥୀଙ୍କର ବିଦ୍ୟାରେ ଉନ୍ନତି ହେବାରୁ ମନ ଖୁସି ରହିବ। କ୍ଷମତା, ଯୋଗ୍ୟତାରେ ଯୋଡି ହୋଇ ପାରିବେ। ବନ୍ଧୁମାନଙ୍କ ସହ ସୁସମ୍ପର୍କ ସ୍ଥାପନ ହେବ।ସ୍ଵାସ୍ଥ୍ୟସମସ୍ୟା ନେଇ ମାନସିକ ଚିନ୍ତା ବୃଦ୍ଧି ପାଇବ। ଅଯଥା ଧାଁଦୌଡ ଯୋଗୁ ଧନ, ସମୟ ଓ ଶକ୍ତିର ଅପଚୟ ହେବ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ମିଥୁନ:-ପୁରାତନ ରୋଗର ଉପଶମ ହୋଇ ସ୍ୱାସ୍ଥ୍ୟ ଅନେକାଂଶରେ ଭଲ ରହିବ। ପ୍ରତେକ କ୍ଷେତ୍ରରେ ମାନସିକସ୍ଥିତି ସୁଦୃଢ ରହିବ। ପାରିବାରିକ କ୍ଷେତ୍ରରେ ରହିଥିବା ସମସ୍ୟା ସମାଧାନ ହୋଇଯିବ। ନୂତନ ଯୋଜନାକୁ କ୍ରିୟାନ୍ୱିତ କରିବେ। ଅଚାନକ ଧନପ୍ରାପ୍ତି, ବ୍ୟବସାୟିକ ଅନୁବନ୍ଧ, ବେପାର ବିସ୍ତାର, ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ କ୍ରୟ କରି ପାରନ୍ତି। ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ। ଆର୍ଥିକ ବୃଦ୍ଧି ସହ ବକେୟା ଅର୍ଥ ପ୍ରାପ୍ତି ହେବ। ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ।

କର୍କଟ:-ନୂତନ ରୋଜଗାର ପ୍ରାପ୍ତି ହେବାର ସମ୍ଭାବନା ଅଛି ବା ନୂଆ ନିଯୁକ୍ତି ଯୋଗ ଅଛି। ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ପୁରାତନ ରୋଗ ପ୍ରକୋପର ଉପସମ ହୋଇ ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ଜମିବାଡ଼ି ସଂକ୍ରାନ୍ତୀୟ ସମସ୍ୟାର ସମାଧାନ ହେବା ଫଳରେ ବଡ କାମ କରିବାକୁ ଇଚ୍ଛା ଜାଗ୍ରତ ହେବ। ବ୍ୟବସାୟ କ୍ଷେତ୍ରରେ ଅନେକଦିନ ଧରି ଚାଲିଥିବା ଦ୍ୱନ୍ଦ୍ୱର ସମାଧାନ ହେବ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

ସିଂହ:-ଅର୍ଥ ଲାଭର ଯୋଜନା କରିବା କାମରେ ନିଜକୁ ନିୟୋଜିତ କରି ପାରନ୍ତି। କର୍ମକ୍ଷେତ୍ରରେ ଉଚ୍ଚଧିକାରୀ ସହକର୍ମୀଙ୍କ ସହ ବାଦବିବାଦ ମେଣ୍ଟି ଯିବ। ସହଯୋଗୀ ମାନଙ୍କ ଯୋଗୁଁ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ। ଆୟବୃଦ୍ଧି, ଋଣମୁକ୍ତି, ଶତୃମାନେ ମଥାନତ କରିବେ। ପୁରାତନ ରୋଗର ଉପସମ ଓ ବନ୍ଧୁ ସମାଗମ ହେବ। ବ୍ୟବସାୟ କ୍ଷେତ୍ରରେ ଆଶାଜନକ ସଫଳତା ହାସଲ କରିବେ ଓ ବକେୟା ଅର୍ଥ ଆଦାୟ ହେବ। ପ୍ରତିକାର-କମଳା ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।

କନ୍ୟା:-ପ୍ରତ୍ୟେକ କ୍ଷେତ୍ରରେ କେବଳ କୌଶଳପୂର୍ଣ୍ଣ କଥା କହିବା ଦ୍ୱାରା କାମ ହାସଲ କରିପାରିବେ। ଅଫିସ୍ ରେ ଅଟକି ରହିଥିବା କାମଗୁଡ଼ିକ ସୁରୁଖୁରୁରେ ସମ୍ପନ୍ନ ହେବ। ପାରିବାରିକ କ୍ଷେତ୍ରରେ ସ୍ନେହ ସଦ୍ଭାବ ଅତୁଟ ରହିବ। ଆର୍ଥିକ ସ୍ଥିତି ପୂର୍ବପରି ରହିବ, ଯାହାକି ସାମୟିକ ଚିନ୍ତା ଉଦ୍ରେକ କରିପାରେ। ଦୂରଯାତ୍ରା କରି ହଇରାଣ ହରକତ ହେବାକୁ ପଡିବ। ମନକୁ ଆଘାତ ଲାଗିଲାଭଳି କଥାଶୁଣି ପାରନ୍ତି। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। କର୍ମକ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବା ସହ ଉନ୍ନତି ଫଳରେ ସନ୍ତୋଷ ଦେଖାଦେବ। ପ୍ରତେକ କ୍ଷେତ୍ରରେ ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ପ୍ରେମିକ ପ୍ରେମିକାମାନେ ଗୁପ୍ତ ପ୍ରେମରେ ସଫଳ ହେବେ। ଛାତ୍ରଛାତ୍ରୀମାନେ ଉଚ୍ଚ ଶିକ୍ଷାର ସୁଯୋଗ ପାଇବେ। ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-ବ୍ୟବସାୟ କ୍ଷେତ୍ରରେ କଥା ଓ ବ୍ୟବହାର ନିୟନ୍ତ୍ରଣ ନକଲେ ଲୋକ ସଂପର୍କରେ ବାଧା ଉପୁଯିବ। ଶତ୍ରୁମାନଙ୍କ ଉପରେ ନଜର ନରଖିଲେ କ୍ଷତିରେ ପଡିବେ। ପାଖରେ ଥିବା ସାଥୀ ଓ ପ୍ରିୟଜନଙ୍କୁ ଆର୍ଥିକ ଏବଂ ଭାବନାତ୍ମକ ସାହାଯ୍ୟ କରିବେ। ପିଲାଙ୍କ ସହ ଖୁସିଗପ କରିବାରେ ମଉକା ଜୁଟିବ ଓ ପାରିବାରିକ ସ୍ତରରେ ଭୁଲ ବୁଝାମଣାର ସମାଧାନ ହୋଇ ଉନ୍ନତିମୂଳକ ପଦକ୍ଷେପ ନେବେ। ପ୍ରେମପ୍ରସଙ୍ଗରେ ମଧୁରତା ଆସିବ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ଧନୁ:-ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ। ନିଜର ପ୍ରତିଷ୍ଠା ଓ ସୁନାମ ବଢିବା ସହ ଆୟ ମଧ୍ୟ ଉତ୍ତମ ହେବ। ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବା ଫଳରେ ଅର୍ଥ ଲାଭର ସୁଯୋଗ ପାଇବେ। ପ୍ରତିଯୋଗିତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ। ବରିଷ୍ଠ ଅଧିକାରୀଙ୍କ ସହ ଦୂର ଯାତ୍ରା କରିବାକୁ ପଡ଼ିବ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମକର:-ସ୍ୱାସ୍ଥ୍ୟସମସ୍ୟା ସୁଧୁରିଯିବ। ସମସ୍ତ ଦୁଃଶ୍ଚିନ୍ତା ଦୂର ହେବ। ଶତ୍ରୁ ବା ବିରୋଧୀ କିଛି କ୍ଷତି କରିପାରିବେ ନାହିଁ। ନୂତନ ପ୍ରସ୍ତାବ ଦେଇ ବନ୍ଧୁ ଗହଣରେ ଚର୍ଚ୍ଚିତ ହୋଇପାରନ୍ତି। ଜାଗା, ଜମି ଗୃହ ସମ୍ବନ୍ଧୀୟ କୌଣସି ମାମଲା, ସମାଧାନ ହୋଇଯିବ। ପରିବାର ସମ୍ବନ୍ଧିତ କୌଣସି ବନ୍ଧୁଙ୍କ ଦ୍ଵାରା ଶୁଭ ସମାଚାର ଶୁଣିବେ। ନିଜର ଚତୁରତା ଓ ପତିଆରା ଯୋଗେ ବିପରୀତ ପରିସ୍ଥିତିକୁ ନିଜ ସପକ୍ଷକୁ ଆଣି ପାରିବେ। ପ୍ରତିକାର- ମୟୂର ଚନ୍ଦ୍ରିକା ପାଖରେ ରଖି ଯାତ୍ରା କରନ୍ତୁ।

କୁମ୍ଭ:-ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ସୁଯୋଗ ପାଇବେ। ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ବାଦବିବାଦ ଆପଣଙ୍କ ସପକ୍ଷରେ ଯିବ। ନିଜର କର୍ତ୍ତବ୍ୟକୁ ଠିକ୍ ଭାବରେ ନିର୍ବାହ କରି ପାରିବେ। ଦାମ୍ପତ୍ୟ ସୁଖ ବୃଦ୍ଧି ହେବ। ବ୍ୟବସାୟ କ୍ଷେତ୍ରରେ ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣତାକୁ ମୁଖ୍ୟକରି ଚାଲିବା ହିତକର ହେବ। ପୁରାତନ ରୋଗର ପ୍ରକୋପରେ ହଇରାଣ ହରକତ ହେବେ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ମୀନ:-ଶୁଭ ସମାଚାର ଶୁଣି ଆନନ୍ଦିତ ହେବେ। କମିଶନ ସମ୍ବନ୍ଧିତ କାର୍ଯ୍ୟରେ ଲାଭ ମିଳିବ। ପୁଅ ଝିଅଙ୍କ କର୍ମସ୍ଥିର ହେବା ଫଳରେ ଖୁସି ହେବେ। ପିଲାମାନେ ପରୀକ୍ଷାରେ ସଫଳତା ପାଇବେ। ପ୍ରେମିକ ପ୍ରେମିକାମାନେ ମନୋ ରଞ୍ଜନ କାର୍ଯ୍ୟ କ୍ରମରେ ଯୋଗଦେଇ କଳାସଙ୍ଗୀତ ଓ ନୃତ୍ୟ ଗୀତରେ ମଜ୍ଜି ରହିବେ। ଘରଠୁ କର୍ମକ୍ଷେତ୍ରକୁ ପ୍ରମୁଖତା ଦେଇ ଆଧିକ ସମୟ ମଧ୍ୟ ଉତ୍ସର୍ଗ କରିବାକୁ ପଡିବ। କୌଣସି ଆବଶ୍ୟକୀୟ ଜିନିଷ କିଣିବା ପାଇଁ ବାଧ୍ୟ ହେବେ। ପ୍ରତିକାର- ହଳଦୀ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!