ଦୈନିକ ରାଶିଫଳ: 13 ଏପ୍ରିଲ 2024, ଶନିବାର, ଶନିବାରଙ୍କ କୃପା ରହିବ ଏହି 2ଟି ରାଶି ଉପରେ, ମିଳିବ ଆର୍ଥିକ ସଙ୍କଟରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମ ଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ପ୍ରତିଷ୍ଠାର ଅଧିକାରୀ ହେବେ। ପରିବାର ଜନଙ୍କ ସହ ସୁଖ ଶାନ୍ତିରେ ଦିନ କଟାଇବେ। ଦାମ୍ପତ୍ୟ ସୁଖରେ ମଧୁରତା ଆସିବ। ପ୍ରତ୍ୟେକ କ୍ଷେତ୍ରରେ ଉଚ୍ଚାକାଂକ୍ଷା ପୁର୍ତ୍ତିର ଫଳ ସ୍ୱରୂପ ନିଜ କ୍ଷେତ୍ରରେ ଅଗ୍ରଣୀ ଭୂମିକା ଗ୍ରହଣ କରି ପାରିବେ। ବିପତ୍ତି କଟିବା ଫଳରେ ସୁଖ ସୌଭାଗ୍ୟ ବୃଦ୍ଧି ହେବ। ପାରିବାରିକ ବ୍ୟବସ୍ଥା ପରି ବର୍ତ୍ତନ ସାଙ୍ଗକୁ ଅର୍ଥସଙ୍କଟରୁ ମୁକ୍ତି ମିଳିବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ଅଚାନକ ଭାବରେ ଆୟକୁ ବଢାଇବା ପାଇଁ ବହୁତ ପ୍ରୟାସ କରିବେ। ଶୁଭ ପରିଣାମ ମଧ୍ୟ ସାମ୍ନାକୁ ଆସିବ। ଅନେକ କାର୍ଯ୍ୟ ନିଜେ ସମାଧାନ କରିବାକୁ ସାହସ ବାନ୍ଧିବେ। ବ୍ୟବସାୟ ବୃଦ୍ଧି ପାଇବା ସହ ଲାଭାଂଶ ଉପରେ ସୁପ୍ରଭାବ ପଡିବ। ରାଜନୀତି କ୍ଷେତ୍ରରେ କଠିନ ପରିଶ୍ରମ ଯୁକ୍ତ ହେବେ ଓ ନିଜ କ୍ଷେତ୍ରରେ ଭାବମୂର୍ତ୍ତି ସୁରକ୍ଷିତ ରହିବ। ମୂଲ୍ୟବାନ ପଦାର୍ଥ ଓ ଅଧିକ ଧନରତ୍ନ ସହିତ ଏକୁଟିଆ ଚଳପ୍ରଚଳ ହେବା ନିରାପଦ ନୁହେଁ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-କାରବାରରେ ଉତ୍ଥାନ ହେବା ଫଳରେ ବ୍ୟବସାୟର ପରିବର୍ଦ୍ଧନ କରିବାର ଇଚ୍ଛା ଜାଗ୍ରତ ହେବ। ଅତି ନିକଟତର ବନ୍ଧୁବାନ୍ଧବଙ୍କ ସହ ଅତି ପ୍ରିୟତା ସୃଷ୍ଟିହେବ। ଛାତ୍ରଛାତ୍ରୀମାନେ ଉଚ୍ଚଶିକ୍ଷା ଲାଭ ପାଇଁ ପ୍ରସ୍ତୁତ ହେବେ। ପାରିବାରିକ ସମସ୍ୟା ବଡ ଚିନ୍ତାର କାରଣ ହେବ। ହାତ ପାହାନ୍ତାରେ ଥିବା ସୁଯୋଗ ହରାଇ ମନ ବିଚଳିତ ହୋଇପାରେ। ବେପରୁଆ କାର୍ଯ୍ୟକଳାପ ଯୋଗୁ ଉଚ୍ଚବର୍ଗଙ୍କ ଠାରୁ ସମାଲୋଚିତ ହେବେ। ପ୍ରତିକାର- ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।

କର୍କଟ:-ପୁତ୍ର କନ୍ୟାମାନଙ୍କର ଉନ୍ନତ୍ତି ଓ ଅଗ୍ରଗତି ଘଟିବ। ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭ ହେବ। ପରିବହନ ବ୍ୟବସାୟରେ ଆଶାଜନକ ସଫଳତା ହାସଲ କରିବେ। ପାରିବାରିକ କ୍ଷେତ୍ରରେ ନାନା ସମସ୍ୟାର ସମାଧାନ ହୋଇ ମାଆବାପା, ଗୁରୁଜନଙ୍କ ଆଶୀର୍ବାଦ ପାଇବେ। ସ୍ଵାସ୍ଥ୍ୟରେ ସୁଧାର ଆସିବ। ରାଜନୀତି କ୍ଷେତ୍ରରେ ପୂର୍ବ ଶତୃମାନେ ପଛଘୁଞ୍ଚା ଦେବା ଫଳରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

ସିଂହ:-ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ। ଛାତ୍ରଛାତ୍ରୀମାନେ ଅଧ୍ୟୟନ କ୍ଷେତ୍ରରେ ସୁନାମ ଅର୍ଜନ କରିବେ। ବିବାଦମୁକ୍ତ ନିରୁପଦ୍ରବ ଜୀବନଚର୍ଯ୍ୟା ମଧ୍ୟେ ସମୟ ବିତିବ। ବହୁ ଲୋକଙ୍କର ପ୍ରଶଂସା ପାଇବା ଫଳରେ ଶତୃପକ୍ଷ ଦୁର୍ବଳ ହୋଇ ପାରନ୍ତି। ବ୍ୟବସାୟ କ୍ଷେତ୍ରରେ ଯେତିକି ପାଇବା କଥା ସେତିକି ହିଁ ପାଇବେ। ରାଜନୀତି କ୍ଷେତ୍ରରେ ଅଧିକରୁ ଅଧିକ ଲୋକ ସମର୍ଥନ ପାଇ ସଫଳ ହେବେ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

କନ୍ୟା:-ବ୍ୟବସାୟ ପରିଚାଳନାଗତ ସମସ୍ୟା ନେଇ ବହୁତ ଭଲ ପାଉଥିବା ଲୋକ ଓ ବନ୍ଧୁ ମିତ୍ରମାନେ ସହଯୋଗର ହାତ ବଢେଇବେ। ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ। ପରିବାରରେ ଗୋଟିଏ ପାଖରେ ସ୍ନେହ ଶ୍ରଦ୍ଧାର ସ୍ରୋତ ଛୁଟୁଥିଲା ବେଳେ ଅନ୍ୟ ପାଖରେ ଉପେକ୍ଷା ଓ ଅଶାନ୍ତିର ନିଆଁ କୁହୁଳି ପାରେ। ଧୈର୍ଯ୍ୟ ଓ ସଂଯମ ରଖିବା ଆବଶ୍ୟକ ଅଟେ। ଘରୁ ବାହାରକୁ ବାହାରିଲେ ବିପଦରେ ପଡି ପାରନ୍ତି। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-ଧାର୍ମିକ, ସାହିତ୍ୟ ପଢିବା ପାଇଁ ମନ ବଳାଇବେ। ନିଜର ଟେକ ରଖିବା ପାଇଁ କିଛି ଏମିତି କାର୍ଯ୍ୟ କରିବେ ଯାହା ଲୋକମାନେ ଆପଣଙ୍କ ପ୍ରତି ପ୍ରସନ୍ନ ରହିବେ। ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବା ଫଳରେ ଉନ୍ନତି କରିବା ସହ ଉପରିସ୍ଥ ଅଧିକାରୀଙ୍କର କୃପା ଲାଭ କରିବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ସାମାଜିକ କ୍ଷେତ୍ରରେ ମାନସମ୍ମାନ, ଯଶ ପ୍ରତିଷ୍ଠା ବଢିବ। ବ୍ୟବସାୟରେ ଉନ୍ନତି ହେବ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

ବିଚ୍ଛା:-ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ। କର୍ମଚାରୀ ମାନେ ନିଜ କାର୍ଯ୍ୟରେ କୃତିତ୍ଵ ଲାଭ କରିବେ। ବିଦ୍ୟାରେ ଉନ୍ନତି କରିବେ। ପାରିବାରିକ କ୍ଷେତ୍ରରେ ସାମୟିକ ଭାବେ ଦାମ୍ପତ୍ୟ ସମସ୍ୟା ଉଣା ଅଧିକ ରହିବ। ଶତୃପକ୍ଷ ଦୁର୍ବଳ ହୋଇ ଗୋଡ ଟାଣିବାର ପ୍ରଚେଷ୍ଠା ଆରମ୍ଭ କରିପାରନ୍ତି। କୌଣସି କାରଣ ବଶତଃ ଦୂର ବା ନିକଟ ଯାତ୍ରାକୁ ନଯିବା ଉଚିତ୍। ପ୍ରେମିକ ପ୍ରେମିକାମାନେ କ୍ରୋଧ ନିୟନ୍ତ୍ରଣ ନ ରଖିଲେ କ୍ଷତି ସହିବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:-ଦାମ୍ପତ୍ୟ କଳହ ମେଣ୍ଟିଯାଇ ଚିତ୍ତପ୍ରସନ୍ନ ରହିବ। ଆପଣଙ୍କ ଅଧିକାରୀ ଓ ସହକର୍ମୀମାନେ କାମର ପ୍ରଶଂସା କରିବେ। ଜନସମ୍ପର୍କ ସୁଦୃଢ ହେବ। ଯାହା ଚିନ୍ତା କରିଛନ୍ତି ତାହା ପୂରଣ ହେବ। ମାନସିକ ଚିନ୍ତା ଦୂର ହେବ। ଧାର୍ମିକ କାର୍ଯ୍ୟରେ ରୁଚି ବଢିବ। ସ୍ଵାସ୍ଥ୍ୟରେ ପରିବର୍ତ୍ତନ ହେବ। ଉଚ୍ଚ ଶିକ୍ଷା ହାସଲ କରିବା ପାଇଁ ପ୍ରୟାସରତ ରହିବେ। ପରୋପକାର ଓ ସମାଜସେବା କାର୍ଯ୍ୟରେ ରୁଚି ବୃଦ୍ଧିହେବ। ଅଳ୍ପ ପରିଶ୍ରମରେ ଅଧିକ ଧନ ଲାଭ ହେବ। ପ୍ରତିକାର- ହଳଦୀ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।

ମକର:-ବ୍ୟବସାୟ କ୍ଷେତ୍ରରେ କାରବାର ବଢିବା ଫଳରେ ଭୁଲ୍ ବୁଝାମଣା ଦୂର ହେବା ଯୋଗେ ହିତୈଷିମାନେ ଅଧିକ ନିବିଡ ହେବା ସାଙ୍ଗକୁ ମର୍ଯ୍ୟଦାଜନକ ପରିସ୍ଥିତି ସୃଷ୍ଟି କରିବେ। କର୍ମକ୍ଷେତ୍ରରେ ଉତ୍ତମ ବୁଝାମଣା ଜନିତ ଉତ୍ସାହ ଉଦ୍ଦୀପନାଯୁକ୍ତ ହେବେ। ଭାଇଙ୍କ ସହିତ ଲାଗିଥିବା ବିବାଦ ସମାଧାନ ହୋଇ ପରାକ୍ରମ ବଢିବା ସହ ପରିବାରରେ ସୁଖଶାନ୍ତି ଅନୁଭବ କରିବେ। ସ୍ଵାସ୍ଥ୍ୟରେ ସୁଧାର ଆସିବ। ସମସ୍ତ କ୍ଷେତ୍ରରେ ଜୟଜୟକାର ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କୁମ୍ଭ:-ସଠିକ୍ ଚିନ୍ତା ଓ ଧୈର୍ଯ୍ୟ ସାହସ ଦ୍ଵାରା ରୋଜି ରୋଜଗାର କାମକୁ ଆପଣେଇ ନେଲେ ଲକ୍ଷ୍ମୀଙ୍କ କୃପା ପ୍ରାପ୍ତି ହେବ। ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ। ଗୁରୁଜନ ଓ ବୃଦ୍ଧଜନଙ୍କ ସେବା କଲେ ଅନେକ ଆଶୀର୍ବାଦ ପାଇବେ। ଦୁଃଖୀ ଲୋକଙ୍କୁ ସାହାରା ହେବେ। ବନ୍ଧୁଙ୍କ ସହଯୋଗରେ ଆଗକୁ ନୂଆଲକ୍ଷ ପୂରଣ କରିବା ପାଇଁ ସମୟ ନିର୍ଦ୍ଧାରିତ କରିବେ। ନିଜର ଚତୁରତା ଓ ବିବେକ ହେତୁ ସମସ୍ତ ବିପରୀତ ପରିସ୍ଥିତିର ସାମ୍ନା କରି ପାରିବେ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ମୀନ:-ଶତୃମାନେ ଦୂର ହେବେ ଓ ମିତ୍ରମାନଙ୍କ ଦ୍ଵାରା ଲାଭ ମିଳିବ। କର୍ମକ୍ଷେତ୍ରରେ ଧନ ଲାଭ ହେବାରୁ ମନ ଖୁସି ରହିବ। ଭାଗୀଦାର ବାଣିଜ୍ୟ ବ୍ୟବସାୟ କିମ୍ବା ଯୌଥ ପରିବାର ସମ୍ପର୍କୀୟ କୌଣସି ଘଟଣା ଯୋଗୁ ଉଲ୍ଲେଖନୀୟ ପରିବର୍ତ୍ତନ ଆସିବ। କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ। ନିଜ ଲୋକମାନେ ହିଁ କାମରେ ଆସିବେ। ବିଦ୍ୟା କ୍ଷେତ୍ରରେ ଯଶ, ମାନ ସମ୍ମାନ ପ୍ରତିଷ୍ଠା ମିଳିବ। ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!